Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାଜ୍ୟରେ ପ୍ରତିଷ୍ଠା ହେବ ଜଳବାୟୁ ଅନୁକୂଳ ଓ ସୌରଶକ୍ତି ଚାଳିତ ଶୀତଳ ଭଣ୍ଡାର
ଜାତୀୟ ଖବର

ରାଜ୍ୟରେ ପ୍ରତିଷ୍ଠା ହେବ ଜଳବାୟୁ ଅନୁକୂଳ ଓ ସୌରଶକ୍ତି ଚାଳିତ ଶୀତଳ ଭଣ୍ଡାର

August 26, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟରେ ପ୍ରତିଷ୍ଠା ହେବ ଜଳବାୟୁ ଅନୁକୂଳ ଓ ସୌରଶକ୍ତି ଚାଳିତ ଶୀତଳ ଭଣ୍ଡାର

ଭୁବନେଶ୍ୱର: ଆଜି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ରାଜ୍ୟରେ ଶୀତଳ ଭଣ୍ଡାର ଖୋଲିବା ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। କୃଷି ଭବନ ବୋର୍ଡ ରୁମ୍‌ରେ ଆୟୋଜିତ ଏହି ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ, ସମବାୟ କମିଶନର ତଥା ଶାସନ ସଚିବ ଶ୍ରୀ ରାଜେଶ ପ୍ରଭାକର ପାଟିଲ ପ୍ରମୁଖ ଯୋଗଦେଇଥିଲେ।

ଏହି ବୈଠକରେ ଫଳ, ପନିପରିବା ଓ ଦୁଗ୍ଧ ତଥା ଦୁଗ୍ଧଜାତ ଦ୍ରବ୍ୟର ସଂରକ୍ଷଣ ନିମନ୍ତେ ରାଜ୍ୟର ସମସ୍ତ ଜିଲ୍ଲା ତଥା ସବ୍‌ଡିଭିଜନ୍‌ରେ ଶୀତଳ ଭଣ୍ଡାର ଖୋଲାଯିବା ଉପରେ ଆଲୋଚନା ହୋଇଥିଲା। ଓଡ଼ିଶାର ଜଳବାୟୁ ଓ ପାଣିପାଗ ଅନୁଯାୟୀ ଶୀତଳଭଣ୍ଡାରର ସ୍ଥାପନା ଓ ଏହାର ଖର୍ଚ୍ଚ ଆକଳନ ନେଇ ମନ୍ତ୍ରୀ ଶ୍ରୀ ସିଂହଦେଓ ସେବାପ୍ରଦାନକାରୀ ସଂସ୍ଥା ଓ ବିଶେଷଜ୍ଞମାନଙ୍କଠାରୁ ଅବଗତ ହୋଇଥିଲେ।

ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ଜଳବାୟୁ ଅନୁକୂଳ ଶୀତଳ ଭଣ୍ଡାର ପ୍ରତିଷ୍ଠା ଉପରେ ମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଯଶସ୍ୱୀ ପ୍ରଧାନମନ୍ତ୍ରୀ ପୋଷଣୀୟ ବିକାଶ ନିମନ୍ତେ ଅକ୍ଷୟ ଶକ୍ତି ଓ ସୌରଶକ୍ତିର ବ୍ୟବହାର ଉପରେ ଗୁରୁତ୍ୱ ଦେଉଥିବାରୁ ସୌରଶକ୍ତିଚାଳିତ ଶୀତଳ ଭଣ୍ଡାର ସ୍ଥାପନା ଉପରେ ବୈଠକରେ ଆଲୋଚନା ହୋଇଥିଲା।

ଶୀତଳ ଭଣ୍ଡାର ପ୍ରତିଷ୍ଠା ନିମନ୍ତେ ସରକାର ୭୦% ପର୍ଯ୍ୟନ୍ତ ରିହାତି ଦେଉଥିବାରୁ ଏହାର ସୁଯୋଗ ଦେଇ ଉଦ୍ୟୋଗୀମାନେ ଶୀତଳ ଭଣ୍ଡାର ପ୍ରତିଷ୍ଠା କରିବା ପାଇଁ ମନ୍ତ୍ରୀ ଶ୍ରୀ ସିଂହଦେଓ ପ୍ରସ୍ତାବ ଦେଇଥିଲେ। ସମବାୟ ବିଭାଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଓ ଶକ୍ତି ବିଭାଗର ଅଧିକାରୀମାନେ ପୂର୍ବରୁ ସ୍ଥାପନା ହୋଇ ସଫଳତାର ସହ କାର୍ଯ୍ୟ କରୁଥିବା ଶୀତଳଭଣ୍ଡାରଗୁଡ଼ିକୁ ପରିଦର୍ଶନ କରିବା ପାଇଁ ମନ୍ତ୍ରୀ ପରାମର୍ଶ ଦେଇଥିଲେ। ପରିଦର୍ଶନ ପରେ ମିଳିଥିବା ତଥ୍ୟକୁ ଭିତ୍ତିକରି ଚାହିଦା ମୁତାବକ ଶୀତଳ ଭଣ୍ଡାର ସ୍ଥାପନା ଦ୍ୱାରା କୃଷକମାନଙ୍କୁ ଆୟବୃଦ୍ଧି ସହ ଅହେତୁକ ଦରଦାମ ବୃଦ୍ଧିକୁ ରୋକାଯାଇପାରିବ ବୋଲି ପ୍ରମୁଖ ଶାସନ ସଚିବ ଡ. ପାଢ଼ୀ ଉଲ୍ଲେଖ କରିଥିଲେ।

ବୈଠକରେ ବିଭିନ୍ନ ଶୀତଳ ଭଣ୍ଡାର ସେବା ପ୍ରଦାନକାରୀ ସଂସ୍ଥାର ପ୍ରତିନିଧିମାନେ ଅଂଶଗ୍ରହଣ କରି ନିଜ ନିଜ ସଂସ୍ଥାର ସେବା ପ୍ରଦାନ ବାବଦରେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ।

କନକବର୍ଦ୍ଧନ ସିଂହଦେଓ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Latest News

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.