Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସ୍କୁଲ୍‌ ବସରେ ଅଗ୍ନି ନିରାପତ୍ତା ନିୟମର କଡ଼ା ପାଳନ ପାଇଁ ଆରଟିଓଙ୍କୁ ପରିବହନ କମିସନରଙ୍କ ଚିଠି
ଜାତୀୟ ଖବର

ସ୍କୁଲ୍‌ ବସରେ ଅଗ୍ନି ନିରାପତ୍ତା ନିୟମର କଡ଼ା ପାଳନ ପାଇଁ ଆରଟିଓଙ୍କୁ ପରିବହନ କମିସନରଙ୍କ ଚିଠି

July 22, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସ୍କୁଲ୍‌ ବସରେ ଅଗ୍ନି ନିରାପତ୍ତା ନିୟମର କଡ଼ା ପାଳନ ପାଇଁ ଆରଟିଓଙ୍କୁ ପରିବହନ କମିସନରଙ୍କ ଚିଠି

ଭୁବନେଶ୍ୱର: ସ୍କୁଲ ବସରେ ଅଗ୍ନି ନିରାପତ୍ତା ନିୟମ ପାଳନକୁ ସୁନିଶ୍ଚିତ କରିବା ଦିଗରେ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। କେନ୍ଦ୍ରୀୟ ମୋଟର ଯାନ ନିୟମ (ସିଏମ୍‌ଭିଆର୍‌) ୧୯୮୯ର ଧାରା ୧୨୫ସି ଅନୁଯାୟୀ ସମସ୍ତ ସ୍କୁଲ ବସରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ସଠିକ୍‌ ଅନୁପାଳନ ହେବା ଅନିବାର୍ଯ୍ୟ। ଖିଲାପକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ରାଜ୍ୟ ପରିବହନ କମିସନର ଅମିତାଭ ଠାକୁର ନିର୍ଦ୍ଦେଶ ଦେଇଛନ୍ତି।

ଅଗ୍ନି ନିରାପତ୍ତା ନିୟମ ଠିକ୍‌ ଭାବରେ ପାଳନ ହେଉଛି କି ନାହିଁ ସେ ସଂପର୍କରେ ବିଭିନ୍ନ ସମୟରେ ରାଜ୍ୟ ପରିବହନ ପ୍ରାଧିକରଣ ପଦକ୍ଷେପ ଗ୍ରହଣ କରି ଆସିଥିବାବେଳେ ଆଗକୁ ଏହାକୁ ଅଧିକ ବ୍ୟାପକ କରିବାକୁ ନିଷ୍ପତ୍ତି ହୋଇଛି। ସ୍କୁଲ ବସ୍‌ଗୁଡ଼ିକର ଅଗ୍ନି ନିରାପତ୍ତା ବ୍ୟବସ୍ଥା ଉପରେ ତୀକ୍ଷ୍‌ଣ ନଜର ରଖାଯିବ। ସମସ୍ତ ଜୋନ୍‌ ଉପପରିବହନ ଆୟୁକ୍ତ ଏବଂ ଆଞ୍ଚଳିକ ପରିବହନ ଅଧିକାରୀମାନେ ନିୟମିତ ଭାବେ ଏହାର ଯାଞ୍ଚ କରିବେ।

କୌଣସି ସ୍କୁଲ ବସ୍‌ ଏହାର ଉଲ୍ଲଙ୍ଘନ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପରିବହନ କମିସନର ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ନିଜ ନିଜ ଅଞ୍ଚଳରେ ଏହି ନିୟମ ଅନୁପାଳନକୁ ସୁନିଶ୍ଚିତ କରିବା ନିମନ୍ତେ ମୋଟର ଯାନ ନିରୀକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ସ୍କୁଲ ବସରେ ଫାୟାର ଡିଟେକ୍‌ସନ୍‌ ଆଲାର୍ମ ସିଷ୍ଟମ୍‌ (ଏଫ୍‌ଡିଏଏସ୍‌), ଫାୟାର ଡିଟେକ୍‌ସନ୍‌ ସପ୍ରେସନ୍‌ ସିଷ୍ଟମ୍‌ (ଏଫ୍‌ଡିଏସ୍‌ଏସ୍‌) ଓ ଫାୟାର ଆଲାର୍ମ ପ୍ରୋଟେକସନ୍‌ ସିଷ୍ଟମ୍‌ (ଏଫ୍‌ଏପିଏସ୍‌) ବ୍ୟବସ୍ଥା ଆବଶ୍ୟକ ଭାବେ ଲାଗୁ କରିବାକୁ ବାଧ୍ୟତାମୂଳକ ନିୟମ ରହିଛି। ଅଗ୍ନି ଅଘଟଣ ରୋକିବା ଓ ମୁକାବିଲା ଦିଗରେ ଏହା ସହାୟକ ହୋଇଥାଏ। ତେଣୁ ବସରେ ଯାତ୍ରା କରୁଥିବା ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଏହା ଅତ୍ୟନ୍ତ ଗୁରୁିପୂର୍ଣ୍ଣ।

କେନ୍ଦ୍ରୀୟ ମୋଟର ଯାନ ଆଇନ ୧୯୮୯ର ନିୟମ ୧୨୫ସି ଅନୁସାରେ ସମସ୍ତ ସ୍କୁଲ ବସରେ ଏଆଇଏସ୍‌ ୧୩୫ ଆଧାରରେ ଏହି ଅଗ୍ନି ନିରାପତ୍ତା ବ୍ୟବସ୍ଥା ସଠିକ୍‌ ଭାବେ ଅନୁପାଳନ ହେବା ଆବଶ୍ୟକ। ସମସ୍ତ ବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନ ସହ ଅନୁବନ୍ଧିତ ହୋଇ ଛାତ୍ରଛାତ୍ରୀଙ୍କୁ ପରିବହନ କରୁଥିବା ବସ୍‌ ମାଲିକମାନେ ଏହି ନିୟମ ନିଶ୍ଚିତ ଭାବରେ ପାଳନ କରିବା ନିମନ୍ତେ ଆଇନରେ ପ୍ରାବଧାନ ରହିଛି।

କୋମଳମତି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପ୍ରତି କୌଣସି ଅଣଦେଖାକୁ ବରଦାସ୍ତ କରାଯିବ ନାହିଁ ବୋଲି ଦର୍ଶାଯାଇ ନିୟମ ଉଲ୍ଲଙ୍ଘନ କରୁଥିବା ବସ୍‌ଗୁଡ଼ିକର ଫିଟନେସ୍‌ ସାର୍ଟିଫିକେଟ ରଦ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏକ୍ଷେତ୍ରରେ ଶୂନ୍ୟ ସହନଶୀଳ ନୀତି ଅବଲମ୍ବନ କରିବାକୁ ଅଧିକାରୀମାନଙ୍କୁ ରାଜ୍ୟ ପରିବହନ କମିସନର ଶ୍ରୀ ଠାକୁର ନିର୍ଦ୍ଦେଶ ଦେଇଛନ୍ତି।

BJP Ads
ସ୍କୁଲ ବସ
Share. Facebook Twitter LinkedIn Email WhatsApp Copy Link

Related Posts

ବେଙ୍ଗାଲୁରୁକୁ ସ୍ୱତନ୍ତ୍ର ଟ୍ରେନ୍ ସେବା: ଯାତ୍ରୀଙ୍କ ଆବଶ୍ୟକତା ଅନୁଯାୟୀ ପୂର୍ବତଟ ରେଳପଥର ବିଶେଷ ବ୍ୟବସ୍ଥା

November 4, 2025

ଭୁବନେଶ୍ୱରଠାରେ କୃଷି କ୍ଷେତ୍ରର ବିଭିନ୍ନ ପକ୍ଷଙ୍କୁ ନେଇ ୩ ଦିନିଆ ପରାମର୍ଶ କର୍ମଶାଳା ଆରମ୍ଭ

November 4, 2025

ବିଳାସପୁରରେ ବଡ ଟ୍ରେନ୍ ଦୁର୍ଘଟଣା, ଚାରି ମୃତ

November 4, 2025

NDA ନା ମହାଗଠବନ୍ଧନ, ଏଥର ବିହାରରେ କିଏ ଗଠନ କରିବ ସରକାର?: ଜାଣନ୍ତୁ ପ୍ରତ୍ୟେକ ଦଳର ସ୍ଥିତି

November 4, 2025
BJP Ads
Latest News

ବେଙ୍ଗାଲୁରୁକୁ ସ୍ୱତନ୍ତ୍ର ଟ୍ରେନ୍ ସେବା: ଯାତ୍ରୀଙ୍କ ଆବଶ୍ୟକତା ଅନୁଯାୟୀ ପୂର୍ବତଟ ରେଳପଥର ବିଶେଷ ବ୍ୟବସ୍ଥା

November 4, 2025

ଭୁବନେଶ୍ୱରଠାରେ କୃଷି କ୍ଷେତ୍ରର ବିଭିନ୍ନ ପକ୍ଷଙ୍କୁ ନେଇ ୩ ଦିନିଆ ପରାମର୍ଶ କର୍ମଶାଳା ଆରମ୍ଭ

November 4, 2025

ବିଳାସପୁରରେ ବଡ ଟ୍ରେନ୍ ଦୁର୍ଘଟଣା, ଚାରି ମୃତ

November 4, 2025

ଚିଲିକା ବୋଇତ ବନ୍ଦାଣ ଉତ୍ସବ ମଞ୍ଚରେ କବିତା ପାଠୋତ୍ସବ

November 4, 2025

ବାଣପୁର: ସମାଜସେବୀ ଡ଼ା ରାଧାଚରଣ ପଣ୍ଡାଙ୍କ ୫୧ତମ ଶ୍ରାଦ୍ଧୋତ୍ସବ

November 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.