Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସୁଭଦ୍ରା ଯୋଜନା ନେଇ ଆସିଲା ବଡ ଖବର, ଆରମ୍ଭ ହେବ ଫର୍ମ ବିତରଣ ପକ୍ରିୟା
ଜାତୀୟ ଖବର

ସୁଭଦ୍ରା ଯୋଜନା ନେଇ ଆସିଲା ବଡ ଖବର, ଆରମ୍ଭ ହେବ ଫର୍ମ ବିତରଣ ପକ୍ରିୟା

August 31, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୁଭଦ୍ରା ଯୋଜନା ନେଇ ଆସିଲା ବଡ ଖବର, ଆରମ୍ଭ ହେବ ଫର୍ମ ବିତରଣ ପକ୍ରିୟା

ଭୁବନେଶ୍ୱର: ମହିଳାମାନଙ୍କର ସାମାଜିକ ଓ ଅର୍ଥନୈତିକ ସ୍ଥିତିକୁ ମଜବୁତ କରିବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ‘ସୁଭଦ୍ରା’ ଯୋଜନା ଆରମ୍ଭ କରିଛନ୍ତି। ଏଥି ନିମନ୍ତେ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇସାରିଛି। ଏହି ଯୋଜନା ଅଧୀନରେ ଓଡ଼ିଶାର ଏକ କୋଟିରୁ ଊଦ୍ଧ୍ୱର୍ ମହିଳା ଉପକୃତ ହୋଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରତିଭା ପରିଡ଼ା କହିଛନ୍ତି।

ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାକୁ ପର୍ଯ୍ୟାପ୍ତ ପରିମାଣର ଆବେଦନ ଫର୍ମ ପଠାଯାଇଛି। ସମସ୍ତ ଜିଲ୍ଲାରେ ହିତାଧିକାରୀଙ୍କ ନିମନ୍ତେ ଆଜିଠାରୁ ଏହି ଫର୍ମ ଉପଲବ୍ଧ ହେବା ସହ ଆସନ୍ତାକାଲିଠାରୁ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହେବ।

ଏ ସମସ୍ତ ପ୍ରକ୍ରିୟା ଦେୟମୁକ୍ତ ହେବ ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍‌ କାର୍ଯ୍ୟାଳୟ, ପୌରାଞ୍ଚଳ କାର୍ଯ୍ୟାଳୟ, ମୋ ସେବା କେନ୍ଦ୍ର ଓ ସାଧାରଣ ସେବା କେନ୍ଦ୍ରରେ ଏହି ଆବେଦନ ଫର୍ମ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ହେବ।

ଆବେଦନକାରୀମାନେ ଫର୍ମ ପୂରଣ କରି ଏହାକୁ ନିକଟସ୍ଥ ମୋ ସେବା କେନ୍ଦ୍ର କିମ୍ବା ସାଧାରଣ ସେବା କେନ୍ଦ୍ରରେ ଦାଖଲ କରିପାରିବେ।

‘ସୁଭଦ୍ରା’ ଯୋଜନାରେ ଆବେଦନ କରିବା ନିମନ୍ତେ ହିତାଧିକାରୀଙ୍କ ପାଖରେ ନିଜ ନାମରେ ଆଧାର କାର୍ଡ/ନମ୍ବର ଥିବା ଏକାନ୍ତ ଆବଶ୍ୟକ । ଏହା ସହ ଆଧାର କାର୍ଡ ସହିତ ଏକକ-ଧାରକ ବ୍ୟାଙ୍କ ଆକାଉଣ୍ଟ (କେବଳ ନିଜ ନାମରେ ଥିବା ବ୍ୟାଙ୍କ ଆକାଉଣ୍ଟ) ସଂଯୋଗ ହୋଇଥିବା ଜରୁରୀ।

ଏହି ବ୍ୟାଙ୍କ ଆକାଉଣ୍ଟଟି ଚାଲୁ ରହିଥିବା ଏବଂ ସିଧାସଳଖ ଟଙ୍କା ସହାୟତା ପାଇଁ ସକ୍ଷମ ଥିବା ଆବଶ୍ୟକ । ହିତାଧିକାରୀଙ୍କ ମୋବାଇଲ୍‌ ନମ୍ବରଟି ମଧ୍ୟ ଆଧାର କାର୍ଡ ସହ ଲିଙ୍କ୍‌ ହୋଇଥିବା ଆବଶ୍ୟକ। ଏହି ଯୋଜନା ନେଇ କୌଣସି ଭ୍ରମିତ ଖବର ଦ୍ୱାରା ପ୍ରଭାବିତ ନହେବା ପାଇଁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି।

ପ୍ରଭାତୀ ପରିଡା ସୁଭଦ୍ରା ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଅଭିମୁଖେ ଆସୁଛି ୯୪,୦୦୦ ମେଟ୍ରିକ୍‌ ଟନ ବିଶିଷ୍ଟ ଦୁଇଟି ଏଲପିଜି ଜାହାଜ 

March 30, 2026

ଆଜି ମାର୍ଚ୍ଚ ୩୦ ତାରିଖ ସୋମବାରରେ କେଉଁ ରାଶି ଉପରେ କଣ ରହିଛି ପ୍ରଭାବ, ଜାଣନ୍ତୁ ରାଶିଫଳ

March 30, 2026

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026
Latest News

ଭାରତ ଅଭିମୁଖେ ଆସୁଛି ୯୪,୦୦୦ ମେଟ୍ରିକ୍‌ ଟନ ବିଶିଷ୍ଟ ଦୁଇଟି ଏଲପିଜି ଜାହାଜ 

March 30, 2026

ଆଜି ମାର୍ଚ୍ଚ ୩୦ ତାରିଖ ସୋମବାରରେ କେଉଁ ରାଶି ଉପରେ କଣ ରହିଛି ପ୍ରଭାବ, ଜାଣନ୍ତୁ ରାଶିଫଳ

March 30, 2026

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.