Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଉତ୍ପାଦକତା ବୃଦ୍ଧି ଏବଂ ଜଳବାୟୁ ସହନଶୀଳ ପ୍ରଜାତିର ବିକାଶ ପାଇଁ କୃଷି ଗବେଷଣା ବ୍ୟବସ୍ଥା ଉପରେ ଧ୍ୟାନ
ଜାତୀୟ ଖବର

ଉତ୍ପାଦକତା ବୃଦ୍ଧି ଏବଂ ଜଳବାୟୁ ସହନଶୀଳ ପ୍ରଜାତିର ବିକାଶ ପାଇଁ କୃଷି ଗବେଷଣା ବ୍ୟବସ୍ଥା ଉପରେ ଧ୍ୟାନ

July 23, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଶ୍ୱର ସର୍ବବୃହତ ଦୁଗ୍ଧ ଉତ୍ପାଦନକାରୀ ଏବଂ ସର୍ବବୃହତ ଚାଉଳ ରପ୍ତାନିକାରୀ ପାଲଟିଲା ଭାରତ
ବିଶ୍ୱର ସର୍ବବୃହତ ଦୁଗ୍ଧ ଉତ୍ପାଦନକାରୀ ଏବଂ ସର୍ବବୃହତ ଚାଉଳ ରପ୍ତାନିକାରୀ ପାଲଟିଲା ଭାରତ

ନୂଆଦିଲ୍ଲୀ: କୃଷିକ୍ଷେତ୍ରରେ ଉତ୍ପାଦକତା ଏବଂ ସ୍ଥିରତା ବୃଦ୍ଧି ପାଇଁ କେନ୍ଦ୍ର ବଜେଟ୍ ୨୦୨୪-୨୫ରେ କୃଷି ଗବେଷଣା, ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ ଏବଂ ଜାତୀୟ ସମବାୟ ନୀତି ସମେତ ଅନେକ ପଦକ୍ଷେପ ଘୋଷଣା କରାଯାଇଛି।

କୃଷି ଗବେଷଣାରେ ପରିବର୍ତ୍ତନ

କେନ୍ଦ୍ର ଅର୍ଥ ଓ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ କହିଛନ୍ତି ଯେ ଉତ୍ପାଦକତା ବୃଦ୍ଧି ଏବଂ ଜଳବାୟୁ ସହନଶୀଳ ପ୍ରଜାତି ବିକାଶ ଉପରେ ଧ୍ୟାନ ଦେବା ପାଇଁ ସରକାର କୃଷି ଗବେଷଣା ବ୍ୟବସ୍ଥାର ଏକ ବ୍ୟାପକ ସମୀକ୍ଷା କରିବେ । ଆଜି ସଂସଦରେ ୨୦୨୪-୨୦୨୫ ବଜେଟ୍ ଉପସ୍ଥାପନ କରି ସେ କହିଛନ୍ତି ଯେ କୃଷି ଗବେଷଣାକୁ ପ୍ରୋତ୍ସାହନ ପାଇଁ ଘରୋଇ କ୍ଷେତ୍ର ସମେତ ଚ୍ୟାଲେଞ୍ଜ ମୋଡରେ ପାଣ୍ଠି ଯୋଗାଇ ଦିଆଯିବ। କେନ୍ଦ୍ରମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ଉଭୟ ସରକାରୀ ଏବଂ ବାହାରୁ ବିଶେଷଜ୍ଞମାନଙ୍କୁ ଅଣାଯାଇ ଏଭଳି ଗବେଷଣାର ତଦାରଖ କରାଯିବ। ବଜେଟରେ ଏହା ମଧ୍ୟ ଘୋଷଣା କରାଯାଇଛି ଯେ ୩୨ଟି କ୍ଷେତ ଏବଂ ଉଦ୍ୟାନ କୃଷି ଫସଲର ନୂତନ ୧୦୯ ଟି ଉଚ୍ଚ ଉତ୍ପାଦନକାରୀ ଏବଂ ଜଳବାୟୁ ସହନଶୀଳ ପ୍ରଜାତି ଚାଷ ପାଇଁ ପ୍ରଦାନ କରାଯିବ।

ପ୍ରାକୃତିକ ଚାଷ

ଆସନ୍ତା ଦୁଇ ବର୍ଷ ମଧ୍ୟରେ ସାର୍ଟିଫିକେସନ୍ ଏବଂ ବ୍ରାଣ୍ଡିଂ ସହାୟତାରେ ସାରା ଦେଶରେ ୧ କୋଟି କୃଷକଙ୍କୁ ପ୍ରାକୃତିକ ଚାଷ ପାଇଁ ପଦକ୍ଷେପ ନିଆଯିବ ବୋଲି ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି। ବୈଜ୍ଞାନିକ ଅନୁଷ୍ଠାନ ଓ ଇଚ୍ଛୁକ ଗ୍ରାମ ପଞ୍ଚାୟତ ଜରିଆରେ ଏହାର କାର୍ଯ୍ୟକାରିତା କରାଯିବ ଏବଂ ଏଥିପାଇଁ ୧୦ ହଜାର ଆବଶ୍ୟକତା ଭିତ୍ତିକ ବାୟୋ ଇନପୁଟ୍ ରିସୋର୍ସ ସେଣ୍ଟର ପ୍ରତିଷ୍ଠା କରାଯିବ।

ଜାତୀୟ ସମବାୟ ନୀତି

ସମବାୟ କ୍ଷେତ୍ରର ଶୃଙ୍ଖଳିତ, ବ୍ୟବସ୍ଥିତ ଏବଂ ସର୍ବାଙ୍ଗୀନ ବିକାଶ ପାଇଁ ସରକାର ଏକ ଜାତୀୟ ସମବାୟ ନୀତି ପ୍ରଣୟନ କରିବେ ବୋଲି କେନ୍ଦ୍ରମନ୍ତ୍ରୀ କହିଥିଲେ। ଗ୍ରାମୀଣ ଅର୍ଥନୀତିର ଦ୍ରୁତ ଅଭିବୃଦ୍ଧି ଏବଂ ବୃହତ ସ୍ତରରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଲକ୍ଷ୍ୟ ହେବ ବୋଲି ସେ କହିଛନ୍ତି।

budget Budget 2024 Live Budget 2024 News BUDGET-2024 farmer India Budget 2024 nirmala sitharaman pm modi Union Budget 2024
Share. Facebook Twitter LinkedIn Email WhatsApp Copy Link

Related Posts

ମୁର୍ଶିଦାବାଦରେ ନିର୍ବାଚନୀ ହିଂସା

April 23, 2026

ଭୋଟ ଦେଉଛି ତାମିଲନାଡୁ

April 23, 2026

ଆଜି ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟ ଭୋଟିଂ

April 23, 2026

ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟଙ୍କ କଡା ଭର୍ତ୍ସନା: ବଙ୍ଗଳାରେ ବିଚାରପତିମାନେ ମଧ୍ୟ ସୁରକ୍ଷିତ ନୁହଁନ୍ତି

April 22, 2026
Latest News

ଆଉ ଦରମାରୁ କଟିବନି ପ୍ରଫେସନାଲ ଟିକସ

April 23, 2026

ମୁର୍ଶିଦାବାଦରେ ନିର୍ବାଚନୀ ହିଂସା

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡର ପର୍ଦ୍ଦାଫାସ

April 23, 2026

ନିର୍ବନ୍ଧ ପରେ ଯୁବତୀଙ୍କୁ ହତ୍ୟା : ଅଭିଯୁକ୍ତ ଗିରଫ

April 23, 2026

ଭୋଟ ଦେଉଛି ତାମିଲନାଡୁ

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.