Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଶଙ୍ଖ ଭବନରେ ବିଜେଡିର ନୂଆ ବିଧାୟକଙ୍କ ପ୍ରଶିକ୍ଷଣ ଶିବିର, ଉଦଘାଟନ କଲେ ନବୀନ ପଟ୍ଟନାୟକ
ଜାତୀୟ ଖବର

ଶଙ୍ଖ ଭବନରେ ବିଜେଡିର ନୂଆ ବିଧାୟକଙ୍କ ପ୍ରଶିକ୍ଷଣ ଶିବିର, ଉଦଘାଟନ କଲେ ନବୀନ ପଟ୍ଟନାୟକ

August 25, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଶଙ୍ଖ ଭବନରେ ବିଜେଡିର ନୂଆ ବିଧାୟକଙ୍କ ପ୍ରଶିକ୍ଷଣ ଶିବିର, ଉଦଘାଟନ କଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଶଙ୍ଖ ଭବନରେ ଆଜି ଆରମ୍ଭ ହେଲା ବିଜେଡିର ନବନିର୍ବାଚିତ ବିଧାୟକମାନଙ୍କ ପାଇଁ ଦିନିକିଆ ପ୍ରଶିକ୍ଷଣ ଶିବିର। ନବ ନିର୍ବାଚିତ ବିଧାୟକଙ୍କ ସହ ବିଜେଡିର ସମସ୍ତ ବିଧାୟକ ପୂର୍ବତନ ବିଧାୟକ ସାଂସଦମାନେ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।

ଆଜି ପୂର୍ବାହ୍ନରେ କାର୍ଯ୍ୟକ୍ରମକୁ ଉଦଘାଟନ କରି ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଓଡିଶା ତଥା ଓଡିଶା ବାସୀଙ୍କ ସ୍ୱାର୍ଥର ସୁରକ୍ଷା ପାଇଁ ଲଢେଇ ଜାରି ରଖିବାକୁ ଦଳର ବିଧାୟକ ମାନଙ୍କୁ ଆହ୍ୱାନ ଜଣାଇଛନ୍ତି।

ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଗଣତନ୍ତ୍ରରେ ସରକାରଙ୍କ ର ଯେତିକି ଦାୟିତ୍ୱ ରହିଛି ବିରୋଧୀ ଦଳର ତା ଠାରୁ ଅଧିକ ଦାୟିତ୍ୱ ରହିଛି। ବିରୋଧୀ ଦଳ ହିଁ ଗଣତନ୍ତ୍ରର ଶ୍ରେଷ୍ଠ ସୁରକ୍ଷା କାରୀ ବୋଲି ଶ୍ରୀ ପଟ୍ଟନାୟକ ମତ ଦେଇ ଲୋକଙ୍କ ସ୍ୱାର୍ଥ ଜଡିତ ବିଷୟକୁ ପ୍ରାଥମିକତା ଦେଇ ବିଧାନସଭାରେ ଉଠାଇବାକୁ ବିଧାୟକମାନଙ୍କୁ ସେ ପରାମର୍ଶ ଦେଇଥିଲେ।

ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଆମର ନୂଆ ବିଧାୟକମାନଙ୍କୁ ବିଧାନସଭାର ନୀତି ନିୟମ ଏବଂ କାର୍ଯ୍ୟ ପରିଚାଳନା ବିଷୟରେ ସମ୍ୟକ ଜ୍ଞାନ ଦେବା ଏ ତାଲିମ ଶିବିରର ମୁଖ୍ୟ ଉଦେଶ୍ୟ। କେବଳ ଗୃହ ପରିଚାଳନା ନୁହେଁ ସରକାରଙ୍କୁ ଉତ୍ତରଦାୟୀ କରିବାରେ ମଧ୍ୟ ଗୃହର ନୀତି ନିୟମ ହେଉଛି ଅସ୍ତ୍ର। ତେଣୁ ବିଧାୟକ ଭାବରେ ନିଜ ଦାୟିତ୍ୱକୁ ନିର୍ବାହ କରିବାପାଇଁ ଗୃହର ନୀତି ନିୟମ ସହ ବିଭିନ୍ନ ସଂସଦୀୟ ପରମ୍ପରା ଆଦି ଉପରେ ବିଶେଷ ଧ୍ୟାନ ଦେବା ଉପରେ ଶ୍ରୀ ପଟ୍ଟନାୟକ ଗୁରୁତ୍ୱ ଆରୋପ କରିଥିଲେ।

ମୁଲତବି ପ୍ରସ୍ତାବ, ଦୃଷ୍ଟି ଆକର୍ଷଣକାରୀ ପ୍ରସ୍ତାବ ପ୍ରଶ୍ନୋତ୍ତର, ଶୂନ୍ୟକାଳ ଆଦି ଜରିଆରେରେ ସରକାରଙ୍କୁ ଉତ୍ତରଦାୟୀ କରିବା ସହ ବିଭିନ୍ନ କମିଟି କାର୍ଯ୍ୟରେ ମଧ୍ୟ ସକ୍ରିୟ ଭାବରେ ଅଂଶଗ୍ରହଣ କରିବା ଉପରେ ଶ୍ରୀ ପଟ୍ଟନାୟକ ଗୁରୁତ୍ୱ ଆରୋପ କରିଥିଲେ। ଏହା ସହିତ ନୂଆ ବିଧାୟକ ମାନଙ୍କୁ ମାର୍ଗ ଦର୍ଶନ ଦେବା ପାଇଁ ଶ୍ରୀ ପଟ୍ଟନାୟକ ବରିଷ୍ଠ ବିଧାୟକ ମାନଙ୍କୁ ପରାମର୍ଶ ଦେଇଥିଲେ। ସଂସଦୀୟ ଶାସନ ବ୍ୟବସ୍ଥା ସମ୍ପର୍କ ରେ ଆମ ସମ୍ବିଧାନ ର ଜନକ ଡ଼କ୍ଟର ବି ଆର ଆମ୍ବେଦକର ଙ୍କ ମତ ଉଦ୍ଧୃତ କରି ବିରୋଧୀ ଦଳ ନେତା କହିଥିଲେ ଯେ ସଂସଦୀୟ ଶାସନ ବ୍ୟବସ୍ଥା ଉତ୍ତରଦାୟୀ ହୋଇଥିବାରୁ ରାଷ୍ଟ୍ରପତି ଶାସନ ବ୍ୟବସ୍ଥା ଠାରୁ ଏହା ଉତ୍ତମ।

ବିଧାନସଭା ଦ୍ୱାରା ଆୟୋଜିତ ତାଲିମ ଶିବିର ଆୟୋଜନ ରେ ରାଜନୈତିକ ଅଭିସନ୍ଧି ଥିଲା। ତା ସହିତ ସେ କାର୍ଯ୍ୟକ୍ରମ ରେ ଆମ ମୁଖ୍ୟମନ୍ତ୍ରୀ ଙ୍କ ସମ୍ମାନ ଓ ମର୍ଯ୍ୟାଦା ନିଜ ରାଜ୍ୟରେ କ୍ଷୁର୍ଣ ହୋଇଥିବା ଅନୁଭବ କରି ବିଜେଡି ସେ କାର୍ଯ୍ୟକ୍ରମରୁ ଦୁରେଇ ରହିଥିଲା ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ।

51 ବିଧାୟକ ଙ୍କୁ ନେଇ ବିଜେଡି ଆଜି ଏକ ଶକ୍ତିଶାଳୀ ବିରୋଧୀ ଦଳ ଭାବରେ କାର୍ଯ୍ୟ କରୁଛି ତେଣୁ ସରକାର ଙ୍କୁ ଉତ୍ତର ଦାୟୀ କରିବା ପାଇଁ କୋଣସି ସୁଯୋଗ ଆମେ ହାତଛଡା ନ କରିବାକୁ ଶ୍ରୀ ନବୀନ ପଟ୍ଟନାୟକ ଆହ୍ୱାନ ଜଣାଇଥିଲେ। ରାଜ୍ୟ ସ୍ତରୀୟ କମିଟିର ଅଧ୍ୟକ୍ଷ ଶ୍ରୀ ଦେବୀ ପ୍ରସାଦ ମିଶ୍ର ସ୍ୱାଗତ ଭାଷଣ ଦେଇଥିଲେ। ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ ପ୍ରମୁଖ ଶିବିରର ଉଦେଶ୍ୟ ଉପରେ ଆଲୋକପାତ କରିଥିଲେ।

ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରାରମ୍ଭରେ ବିଜୁ ବାବୁ ଓ ଡ଼କ୍ଟର ବି.ଆର ଆମ୍ବେଦକରଙ୍କ ଫଟୋ ଚିତ୍ରରେ ବିରୋଧୀ ଦଳ ନେତା ମାଲ୍ୟାର୍ପଣ କରିଥିଲେ।
ନବ ନିର୍ବାଚିତ ବିଧାୟକ ମାନଙ୍କ ତାଲିମ ପାଇଁ ଦଶଗୋଟି ଟେକନିକାଲ ଅଧିବେସନର ଆୟୋଜନ କରାଯାଇଛି।

ନବୀନ ପଟ୍ଟନାୟକ ନୂଆ ବିଧାୟକ ବିଜେଡି ଶଙ୍ଖ ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Latest News

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.