Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ନବୀନ ପଟ୍ଟନାୟକ କଲେ ପତାକା ଉତ୍ତୋଳନ, ସଂଗ୍ରାମୀ ଦାୟାଦଙ୍କୁ ସମ୍ମାନିତ
ଜାତୀୟ ଖବର

ନବୀନ ପଟ୍ଟନାୟକ କଲେ ପତାକା ଉତ୍ତୋଳନ, ସଂଗ୍ରାମୀ ଦାୟାଦଙ୍କୁ ସମ୍ମାନିତ

August 15, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ନବୀନ ପଟ୍ଟନାୟକ କଲେ ପତାକା ଉତ୍ତୋଳନ, ସଂଗ୍ରାମୀ ଦାୟାଦଙ୍କୁ ସମ୍ମାନିତ

ଭୁବନେଶ୍ୱର: ଅଠସ୍ତରୀ ତମ ସ୍ୱାଧୀନତା ଦିବସ ଆଜି ବିଜୁ ଜନତା ଦଳ କାର୍ଯ୍ୟାଳୟ ରେ ସମାରୋହ ସହକାରେ ପାଳିତ ହୋଇଯାଇଛି। ଦଳ ସଭାପତି ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟାଳୟ ପରିସର ରେ ଜାତୀୟ ପତାକା ଉତୋଳନ କରିଥିଲେ।

ପରେ ବିଜେଡି ରାଜ୍ୟ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଆୟୋଜିତ ସଭା ରେ ଯୋଗ ଦେଇ ଜାତିର ଜନକ ମହାତ୍ମା ଗାନ୍ଧୀ, ନେତାଜୀ ସୁଭାଷ ବୋଷ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ ଏବଂ ବିଜୁ ବାବୁଙ୍କ ଫଟୋ ଚିତ୍ର ରେ ପୁଷ୍ପାର୍ଘ୍ୟ ପ୍ରଦାନ କରି ସମ୍ମାନ ଜଣାଇଥିଲେ।

ଏହି ଅବସରରେ ଶ୍ରୀ ପଟନାୟକ ସ୍ୱାଧୀନତା ସଂଗ୍ରାମୀ ମାନଙ୍କ ଦାୟାଦ ମାନଙ୍କୁ ଉତ୍ତରୀୟ ଓ ପୁଷ୍ପ ଗୁଛ ଦେଇ ସମ୍ବର୍ଦ୍ଧିତ କରିଥିଲେ. ସମ୍ବର୍ଦ୍ଧିତ ହୋଇଥିବା ବ୍ୟକ୍ତିତ୍ୱ ମାନେ ହେଲେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଜୟକୃଷ୍ଣ ମହାନ୍ତି ଓ କିରଣ ବାଳା ମହାନ୍ତି ଙ୍କ କନ୍ୟା ସୁମିତ୍ରା ଜେନା, ଧାମନଗରର ବିଶିଷ୍ଟ ସଂଗ୍ରାମୀ ମୁରଲୀଧର ଜେନାଙ୍କ ବୋହୁ ମମତା ଜେନା, ବିଶିଷ୍ଟ ସଂଗ୍ରାମୀ ନୀଳମଣି ସାମଲ ଙ୍କ ପୁତ୍ର ଚନ୍ଦ୍ରକାନ୍ତ ସାମଲଙ୍କୁ ନବୀନ ପଟ୍ଟନାୟକ ସମ୍ମାନିତ କରିଥିଲେ।

ସେହିପରି ବେଗୁନିଆ ଗାନ୍ଧୀ ନୀଳକଣ୍ଠ ମିଶ୍ର ଙ୍କ ପୁତ୍ର ଶିବନାରାୟଣ ମିଶ୍ର, ଭଦ୍ରକ ତାଳପଡା ର ବିଶିଷ୍ଟ ସଂଗ୍ରାମୀ କୃପାସିନ୍ଧୁ ଦାଶ ଙ୍କ ନାତୁଣୀ କିରଣ ବାଳା ଦାଶ,ଏରସମା ର ବିଶିଷ୍ଟ ସଂଗ୍ରାମୀ ଭୀମଚରଣ ଦାସ ଙ୍କ ପୁତ୍ର ଶିବବ୍ରତ ଦାସ ଭୁବନେଶ୍ୱର ଲଷ୍ମୀସାଗର ର ବିଶିଷ୍ଟ ସଂଗ୍ରାମୀ ଝୁଲ ଲେଙ୍କା ଙ୍କ ପୁତ୍ର ବିଜୟ ଲେଙ୍କା,ବଡ଼ଚଣା ର ବିଶିଷ୍ଟ ସଂଗ୍ରାମୀ ଭିକାରୀ ଚରଣ ମହାନ୍ତି ଙ୍କ ପୁତ୍ର ପ୍ରମେଶ ମହାନ୍ତି ଏବଂ ବିଶିଷ୍ଟ ସଂଗ୍ରାମୀ ହରି ବାରିକ ଙ୍କ ପୁଅ ହିମାଂଶୁ ବାରିକ ଙ୍କୁ ସଭାପତି ଶ୍ରୀ ନବୀନ ପଟନାୟକ ସମ୍ବର୍ଦ୍ଧିତ କରିଥିଲେ।

ଏହି ଅବସରରେ ଉଦବୋଧନ ଦେଇ ସଭାପତି ଶ୍ରୀ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ ଦେଶ ତଥା ରାଜ୍ୟ ର ଗୌରବ ବୃଦ୍ଧି ପାଈଁ କାମ କରିବାକୁ ପରାମର୍ଶ ଦେଇଥିଲେ।

ବିଜେଡି ସମନ୍ୱୟ କମିଟି ଅଧ୍ୟକ୍ଷ ଶ୍ରୀ ଦେବୀ ପ୍ରସାଦ ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ
ପ୍ରାରମ୍ଭ ରେ କବିବର ରାଧାନାଥ ରାୟ ଙ୍କ ପ୍ରସିଦ୍ଧ ସର୍ବେସାଂ ନୋ ଜନନୀ ଭାରତ ସଂଗୀତ ଗାନ କରାଯାଇଥିଲା ଏବଂ ଭକ୍ତକବି ମଧୁସୂଦନ ଦାସ ଙ୍କ ଲୋକପ୍ରିୟ ତୁହି ମା ଜନମ ଭୂମି ପବିତ୍ର ଉତ୍କଳ ଭୂମି ସଂଗୀତ ସହ ସଭା ସାଙ୍ଗ କରାଯାଇଥିଲା।

ଏହି କାର୍ଯ୍ୟକ୍ରମ ରେ ବିଜେଡି ବିଧାୟକ, କର୍ମକର୍ତ୍ତା, ଭୁବନେଶ୍ୱର ମେୟର ପୂର୍ବତନ ମନ୍ତ୍ରୀ ବିଧାୟକ, କର୍ପୋରେଟର ଓ ଦଳୀୟ କର୍ମୀ ମାନେ ବହୁସଂଖ୍ୟାରେ ସାମିଲ ହୋଇ ଭାରତ ମାତାଙ୍କ ବନ୍ଦନା କରିଥିଲେ। ସେହିପରି ନବୀନ ନିବାସ ଠାରେ ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକ ସ୍କୁଲ ପିଲା ମାନଙ୍କ ଗହଣ ରେ ପତାକା ଉତ୍ତୋଳନ କରି ଥିଲେ।

ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୫ରେ ଓଡ଼ିଶାରେ ଦୁଇ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି ଜିଓ ଏୟାରଫାଇବର: ଟ୍ରାଇ ତଥ୍ୟ

February 13, 2026

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026
Latest News

୨୦୨୫ରେ ଓଡ଼ିଶାରେ ଦୁଇ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି ଜିଓ ଏୟାରଫାଇବର: ଟ୍ରାଇ ତଥ୍ୟ

February 13, 2026

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.