Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡ଼ିଶାରେ ଲାଗୁ ହେଲା ପିଏମ୍ ଶ୍ରୀ ସ୍କୁଲ୍
ଜାତୀୟ ଖବର

ଓଡ଼ିଶାରେ ଲାଗୁ ହେଲା ପିଏମ୍ ଶ୍ରୀ ସ୍କୁଲ୍

July 10, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଶାରେ ପିଏମ ଶ୍ରୀ ଯୋଜନା ବା ପ୍ରଧାନମନ୍ତ୍ରୀ ସ୍କୁଲ ଫର୍ ରାଇଜିଂ ଇଣ୍ଡିଆ କ୍ରିୟାନ୍ୱୟନ ପାଇଁ ଆଜି ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ଏବଂ ଓଡ଼ିଶା ରାଜ୍ୟ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। କେନ୍ଦ୍ର ସରକାର, ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସରକାର, ସ୍ଥାନୀୟ ସଂସ୍ଥା, କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ଏବଂ ନବୋଦୟ ବିଦ୍ୟାଳୟ ସମିତି ଅଧୀନରେ ଥିବା ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ଏବଂ ଗୁଣବତ୍ତା ବୃଦ୍ଧି କରିବା ଏହି ପଦକ୍ଷେପର ଉଦ୍ଦେଶ୍ୟ ରହିଛି।

ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀ ଏବଂ ଓଡ଼ିଶାର ଶିକ୍ଷା ସଚିବଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲା। ଏହି ସ୍କୁଲ ଗୁଡିକ ଜାତୀୟ ଶିକ୍ଷା ନୀତିର ପୂର୍ଣ୍ଣ ଭାବନାକୁ ନେଇ କାର୍ଯ୍ୟ କରିବ ତଥା ସମସ୍ତ ମୌଳିକ ଉପାଦାନକୁ ପ୍ରଦର୍ଶିତ କରିବ। ଏହା, ସବୁ ବିଦ୍ୟାଳୟ ପାଇଁ ଏକ ଉଦାହରଣ ଭାବରେ କାର୍ଯ୍ୟ କରିବ। ପିଲା ମାନଙ୍କ ଦକ୍ଷତା ବୃଦ୍ଧି ସହ ସେମାନଙ୍କର ବୈଜ୍ଞାନିକ ମନୋଭାବକୁ ବଢାଇବା ପାଇଁ ଏବଂ କଳା, ସାହିତ୍ୟ ବିଜ୍ଞାନରେ ସୃଜନଶୀଳତା ବଢାଇବା ସହ ସବୁ ଦୃଷ୍ଟିରୁ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦକ୍ଷତା ବଢାଇବା ଦିଗରେ ପିଏମ ଶ୍ରୀର ଯୋଜନା। ଏହି ସ୍କୁଲ ଗୁଡିକ ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ହୋଇଥିବା ପାଠ୍ୟକ୍ରମ ଓ ପାଠପଢାର ପଦ୍ଧତି, ଶିକ୍ଷକ ମାନଙ୍କର ପରିବର୍ଦ୍ଧିତ ଦକ୍ଷତାକୁ ଗୋଟିଏ ସ୍କୁଲରେ ପରିପ୍ରକାଶ କରିବ।

ବର୍ତ୍ତମାନ ସୁଦ୍ଧା ୩୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହିତ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ (କେଭିଏସ୍) ଏବଂ ନବୋଦୟ ବିଦ୍ୟାଳୟ ସମିତି (ଏନଭିଏସ) ମୋଦୀ ସରକାରଙ୍କ ଯୋଜନା ପିଏମ୍ ଶ୍ରୀ ସ୍କୁଲ ଅଧୀନରେ ସେମାନଙ୍କ ବିଦ୍ୟାଳୟଗୁଡ଼ିକର ଉନ୍ନତିକରଣ ପାଇଁ ଶିକ୍ଷା ମନ୍ତ୍ରଣାଳୟ ସହ ବୁଝାମଣାପତ୍ର ସ୍ୱାକ୍ଷର କରିଛନ୍ତି। ଏହି ଯୋଜନାରେ ଓଡ଼ିଶାର ପ୍ରତ୍ୟେକ ବ୍ଲକ ଏବଂ ପୌରାଞ୍ଚଳରେ ଦୁଇଟି ଲେଖାଏଁ ସ୍କୁଲକୁ ପିଏମ ଶ୍ରୀସ୍କୁଲରେ ବିକଶିତ କରାଯିବ। ଓଡ଼ିଶାରେ ପ୍ରାୟ ୮୦୦ଟି ସ୍କୁଲ ପିଏମ ଶ୍ରୀ ସ୍କୁଲରେ ବିକଶିତ ହେବାର ଯୋଜନା ରହିଛି।

ପିଏମଶ୍ରୀ ସ୍କୁଲ ଗୁଡିକ ଉତ୍ସାହଭରା ପରିବେଶରେ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ସହ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ଶିକ୍ଷା ପ୍ରଦାନ କରିବ। ଏହି ସ୍କୁଲ ଗୁଡିକ କେବଳ ଜ୍ଞାନର ବିକାଶ ଉପରେ ଗୁରୁତ୍ୱ ଦେବ ନାହିଁ ବରଂ ଏକବିଂଶ ଶତାବ୍ଦୀର ପ୍ରମୁଖ ଦକ୍ଷତା ସହିତ ସାମଗ୍ରିକ ବ୍ୟକ୍ତି ସୃଷ୍ଟି କରିବା ଦିଗରେ ସହାୟକ ହେବ। ପିଏମ ଶ୍ରୀ ସ୍କୁଲରେ ସମସ୍ତ ଛାତ୍ରଛାତ୍ରୀଙ୍କ ଯତ୍ନ ନିଆଯିବା ସହ ସେମାନଙ୍କ ପାଠପଢା ପାଇଁ ଉତ୍ତମ ଭିତ୍ତିଭୂମି ଏବଂ ଉପଯୁକ୍ତ ସମ୍ବଳ ସହିତ ଅନେକ ଅଭିଜ୍ଞତା ଆଧାରିତ ଶିକ୍ଷା ପ୍ରଦାନ କରାଯିବ। ପିଏମ ଶ୍ରୀ ସ୍କୁଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରାଥମିକତାରେ ରହିଛି। ଜାତୀୟ ଶିକ୍ଷା ନୀତିର କଳ୍ପନାକୁ କାର୍ଯ୍ୟକାରୀ କରିବା ଦିଗରେ ପିଏମ ଶ୍ରୀ ସ୍କୁଲ ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ, ଯାହା ଭାରତକୁ ଜ୍ଞାନଭିତ୍ତିକ ସମାଜରେ ପରିଣତ କରିବ। ଏହି ସ୍କୁଲ ଅତ୍ୟାଧୁନିକ ଓ ସାମଗ୍ରିକ ପଦ୍ଧତିରେ ଶିକ୍ଷାଦାନ ପ୍ରଦାନ କରିବ। ନବସୃଜନ ଆଧାରିତ, ନୂତନ ପ୍ରଯୁକ୍ତିବିଦ୍ୟା, ସ୍ମାର୍ଟ କ୍ଲାସ ରୁମ ଏବଂ କ୍ରୀଡ଼ା ସହ ଅନ୍ୟାନ୍ୟ ଦିଗକୁ ଗୁରୁତ୍ୱ ଦିଆଯିବ। ଜାତୀୟ ଶିକ୍ଷା ନୀତିର ପ୍ରୟୋଗଶାଳା ଭାବରେ ଏହି ସ୍କୁଲ ନିଜର ଅଭିଜ୍ଞତା, ସାମଗ୍ରିକ, ଆଲୋଚନାତ୍ମକ ପଦ୍ଧତି ଏବଂ ଶିକ୍ଷଣ କେନ୍ଦ୍ରୀତ ପଦ୍ଧତି ମାଧ୍ୟମରେ ଏକବିଂଶ ଶତାବ୍ଦୀର କୌଶଳ, ମାନବବାଦୀ ଦୃଷ୍ଟିକୋଣ, ବ୍ୟକ୍ତିତ୍ୱ ଗଠନ କରିବାରେ ସହାୟକ ହେବ।

ମୋଦୀ ସରକାରଙ୍କ ଦ୍ୱାରା ଦେଶବ୍ୟାପୀ ସ୍କୁଲ ଗୁଡ଼ିକୁ ଗୁଣାତ୍ମକ ଭାବେ ମଜଭୂତ କରିବା ପାଇଁ କରାଯାଇଥିବା ପ୍ରତିଶ୍ରୁତିକୁ ପୂରଣ କରିବ ପିଏମ ଶ୍ରୀ ସ୍କୁଲ। ଏହି ପଦକ୍ଷେପ ଓଡ଼ିଶା ଦେଶର ଲକ୍ଷାଧିକ ଛାତ୍ରଛାତ୍ରୀଙ୍କୁ ଲାଭ ଦେବ।  ସ୍କୁଲରେ ଶିକ୍ଷାଦାନ ଓ ଶିକ୍ଷାଗ୍ରହଣ ଟେକ୍ନୋଲୋଜି ଆଧାରିତ ହେବ। ଆଇସିଟି, ଡ଼ିଜିଟାଲ ଲ୍ୟାବ, ଡିଜିଟାଲ ଲାଇବ୍ରେରୀ, ଡିଜିଟାଲ ଲର୍ଣ୍ଣିଂ ଟୁଲ୍ସ ବ୍ୟବସ୍ଥା ରହିବ। ବାଲବାଟିକାରେ ପ୍ରାରମ୍ଭିକ ଶିଶୁଯତ୍ନ ଏବଂ ଶିକ୍ଷା ରହିବ। ମାତୃଭାଷାକୁ ପ୍ରାଧାନ୍ୟ ଦେବା ସହ ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଭାଷା ଦୂରତାକୁ ହ୍ରାସ କରିବ। ସମଗ୍ର ଭାରତବର୍ଷରେ ବିକଶିତ ଓ ନବୀକରଣ ହେବାକୁ ଥିବା ପିଏମ ଶ୍ରୀ ସ୍କୁଲ ଦେଶର ସର୍ବଶ୍ରେଷ୍ଠ ବିଦ୍ୟାଳୟ ଭାବରେ ବିବେଚିତ ହେବ।

ଓଡିଶା ଭାରତ ସରକାର ଶିକ୍ଷା ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.