Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜି ୩୨ତମ ଅନ୍ତର୍ଜାତୀୟ କୃଷି ଅର୍ଥନୀତିଜ୍ଞ ସମ୍ମିଳନୀ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ଆଜି ୩୨ତମ ଅନ୍ତର୍ଜାତୀୟ କୃଷି ଅର୍ଥନୀତିଜ୍ଞ ସମ୍ମିଳନୀ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

August 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳ ପ୍ରାୟ ୯:୩୦ ସମୟରେ ନୂଆଦିଲ୍ଲୀର ଜାତୀୟ କୃଷି ବିଜ୍ଞାନ କେନ୍ଦ୍ର (ଏନ୍‌ଏଏସ୍‌ସି) ପରିସରରେ ହେବାକୁ ଥିବା ୩୨ତମ ଅନ୍ତର୍ଜାତୀୟ କୃଷି ଅର୍ଥନୀତିଜ୍ଞ ସମ୍ମିଳନୀ (ଆଇସିଏଇ)ର ଉଦ୍‌ଘାଟନ କରିବେ। ଏହି ଅବସରରେ ଆୟୋଜିତ ସମାରୋହକୁ ମଧ୍ୟ ପ୍ରଧାନମନ୍ତ୍ରୀ ସମ୍ବୋଧିତ କରିବେ।

ଅନ୍ତର୍ଜାତୀୟ କୃଷି ଅର୍ଥନୀତିଜ୍ଞ ସଂଘ ଦ୍ୱାରା ଆୟୋଜିତ ଏହି ତ୍ରିକୋଣୀୟ ସମ୍ମିଳନୀ ୨ରୁ ୭ ଅଗଷ୍ଟ ୨୦୨୪ ମଧ୍ୟରେ ଅନୁଷ୍ଠିତ ହେବ। ୬୫ ବର୍ଷ ପରେ ଭାରତରେ ଆଇସିଏଇ ଅନୁଷ୍ଠିତ ହେଉଛି।

ଚଳିତ ବର୍ଷ ଏହି ସମ୍ମିଳନୀ ପାଇଁ ବିଷୟବସ୍ତୁ ହେଉଛି ‘ସ୍ଥାୟୀ କୃଷି-ଖାଦ୍ୟ ପ୍ରଣାଳୀରେ ପରିବର୍ତ୍ତନ’ । ଏହାର ଉଦ୍ଦେଶ୍ୟ ହେଉଛି ଜଳବାୟୁ ପରିବର୍ତ୍ତନ, ପ୍ରାକୃତିକ ସମ୍ପଦର ଅବନତି, ଉତ୍ପାଦନ ମୂଲ୍ୟ ବୃଦ୍ଧି ଏବଂ ଦ୍ୱନ୍ଦ ଭଳି ବିଶ୍ୱସ୍ତରୀୟ ଆହ୍ୱାନର ସମ୍ମୁଖୀନ ହୋଇ ନିରନ୍ତର କୃଷି ପାଇଁ ଏହାର ଆବଶ୍ୟକତାକୁ ମୁକାବିଲା କରିବା । ଏହି ସମ୍ମିଳନୀରେ ବିଶ୍ୱ କୃଷି ଆହ୍ୱାନ ପାଇଁ ଭାରତର ସକ୍ରିୟ ଆଭିମୁଖ୍ୟ ଉପରେ ଆଲୋକପାତ କରାଯିବା ସହ କୃଷି, ଅନୁସନ୍ଧାନ ଏବଂ ନୀତିରେ ଦେଶର ଅଗ୍ରଗତିର ପ୍ରଦର୍ଶନ କରାଯିବ ।

ଆଇସିଏଇ ୨୦୨୪ ଯୁବ ଅନୁସନ୍ଧାନକାରୀ ଏବଂ ଅଗ୍ରଣୀ ବୃତ୍ତିଗତମାନଙ୍କ ପାଇଁ ସେମାନଙ୍କର କାର୍ଯ୍ୟ ଓ ନେଟୱାର୍କକୁ ବିଶ୍ୱସ୍ତରୀୟ ସାଥୀମାନଙ୍କ ସହିତ ଉପସ୍ଥାପନ କରିବା ନିମନ୍ତେ ଏକ ପ୍ଲାଟଫର୍ମ ଭାବରେ କାର୍ଯ୍ୟ କରିବ । ଏହାର ଲକ୍ଷ୍ୟ ହେଉଛି, ଗବେଷଣା ପ୍ରତିଷ୍ଠାନ ଓ ବିଶ୍ୱବିଦ୍ୟାଳୟଗୁଡିକ ମଧ୍ୟରେ ସହଭାଗିତାକୁ ମଜବୁତ କରିବା, ଉଭୟ ଜାତୀୟ ଏବଂ ବିଶ୍ୱସ୍ତରରେ ନିତି ନିର୍ଦ୍ଧାରଣକୁ ପ୍ରଭାବିତ କରିବା ତଥା ଡିଜିଟାଲ୍ କୃଷି ଏବଂ ସ୍ଥାୟୀ କୃଷି-ଖାଦ୍ୟ ପ୍ରଣାଳୀରେ ଅଗ୍ରଗତି ସହିତ ଭାରତୀୟ କୃଷି କ୍ଷେତ୍ରର ଅଗ୍ରଗତି ମଧ୍ୟ ପ୍ରଦର୍ଶନ କରିବା । ଏହି ସମ୍ମିଳନୀରେ ୭୫ଟି ଦେଶର ପ୍ରାୟ ୧୦୦୦ ପ୍ରତିନିଧି ଅଂଶଗ୍ରହଣ କରିବେ ।

ଅନ୍ତର୍ଜାତୀୟ କୃଷି ଅର୍ଥନୀତିଜ୍ଞ ସମ୍ମିଳନୀ ଜାତୀୟ କୃଷି ବିଜ୍ଞାନ କେନ୍ଦ୍ର ଡିଜିଟାଲ୍ କୃଷି ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀ
Share. Facebook Twitter LinkedIn Email WhatsApp Copy Link

Related Posts

କାହା ପାଇଁ ଆଜିର ଦିନଟି ସୁଖ ଆଣିବ, କାହାର ବିଗିଡିବ ସ୍ୱାସ୍ଥ୍ୟ: ପଢନ୍ତୁ ମଙ୍ଗଳବାର ରାଶିଫଳ

August 5, 2025

ଜୀ ସାର୍ଥକରେ ଅଗଷ୍ଟ ୧୦ ସନ୍ଧ୍ୟା ୬.୩୦ରେ ଦେଖନ୍ତୁ ଓଡ଼ିଆ ଫିଲ୍ମ ‘ପାରି କରିବେ ଭୋଳାଶଙ୍କର ୪’

August 4, 2025

୩୩ ସିଭିଲ ଜଜଙ୍କୁ ଶପଥ ପାଠ କରାଇଲେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି

August 4, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ

August 4, 2025
Latest News

କାହା ପାଇଁ ଆଜିର ଦିନଟି ସୁଖ ଆଣିବ, କାହାର ବିଗିଡିବ ସ୍ୱାସ୍ଥ୍ୟ: ପଢନ୍ତୁ ମଙ୍ଗଳବାର ରାଶିଫଳ

August 5, 2025

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମୀକ୍ଷା: ପ୍ରଥମ ପର୍ଯ୍ୟାୟରେ ନିର୍ମାଣ ହେବ ୮୩୫ ସ୍କୁଲ

August 5, 2025

ଜୀ ସାର୍ଥକରେ ଅଗଷ୍ଟ ୧୦ ସନ୍ଧ୍ୟା ୬.୩୦ରେ ଦେଖନ୍ତୁ ଓଡ଼ିଆ ଫିଲ୍ମ ‘ପାରି କରିବେ ଭୋଳାଶଙ୍କର ୪’

August 4, 2025

୩୩ ସିଭିଲ ଜଜଙ୍କୁ ଶପଥ ପାଠ କରାଇଲେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି

August 4, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.