Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡ଼ିଶାରେ ଚାଲିବ ଆଉ ୩ ଟି ବନ୍ଦେ ଭାରତ ଟ୍ରେନ, ଜାଣନ୍ତୁ କେଉଁ ସ୍ଥାନରୁ କେଉଁଠାକୁ ଯିବ
ଜାତୀୟ ଖବର

ଓଡ଼ିଶାରେ ଚାଲିବ ଆଉ ୩ ଟି ବନ୍ଦେ ଭାରତ ଟ୍ରେନ, ଜାଣନ୍ତୁ କେଉଁ ସ୍ଥାନରୁ କେଉଁଠାକୁ ଯିବ

September 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଶାରେ ଚାଲିବ ଆଉ ୩ ଟି ବନ୍ଦେ ଭାରତ ଟ୍ରେନ, ଜାଣନ୍ତୁ କେଉଁ ସ୍ଥାନରୁ କେଉଁଠାକୁ ଯିବ

ଭୁବନେଶ୍ବର: ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ଆଜି ବିଧାନସଭା କାର୍ଯ୍ୟାଳୟ ପ୍ରକୋଷ୍ଠଠାରେ କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ ୧୫ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହେଉଥିବା ବନ୍ଦେ ଭାରତ ଟ୍ରେନ ଶୁଭାରମ୍ଭ ସମାରୋହରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କରିଛନ୍ତି। କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଏଥିନିମନ୍ତେ ସ୍ୱତନ୍ତ୍ର ନିମନ୍ତ୍ରଣ ପତ୍ର ଓ ଚିଠି ମାଧ୍ୟମରେ ଅନୁରୋଧ କରିଛନ୍ତି।

ସୂଚନା ଯୋଗ୍ୟ ଯେ, ଚଳିତ ମାସ ୧୫ ତାରିଖରେ ଦେଶର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଦେଶରେ ୧୦ଟି ନୂତନ ବନ୍ଦେ ଭାରତ ଟ୍ରେନ ଚଳାଚଳର ଶୁଭାରମ୍ଭ ହେଉଛି। ତନ୍ମଧ୍ୟରୁ ଓଡିଶା ମଧ୍ୟରେ ୩ଟି ଟ୍ରେନ ଚଳାଚଳ କରିବ। ଏହି ଟ୍ରେନ ଗୁଡିକ ହେଲା ଟାଟା-ବ୍ରହ୍ମପୁର ବନ୍ଦେ ଭାରତ,ରାଉରକେଲା-ହାୱଡା ବନ୍ଦେ ଭାରତ ଏବଂ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ। କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ବୈଷ୍ଣବ ମୁଖ୍ୟମନ୍ତ୍ରୀଙ୍କୁ ବ୍ରହ୍ମପୁର ଷ୍ଟେସନଠାରେ ଅନୁଷ୍ଠିତ ହେଉଥିବା କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଛନ୍ତି।

ସୂଚନା ଯୋଗ୍ୟ ଯେ, ବର୍ତ୍ତମାନ ଓଡିଶା ମଧ୍ୟରେ ୩ ଟି ବନ୍ଦେ ଭାରତ ଟ୍ରେନ ଚଳାଚଳ କରୁଛି। ନୂତନ ୩ ଟି ଟ୍ରେନ ମିଶିଲେ ସମୁଦାୟ ୬ଟି ବନ୍ଦେ ଭାରତ ଟ୍ରେନ ଓଡିଶାବାସୀଙ୍କୁ ସେବା ଯୋଗାଇବ। ଚଳିତ ବର୍ଷ ବଜେଟରେ ଓଡିଶା ରେଳ ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ରେକର୍ଡ ୧୦,୫୮୬ କୋଟି ଟଙ୍କା କେନ୍ଦ୍ର ସରକାର ଯୋଗେଇ ଦେଇଛନ୍ତି।

ବର୍ତ୍ତମାନ ରାଜ୍ୟରେ ୫୪,୪୩୪ କୋଟି ଟଙ୍କାର ରେଳ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟ ଜାରିରହିଛି।ଏଥିରୁ, ଓଡିଶାର ରେଳ ଭିତ୍ତିଭୂମି ଓ ଗମନାଗମନ ବ୍ୟବସ୍ଥାର ଉନ୍ନତିକରଣ ପାଇଁ କେନ୍ଦ୍ର ସରକାରଙ୍କ ଆନ୍ତରିକ ସମର୍ଥନ ସ୍ପଷ୍ଟ ଅନୁମେୟ। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରେଳ ମନ୍ତ୍ରୀ ଶ୍ରୀ ବୈଷ୍ଣବ ଙ୍କୁ ଏହି ନିମନ୍ତ୍ରଣ ପାଇଁ ଧନ୍ୟବାଦ ଜଣାଇଛନ୍ତି।

ବନ୍ଦେ ଭାରତ ଏକ୍ସପ୍ରେସ ବନ୍ଦେ ଭାରତ ଟ୍ରେନ
Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ ଉଦ୍ୟମ, ପୋଲିସ ହେପାଜତରେ ଅଭିଯୁକ୍ତ

August 20, 2025

ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ଆବେଦନ ଜାରି: ଶେଷ ତାରିଖ ସେପ୍ଟେମ୍ବର ୧

August 20, 2025

କପା ଉପରେ ଆମଦାନୀ ଶୁଳ୍କ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଛାଡ କଲେ ସରକାର

August 20, 2025

ଆଦି କର୍ମଯୋଗୀ ଅଭିଯାନ : ଉତ୍ତରଦାୟୀ ଶାସନ ବ୍ୟବସ୍ଥା

August 20, 2025
Latest News

ନମାଜ ପାଠ ବେଳେ ଆଖିବୁଜା ଗୁଳି ଚାଳନା: ୨୭ ମୃତ, ଅନେକ ଆହତ

August 20, 2025

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ ଉଦ୍ୟମ, ପୋଲିସ ହେପାଜତରେ ଅଭିଯୁକ୍ତ

August 20, 2025

ବିଶ୍ୱ ଦକ୍ଷତା କେନ୍ଦ୍ରରେ ନାମଲେଖା ଆବେଦନ ଜାରି: ଶେଷ ତାରିଖ ସେପ୍ଟେମ୍ବର ୧

August 20, 2025

କପା ଉପରେ ଆମଦାନୀ ଶୁଳ୍କ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଛାଡ କଲେ ସରକାର

August 20, 2025

ଆଦି କର୍ମଯୋଗୀ ଅଭିଯାନ : ଉତ୍ତରଦାୟୀ ଶାସନ ବ୍ୟବସ୍ଥା

August 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.