Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବିଜେଡି ପାଳନ କଲା ବିଶ୍ବ ଆଦିବାସୀ ଦିବସ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଲେ ଏପରି କଥା
ଜାତୀୟ ଖବର

ବିଜେଡି ପାଳନ କଲା ବିଶ୍ବ ଆଦିବାସୀ ଦିବସ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଲେ ଏପରି କଥା

August 9, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଜେଡି ପାଳନ କଲା ବିଶ୍ବ ଆଦିବାସୀ ଦିବସ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଲେ ଏପରି କଥା

ଭୁବନେଶ୍ବର: ଆଜି ବିଶ୍ବ ଆଦିବାସୀ ଦିବସ ତଥା କ୍ରାନ୍ତୀ ଦିବସକୁ ପାଳନ କରିଛି ବିଜୁ ଜନତା ଦଳ। ଏଥିରେ ଦଳର ସଭାପତି ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଯୋଗଦେଇ ଯାହା କହିଲେ ତାହା ହେଲା…

ସମସ୍ତଙ୍କୁ ନମସ୍କାର, ଆଜି, ଆମେ ବିଶ୍ୱ ଜନଜାତି ଦିବସ ପାଳନ କରୁଛୁ। ଆଜି ମଧ୍ୟ ଅଗଷ୍ଟ କ୍ରାନ୍ତି ଦିବସ ପାଳନ ହେଉଛି। ଏହି ଅବସରରେ, ସହିଦମାନଙ୍କୁ ମୋର ଶ୍ରଦ୍ଧାଞ୍ଜଳି।
ଓଡ଼ିଶା ପାଇଁ ଆଜି ଦିନର ବିଶେଷ ଗୁରୁତ୍ୱ ରହିଛି । ପ୍ରାୟ ଏକ ଚତୁର୍ଥାଂଶ ହେଉଛନ୍ତି ଜନଜାତି। ଆମ ଓଡ଼ିଶାରେ ୬୪ ପ୍ରକାରର ଜନଜାତି ଏବଂ ୧୩ ଆଦିମ ଜନଜାତି, ଭାଇଭଉଣୀ ବାସ କରନ୍ତି।

ଜନଜାତି ଭାଇଭଉଣୀ ମାନଙ୍କ କଲ୍ୟାଣ ଏବଂ ସଂସ୍କୃତିର ସୁରକ୍ଷା ପାଇଁ ବିଜେଡି ସରକାର ଅନେକ ପଦକ୍ଷେପ ନେଇଥିଲା। ମୁଁ ବହୁତ ଖୁସି ଯେ, କୋରାପୁଟରେ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ, କଳାହାଣ୍ଡିରେ ସହିଦ ରେଣ୍ଡୋ ମାଝି ମେଡିକାଲ କଲେଜ, ବାରିପଦାରେ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଏବଂ ରାଉରକେଲାରେ ଭଗବାନ ବିର୍ଶାମୁଣ୍ଡା ହକି ଷ୍ଟାଡିୟମ ବିଜେଡି ସରକାର କରିଛି।

ସେମାନଙ୍କ ସଂସ୍କୃତିର ସୁରକ୍ଷା ପାଇଁ ବିଜେଡି ସରକାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଥ‍ିଲା। ଏହା ଥିଲା ସାରା ଦେଶରେ ନୂଆ। ଜଙ୍ଗଲ ଜମି ଅଧିକାର ହେଉ ବା ଶିକ୍ଷାର ପ୍ରସାର ବା ଜୀବିକାର ସୁରକ୍ଷା ବା ସାନ୍ତାଳି ଭାଷାକୁ ସମ୍ବିଧାନର ଅଷ୍ଠମ ପରିଚ୍ଛଦରେ ସାମିଲ କରିବା ଏସବୁ କାମ ବିଜେଡି ସରକାର ସମୟରେ ହି ହୋଇଛି। ଶିକ୍ଷା ଓ ଜୀବିକା ର ବିକାଶ ସେମାନଙ୍କ ସଶକ୍ତିକରଣ ପାଇଁ ଖୁବ ଜରୁରୀ।

ଦୀର୍ଘ ଦିନରୁ କେନ୍ଦ୍ରରେ ବିଚାରାଧୀନ ଥିବା ଓଡିଶାର ଏସଟି ତାଲିକାରେ 169 ସମ୍ପ୍ରଦାୟକୁ ଅନ୍ତର୍ଭୁକ୍ତ କରିବାକୁ ବିଜେଡି ସରକାର ପ୍ରସ୍ତାବ ପଠାଇଛନ୍ତି। ଏହା ବ୍ୟତୀତ ବିଜେଡି ସରକାର ଆମ ସମ୍ବିଧାନର ଅଷ୍ଟମ କାର୍ଯ୍ୟସୂଚୀରେ ହୁ, ମୁଣ୍ଡାରୀ, ଭୁମିଜ ସଉରା ଆଦି ବିଭିନ୍ନ ଆଦିବାସୀ ଭାଷା ଅନ୍ତର୍ଭୁକ୍ତ କରିବାକୁ କେନ୍ଦ୍ର ସରକାରଙ୍କୁ ବାରମ୍ବାର ଅନୁରୋଧ କରିଛୁ। ମୁଁ ଆଶା କରୁଛି ଖୁବ୍ ଶୀଘ୍ର କେନ୍ଦ୍ର ସରକାର ଏ ଦିଗରେ ଉପଯୁକ୍ତ ପଦକ୍ଷେପ ନେବେ।

ଆଦିବାସୀ ଭାଇଭଉଣୀମାନଙ୍କ ପାଇଁ ଆମେ ଗର୍ବିତ। ସେମାନଙ୍କ ବିକାଶ ଓ ସ୍ୱତନ୍ତ୍ର ପରିଚୟର ସୁରକ୍ଷା ପାଇଁ ବିଜେଡି ତାର ଉଦ୍ଦ୍ୟମ ଜାରି ରଖ‍ିବ। ବନ୍ଦେ ଉତ୍କଳ ଜନନୀ

ନବୀନ ପଟ୍ଟନାୟକ ବିଜୁ ଜନତା ଦଳ
Share. Facebook Twitter LinkedIn Email WhatsApp Copy Link

Related Posts

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026

ଓୟୁଏସ୍‌ଏସ୍‌ଏସ୍‌ସି ପାଇଁ ୭୨ଟି ନୂତନ ପଦବୀ

April 15, 2026

ବରଯାତ୍ରୀ ଗାଡ଼ି ଦୁର୍ଘଟଣା: ୧ ମୃତ, ୧୫ ଆହତ

April 15, 2026

ଆଜି ଶକ୍ତି ପ୍ରଦର୍ଶନ କରିବ ଓଡ଼ିଶା ଜନତା କଂଗ୍ରେସ

April 15, 2026
Latest News

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026

ଓୟୁଏସ୍‌ଏସ୍‌ଏସ୍‌ସି ପାଇଁ ୭୨ଟି ନୂତନ ପଦବୀ

April 15, 2026

ଜୟଶ୍ରୀରାମ କୁହନ୍ତୁ: ଚିକିତ୍ସାରେ ରିହାତି ପାଆନ୍ତୁ

April 15, 2026

ଉପକୂଳ ସମୁଦ୍ରରେ ମାଛଧରା ନିଷେଧ

April 15, 2026

ବରଯାତ୍ରୀ ଗାଡ଼ି ଦୁର୍ଘଟଣା: ୧ ମୃତ, ୧୫ ଆହତ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.