Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସାବଧାନ.., ଆପଣଙ୍କ ପାଖରେ ଯଦି ଏହା ଥିବ ତେବେ ପାଇପାରିବେନି ସୁଭଦ୍ରା ଟଙ୍କା
ଜାତୀୟ ଖବର

ସାବଧାନ.., ଆପଣଙ୍କ ପାଖରେ ଯଦି ଏହା ଥିବ ତେବେ ପାଇପାରିବେନି ସୁଭଦ୍ରା ଟଙ୍କା

September 3, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟ ସରକାର ଲାଗୁ କରିଥିବା ସୁଭଦ୍ରା ଯୋଜନା ନେଇ ସାରା ରାଜ୍ୟରେ ଚର୍ଚ୍ଚା। ହେଲେ ଏହି ଯୋଜନାରେ କେଉଁମାନେ ଆସିବେ କେଉଁମାନେ ଆଯୋଗ୍ୟ ସେ ନେଇ ମଧ୍ୟ ଘଣ୍ଟାଚକଟା ଆରମ୍ଭ ହୋଇଛି। ତେବେ ରାଜ୍ୟ ସରକାର ଜାରୀ କରିଥିବା ନିୟମ ଅନୁସାରେ ନିମ୍ନଲିଖିତ ମହିଳାମାନେ ଯୋଗ୍ୟତା ମାନଦଣ୍ଡ ପୂରଣ କରୁଥିଲେ ମଧ୍ୟ, ଏହି ଯୋଜନାର ଲାଭ ପାଇବା ପାଇଁ ଅଯୋଗ୍ୟ ହେବେ:

କ. ଯେଉଁ ମହିଳା ମାସକୁ ମୋଟ ୧୫00 ଟଙ୍କା କିମ୍ବା ତାଠାରୁ ଅଧିକ କିମ୍ବା ବାର୍ଷିକ ମୋଟ ୧୮,000 ଟଙ୍କା ବା ତାଠାରୁ ଅଧିକ କୌଣସି ରାଜ୍ୟ କିମ୍ବା କେନ୍ଦ୍ର ସରକାରୀ ସହାୟତା ଯଥା- ପେନସନ, ଛାତ୍ରବୃତ୍ତି ଇତ୍ୟାଦି ଗ୍ରହଣ କରୁଛନ୍ତି ।

ଖ. ଜଣେ ମହିଳା ନିଜେ କିମ୍ବା ତାଙ୍କ ନିଜର ପରିବାର ସଦସ୍ୟ ଯଦି :

୧. ବର୍ତ୍ତମାନର କିମ୍ବା ପୂର୍ବତନ ସାଂସଦ କିମ୍ବା ବିଧାନସଭା ସଦସ୍ୟ ହୋଇଥିବେ ।

୨. ଆୟକର ଦେଉଥିବେ ।

୩. ଯେ କୌଣସି ସହରାଞ୍ଚଳ ଶ୍ଵାୟତ୍ତ ଶାସନ ସଂସ୍ଥା (Urban Local body) କିମ୍ବା ପଞ୍ଚାୟତି ରାଜ ଅନୁଷ୍ଠାନରେ ନିର୍ବାଚିତ ଜନ ପ୍ରତିନିଧୀ ହୋଇଥିବେ (କେବଳ ୱାର୍ଡ ମେମ୍ବର, ସ୍ଥାନୀୟ ପରିଷଦ (Councillor) ସଦସ୍ୟ ବ୍ୟତୀତ)

୪. ଭାରତ ସରକାର କିମ୍ବା ରାଜ୍ୟ ସରକାରଙ୍କ ଅଧୀନରେ ଥିବା ଯେକୌଣସି ଅଣ୍ଡରଟେକିଂ (undertaking) / ବୋର୍ଡ / ସ୍ଥାନୀୟ ସଂସ୍ଥା (local body) / ସଂଗଠନ / ନିୟମିତ / ସ୍ଥାୟୀ / ଚୁକ୍ତିଭିତ୍ତିକ କର୍ମଚାରୀ ଭାବରେ ନିଯୁକ୍ତ କିମ୍ବା ଅବସର ପରେ ପେନସନ ଗ୍ରହଣ କରୁଥିବେ । ଯଦି ଏହି ଯୋଜନାର ଅନ୍ୟ ସମସ୍ତ ମାନଦଣ୍ଡ ପୂରଣ କରୁଥିଲେ, ତେବେ, ପାରିଶ୍ରମିକ ଗ୍ରହଣ କରୁଥିବା ସମସ୍ତ କର୍ମଚାରୀ ଏବଂ ଆଉଟସୋର୍ସିଂ ଏଜେନ୍ସି ମାଧ୍ୟମରେ ନିୟୋଜିତ ସମସ୍ତ କର୍ମଚାରୀ ଏହି ଯୋଜନା ଅଧୀନରେ ଯୋଗ୍ୟ ବିବେଚିତ ହେବେ ।

୫. ଯେ କୌଣସି ସରକାରୀ ବିଭାଗ / ଅଣ୍ଡରଟେକିଂ / ବୋର୍ଡ / ଭାରତ ସରକାର କିମ୍ବା ରାଜ୍ୟ ସରକାରଙ୍କର ମନୋନୀତ ପ୍ରତିନିଧୀ ହୋଇଥିବେ ।

୬. ଟ୍ରାକ୍ଟର, ମିନି-ଟ୍ରକ୍, ଛୋଟ ବାଣିଜ୍ୟିକ ଯାନ ଏବଂ ଅନ୍ୟ ସମାନ ହାଲୁକା ସାମଗ୍ରୀ ଯାନ ବ୍ୟତୀତ ୪ ଚକିଆ ମୋଟର ଯାନର ମାଲିକ ।

ଗ. ଆବେଦନକାରୀଙ୍କ ପରିବାରର ଜଳସେଚିତ ଜମିର ପରିମାଣ ୫ ଏକରରୁ ଅଧିକ ଓ ଅଣ ଜଳସେଚିତ ଜମିର ପରିମାଣ ୧୦ ଏକରରୁ ଅଧିକ ହୋଇଥିବ । (ବି:ଦ୍ର: ଏହି ଯୋଜନା ପାଇଁ, ପରିବାରର ସଂଜ୍ଞା କହିଲେ ଜାତୀୟ ଖାଦ୍ଯ ସୁରକ୍ଷା ଆଇନ / ରାଜ୍ୟ ଖାଦ୍ଯ ସୁରକ୍ଷା ଯୋଜନା (NFSA / SFSS) ରେ ପରିଭାଷିତ ଥିବା ପରିବାର କୁ ବୁଝାଏ )

ସୁଭଦ୍ରା ସୁଭଦ୍ରା ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ମା’ଙ୍କ ବିରୋଧରେ ଆପତ୍ତିଜନକ ଭାଷା ମାମଲା: ଗିରଫ ହେଲେ ମୌଲାନା

March 31, 2026

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026
Latest News

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ମା’ଙ୍କ ବିରୋଧରେ ଆପତ୍ତିଜନକ ଭାଷା ମାମଲା: ଗିରଫ ହେଲେ ମୌଲାନା

March 31, 2026

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026

କୋବା ତିର୍ଥଠାରେ ‘ସମ୍ରାଟ ସମ୍ପ୍ରତି’ ସଂଗ୍ରହାଳୟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.