Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡିଶାରୁ ୧ କୋଟି ସଦସ୍ୟ ସଂଗ୍ରହ କରିବ ବିଜେପି, ଆରମ୍ଭ ହେବ ଅଭିଯାନ
ଜାତୀୟ ଖବର

ଓଡିଶାରୁ ୧ କୋଟି ସଦସ୍ୟ ସଂଗ୍ରହ କରିବ ବିଜେପି, ଆରମ୍ଭ ହେବ ଅଭିଯାନ

August 19, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଜେପି
ତିରୁବନନ୍ତପୁରମରେ ବିଜେପିର ବିଜୟ: ପରାଜୟ ପାଇଁ କଂଗ୍ରେସକୁ ଦାୟୀ କଲା ବାମପନ୍ଥୀ ଦଳ

ଭୁବନେଶ୍ୱର: ବିଜେପି ସମ୍ବିଧାନ ଅନୁସାରେ ପ୍ରତି ତିନି ବର୍ଷରେ ଥରେ ନୂତନ ସଭ୍ୟ ସଂଗ୍ରହ କରାଯାଇଥାଏ। ସଭ୍ୟ ସଂଗ୍ରହ ଅଭିଯାନ ପରେ ସଦସ୍ୟତା ଆଧାରରେ ଦଳର ପୁର୍ନବିନ୍ୟାସ ହେବା ସହ ନୂତନ ଦାୟିତ୍ୱ ବଂଟନ କରାଯାଏ। ବିଜେପିର ଆରମ୍ଭ ହେବ ସଦସ୍ୟତା ଅଭିଯାନ। ସମଗ୍ର ଦେଶ ସମେତ ଓଡିଶାରେ ମଧ୍ୟ ବିଜେପିର ସଦ୍ୟସତା ଅଭିଯାନ ଆହୁରି ଆଗକୁ ନେବା ଏବଂ ନୁଆ ସଦସ୍ୟମାନଙ୍କୁ ଦଳରେ ସାମିଲ କରିବା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି।

ପ୍ରଥମେ ରାଜ୍ୟ, ଜିଲ୍ଲା, ମଣ୍ଡଳ ଓ ବୁଥ ସ୍ତରରେ କାର୍ଯ୍ୟକର୍ତାଙ୍କୁ ନେଇ ଅନୁଷ୍ଠିତ ହେବ ସ୍ୱତନ୍ତ୍ର କର୍ମଶାଳା। ଆସନ୍ତା କାଲି ରାଜ୍ୟସ୍ତରୀୟ କର୍ମଶାଳା ଅନୁଷ୍ଠିତ ହେବ ଏବଂ ରାଜ୍ୟର ସମସ୍ତ ସାଂସଦ, ବିଧାୟକ, ପଦାଧିକାରୀ, ଜିଲ୍ଲା ସଭାପତି, ସାଧାରଣ ସଂପାଦକ, ପ୍ରଭାରୀ ଏବଂ ସଦସ୍ୟତା କମିଟିର ସଦସ୍ୟମାନେ ଉପସ୍ଥିତ ରହିବେ। ଏହି କର୍ମଶାଳାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡା, ରାଷ୍ଟ୍ରୀୟ ସଦସ୍ୟତା ଅଭିଯାନ ଟୋଲିର ସଦସ୍ୟ ଶ୍ରୀ ଋତୁରାଜ ସିହ୍ନା, ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟ ପାଲ ସିଂହ ତୋମାର ଏବଂ ସହପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି ପ୍ରମୁଖ ଉପସ୍ଥିତ ରହି ମାର୍ଗଦର୍ଶନ କରିବେ।

ସେହିପରି ସଦସ୍ୟତା ଅଭିଯାନ ପାଇଁ ଆସନ୍ତା ୨୨, ୨୩ ଓ ୨୪ରେ ଜିଲ୍ଲାସ୍ତରୀୟ ଏବଂ ୨୫, ୨୬ ଓ ୨୭ ତାରିଖରେ ମଣ୍ଡଳସ୍ତରୀୟ କର୍ମଶାଳା ଅନୁଷ୍ଠିତ ହେବ। ଆସନ୍ତା ୩୧ ତାରିଖ ସୁଦ୍ଧା ବୁଥସ୍ତରୀୟ କର୍ମଶାଳା ସମାପ୍ତ ହେବ ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ସୁଚନା ଦେଇଛନ୍ତି।

ସର୍ବଭାରତୀୟ ସଦସ୍ୟତା ଅଭିଯାନ ପାଇଁ ଗତ ୧୭ ଓ ୧୮ ତାରିଖ ଦିନ ଦିଲ୍ଲୀଠାରେ ସଦସ୍ୟତା ଅଭିଯାନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ସେପ୍ଟେମ୍ବର ୧ ତାରିଖ ଦିନ ରାଷ୍ଟ୍ରୀୟସ୍ତରରେ ସଦସ୍ୟତା ଅଭିଯାନର ଶୁଭାରମ୍ଭ ହେବ। ସର୍ବପ୍ରଥମେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ.ପି.ନଡ୍ଡା ସଦସ୍ୟତା ଗ୍ରହଣ କରିବା ପରେ ଦେଶବ୍ୟାପୀ ଆରମ୍ଭ ହେବ ସଦସ୍ୟତା ଅଭିଯାନ।

ଦଳର ବିଚାରଧାରାକୁ ଭଲ ପାଉଥିବା ଏବଂ ବିଜେପିକୁ ସମର୍ଥନ କରୁଥିବା ଲୋକଙ୍କୁ ସଦସ୍ୟ କରାଯିବ। ଲୋକଙ୍କ ପାଖକୁ ଯାଇ ସଂପର୍କ ସ୍ଥାପନା କରିବେ କାର୍ଯ୍ୟକର୍ତା। ୧୮ ବର୍ଷରୁ ଉର୍ଦ୍ଧ୍ୱ ନାଗରିକ ସଦସ୍ୟ ହୋଇପାରିବେ। ଓଡିଶାରେ ୧ କୋଟି ସଦସ୍ୟ ପାଇଁ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଚଳିତ ଥର ରାଜ୍ୟରେ ୧ ଲକ୍ଷ ‘ସକ୍ରିୟ ସଦସ୍ୟ’ ପାଇଁ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ରାଜ୍ୟରେ ସଦସ୍ୟତା ଅଭିଯାନର ମୁଖ୍ୟ ଭାବେ ବରିଷ୍ଠ ନେତା ଶ୍ରୀ ରଞ୍ଜନ ପଟେଲଙ୍କୁ ଦାୟୀତ୍ୱ ପ୍ରଦାନ କରାଯାଇଛି ବୋଲି ରାଜ୍ୟ ସଭାପତି ଶ୍ରୀ ସାମଲ କହିଛନ୍ତି।

ଓଡିଶା ବିଜେପି ବିଜେପି ସଦସ୍ୟ ସଂଗ୍ରହ ବିଜେପି ସଭ୍ୟ ସଂଗ୍ରହ
Share. Facebook Twitter LinkedIn Email WhatsApp Copy Link

Related Posts

ଏଣିକି ଭୁବନେଶ୍ଵରରୁ ଶିରିଡ଼ି, ତିରୁପତିକୁ ଉଡ଼ିବ ବିମାନ

April 22, 2026

ନିର୍ବନ୍ଧର ତିନିଦିନ ପରେ ବିଲରୁ ମିଳିଲା ଯୁବତୀଙ୍କ ମୃତଦେହ

April 22, 2026

ବଙ୍ଗଳା ନିର୍ବାଚନ ଉପରେ ECIଙ୍କ କଡ଼ା ପଦକ୍ଷେପ, ୨୦ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଆକାଶ ମାର୍ଗରୁ କଲେ ସର୍ଭେ

April 22, 2026

ବାହାଘରର ପ୍ରସେସନରେ ଗୁଳିକାଣ୍ଡ : ଦୁଇ ଗୁରୁତର

April 22, 2026
Latest News

ଏଣିକି ଭୁବନେଶ୍ଵରରୁ ଶିରିଡ଼ି, ତିରୁପତିକୁ ଉଡ଼ିବ ବିମାନ

April 22, 2026

ନିର୍ବନ୍ଧର ତିନିଦିନ ପରେ ବିଲରୁ ମିଳିଲା ଯୁବତୀଙ୍କ ମୃତଦେହ

April 22, 2026

ବଙ୍ଗଳା ନିର୍ବାଚନ ଉପରେ ECIଙ୍କ କଡ଼ା ପଦକ୍ଷେପ, ୨୦ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଆକାଶ ମାର୍ଗରୁ କଲେ ସର୍ଭେ

April 22, 2026

ବାହାଘରର ପ୍ରସେସନରେ ଗୁଳିକାଣ୍ଡ : ଦୁଇ ଗୁରୁତର

April 22, 2026

ହାତୀ ଆକ୍ରମଣରେ ବୃଦ୍ଧା ମୃତ୍ୟୁ

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.