Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମହିଳା ଉତ୍ପୀଡନକାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଜାତୀୟ ଖବର

ମହିଳା ଉତ୍ପୀଡନକାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

August 31, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ମହିଳା ଉତ୍ପୀଡନକାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହିଳା ଉତ୍ପୀଡନକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ଆରକ୍ଷୀ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିକଟରେ ମହିଳାମାନଙ୍କ ଉପରେ ହେଉଥିବା ହିଂସା ଉପରେ ଭାରତର ମହାମହିମ ରାଷ୍ଟ୍ରପତି ମଧ୍ୟ କ୍ଷୋଭପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ତଥା ଭାରତୀୟ ସାକ୍ଷ୍ୟ ଅଧିନିୟମ ଅନୁଯାୟୀ ମହିଳା ମାନଙ୍କ ସୁର‍କ୍ଷା ସହିତ ଲିଙ୍ଗଗତ ହିଂସାର ଶିକାର ହେଉଥିବା ମହିଳା ମାନଙ୍କୁ ତୁତନ୍ତ ନ୍ୟାୟ ପ୍ରଦାନ କରିବା ହେଉଛି ରାଜ୍ୟ ସରକାରଙ୍କ ପ୍ରାଥମିକତା।

ଏହି କ୍ରମରେ ଏଫ.ଆଇ.ଆର ପଞ୍ଜୀକରଣଠୁ ଆରମ୍ଭ କରି ତ୍ବରିତ ତଦନ୍ତ ପ୍ରକ୍ରିୟା ଏବଂ ଦୋଷୀଙ୍କ ବିରୁଦ୍ଧରେ ମୋକଦ୍ଦମା ପରିଚାଳନା ପର୍ଯ୍ୟନ୍ତ ସମସ୍ତ ନ୍ୟାୟିକ ପ୍ରକ୍ରିୟା ଆଇନ ମୁତାବକ ସମ୍ପୂର୍ଣ୍ଣ କରିବା ଏବଂ ଦୋଷୀଙ୍କ ଦଣ୍ଡ ବିଧାନକୁ ସୁନିଶ୍ଚିତ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ଆବଶ୍ୟକସ୍ଥଳେ ପୋଲିସ ଅଧିକାରୀଙ୍କ ପାଇଁ ପ୍ରଶିକ୍ଷଣ ବ୍ୟବସ୍ଥା କରିବା ପାଇଁ ମଧ୍ୟ ସେ କହିଛନ୍ତି।

ମହିଳା ସୁରକ୍ଷା ସମ୍ପର୍କିତ ଏଜେଣ୍ଡାକୁ ନେଇ ଖୁବଶୀଘ୍ର ଏକ ରାଜ୍ୟସ୍ତରୀୟ ପୋଲିସ ସମ୍ମିଳନୀ ଆୟୋଜନ କରିବା ପାଇଁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାର ମହିଳା ହିଂସା ବିରୁଦ୍ଧରେ ଶୂନ୍ୟ ସହନଶୀଳତା ନୀତି ଆପଣାଇଛନ୍ତି। ଯଦି କୌଣସି ପୋଲିସ ଅଧିକାରୀ ମହିଳାଙ୍କୁ ନ୍ୟାୟ ପ୍ରଦାନ କ୍ଷେତ୍ରରେ ଅବହେଳା କରନ୍ତି ତେବେ ତାଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବାପାଇ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ମହିଳା ନିର୍ଯ୍ୟାତନା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Latest News

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026

ଆଜି ରୂପା ମୂଲ୍ୟ ୧୭,୦୦୦ କୁ ହ୍ରାସ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.