Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଉଚ୍ଚ କାର୍ଯ୍ୟଦକ୍ଷତା ବିଶିଷ୍ଟ ଜୈବ ଉତ୍ପାଦନକୁ ପ୍ରୋତ୍ସାହିତ କରିବା ଲାଗି ବାୟୋ -ଇଥ୍ରୀ ନୀତିକୁ କ୍ୟାବିନେଟ୍ ମଞ୍ଜୁରି
ଜାତୀୟ ଖବର

ଉଚ୍ଚ କାର୍ଯ୍ୟଦକ୍ଷତା ବିଶିଷ୍ଟ ଜୈବ ଉତ୍ପାଦନକୁ ପ୍ରୋତ୍ସାହିତ କରିବା ଲାଗି ବାୟୋ -ଇଥ୍ରୀ ନୀତିକୁ କ୍ୟାବିନେଟ୍ ମଞ୍ଜୁରି

August 25, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
କ୍ୟାବିନେଟ ମଞ୍ଜୁରି
କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଉଚ୍ଚ କାର୍ଯ୍ୟଦକ୍ଷତା ବିଶିଷ୍ଟ ଜୈବ ଉତ୍ପାଦନ ବା ବାୟୋ-ମ୍ୟାନୁଫାକ୍ଚରିଂକୁ ପ୍ରୋତ୍ସାହନ ଦେବା ଲାଗି ବାୟୋ-ଇଥ୍ରୀ (ଅର୍ଥବ୍ୟବସ୍ଥା, ପରିବେଶ ଓ ନିଯୁକ୍ତି ପାଇଁ ବାୟୋଟେକ୍ନୋଲୋଜି) ନୀତି ପାଇଁ ବାୟୋଟେକ୍ନୋଲୋଜି ବିଭାଗର ପ୍ରସ୍ତାବକୁ ଅନୁମୋଦନ ମିଳିଛି।

ବାୟୋ-ଇଥ୍ରୀ ନୀତିର ମୁଖ୍ୟ ବୈଶିଷ୍ଟ୍ୟ ଗୁଡ଼ିକ ମଧ୍ୟରେ ଗବେଷଣା ଓ ବିକାଶ ଏବଂ ବିଷୟଗତ କ୍ଷେତ୍ରରେ ଉଦ୍ୟୋଗ ପାଇଁ ଉଦ୍ଭାବନ-ପରିଚାଳିତ ସମର୍ଥନ ଅନ୍ତର୍ଭୁକ୍ତ। ଏହା ଜୈବ ଉତ୍ପାଦନ ଓ ବାୟୋ-ଏଆଇ ହବ୍ ଏବଂ ବାୟୋ-ଫାଉଣ୍ଡ୍ରି ପ୍ରତିଷ୍ଠା କରି ପ୍ରଯୁକ୍ତି ବିଦ୍ୟା ବିକାଶ ଓ ବ୍ୟବସାୟୀକରଣକୁ ତ୍ୱରାନ୍ୱିତ କରିବ। ସବୁଜ ଅଭିବୃଦ୍ଧିର ବାୟୋଇକୋନୋମି ବା ଜୈବ ଅର୍ଥବ୍ୟବସ୍ଥା ମଡେଲକୁ ପ୍ରାଥମିକତା ଦେବା ସହିତ ଏହି ନୀତି ଭାରତର କୁଶଳୀ ଶ୍ରମଶକ୍ତିର ସମ୍ପ୍ରସାରଣ ଏବଂ ନିଯୁକ୍ତି ସୃଷ୍ଟିକୁ ସହଜ କରିବ।

ମୋଟାମୋଟି ଭାବେ ଏହି ନୀତି ‘ନେଟ୍ ଜିରୋ କାର୍ବନ ଇକୋନୋମି’ ବା ଅଙ୍ଗାରକାମ୍ଳମୁକ୍ତ ଅର୍ଥବ୍ୟବସ୍ଥା ଏବଂ ‘ଲାଇଫ୍ ଷ୍ଟାଇଲ୍ ଫର୍ ଏନଭାଇରନମେଣ୍ଟ୍’ ବା ପରିବେଶ ପାଇଁ ଜୀବନଶୈଳୀ ଭଳି ସରକାରଙ୍କ ପଦକ୍ଷେପକୁ ଆହୁରି ସୁଦୃଢ଼ କରିବ। ଏଥିସହିତ ‘ସର୍କୁଲାର ବାୟୋଇକୋନୋମି’ ବା ଚକ୍ରାକାର ଜୈବଅର୍ଥବ୍ୟବସ୍ଥାକୁ ପ୍ରୋତ୍ସାହିତ କରି ଭାରତକୁ ‘ସବୁଜ ଅଭିବୃଦ୍ଧି’ ପଥରେ ଅଗ୍ରସର ହେବାକୁ ତ୍ୱରାନ୍ୱିତ କରିବ। ବାୟୋ-ଇଥ୍ରୀ ନୀତି ଭବିଷ୍ୟତକୁ ପ୍ରୋତ୍ସାହିତ କରିବ ଏବଂ ଆଗକୁ ବଢ଼ାଇବ, ଯାହା ବିଶ୍ୱସ୍ତରୀୟ ଆହ୍ୱାନର ଅଧିକ ସ୍ଥାୟୀ, ଅଭିନବ ଏବଂ ଉତ୍ତରଦାୟୀ ପ୍ରତିକ୍ରିୟା ସହ ଜଡିତ। ଏହି ନୀତି ଭାରତ ପାଇଁ ବିକଶିତ ଜୈବ ଦୃଷ୍ଟିକୋଣ ନିର୍ଦ୍ଧାରଣ କରେ।

ଜଳବାୟୁ ପରିବର୍ତ୍ତନ ପ୍ରଶମନ, ଖାଦ୍ୟ ନିରାପତ୍ତା ଏବଂ ମାନବ ସ୍ୱାସ୍ଥ୍ୟ ଭଳି କେତେକ ଗୁରୁତ୍ୱପୂର୍ଣ୍ଣ ସାମାଜିକ ସମସ୍ୟାର ସମାଧାନ ପାଇଁ ସ୍ଥାୟୀ ଓ ଚକ୍ରୀୟ ପଦ୍ଧତିକୁ ପ୍ରୋତ୍ସାହିତ କରିବା ତଥା ଜୈବ ବିଜ୍ଞାନର ଶିଳ୍ପାୟନରେ ନିବେଶ କରିବା ନିମନ୍ତେ ଆମର ବର୍ତ୍ତମାନର ଯୁଗ ଏକ ଉପଯୁକ୍ତ ସମୟ। ଜୈବ ଭିତ୍ତିକ ଉତ୍ପାଦର ବିକାଶ ପରିପ୍ରେକ୍ଷୀରେ ଅତ୍ୟାଧୁନିକ ଉଦ୍ଭାବନକୁ ତ୍ୱରାନ୍ୱିତ କରିବା ପାଇଁ ଆମ ଦେଶରେ ଏକ ଶକ୍ତିଶାଳୀ ଜୈବ ଉତ୍ପାଦନ ଇକୋସିଷ୍ଟମ ନିର୍ମାଣ କରିବା ଜରୁରୀ।

ଔଷଧ ଠାରୁ ଆରମ୍ଭ କରି ବିଭିନ୍ନ ସାମଗ୍ରୀର ଉତ୍ପାଦନ କରିବା, କୃଷି ଓ ଖାଦ୍ୟ ସୁରକ୍ଷା ଆହ୍ୱାନର ସମାଧାନ କରିବା ଏବଂ ଉନ୍ନତ ଜୈବ ପ୍ରଯୁକ୍ତି ପ୍ରକ୍ରିୟାର ଏକୀକରଣ ମାଧ୍ୟମରେ ଜୈବ ଆଧାରିତ ଉତ୍ପାଦର ଉତ୍ପାଦନକୁ ପ୍ରୋତ୍ସାହନ ଦେବାର କ୍ଷମତା ଉଚ୍ଚ ପ୍ରଦର୍ଶନକାରୀ ଜୈବ ଉତ୍ପାଦନରେ ରହିଛି। ଜାତୀୟ ପ୍ରାଥମିକତା ଅନୁଯାୟୀ, ବାୟୋ-ଇଥ୍ରୀ ନୀତି ନିମ୍ନଲିଖିତ ରଣନୀତିକ/ବିଷୟଗତ କ୍ଷେତ୍ର ଉପରେ ବ୍ୟାପକ ଭାବରେ ଧ୍ୟାନ ଦେବ, ଯଥା : ଉଚ୍ଚ ମୂଲ୍ୟର ଜୈବ-ଭିତ୍ତିକ ରାସାୟନିକ ପଦାର୍ଥ, ବାୟୋପଲିମର୍ସ ଏବଂ ଏନଜାଇମ; ସ୍ମାର୍ଟ ପ୍ରୋଟିନ୍ ଏବଂ ଫଙ୍କସନାଲ ଫୁଡ୍‌; ନିର୍ଦ୍ଦିଷ୍ଟ ବାୟୋମେଡିସିନ୍; ଜଳବାୟୁ ସହନଶୀଳ କୃଷି; କାର୍ବନ ସ୍ତର ହ୍ରାସ ଏବଂ ଏହାର ଉପଯୋଗ; ସାମୁଦ୍ରିକ ଓ ମହାକାଶ ଗବେଷଣା।

କେନ୍ଦ୍ର କ୍ୟାବିନେଟ୍ କ୍ୟାବିନେଟ୍ ମଞ୍ଜୁରି ଜଳବାୟୁ ପରିବର୍ତ୍ତନ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାହୁଲ-ଖାର୍ଗେଙ୍କୁ CJIଙ୍କ ଝଟକା! ‘ଭୋଟ ଚୋରି’ ଅଭିଯୋଗ ଶୁଣିବାକୁ କାହିଁକି ମନା କଲେ ଜଷ୍ଟିସ ସୂର୍ଯ୍ୟକାନ୍ତ?

October 12, 2026

ଛାତ୍ର ସଂସଦ ନିର୍ବାଚନୀ ହିଂସା: ଆମିଷ ଭୋଜି ବାରଣକୁ କେନ୍ଦ୍ର କରି ଗଣ୍ଡଗୋଳ

October 11, 2026

ଡ. ମନସୁଖ ମାଣ୍ଡଭିୟଙ୍କ ନେତୃତ୍ୱରେ ଯୁବପିଢ଼ିଙ୍କ ଫିଟନେସ୍ ଅଭିଯାନ

October 11, 2026

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୩ରେ ନେଇପାରେ ଲଘୁଚାପ ରୂପ

October 11, 2026
Latest News

ରାହୁଲ-ଖାର୍ଗେଙ୍କୁ CJIଙ୍କ ଝଟକା! ‘ଭୋଟ ଚୋରି’ ଅଭିଯୋଗ ଶୁଣିବାକୁ କାହିଁକି ମନା କଲେ ଜଷ୍ଟିସ ସୂର୍ଯ୍ୟକାନ୍ତ?

October 12, 2026

ଦଶାହ ଭୋଜି ଖାଇ ସ୍ୱାମୀ-ସ୍ତ୍ରୀ ମୃତ, ଅନାଥ ହେଲେ ଦୁଇ ଶିଶୁ

October 11, 2026

ଛାତ୍ର ସଂସଦ ନିର୍ବାଚନୀ ହିଂସା: ଆମିଷ ଭୋଜି ବାରଣକୁ କେନ୍ଦ୍ର କରି ଗଣ୍ଡଗୋଳ

October 11, 2026

ଡ. ମନସୁଖ ମାଣ୍ଡଭିୟଙ୍କ ନେତୃତ୍ୱରେ ଯୁବପିଢ଼ିଙ୍କ ଫିଟନେସ୍ ଅଭିଯାନ

October 11, 2026

ବୁଡ଼ିଗଲା ବୋଟ୍‌, ୧୦୯ ମୃତ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.