Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»Budget 2024: କେନ୍ଦ୍ର ବଜେଟକୁ ନେଇ କଣ କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଜାତୀୟ ଖବର

Budget 2024: କେନ୍ଦ୍ର ବଜେଟକୁ ନେଇ କଣ କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

July 23, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
Budget 2024
Budget 2024: କେନ୍ଦ୍ର ବଜେଟକୁ ନେଇ କଣ କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Budget 2024: ଆଜି କେନ୍ଦ୍ର ଅର୍ଥ ମନ୍ତ୍ରୀ ବର୍ଷ 2024-25 ପାଇଁ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି । ଏହି ବିକାଶ ଅଭିମୁଖୀ, ଦୂରଦୃଷ୍ଟିସମ୍ପନ୍ନ ବଜେଟରେ ଆମ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଗୁରୁତ୍ଵ ଦେଉଥିବା ଚାରିଟି ପ୍ରମୁଖ ଶ୍ରେଣୀ ଯଥା ‘ଗରିବ’, ‘ମହିଳା’, ‘ଯୁବବର୍ଗ’ ଏବଂ ‘ଅନ୍ନଦାତା’ (କୃଷକ) ଙ୍କୁ ପ୍ରାଧାନ୍ୟ ଦିଆଯାଇଛି।

ଏହି ବଜେଟରେ କୃଷି ଉତ୍ପାଦକତା, ଦକ୍ଷତା ବିକାଶ, ନିଯୁକ୍ତି ସୁଯୋଗ ସୃଷ୍ଟି ଉପରେ ଗୁରୁତ୍ଵ ଦିଆଯାଇଛି। କୃଷି କ୍ଷେତ୍ରକୁ 1 ଲକ୍ଷ 52 ହଜାର କୋଟି ଟଙ୍କା, ମହିଳା ମାନଙ୍କ ଲାଗି ଉଦ୍ଦିଷ୍ଟ ଯୋଜନା ପାଇଁ 3 ଲକ୍ଷ କୋଟି ଟଙ୍କାର ଆବଣ୍ଟନ କୃଷକ ଏବଂ ମହିଳା ମାନଙ୍କ ସର୍ବାଙ୍ଗୀନ ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି।

କେନ୍ଦ୍ର ବଜେଟରେ ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଆଗାମୀ 5 ବର୍ଷରେ 3 କୋଟି ନୂତନ ଗୃହ ନିର୍ମାଣ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ଏବଂ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନାରେ ବ୍ୟୟ ବରାଦ ବୃଦ୍ଧି କରାଯାଇଛି। ଏହି ପଦକ୍ଷେପ ଦ୍ଵାରା ଓଡିଶା ଜନସାଧାରଣ ବିଶେଷ ଉପକୃତ ହେବେ।

ଜନଜାତି ସମ୍ପ୍ରଦାୟର ସାମାଜିକ ଓ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିବା ପାଇଁ, କେନ୍ଦ୍ର ସରକାର ପ୍ରଧାନ ମନ୍ତ୍ରୀ ଜନଜାତୀୟ ଉନ୍ନତ ଗ୍ରାମ ଅଭିଯାନ ନାମରେ ଏକ ନୂତନ ଯୋଜନା ଘୋଷଣା କରିଛନ୍ତି। ଏହା 5 କୋଟି ଆଦିବାସୀଙ୍କୁ ଉପକୃତ କରୁଥିବା 63,000 ଗାଁକୁ ଅନ୍ତର୍ଭୁକ୍ତ କରିବ। ଏହାଦ୍ଵାରା ଓଡିଶାର ଜନଜାତି ଭାଇ ଓ ଭଉଣୀ ମାନେ ବିଶେଷଭାବେ ଉପକୃତ ହେବେ।

ଆଗାମୀ 5 ବର୍ଷ ମଧ୍ୟରେ 4 କୋଟି 10 ଲକ୍ଷ ଯୁବକ ଯୁବତୀ ମାନଙ୍କ ପାଇଁ ଦକ୍ଷତା ବିକାଶ ଏବଂ ଅନ୍ୟାନ୍ୟ ସୁଯୋଗ ସୃଷ୍ଟି ପାଇଁ 2 ଲକ୍ଷ କୋଟିର ଖର୍ଚ୍ଚ ପାଇଁ ଯୋଜନା କରାଯାଇଛି। ଏହାଦ୍ଵାରା ଓଡିଶାର ଯୁବବର୍ଗ ବିଶେଷ ଭାବରେ ଲାଭବାନ ହେବେ।

କେନ୍ଦ୍ର ବଜେଟରେ ମୋଟ ପୁଞ୍ଜି ବିନିଯୋଗ 11 ଲକ୍ଷ 11 ହଜାର କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି, ଯାହା ଦେଶର ଅଭିବୃଦ୍ଧିରେ ସହାୟକ ହେବ। ରାଜ୍ୟ ମାନଙ୍କୁ ପୁଞ୍ଜି ଖର୍ଚ୍ଚ ପାଇଁ ସହାୟତା ରାଶିକୁ 1 ଲକ୍ଷ 50 ହଜାର କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି।

ଏହାଦ୍ଵାରା ଓଡିଶାକୁ ପ୍ରାୟ 1 ହଜାର କୋଟି ଟଙ୍କାର ଅତିରିକ୍ତ ସହାୟତା ମିଳିବ। ଏହା ପ୍ରାକ ବଜେଟ ଆଲୋଚନାରେ କେନ୍ଦ୍ର ଅର୍ଥ ମନ୍ତ୍ରୀଙ୍କ ପାଖରେ ଦାବି ଥିଲା। ଏହି ଦାବି ଗ୍ରହଣ କରିଥିବାରୁ, ମାନ୍ୟବର କେନ୍ଦ୍ର ଅର୍ଥ ମନ୍ତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରୁଅଛି।

ଓଡିଶାର ପର୍ଯ୍ୟଟନ ବିକାଶ ପାଇଁ କେନ୍ଦ୍ର ସରକାର ବଜେଟରେ ସ୍ଵତନ୍ତ୍ର ସହାୟତା ଘୋଷଣା କରିଥିବାରୁ ଆମେ କୃତଜ୍ଞ। ସ୍ଵତନ୍ତ୍ର ପୂର୍ବୋଦୟ ଯୋଜନାରେ ଓଡିଶାକୁ ଅନ୍ତର୍ଭୁକ୍ତ କରାଯାଇଛି।ଏହା ପୁଞ୍ଜି ନିବେଶ ଓ ଶିଳ୍ପ ବିକାଶରେ ସହାୟକ ହେବ।

BUDGET-2024 ବଜେଟ 2024 ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୋହନ ମାଝୀ ସାଧାରଣ ବଜେଟ
Share. Facebook Twitter LinkedIn Email WhatsApp Copy Link

Related Posts

‘ଆମେ ନିଶ୍ଚିତ ଜିତିବୁ’: ଭୋଟ ଦେବା ପୂର୍ବରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କ ବଡ ଦାବି

September 9, 2025

ପ୍ରଥମ ସପ୍ତାହାନ୍ତରେ ‘ଦି ବେଙ୍ଗଲ୍ ଫାଇଲ୍ସ’ର ଆୟ ୧୧୧% ବୃଦ୍ଧି, ଜାଣନ୍ତୁ ସବୁକିଛି

September 9, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ଜାରୀ, ତେବେ ଜଣେ ପ୍ରାର୍ଥୀ ଜିତିବାକୁ କେତେ ଭୋଟ ଆବଶ୍ୟକ

September 9, 2025

ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ: ୧୩ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା

September 9, 2025
Latest News

‘ଆମେ ନିଶ୍ଚିତ ଜିତିବୁ’: ଭୋଟ ଦେବା ପୂର୍ବରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କ ବଡ ଦାବି

September 9, 2025

ପ୍ରଥମ ସପ୍ତାହାନ୍ତରେ ‘ଦି ବେଙ୍ଗଲ୍ ଫାଇଲ୍ସ’ର ଆୟ ୧୧୧% ବୃଦ୍ଧି, ଜାଣନ୍ତୁ ସବୁକିଛି

September 9, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ଜାରୀ, ତେବେ ଜଣେ ପ୍ରାର୍ଥୀ ଜିତିବାକୁ କେତେ ଭୋଟ ଆବଶ୍ୟକ

September 9, 2025

ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ: ୧୩ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା

September 9, 2025

ଉପରାଷ୍ଟ୍ରପତି ନିର୍ବାଚନ: ପ୍ରଧାନମନ୍ତ୍ରୀ ମୋଦି ଦେଲେ ଭୋଟ୍

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.