ଜନଧନ ଯୋଜନାର ୧୦ ବର୍ଷ ପୂର୍ତ୍ତି ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

Published: Aug 28, 2024, 3:01 pm IST

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜନ ଧନ ଯୋଜନାର ଦଶମ ବାର୍ଷିକୀ ଏବଂ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଉପରେ ଏହାର ଗୁରୁତ୍ୱପୂର୍ଣ୍ଣ ପ୍ରଭାବକୁ ପାଳନ କରିଛନ୍ତି । ପ୍ରଧାନମନ୍ତ୍ରୀ ସମସ୍ତ ହିତାଧିକାରୀଙ୍କୁ ଅଭିନନ୍ଦନ ଜଣାଇବା ସହ ଏହି ଯୋଜନାକୁ ସଫଳ କରିଥିବା ଲୋକଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଶ୍ରୀ ମୋଦୀ କହିଥିଲେ ଯେ ଜନଧନ ଯୋଜନା ଆର୍ଥିକ ଅନ୍ତର୍ଭୁକ୍ତିକରଣକୁ ପ୍ରୋତ୍ସାହିତ କରିବା ସହ କୋଟି କୋଟି ଲୋକ, ବିଶେଷକରି ମହିଳା, ଯୁବକ ଏବଂ ଅବହେଳିତ ସମ୍ପ୍ରଦାୟକୁ ସମ୍ମାନ ପ୍ରଦାନ କରିବାରେ ସର୍ବୋଚ୍ଚ ଭୂମିକା ଗ୍ରହଣ କରିଛି ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

‘‘ ଆଜି ଆମେ ଏକ ଗୁରୁତ୍ୱପୂର୍ଣ୍ଣ ଅବସର ପାଳନ କରୁଛୁ- #10YearsOfJanDhan । ସମସ୍ତ ହିତାଧିକାରୀଙ୍କୁ ଏବଂ ଏହି ଯୋଜନାକୁ ସଫଳ କରିବା ପାଇଁ କାର୍ଯ୍ୟ କରିଥିବା ସମସ୍ତଙ୍କୁ ଅଭିନନ୍ଦନ । ଆର୍ଥିକ ଅନ୍ତର୍ଭୁକ୍ତିକରଣକୁ ପ୍ରୋତ୍ସାହିତ କରିବା ଏବଂ କୋଟି କୋଟି ଲୋକ, ବିଶେଷକରି ମହିଳା, ଯୁବକ ଏବଂ ଅବହେଳିତ ସମ୍ପ୍ରଦାୟକୁ ସମ୍ମାନ ଦେବାରେ ଜନଧନ ଯୋଜନା ସର୍ବାଗ୍ରେ ରହିଛି।

‘‘ଆଜି ଦେଶ ପାଇଁ ଏକ ଐତିହାସିକ ଦିନ, #10YearsOfJanDhan। ଏହି ଅବସରରେ ମୁଁ ସମସ୍ତ ହିତାଧିକାରୀଙ୍କୁ ଶୁଭେଚ୍ଛା ଜଣାଉଛି। ଏହି ଯୋଜନାକୁ ସଫଳ କରିବା ପାଇଁ ଦିନରାତି ପରିଶ୍ରମ କରୁଥିବା ସମସ୍ତଙ୍କୁ ଅନେକ ଅଭିନନ୍ଦନ । କୋଟି କୋଟି ଦେଶବାସୀ, ବିଶେଷ କରି ଗରିବ ଭାଇ ଭଉଣୀମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ସହ ସେମାନଙ୍କୁ ସମ୍ମାନର ସହ ଜୀବନ ଯାପନ କରିବାର ସୁଯୋଗ ଦେବାରେ ଜନଧନ ଯୋଜନା ସଫଳ ହୋଇଛି। “

Related posts