Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଦୁଇ ସୋମବାର ବନ୍ଦ ପରେ ଖୋଲିଲା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ, ନାହିଁ ନ ଥିବା ଭିଡ
ଜାତୀୟ ଖବର

ଦୁଇ ସୋମବାର ବନ୍ଦ ପରେ ଖୋଲିଲା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ, ନାହିଁ ନ ଥିବା ଭିଡ

August 5, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଦୁଇ ସୋମବାର ବନ୍ଦ ପରେ ଖୋଲିଲା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ, ନାହିଁ ନ ଥିବା ଭିଡ

ଭୁବନେଶ୍ବର: ‘ଲୋକଙ୍କ ମୁଖ୍ୟମନ୍ତ୍ରୀ’ ଲୋକଙ୍କୁ ଶୁଣିବାର ଧାରା ଜାରି ରଖିଛନ୍ତି। ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ଲୋକପ୍ରିୟତା ହାସଲ କରିଥିବା ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ ଅଭିଯୋଗ ପ୍ରକୋଷ୍ଠରେ ଶହ ଶହ ଲୋକଙ୍କ ଠାରୁ ସେମାନଙ୍କ ସମସ୍ୟା ଶୁଣିଥିଲେ। ଲୋକଙ୍କୁ ଆଶ୍ୱାସନା ଦେବା ଓ ସମସ୍ୟା ସମାଧାନ ହେବାର ପ୍ରତିଶୃତି ଦେବା ସହିତ ଧର୍ଯ୍ୟହରା ନ ହେବା ପାଇଁ ପରାମର୍ଶ ଦେଉଥାନ୍ତି।

ସାଧାରଣ ଲୋକଟିଏ ପକ୍ଷରେ ଜଣେ ଉଚ୍ଚ ପଦାଧିକାରୀଙ୍କୁ ଭେଟିବା କଷ୍ଟକର ହୋଇଥାଏ। କିନ୍ତୁ ନିଜେ ମୁଖ୍ୟମନ୍ତ୍ରୀ ଯେତେବେଳେ ତାଙ୍କ ଦୁଃଖ ଶୁଣୁଛନ୍ତି, ସେତେବେଳେ ସେମାନେ ଖୁସିରେ ଆତ୍ମହରା ହେଉଥାନ୍ତି। ମୁଖ୍ୟମନ୍ତ୍ରୀଙ୍କ ଆଦରପୂର୍ଣ୍ଣ କଥାରେ ସେମାନ ଆନନ୍ଦିତ ହେଉଥାନ୍ତି। ମୁଖ୍ୟମନ୍ତ୍ରୀଙ୍କ ଠାରୁ ନିର୍ଦ୍ଦେଶ ପାଇ ଅଧିକାରୀମାନେ ମଧ୍ୟ ତତ୍ପରାତର ସହ ଲୋକଙ୍କ ଅଭିଯୋଗକୁ ସଂପୃକ୍ତ ବିଭାଗକୁ ତ୍ୱରିତ ପଦକ୍ଷେପ ପାଇଁ ପ୍ରେରଣ କରୁଥାନ୍ତି। ଏ ଥିଲା ଆଜିର ଅଭିଯୋଗ ପ୍ରକୋଷ୍ଠର ଦୃଶ୍ୟ- ଯେଉଁଠି ସାଧାରଣ ଲୋକ ଓ ସରକାରଙ୍କ ମଧ୍ୟରେ ନଥିଲା କୌଣସି ପ୍ରାଚୀର।

ଜୁଲାଇ ୧ ତରିଖରୁ ଆରମ୍ଭ ହୋଇଥିବା ଅଭିଯୋଗ ଶୁଣାଣି ପ୍ରକ୍ରିୟା ଆଜି ତୃତୀୟ ଦିନରେ ପହଞ୍ଚିଲା। ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ମନ୍ତ୍ରୀ ଶ୍ରୀ ବିଭୁତି ଭୂଷଣ ଜେନା, ମନ୍ତ୍ରୀ ଶ୍ରୀ ଗଣେଶରାମ ସିଂ ଖୁଣ୍ଟିଆ, ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଆଜି ମୁଖ୍ୟମନ୍ତ୍ରୀ ସକାଳ ୧୦ଟାରେ ଶୁଣାଣି ଆରମ୍ଭ କରି ଅପରାହ୍ନ ପ୍ରାୟ ୫ଟା ପର୍ଯ୍ୟନ୍ତ ଶୁଣାଣି ଜାରି ରଖିଥିଲେ। ସମୁଦାୟ ୨୪୦୩ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା ଏବଂ ପ୍ରାୟ ୫ ହଜାରରୁ ଅଧିକ ଲୋକ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନଙ୍କୁ ଭେଟି ଥିଲେ।

ଆଜି ଆସିଥିବା ବିଭିନ୍ନ ଅଭିଯୋଗକାରୀମାନଙ୍କ ମଧ୍ୟରୁ ଜଣେ ଥିଲେ ଖୋର୍ଦ୍ଧା ଟାଙ୍ଗୀର ବ୍ୟକ୍ତି ସନ୍ତୋଷ ସାହୁ । ସେ ଜଣେ ଭିନ୍ନକ୍ଷମ। ବିଧିବଦ୍ଧଭାବେ ଉପଯୁକ୍ତ ପ୍ରକ୍ରିୟାରେ ନିଯୁକ୍ତି ପାଇଥିଲେ ମଧ୍ୟ ତାଙ୍କ ଚାକିରୀ ଛଡେଇ ନିଆ ଯାଇଛି ବୋଲି ତାଙ୍କର ଥିଲା ଅଭିଯୋଗ। ୮ ବର୍ଷ ହେଲାଣି ତାଙ୍କ ପାଞ୍ଚ ପ୍ରାଣୀ କୁଟୁମ୍ବକୁ ପୋଷିବା ପାଇଁ ସେ ବହୁତ ଦୁଃଖ କଷ୍ଟ ସହୁଛନ୍ତି। ତାଙ୍କ ସମସ୍ୟାକୁ ଉପଯୁକ୍ତ ଅନୁସନ୍ଧାନ କରାଯାଇ ତାଙ୍କୁ ନ୍ୟାୟ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କ ଠାରୁ ପ୍ରତିଶୃତି ପାଇବା ପରେ ସେ ଆଶ୍ୱସ୍ତ ହୋଇ ଫେରିଥିଲେ।

ସେହିପରି ଗଞ୍ଜାମ ଜିଲ୍ଲାର ଗୋଟିଏ ଗରିବ ପରିବାରର ଦିବ୍ୟାଙ୍ଗ ଯୁବକ ବୁଲୁ ବିଶ୍ଵାଳ। ଦୈନନ୍ଦିନ ଗୁଜୁରାଣ ମେଣ୍ଟାଇବା ସହିତ ପରିବାର ଚଳାଇବା ପାଇଁ ସ୍କୁଟି ଦେବାକୁ ଅନୁରୋଧ କରିଥିଲେ। ମୁଖ୍ୟମନ୍ତ୍ରୀ ତାଙ୍କୁ ସ୍କୁଟି ଦିଆଯିବ ବୋଲି କହିଥିଲେ। ସେଥିପାଇଁ ସେ ଖୁସୀ ମନରେ ଫେରିଲେ।

ଭୁବନେଶ୍ୱର ଶିରିପୁର ଅଞ୍ଚଳର ସୁଭାଷିନୀ ଦେଇ। ବୟସ ୮୨ ବର୍ଷ। ବେଗୁନିଆ ବ୍ଲକରେ ଭତ୍ତା ପାଉଛନ୍ତି। ତାଙ୍କ ଭତ୍ତାକୁ ଭୁବନେଶ୍ୱରରେ ପ୍ରଦାନ କରିବା ପାଇଁ ସେ ନିବେଦନ କଲେ ମୁଖ୍ୟମନ୍ତ୍ରୀଙ୍କୁ। ସଙ୍ଗେ ସଙ୍ଗେ ଜିଲ୍ଲାପାଳଙ୍କୁ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଗଲା।

ଏମିତି ଅନେକ ଲୋକ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ନିଜର ସମସ୍ୟା ସମାଧାନ କରିବା ପାଇଁ ଆସିଥିଲେ ଏବଂ ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆଶ୍ୱାସନା ପାଇ ଆଶା ଓ ଭରସାର ସହିତ ଖୁସି ମନରେ ଫେରିଥିଲେ।

CM grivance CM Grivance Cell ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରେମିକକୁ ଜୀଅନ୍ତା ଜାଳିଲା ପ୍ରେମିକା

April 22, 2026

ଓଡ଼ିଆ ସାମ୍ବାଦିକତାରେ ପିଜି ଡିପ୍ଲୋମା ପାଇଁ ଆଇଆଇଏମ୍ସି ଢେଙ୍କାନାଳରେ ଆବେଦନ ଆରମ୍ଭ

April 21, 2026

ପଶ୍ଚିମ ଏସିଆର ପରିସ୍ଥିତିକୁ ସାମ୍ବାଦିକ ସମ୍ମିଳନୀ

April 21, 2026

ଓଡ଼ିଶାରେ ସ୍ୱାଭାବିକ ଓ ସ୍ଥିର ରହିଛି ପେଟ୍ରୋଲ, ଡିଜେଲ ଏବଂ ଏଲପିଜି ଯୋଗାଣ

April 21, 2026
Latest News

ପ୍ରେମିକକୁ ଜୀଅନ୍ତା ଜାଳିଲା ପ୍ରେମିକା

April 22, 2026

ଅନିଶ୍ଚିତତାରେ ଇରାନ- ଆମେରିକା ଶାନ୍ତି ଆଲୋଚନା

April 22, 2026

ନୀତି ଓ ଜନସାଧାରଣଙ୍କ ମଧ୍ୟରେ ସଂଯୋଗର ସେତୁ ସାଜିଛି କମ୍ୟୁନିଟି ରେଡିଓ

April 22, 2026

ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ନିର୍ମଳ ମୁଣ୍ଡା ପରିବେଶ ପଥ, ଜନଜାତି ସଂଗ୍ରହାଳୟ ଏବଂ ସମନ୍ୱିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ର ଉଦଘାଟିତ

April 22, 2026

ଓଡ଼ିଆ ସାମ୍ବାଦିକତାରେ ପିଜି ଡିପ୍ଲୋମା ପାଇଁ ଆଇଆଇଏମ୍ସି ଢେଙ୍କାନାଳରେ ଆବେଦନ ଆରମ୍ଭ

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.