Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀଙ୍କ ସହ ବିଜେପିର ସମସ୍ତ ସାଂସଦ ଓ ବିଧାୟକମାନଙ୍କୁ ଦିଆଯିବ ସମ୍ବର୍ଦ୍ଧନା
ଜାତୀୟ ଖବର

ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀଙ୍କ ସହ ବିଜେପିର ସମସ୍ତ ସାଂସଦ ଓ ବିଧାୟକମାନଙ୍କୁ ଦିଆଯିବ ସମ୍ବର୍ଦ୍ଧନା

June 29, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀଙ୍କ ସହ ବିଜେପିର ସମସ୍ତ ସାଂସଦ ଓ ବିଧାୟକମାନଙ୍କୁ ଦିଆଯିବ ସମ୍ବର୍ଦ୍ଧନା

ଭୁବନେଶ୍ୱର: ଓଡିଶାବାସୀଙ୍କ ଆର୍ଶୀବାଦରେ ଭାରତୀୟ ଜନତା ପାର୍ଟୀ ପ୍ରଥମ ଥର ପାଇଁ ରାଜ୍ୟରେ ଏକାକୀ ସରକାର ଗଠନ କରିଛି। ଏଥି ସହ ଦେଶବାସିଙ୍କ ଆର୍ଶୀବାଦ ପାଇ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ରରେ ମଧ୍ୟ ସରକାର ଗଠନ ହୋଇଛି। ରାଜ୍ୟବାସୀ ଏଥର ୭୮ ଜଣ ବିଧାୟକ ଏବଂ ୨୦ ଜଣ ସାଂସଦଙ୍କୁ ନିର୍ବାଚିତ କରି ବିଧାନସଭା ଏବଂ ଲୋକସଭାକୁ ପ୍ରତିନିଧି ଭାବେ ପଠାଇଛନ୍ତି।

କ୍ରମାଗତ ତୃତୀୟ ଥର ପାଇଁ ଦାୟୀତ୍ୱ ନେଇଥିବା ମୋଦି ସରକାରଙ୍କ ମନ୍ତ୍ରୀମଣ୍ଡଳରେ ଓଡିଶାର ୩ ଜଣ ସ୍ଥ।।ନିତ ହୋଇଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ରାଜ୍ୟରେ ବିଜେପି ସରକାର ଗଠନ କରିଛି। ବିକଶିତ ଓଡିଶା ଗଠନ ଆମର ସଂକଳ୍ପ। ଏହି ଅବସରରେ ଆସନ୍ତା ୩୦ ତାରିଖ ଦିନ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ରାଜ୍ୟ ସରକାରଙ୍କ ମନ୍ତ୍ରୀଗଣଙ୍କ ସମେତ ସମସ୍ତ ନବନିର୍ବାଚିତ ସାଂସଦ ଓ ବିଧାୟକମାନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯିବ।

ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ପ୍ରଦର୍ଶନୀ ପଡିଆଠାରେ ଅନୁଷ୍ଠିତ ଏହି ସମ୍ବର୍ଦ୍ଧନା ସଭାରେ ବିଜେପିର କେନ୍ଦ୍ରୀୟ ନେତୃବୃନ୍ଦ, ରାଜ୍ୟରୁ ପ୍ରତିନିଧିତ୍ୱ କରୁଥିବା ସମସ୍ତ ରାଷ୍ଟ୍ରୀୟ ପଦାଧିକାରୀ ଓ କାର୍ଯ୍ୟକାରିଣୀ ସଦସ୍ୟ, ବିଭିନ୍ନ ମୋର୍ଚ୍ଚା ପଦାଧିକାରୀ, ରାଜ୍ୟ ପଦାଧିକାରୀ ଓ କାର୍ଯ୍ୟକାରିଣୀ ସଦସ୍ୟ, ରାଜ୍ୟର ବିଭିନ୍ନ ମୋର୍ଚ୍ଚାର ପଦାଧିକାରୀ, ଜିଲ୍ଲା ପଦାଧିକାରୀ ଓ କାର୍ଯ୍ୟକାରିଣୀ ସଦସ୍ୟ, ମଣ୍ଡଳ ସଭାପତି ଓ ସାଧାରଣ ସଂପାଦକଙ୍କ ସମେତ ନିର୍ବାଚିତ ଏନଏସି ଅଧ୍ୟକ୍ଷ ଉପାଧ୍ୟକ୍ଷ, ମ୍ୟୁନିସିପାଲିଟି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ, ବ୍ଲକ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ, ଜିଲ୍ଲା ପରିଷଦ ସଦସ୍ୟ, ୱାର୍ଡ ମେମ୍ବର ଏବଂ କାର୍ଯ୍ୟକର୍ତା ଯୋଗ ଦେବେ। ସାଧାରଣ ଜନତା ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ରାଜ୍ୟ ଉପସଭାପତି ଶ୍ରୀ ବିରଂଚି ନାରାୟଣ ତ୍ରିପାଠୀ ସାମ୍ବାଦିକ ସମ୍ମିଳନୀରେ ସୁଚନା ଦେଇଛନ୍ତି।

ସେହିପରି ୩୦ ତାରିଖ ଦିନ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳିର ପ୍ରଥମ “ମନ୍ କି ବାତ୍‌” କାର୍ଯ୍ୟକ୍ରମକୁ ପ୍ରଦର୍ଶନୀ ପଡିଆଠାରେ ଉପସ୍ଥିତ ସମସ୍ତ ନେତୃବୃନ୍ଦ ଓ କାର୍ଯ୍ୟକର୍ତା ଏକାଠି ଶୁଣିବେ ବୋଲି ଶ୍ରୀ ତ୍ରିପାଠୀ ସୁଚନା ଦେଇଛନ୍ତି। ଏହି ଅବସରରେ ରାଜ୍ୟ ଗଣମାଧ୍ୟମ ସଂଯ୍ଧେକ୍ସଳ ସୁଜିତ ଦାସ ଏବଂ ରାଜ୍ୟ ମୁଖପାତ୍ର ରାଜେନ୍ଦ୍ର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

ବିଜେପି ବିଜେପି ବିଧାୟକ ବିଜେପି ସାଂସଦ
Share. Facebook Twitter LinkedIn Email WhatsApp Copy Link

Related Posts

ମୃତ୍ୟୁଞ୍ଜୟ-ହାରାମଣୀ ଛାତ୍ରବୃତ୍ତି ମେଧା ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

May 17, 2026

ଶିକ୍ଷା ବିକାଶ ସମିତି ପକ୍ଷରୁ ମେଧାବୀ ଅଭିନନ୍ଦନ ୨୦୨୬ ଉତ୍ସବ

May 17, 2026

ନିମାପଡ଼ା ପଥ ଉତ୍ସବ ଓ ଉତ୍କର୍ଷ ନିମାପଡା ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ

May 17, 2026

ଯୋଗାଣ ବିଭାଗର ବିଭିନ୍ନ ସ୍ଥାନରେ ଚଢ଼ାଉ: ୫୦୫ ଲିଟର ଡିଜେଲ ଜବତ

May 17, 2026
Latest News

ମୃତ୍ୟୁଞ୍ଜୟ-ହାରାମଣୀ ଛାତ୍ରବୃତ୍ତି ମେଧା ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

May 17, 2026

ନେଦରଲ୍ୟାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆନୁଷ୍ଠାନିକ ଆଲୋଚନା

May 17, 2026

ଡଚ୍ ସିଇଓମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ

May 17, 2026

ଶିକ୍ଷା ବିକାଶ ସମିତି ପକ୍ଷରୁ ମେଧାବୀ ଅଭିନନ୍ଦନ ୨୦୨୬ ଉତ୍ସବ

May 17, 2026

ନିମାପଡ଼ା ପଥ ଉତ୍ସବ ଓ ଉତ୍କର୍ଷ ନିମାପଡା ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.