Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କିଏ ସେହି ମୋହନ ମାଝୀ ? ଯିଏ କି ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ଆସନରେ ବସିବେ
ଜାତୀୟ ଖବର

କିଏ ସେହି ମୋହନ ମାଝୀ ? ଯିଏ କି ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ଆସନରେ ବସିବେ

June 11, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
କିଏ ସେହି ମୋହନ ମାଝୀ ? ଯିଏ ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ଆସନରେ ବସିବେ

ଭୁବନେଶ୍ବର : ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କ ନାମ ଆସିବା ପରେ ତାଙ୍କୁ ନେଇ ଚର୍ଚ୍ଚା ଜାରୀ ରହିଛି। କାରଣ ସେ ଦୀର୍ଘ 24 ବର୍ଷ ଧରି ମୁଖ୍ୟମନ୍ତ୍ରୀ ଆସନରେ ବସିଥିବା ନବୀନ ପଟ୍ଟନାୟକଙ୍କୁ ହଟାଇ ସେଠାରେ ସେ ବସିବେ। ତେଣୁ ଓଡିଶାର ଗାଁ ଗହଳିଠାରୁ ଆରମ୍ଭ କରି ସାରା ଦେଶରେ ମୋହନ ମାଝୀ କିଏ ଆଲୋଚନା ଆରମ୍ଭ ହୋଇଯାଇଛି।

ବର୍ତ୍ତମାନ କେନ୍ଦୁଝର ସଦର ବିଧାୟକ ହେଉଛନ୍ତି ୫୨ ବର୍ଷୀୟ ମୋହନ ମାଝୀ। ସେ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଆସୁଛନ୍ତି। ରାଜ୍ୟ ବିଜେପିର ଟାଣୁଆ ଆଦିବାସୀ ନେତା। ଗତ ବିଧାନସଭାରେ ସେ ବିରୋଧୀ ଦଳ ମୁଖ୍ୟ ସଚେତକ ରହିଥିଲେ। ସେ ନେତା ଭାବରେ ଯେତିକି ପରିଚିତ, ଜଣେ ଶାନ୍ତ ଶିଷ୍ଠ ମଣିଷ ଭାବେ ସେତିକି ପରିଚିତ।

ମୋହନ ଚରଣ ମାଝୀ ୬ ଜାନୁଆରୀ ୧୯୭୨ରେ କେନ୍ଦୁଝରର ରାଇକଳାରେ ଜନ୍ମ ଗ୍ରହଣ କରିଥିଲେ। ଶିକ୍ଷା ସମାପ୍ତ ପରେ ମୋହନ ମାଝୀ ୧୯୯୪ ମସିହାରେ ଝୁମ୍ପୁରା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଗୁରୁଜୀ ଭାବେ କାମ କରୁଥିଲେ। ଶିକ୍ଷକତା ଛାଡି ସେ ୧୯୯୭ ରେ ରାଇକଳା ପଞ୍ଚାୟତର ସରପଞ୍ଚ ଭାବେ ନିର୍ବାଚିତ ହୋଇ ନିଜର ରାଜନୈତିକ ଯାତ୍ରା ଆରମ୍ଭ କରିଥିଲେ।

ସରପଞ୍ଚ ଥିବା ଭିତରେ ସେ ୨୦୦୦ ମସିହାରେ ପ୍ରଥମ ଥର ପାଇଁ ବିଧାୟକ ଭାବେ ନିର୍ବାଚିତ ହେଲେ। ସେ ବିଜେପି ପ୍ରାର୍ଥୀ ଭାବେ କେନ୍ଦୁଝର ସଦର ବିଧାନସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସର ପ୍ରାର୍ଥୀ ଜଗଦିଶ ନାଏକଙ୍କୁ ହରାଇ ବିଜୟୀ ହୋଇଥିଲେ। ୨୦୦୦ ମସିହା ପରେ ମୋହନ ପୁଣି ଲଗାତର ୨୦୦୪ରେ ବିଧାୟକ ଭାବେ ନିର୍ବାଚତ ହୋଇଥିଲେ।

୨୦୦୦ ଓ ୨୦୦୪ରେ ଳଗାତର ବିଜୟ ପରେ ମୋହନ ଚରଣ ମାଝୀ ୨୦୦୯ ଓ ୨୦୧୪ରେ ପରାଜୟ ବରଣ କରିଥିଲେ। ପ୍ରଥମେ ଦୁଇଟି ବିଜୟ ପରେ ଦୁଇଟି ପରାଜୟର ବରଣ କରିବା ପରେ ମୋହନ ପୁଣି ୨୦୧୯ରେ ନିର୍ବାଚିତ ହୋଇଥିଲେ। ସେତେବେଳେ ମୋହନଙ୍କୁ ବିରୋଧୀ ଦଳ ମୁଖ୍ୟ ସଚେତକ କରାଯାଇଥିଲା। ଏବେ ଭାଗ୍ୟ ସାଥ ଦେବାରୁ ସେ ସରପଞ୍ଚରୁ ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି।

Mohan Majhi ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝି ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଜୀ ସାର୍ଥକରେ ଅଗଷ୍ଟ ୧୦ ସନ୍ଧ୍ୟା ୬.୩୦ରେ ଦେଖନ୍ତୁ ଓଡ଼ିଆ ଫିଲ୍ମ ‘ପାରି କରିବେ ଭୋଳାଶଙ୍କର ୪’

August 4, 2025

୩୩ ସିଭିଲ ଜଜଙ୍କୁ ଶପଥ ପାଠ କରାଇଲେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି

August 4, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ

August 4, 2025

ଓଭାଲ ଟେଷ୍ଟରେ ଭାରତର ଚମତ୍କାର ବିଜୟ ପରେ କାହିଁକି କ୍ଷମା ମାଗିଲେ କଂଗ୍ରେସ ସାଂସଦ ଶଶି ଥରୁର?

August 4, 2025
Latest News

ଜୀ ସାର୍ଥକରେ ଅଗଷ୍ଟ ୧୦ ସନ୍ଧ୍ୟା ୬.୩୦ରେ ଦେଖନ୍ତୁ ଓଡ଼ିଆ ଫିଲ୍ମ ‘ପାରି କରିବେ ଭୋଳାଶଙ୍କର ୪’

August 4, 2025

୩୩ ସିଭିଲ ଜଜଙ୍କୁ ଶପଥ ପାଠ କରାଇଲେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି

August 4, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ

August 4, 2025

ଓଭାଲ ଟେଷ୍ଟରେ ଭାରତର ଚମତ୍କାର ବିଜୟ ପରେ କାହିଁକି କ୍ଷମା ମାଗିଲେ କଂଗ୍ରେସ ସାଂସଦ ଶଶି ଥରୁର?

August 4, 2025

ବାଣପୁର ବ୍ଲକରେ ଯୋଗଦେଲେ ନୂତନ ବିଡ଼ିଓ

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.