Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡ଼ିଶାର ୬ ପ୍ରକଳ୍ପ ସମେତ ଦେଶରେ ୮ଟି ନୂଆ ରେଳମାର୍ଗ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରୀ
ଜାତୀୟ ଖବର

ଓଡ଼ିଶାର ୬ ପ୍ରକଳ୍ପ ସମେତ ଦେଶରେ ୮ଟି ନୂଆ ରେଳମାର୍ଗ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରୀ

August 10, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଗୁରୁତ୍ୱପୂର୍ଣ୍ଣ ଚାରିଟି ରେଳ ଲାଇନ୍‌ ସମ୍ପ୍ରସାରଣ ବା ମଲ୍ଟିଟ୍ରାକିଂ ପ୍ରକଳ୍ପକୁ ଅନୁମୋଦନ କରାଯାଇଛି।
ଗୁରୁତ୍ୱପୂର୍ଣ୍ଣ ଚାରିଟି ରେଳ ଲାଇନ୍‌ ସମ୍ପ୍ରସାରଣ ବା ମଲ୍ଟିଟ୍ରାକିଂ ପ୍ରକଳ୍ପକୁ ଅନୁମୋଦନ କରାଯାଇଛି।

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ମୋଟ ୨୪,୬୫୭ କୋଟି ଟଙ୍କା (ପାଖାପାଖି) ବ୍ୟୟ ଅଟକଳ ସହିତ ରେଳ ମନ୍ତ୍ରଣାଳୟର ୮ଟି ନୂଆ ରେଳ ମାର୍ଗ ପ୍ରକଳ୍ପକୁ ଅନୁମୋଦନ କରିଛି। ଏସବୁ ପ୍ରକଳ୍ପ ମଧ୍ୟରେ ଓଡ଼ିଶାର ୬ଟି ରେଳ ପ୍ରକଳ୍ପ ସାମିଲ ରହିଛି। ଏସବୁ ପ୍ରକଳ୍ପ ହେଲା, ଗୁଣପୁର-ଥେରୁବାଲି (ନୂଆ ଲାଇନ), ଜୁନାଗଡ଼-ନବରଙ୍ଗପୁର, ବାଦାମପାହାଡ଼-କେନ୍ଦୁଝରଗଡ଼, ବାଙ୍ଗିରିପୋଷୀ-ଗୋରୁମହିଷାଣୀ, ମାଲକାନଗିରି-ପାଣ୍ଡୁରଙ୍ଗପୁରମ୍‌ (ଭାୟା ଭଦ୍ରାଚଳମ୍‌) ଏବଂ ବୁଢ଼ାମରା-ଚକୁଳିଆ।

ପ୍ରସ୍ତାବିତ ନୂତନ ରେଳମାର୍ଗ ସିଧାସଳଖ ଯୋଗାଯୋଗ ପ୍ରଦାନ କରିବ ଏବଂ ଗମନାଗମନରେ ସୁଧାର ଆଣିବ, ଭାରତୀୟ ରେଳବାଇ ପାଇଁ ଦକ୍ଷତା ଓ ସେବା ବିଶ୍ୱସନୀୟତା ପ୍ରଦାନ କରିବ। ଏହି ପ୍ରକଳ୍ପଗୁଡ଼ିକ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନୂତନ ଭାରତର ପରିକଳ୍ପନା ଅନୁରୂପ ହୋଇଥିବାରୁ ଏହି ଅଞ୍ଚଳର ଲୋକଙ୍କୁ ବ୍ୟାପକ କ୍ଷେତ୍ରୀୟ ବିକାଶ ମାଧ୍ୟମରେ ‘‘ଆତ୍ମନିର୍ଭରଶୀଳ’’ କରିବ ଯାହା ସେମାନଙ୍କ ନିଯୁକ୍ତି / ସ୍ୱରୋଜଗାର ସୁଯୋଗ ବୃଦ୍ଧି କରିବ।

ଏହି ପ୍ରକଳ୍ପଗୁଡ଼ିକ ବହୁମୁଖୀ ଯୋଗାଯୋଗ ପାଇଁ ପିଏମ-ଗତି ଶକ୍ତି ଜାତୀୟ ମାଷ୍ଟର ପ୍ଲାନର ଫଳାଫଳ ଅଟେ ଯାହା ସମନ୍ୱିତ ଯୋଜନା ମାଧ୍ୟମରେ ସମ୍ଭବ ହୋଇଛି। ଏସବୁ ପ୍ରକଳ୍ପ ସାଧାରଣ ଲୋକ, ଦ୍ରବ୍ୟ ଏବଂ ସେବାଗୁଡିକର ପରିବହନ ପାଇଁ ନିରବଚ୍ଛିନ୍ନ ସଂଯୋଗ ପ୍ରଦାନ କରିବ।

ଓଡ଼ିଶା, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ଝାଡ଼ଖଣ୍ଡ, ବିହାର, ତେଲଙ୍ଗାନା ଓ ପଶ୍ଚିମବଙ୍ଗର ୧୪ଟି ଜିଲ୍ଲାକୁ ଅନ୍ତର୍ଭୁକ୍ତ କରି ୮ଟି ପ୍ରକଳ୍ପ ଭାରତୀୟ ରେଳବାଇର ବର୍ତ୍ତମାନର ନେଟୱର୍କକୁ ୯୦୦ କିଲୋମିଟର ବୃଦ୍ଧି କରିବ।

ଏହି ପ୍ରକଳ୍ପ ଗୁଡ଼ିକ ଦ୍ୱାରା ୬୪ଟି ନୂଆ ଷ୍ଟେସନ ନିର୍ମାଣ କରାଯିବ, ଯାହା ୬ ଆକାଂକ୍ଷୀ ଜିଲ୍ଲା (ପୂର୍ବ ସିଂହବୁମ, ଭଦାଦ୍ରି କୋଠଗୁଡେମ, ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା)ର ପାଖାପାଖି ୫୧୦ଟି ଗାଁ ଏବଂ ପ୍ରାୟ ୪୦ ଲକ୍ଷ ଜନସଂଖ୍ୟା ପାଇଁ ଗମନାଗମନରେ ସୁଧାର ଆଣିବ।

ୟୁନେସ୍କୋର ବିଶ୍ୱ ଐତିହ୍ୟ ସ୍ଥଳ ଅଜନ୍ତା ଗୁମ୍ଫାକୁ ଭାରତୀୟ ରେଳ ନେଟୱାର୍କ ସହିତ ସଂଯୋଗ କରାଯିବ।

କୃଷି ଜାତ ଦ୍ରବ୍ୟ, ସାର, କୋଇଲା, ଲୁହାପଥର, ଇସ୍ପାତ, ସିମେଣ୍ଟ, ବକ୍ସାଇଟ୍, ଚୂନପଥର, ଆଲୁମିନିୟମ ପାଉଡର, ଗ୍ରାନାଇଟ୍, ବାଲି, କଣ୍ଟେନର ଇତ୍ୟାଦି ସାମଗ୍ରୀ ପରିବହନ ପାଇଁ ଏଗୁଡ଼ିକ ଅତ୍ୟାବଶ୍ୟକ ମାର୍ଗ। କ୍ଷମତା ବୃଦ୍ଧି କାର୍ଯ୍ୟ ଫଳରେ ବାର୍ଷିକ ୧୪୩ ଏମଟିପିଏ (ବାର୍ଷିକ ନିୟୁତ ଟନ୍) ପରିମାଣର ଅତିରିକ୍ତ ମାଲ ପରିବହନ ହେବ। ରେଳବାଇ ପରିବେଶ ଅନୁକୂଳ ଏବଂ ଶକ୍ତି ଦକ୍ଷ ପରିବହନ ମାଧ୍ୟମ ହୋଇଥିବାରୁ ଉଭୟ ଜଳବାୟୁ ଲକ୍ଷ୍ୟ ହାସଲ ଏବଂ ଦେଶର ଲଜିଷ୍ଟିକ୍ ଖର୍ଚ୍ଚ କୁ ହ୍ରାସ ହୋଇପାରିବ। ଏହା ତୈଳ ଆମଦାନୀ (୩୨.୨୦ କୋଟି ଲିଟର) ହ୍ରାସ କରିବ ଏବଂ ଅଙ୍ଗାରକାମ୍ଳ ନିର୍ଗମନ (0.87 ନିୟୁତ ଟନ୍) ହ୍ରାସ କରିବାରେ ସାହାଯ୍ୟ କରିବ ଯାହା କି ୩.୫ କୋଟି ବୃକ୍ଷରୋପଣ ସହିତ ସମାନ।

ଓଡିଶା କେନ୍ଦ୍ର କ୍ୟାବିନେଟ୍ ନରେନ୍ଦ୍ର ମୋଦୀ ରେଳ ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ନୂତନ ପୁରୀ-କୋରାପୁଟ ଏକ୍ସପ୍ରେସ ଏବଂ ଦୈନିକ ବ୍ରହ୍ମପୁର-ଉଧନା ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ

July 6, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ: ବାତିଲ୍ ହେଲା ଏହି ସବୁ ଟ୍ରେନ

July 6, 2026

ଇଣ୍ଡିଆ ଟୁଡେ ସର୍ଭେ ରେ ଭାରତର ଦ୍ୱିତୀୟ ଶ୍ରେଷ୍ଠ ଉନ୍ନତ ମେଡିକାଲ କଲେଜ ହେଲା ଏମ୍ସ ଭୁବନେଶ୍ୱର

July 6, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

July 6, 2026
Latest News

ପୁରୀ–କୋରାପୁଟ ଏକ୍ସପ୍ରେସର ଶୁଭାରମ୍ଭ: ଆଦିବାସୀ ସମ୍ପ୍ରଦାୟ ପାଇଁ ସୃଷ୍ଟି ହେବ ନୂତନ ଆର୍ଥିକ ସୁଯୋଗ

July 6, 2026

ନୂତନ ପୁରୀ-କୋରାପୁଟ ଏକ୍ସପ୍ରେସ ଏବଂ ଦୈନିକ ବ୍ରହ୍ମପୁର-ଉଧନା ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ

July 6, 2026

ସମ୍ ହସ୍ପିଟାଲରେ ଅସୁସ୍ଥ ନବଜାତ ଶିଶୁକୁ ନୂଆ ଜୀବନ ଦେଲେ ଡାକ୍ତର

July 6, 2026

ରଣପୁରର ନୂଆପଡ଼ା ସଂରକ୍ଷିତ ଜଙ୍ଗଲରେ ୭୭ତମ ବନମହୋତ୍ସବ ପାଳିତ

July 6, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ: ବାତିଲ୍ ହେଲା ଏହି ସବୁ ଟ୍ରେନ

July 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.