Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସପ୍ତମ ରାଷ୍ଟ୍ରୀୟ ପୋଷଣ ମାସ ୨୦୨୪ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ
ଜାତୀୟ ଖବର

ସପ୍ତମ ରାଷ୍ଟ୍ରୀୟ ପୋଷଣ ମାସ ୨୦୨୪ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ

August 31, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ଗୁଜରାଟର ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରରୁ ସପ୍ତମ ରାଷ୍ଟ୍ରୀୟ ପୋଷଣ ମାସର ଶୁଭାରମ୍ଭ କରାଯାଇଛି। ସମଗ୍ର ଦେଶରେ ପୋଷଣ ସମ୍ବନ୍ଧୀୟ ସଚେତନତା ଏବଂ ସୁସ୍ଥତାକୁ ପ୍ରୋତ୍ସାହିତ କରିବା ଉପରେ ଆଧାରିତ ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ଅନ୍ନପୂର୍ଣ୍ଣା ଦେବୀ, ଗୁଜରାଟର ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ରଭାଇ ପଟେଲ, ଗୁଜରାଟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ଭାନୁବେନ ବାବରିଆ, ଭାରତ ସରକାର ଏବଂ ଗୁଜରାଟ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ।

ପୂର୍ବାହ୍ନ ୧୦ଟାରୁ ସାଢ଼େ ୧୧ଟା ପର୍ଯ୍ୟନ୍ତ ‘ଏକ ପେଡ଼ ମା କେ ନାମ’ ଅଭିଯାନ ଅଧୀନରେ ଦେଶବ୍ୟାପୀ ବୃକ୍ଷରୋପଣ ଅଭିଯାନରୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।ଗୁଜରାଟ ଶିଶୁ ବିକାଶ ମନ୍ତ୍ରୀ ଏବଂ ବରିଷ୍ଠ ଅଧିକାରୀଙ୍କ ସହ ମିଶି କେନ୍ଦ୍ର ମନ୍ତ୍ରୀ ଗାନ୍ଧୀନଗରସ୍ଥିତ ଏକ ଅଙ୍ଗନବାଡ଼ି କେନ୍ଦ୍ରରେ ଏହି ଅଭିଯାନର ନେତୃତ୍ୱ ନେଇଥିଲେ ଏବଂ ପୁଷ୍ଟିସାଧନ ଓ ପରିବେଶ ସ୍ଥାୟୀତ୍ୱର ଗୁରୁତ୍ୱର ପ୍ରତୀକ ସ୍ୱରୂପ ଫଳ ଗଛ ରୋପଣ କରିଥିଲେ।

ମୁଖ୍ୟ କାର୍ଯ୍ୟକ୍ରମ ମହାତ୍ମା ମନ୍ଦିରରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ ଗୁଜରାଟ ମୁଖ୍ୟମନ୍ତ୍ରୀ ଦୀକ୍ଷାନ୍ତ ଭାଷଣ ଦେଇଥିଲେ। ଏହି ଅବସରରେ ଶ୍ରୀ ଭୂପେନ୍ଦ୍ରଭାଇ ପଟେଲ ଦେଶର ବିକାଶ ପାଇଁ ଦୃଢ଼ ଓ ସୁସ୍ଥ ମାନବ ସମ୍ବଳ ନିର୍ମାଣରେ ପୋଷଣର ଗୁରୁତ୍ୱ ଉପରେ ଗୁରୁତ୍ୱାରୋପ କରିଥିଲେ ।

କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ଅନ୍ନପୂର୍ଣ୍ଣା ଦେବୀ ତାଙ୍କ ଅଭିଭାଷଣରେ ଶିଶୁ ଓ କିଶୋରଙ୍କ ଉନ୍ନତ ସ୍ୱାସ୍ଥ୍ୟ ସୁନିଶ୍ଚିତ କରିବା ଏବଂ ଜୀବନଚର୍ଯ୍ୟା ଆଭିମୁଖ୍ୟ ଉପରେ ଗୁରୁତ୍ୱ ଦେଇ ପୁଷ୍ଟିହୀନତାର ମୁକାବିଲା ଉପରେ ଗୁରୁତ୍ୱାରୋପ କରିଥିଲେ । ସୁଶାସନ, ସମନ୍ୱୟ, ଦକ୍ଷତା ବୃଦ୍ଧି, ଗୋଷ୍ଠୀ ଅଂଶଗ୍ରହଣ ଏବଂ ମାଲିକାନା ଭଳି ଚାରୋଟି ସ୍ତମ୍ଭ ଉପରେ ସେ ଗୁରୁତ୍ୱାରୋପ କରିଥିଲେ, ଯାହା ଉପରେ ପୋଷଣ ୨.୦ର ସଫଳତା ନିର୍ଭର କରେ ।

ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟର ସଚିବ ଶ୍ରୀ ଅନୀଲ ମଲ୍ଲିକ ମଧ୍ୟ ଏହି ସଭାରେ ଉଦବୋଧନ ଦେଇ ଖାଦ୍ୟ ବିବିଧତାକୁ ପ୍ରୋତ୍ସାହିତ କରିବା ସହ ଦୈନନ୍ଦିନ ଖାଦ୍ୟରେ ସ୍ଥାନୀୟ ସ୍ତରରେ ଉତ୍ପାଦିତ ସୁସ୍ଥ ଖାଦ୍ୟକୁ ଅନ୍ତର୍ଭୁକ୍ତ କରିବାର ଗୁରୁତ୍ୱ ଉପରେ ବକ୍ତବ୍ୟ ରଖିଥିଲେ।

ଗର୍ଭବତୀ ଓ ସ୍ତନ୍ୟପାନ କରାଉଥିବା ମା’ମାନଙ୍କ ପାଇଁ ପୋଷଣ ଝୁଡ଼ି ଯୋଗାଇ ଦିଆଯାଇଥିଲା ଏବଂ ଶିଶୁମାନଙ୍କ ପାଇଁ ଅନ୍ନପ୍ରାସନ କରାଯାଇଥିଲା। ବାହଲି ଡିକ୍ରି ଯୋଜନା, ବିଧବା ପେନସନ୍ ଯୋଜନା, ବିଧବା ପୁନର୍ବିବାହ ସହାୟତା ଯୋଜନା ଓ ମହିଳା ସ୍ୱାଲମ୍ବନ ଯୋଜନା ସମେତ ବିଭିନ୍ନ ଯୋଜନାର ହିତାଧିକାରୀଙ୍କୁ ବିଶିଷ୍ଟ ବ୍ୟକ୍ତିମାନେ ନିଜ ନିଜ ଯୋଜନାର ହକ୍‌ ପ୍ରଦାନ କରିଥିଲେ।

ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପକୁ ଦର୍ଶାଉଥିବା ଏକ ପ୍ରଦର୍ଶନୀ ଯଥା : ପୋଷଣ ଟ୍ରାକର, ପୋଷଣ ଭି ପଢାଇ ଭି ଏବଂ ରାଜ୍ୟ ସରକାରଙ୍କ ଦ୍ୱାରା ନିଆଯାଇଥିବା ଅନ୍ୟାନ୍ୟ ପୋଷଣ ଓ ମହିଳା ସୁରକ୍ଷା ସମ୍ବନ୍ଧୀୟ ପଦକ୍ଷେପ ଯଥା ‘ଭଙ୍ଗୀ ପ୍ରସାରଣ’, ୧୮୧ ହେଲ୍ପଲାଇନ୍ ଇତ୍ୟାଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ସ୍ତନ୍ୟପାନ ଓ ପରିପୂରକ ଖାଦ୍ୟ ଭଳି ଗୁରୁତ୍ୱପୂର୍ଣ୍ଣ ବିଷୟବସ୍ତୁ ଉପରେ ବିଭିନ୍ନ ଆଞ୍ଚଳିକ ସାଂସ୍କୃତିକ ପ୍ରଦର୍ଶନୀ ଓ ନାଟକ ପୋଷଣର ଗୁରୁତ୍ୱ ଉପରେ ଅଧିକ ଆଲୋକପାତ କରିଥିଲା।

ସପ୍ତମ  ରାଷ୍ଟ୍ରୀୟ ପୋଷଣ ମାସ ୨୦୨୪ରେ ରକ୍ତହୀନତା, ଅଭିବୃଦ୍ଧି ନିରୀକ୍ଷଣ, ପରିପୂରକ ଖାଦ୍ୟ, ପୋଷଣ ଭି ପଢାଇ ଭି, ଉନ୍ନତ ଶାସନ ପାଇଁ ପ୍ରଯୁକ୍ତି ବିଦ୍ୟା ଏବଂ ଏକ ପେଡ୍ ମା କେ ନାମ ବିଷୟବସ୍ତୁ ଉପରେ ଗୁରୁତ୍ୱ ଦିଆଯିବ।

ପ୍ରଧାନମନ୍ତ୍ରୀଙ୍କ ‘ସୁପୋଷିତ ଭାରତ’ର ସ୍ୱପ୍ନକୁ ଆଗକୁ ନେବା ପାଇଁ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ପୋଷଣ ମାସ ଏକ ଦେଶବ୍ୟାପୀ ପର୍ବ ପାଲଟିଛି ଏବଂ ଏହା ଜନ ଆନ୍ଦୋଳନର ରୂପ ନେଉଛି। ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ଏହାର ମିଶନ ପୋଷଣ ୨.୦ ଜରିଆରେ ସାରା ଦେଶରେ ଶିଶୁ, କିଶୋରୀ, ଗର୍ଭବତୀ ମହିଳା ଏବଂ ସ୍ତନ୍ୟପାନ କରାଉଥିବା ମା’ମାନଙ୍କ ମଧ୍ୟରେ ପୁଷ୍ଟିହୀନତାର ମୁକାବିଲା କରିବାକୁ ପ୍ରତିଶ୍ରୁତିବଦ୍ଧ । ମାସେ ଧରି ଚାଲିବାକୁ ଥିବା ଏହି ଅଭିଯାନର ଉଦ୍ଦେଶ୍ୟ ହେଉଛି ସମଗ୍ର ଦେଶରେ ପୁଷ୍ଟିହୀନତାର ମୁକାବିଲା ଏବଂ ସାମଗ୍ରିକ ସୁସ୍ଥତାକୁ ପ୍ରୋତ୍ସାହିତ କରିବା ପାଇଁ ପ୍ରୟାସକୁ ଆହୁରି ତୀବ୍ର କରିବା।

ଅନ୍ନପୂର୍ଣ୍ଣା ଦେବୀ ଗାନ୍ଧୀନଗର ଗୁଜରାଟ ମହାତ୍ମା ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ଜୀ ସାର୍ଥକରେ “ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍” ହେବ ଆହୁରି ଆକର୍ଷଣୀୟ

January 10, 2026

ହରିଦାସପୁର-ପାରାଦୀପ ରେଳ ପ୍ରକଳ୍ପର କାର୍ଯ୍ୟକାରିତାକୁ ତ୍ୱରାନ୍ୱିତ କରିଥିଲା ପ୍ରଗତି ମଞ୍ଚ

January 10, 2026

ଅବକାରୀ ବିଭାଗର ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ: ୧୫୦ ଗିରଫ, ୨୬୦ଟି ମାମଲା ରୁଜୁ

January 10, 2026

ଓପିଟିସିଏଲ୍ ଦ୍ୱାରା ନିର୍ମିତ ଓଗ୍ରୀ ପୋର୍ଟାଲର ଶୁଭାରମ୍ଭ କଲେ କନକ ବର୍ଦ୍ଧନ ସିଂହଦେଓ

January 10, 2026
Latest News

ଜୀ ସାର୍ଥକରେ “ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍” ହେବ ଆହୁରି ଆକର୍ଷଣୀୟ

January 10, 2026

ହରିଦାସପୁର-ପାରାଦୀପ ରେଳ ପ୍ରକଳ୍ପର କାର୍ଯ୍ୟକାରିତାକୁ ତ୍ୱରାନ୍ୱିତ କରିଥିଲା ପ୍ରଗତି ମଞ୍ଚ

January 10, 2026

ଅବକାରୀ ବିଭାଗର ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ: ୧୫୦ ଗିରଫ, ୨୬୦ଟି ମାମଲା ରୁଜୁ

January 10, 2026

ଓପିଟିସିଏଲ୍ ଦ୍ୱାରା ନିର୍ମିତ ଓଗ୍ରୀ ପୋର୍ଟାଲର ଶୁଭାରମ୍ଭ କଲେ କନକ ବର୍ଦ୍ଧନ ସିଂହଦେଓ

January 10, 2026

ଜାତୀୟ ବିଦ୍ୟାଳୟ ସମୂହ ତୀରନ୍ଦାଜ ପ୍ରତିଯୋଗିତା: ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଉଲ୍ଲେଖନୀୟ ସଫଳତା

January 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.