Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜି ମହାରାଷ୍ଟ୍ର ଓ ରାଜସ୍ଥାନ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ଆଜି ମହାରାଷ୍ଟ୍ର ଓ ରାଜସ୍ଥାନ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

August 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨ଆଜି ମହାରାଷ୍ଟ୍ରର ଜଲଗାଓଁ ଏବଂ ରାଜସ୍ଥାନର ଯୋଧପୁର ଗସ୍ତ କରିବେ। ସକାଳ ପ୍ରାୟ ୧୧:୧୫ ସମୟରେ, ପ୍ରଧାନମନ୍ତ୍ରୀ ଲକ୍ଷପତି ଦିଦି ସମ୍ମିଳନୀରେ ଅଂଶଗ୍ରହଣ କରିବେ। ଅପରାହ୍ନ ପ୍ରାୟ ୪:୩୦ ସମୟରେ, ପ୍ରଧାନମନ୍ତ୍ରୀ ଯୋଧପୁରରେ ରାଜସ୍ଥାନ ହାଇକୋର୍ଟର ପ୍ଲାଟିନମ୍ ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ।

ମହାରାଷ୍ଟ୍ରରେ ପ୍ରଧାନମନ୍ତ୍ରୀ :

ଲକ୍ଷପତି ଦିଦି ସମ୍ମିଳନୀରେ ଭାଗ ନେବା ପାଇଁ ପ୍ରଧାନମନ୍ତ୍ରୀ ଜଲଗାଓଁ ଗସ୍ତ କରିବେ। ସେଠାରେ ସେ ୧୧ ଲକ୍ଷ ନୂଆ ଲକ୍ଷପତି ଦିଦିଙ୍କୁ ପ୍ରମାଣପତ୍ର ପ୍ରଦାନ କରିବା ସହ ସମ୍ମାନିତ କରିବେ, ଯେଉଁମାନେ ନିକଟରେ ଏନ୍‌ଡିଏ ସରକାରର ତୃତୀୟ କାର୍ଯ୍ୟକାଳରେ ଲକ୍ଷପତି ହୋଇଛନ୍ତି। ପ୍ରଧାନମନ୍ତ୍ରୀ ଦେଶର ବିଭିନ୍ନ ସ୍ଥାନରୁ ଆସିଥିବା ଲକ୍ଷପତି ଦିଦିଙ୍କ ସହ ମଧ୍ୟ ଆଲୋଚନା କରିବେ।

ପ୍ରଧାନମନ୍ତ୍ରୀ ୨,୫୦୦ କୋଟି ଟଙ୍କାର ଏକ ରିଭଲ୍‌ଭିଙ୍ଗ୍ ଫଣ୍ଡ୍ ଜାରି କରିବେ, ଯାହା ଦ୍ୱାରା ୪.୩ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ର ପ୍ରାୟ ୪୮ ଲକ୍ଷ ସଦସ୍ୟ ଲାଭବାନ ହେବେ। ସେ ମଧ୍ୟ ୫ ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ପ୍ରଦାନ କରିବେ, ଯାହା ଦ୍ୱାରା ୨.୩୫ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ର ପ୍ରାୟ ୨୫.୮ ଲକ୍ଷ ସଦସ୍ୟ ଉପକୃତ ହେବେ।

ଲକ୍ଷପତି ଦିଦି ଯୋଜନା ଆରମ୍ଭ ହେବା ପରଠାରୁ ବର୍ତ୍ତମାନ ସୁଦ୍ଧା ୧ କୋଟି ମହିଳାଙ୍କୁ ଲକ୍ଷପତି ଦିଦି କରାଯାଇଛି। ଆଗାମୀ ଦିନରେ ୩ କୋଟି ମହିଳାଙ୍କୁ ଲକ୍ଷପତି ଦିଦି କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି।

ରାଜସ୍ଥାନରେ ପ୍ରଧାନମନ୍ତ୍ରୀ:

ଯୋଧପୁର ହାଇକୋର୍ଟ ପରିସରରେ ଆୟୋଜିତ ହେବାକୁ ଥିବା ରାଜସ୍ଥାନ ହାଇକୋର୍ଟର ପ୍ଲାଟିନମ୍ ଜୟନ୍ତୀ ଉତ୍ସବର ଉଦ୍‌ଯାପନ ସମାରୋହରେ ପ୍ରଧାନମନ୍ତ୍ରୀ ମୁଖ୍ୟ ଅତିଥି ଭାବରେ ଯୋଗଦେବେ। ପ୍ରଧାନମନ୍ତ୍ରୀ ମଧ୍ୟ ରାଜସ୍ଥାନ ହାଇକୋର୍ଟ ସଂଗ୍ରହାଳୟର ଉଦ୍‌ଘାଟନ କରିବେ।

ନରେନ୍ଦ୍ର ମୋଦୀ ମହାରାଷ୍ଟ୍ର ଯୋଧପୁର ରାଜସ୍ଥାନ
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.