Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡିଶାରେ ଅଧିକ ନିଯୁକ୍ତି ନେଇ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କଲେ କେନ୍ଦ୍ର କୋଇଲା ସଚିବ
ଜାତୀୟ ଖବର

ଓଡିଶାରେ ଅଧିକ ନିଯୁକ୍ତି ନେଇ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କଲେ କେନ୍ଦ୍ର କୋଇଲା ସଚିବ

August 8, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡିଶାରେ ଅଧିକ ନିଯୁକ୍ତି ନେଇ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କଲେ କେନ୍ଦ୍ର କୋଇଲା ସଚିବ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଆଜି ଲୋକସେବା ଭବନରେ କେନ୍ଦ୍ର କୋଇଲା ବିଭାଗ ସଚିବ ଶ୍ରୀ ଅମ୍ରିତ ଲାଲ ମୀନା ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଶ୍ରୀ ମୀନାଙ୍କ ସହିତ କୋଲ୍ ଇଣ୍ଡିଆର ଅଧ୍ୟକ୍ଷ ଶ୍ରୀ ପି.ଏମ୍‌ ପ୍ରସାଦ ଏବଂ ନେଭେଲି ଲିଗ୍‌ନାଇଟ କର୍ପୋରେସନ ଓ ମହାନଦୀ କୋଲଫିଲ୍‌ଡସ ଲିମିଟେଡର ଅଧ୍ୟକ୍ଷ ମଧ୍ୟ ଉପସ୍ଥିତ ଥିଲେ ।

ଆଲୋଚନାରେ ଶ୍ରୀ ମୀନା କହିଥିଲେ ଯେ ଦେଶର ସମୁଦାୟ କୋଇଲା ଉତ୍ପାଦନରୁ ୨୦ ପ୍ରତିଶତ କୋଇଲା କେବଳ ଓଡିଶାରୁ ଉତ୍ପାଦିତ ହେଉଛି। ତେଣୁ ଓଡିଶାର ବିକାଶରେ କୋଇଲା ମନ୍ତ୍ରଣାଳୟର ପ୍ରତିବଦ୍ଧତା ରହିଛି ଏବଂ ମାନ୍ୟବର ପ୍ରଧାନମନ୍ତ୍ରୀ ଏ ଦିଗରେ ନିର୍ଦ୍ଦେଶ ଦେଇଛନ୍ତି ବୋଲି ସେ ପ୍ରକାଶ କରିଥିଲେ।

ବୈଠକରେ କୋଇଲା ସଚିବ ଶ୍ରୀ ମୀନା ଓଡିଶାରେ ଚାଲୁଥିବା ବିଭିନ୍ନ ପ୍ରକଳ୍ପ ଓ ନୂତନ ପ୍ରକଳ୍ପ ସଂପର୍କରେ ସୂଚନା ଦେଇଥିଲେ। ବିଶେଷକରି ନୂତନ ପ୍ରକଳ୍ପରେ ଆଧୁନିକ ଜ୍ଞାନକୌଶଳ ବ୍ୟବହାର କରାଯାଇ ପ୍ରଦୁଷଣ ଯଥାସମ୍ଭବ କମ୍‌ କରିବା ପାଇଁ ଗୁରୁତ୍ବ ଦିଆଯାଉଛି ବୋଲି ସେ କହିଥିଲେ।

ବ୍ୟବହୃତ ଖଣିର ବ୍ୟାକ ଫିଲିଙ୍ଗ ଓ ପୁନରୁଦ୍ଧାର ଉପରେ ବୈଠକରେ ଗୁରୁତ୍ବ ଆରୋପ କରାଯାଇଥିଲା ।

ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଏମ୍‌.ସି.ଏଲ ଓ ଅନ୍ୟାନ୍ୟ କେନ୍ଦ୍ରୀୟ କୋଇଲା PSUରେ ସ୍ଥାନୀୟ ଯୁବକଯୁବତୀ ମାନଙ୍କ ନିଯୁକ୍ତି ଉପରେ ଗୁରୁତ୍ବ ଆରୋପ କରିଥିଲେ । ତାଳଚେର ମେଡିକାଲ କଲେଜକୁ MCL ସହଯୋଗରେ ଶୀଘ୍ର କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ବ ଆରୋପ କରାଯାଇଥିଲା।

ଏହାସହିତ CSR ପାଣ୍ଠିରେ ସ୍ଥାନୀୟ ଅଞ୍ଚଳର ବିକାଶ ସଂପର୍କରେ ମଧ୍ୟ ଆଲୋଚନା ହୋଇଥିଲା । ରାଜ୍ୟରେ କ୍ରୀଡା ଭିତ୍ତିଭୂମି, ପର୍ଯ୍ୟଟନ ଓ ଅନ୍ୟାନ୍ୟ କ୍ଷେତ୍ରରେ ବିକାଶ ପାଇଁ ଏମ.ସି.ଏଲ ପାଣ୍ଠି ଯୋଗାଇ ଦେବ ବୋଲି ଜଣାଯାଇଛି।

ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ରାଜସ୍ବ ଓ ଜଙ୍ଗଲ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଡି.କେ. ସିଂହ ଏବଂ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ପ୍ରମୁଖ ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ମୋଦୀ କେବଳ ଜଣେ ବ୍ୟକ୍ତି ନୁହଁନ୍ତି ବରଂ ଏକ ବିଚାରଧାରା ଓ ଅନୁଷ୍ଠାନ: କେନ୍ଦ୍ର କୃଷି ମନ୍ତ୍ରୀ ଚୌହାନ

March 24, 2026

ନାଲକୋ କର୍ମଚାରୀଙ୍କ ସମ୍ପର୍କରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 24, 2026

ମଧ୍ୟପ୍ରାଚ୍ୟ ସଙ୍କଟ ଉପରେ ସର୍ବଦଳୀୟ ବୈଠକରେ ଯୋଗଦେବେ ନାହିଁ ରାହୁଲ ଗାନ୍ଧୀ: କହିଲେ କାରଣ

March 24, 2026

ଆଇପିଏଲର ସବୁଠାରୁ ମହଙ୍ଗା ଦଳ ହେଲା ରାଜସ୍ଥାନ ରୟାଲ୍ସ ଦଳ: ୧୫୨୮୬ କୋଟିରେ ହେଲା ବିକ୍ରି

March 24, 2026
Latest News

ମୋଦୀ କେବଳ ଜଣେ ବ୍ୟକ୍ତି ନୁହଁନ୍ତି ବରଂ ଏକ ବିଚାରଧାରା ଓ ଅନୁଷ୍ଠାନ: କେନ୍ଦ୍ର କୃଷି ମନ୍ତ୍ରୀ ଚୌହାନ

March 24, 2026

ନାଲକୋ କର୍ମଚାରୀଙ୍କ ସମ୍ପର୍କରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 24, 2026

ମଧ୍ୟପ୍ରାଚ୍ୟ ସଙ୍କଟ ଉପରେ ସର୍ବଦଳୀୟ ବୈଠକରେ ଯୋଗଦେବେ ନାହିଁ ରାହୁଲ ଗାନ୍ଧୀ: କହିଲେ କାରଣ

March 24, 2026

ଆଇପିଏଲର ସବୁଠାରୁ ମହଙ୍ଗା ଦଳ ହେଲା ରାଜସ୍ଥାନ ରୟାଲ୍ସ ଦଳ: ୧୫୨୮୬ କୋଟିରେ ହେଲା ବିକ୍ରି

March 24, 2026

ରେଳ ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ସାଂସଦ ପ୍ରତିନିଧି ଦଳ: ଜାଣନ୍ତୁ କାରଣ

March 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.