Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ତିନିମାସ ବିତିଗଲା,ଏବେ ଆଈ ମା ଗପ ଛାଡି କାମ କରି ଦେଖାନ୍ତୁ; ଏମିତି କାହିଁକି କହିଲେ ନବୀନ ପଟ୍ଟନାୟକ
ଜାତୀୟ ଖବର

ତିନିମାସ ବିତିଗଲା,ଏବେ ଆଈ ମା ଗପ ଛାଡି କାମ କରି ଦେଖାନ୍ତୁ; ଏମିତି କାହିଁକି କହିଲେ ନବୀନ ପଟ୍ଟନାୟକ

September 11, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ତିନିମାସ ବିତିଗଲା,ଏବେ ଆଈ ମା ଗପ ଛାଡି କାମ କରି ଦେଖାନ୍ତୁ; ଏମିତି କାହିଁକି କହିଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ବଡ ପାଟିରେ ମିଛ କହିଲେ ତାହା କେବେ ସତ ହୋଇଯାଏ ନାହିଁ। ମିଛ କହି ହୃଦୟ ଜିତିବା ସହଜ ହୋଇପାରେ କିନ୍ତୁ ଲୋକଙ୍କ ହୃଦୟ ଜିତିବା ସହଜ ନୁହେଁ। ଲୋକଙ୍କ ହୃଦୟ ଜିତିବା ପାଇଁ ସେବା ହିଁ ଏକମାତ୍ର ମାର୍ଗ ବୋଲି ବିଜୁ ଜନତା ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ଆଜି ଶଙ୍ଖ ଭବନ ଠାରେ ଆୟୋଜିତ ବିଜୁ ଯୁବ ଜନତା ଦଳ ର ଏକ ସମାବେଶ ରେ ଯୋଗ ଦେଇ ଶ୍ରୀ ପଟ୍ଟନାୟକ କହିଲେ ଯେ ସୁଭଦ୍ରା ଯୋଜନା ଠାରୁ ଆରମ୍ଭ କରି ମାଗଣା ବିଜୁଳି ଓ ପେନସନ ସବୁ କଥା ରେ ବିଜେପି ର ମିଛ, ଦୁଇ ପ୍ରକାର କଥା।ତିନି ମାସ ହୋଇଗଲା। ଏବେ ଆଈ ମା ଗପ ଛାଡି କାମ କରି ଦେଖାଇବାକୁ ଶ୍ରୀ ପଟ୍ଟନାୟକ ବିଜେପି କୁ ପରାମର୍ଶ ଦେଇଛନ୍ତି।

ସାମ୍ପ୍ରତିକ ଘଟଣା ବଳୀ ଉପରେ ଆଲୋଚନା କରି ଶ୍ରୀ ପଟ୍ଟନାୟକ କହିଥିଲେ ଯେ କିଛି ଲୋକ ସେମାନଙ୍କ ଚିନ୍ତାଧାରା କୁ ସମସ୍ତଙ୍କ ଉପରେ ଲଦି ଦେବାକୁ ଚାହୁଁଛନ୍ତି. କିନ୍ତୁ ଭାରତ ପରି ଏକ ଗଣତାନ୍ତ୍ରିକ ସମାଜ ରେ ଏହା ଗ୍ରହଣୀୟ ନୁହେଁ। ଏପରିକି କିଛି ଲୋକ ସଂକୀର୍ଣ୍ଣ ସ୍ୱାର୍ଥ ପାଇଁ ଆମ ବରପୁତ୍ର ମାନଂକୁ ନିନ୍ଦା କରିବାକୁ ମଧ୍ୟ୍ୟ ପଛଉନାହାନ୍ତି।

ଏପରି ଘଟଣା କୁ ନାପସନ୍ଦ କରି ଶ୍ରୀ ପଟ୍ଟନାୟକ ଏହା ଓଡ଼ିଆ ଅସ୍ମିତା? ଏହା କଣ ଆମ ବରପୁତ୍ର ମାନଙ୍କ ତ୍ୟାଗ ପାଇଁ ସମ୍ମାନ ବୋଲି ପ୍ରଶ୍ନ କରି ଏଭଳି କାର୍ଯ୍ୟ ଆମ ଭବିଷ୍ୟତ ପିଢ଼ି କୁ କି ପ୍ରେରଣା ଦେବ ବୋଲି ଚିନ୍ତା ବ୍ୟକ୍ତ କରିଛନ୍ତି। ଶ୍ରୀ ପଟ୍ଟନାୟକ କହିଲେ ଯେ ରାଜନୀତି କ୍ଷମତା ପାଇଁ ନୁହେଁ। ତାଙ୍କ ଦୃଷ୍ଟିରେ ରାଜନୀତି ହେଉଛି ସମାଜ ଦେଶ ତଥା ମାନବ ସମାଜ ପାଇଁ ସେବା କରିବାର ଏକ ମାଧ୍ୟମ

ଏକ ବିକଶିତ ଓ ସଶକ୍ତ ଓଡିଶା ର ସ୍ବପ୍ନ ଦେଖିଥିବା ବିଜୁ ବାବୁଙ୍କ ଆଦର୍ଶରେ ବିଜୁ ଜନତା ଦଳ କାମ କରୁଛି। ଯେ ପର୍ଯ୍ୟନ୍ତ ଆମେ ଏହି ଆଦର୍ଶ ରେ କାମ କରୁଥିବା ସେ ପର୍ଯ୍ୟନ୍ତ ଲୋକଙ୍କ ହୃଦୟ ରେ ବିଜେଡି ରହିଥିବ। ବିଜେଡି କିଛି ବ୍ୟକ୍ତିଙ୍କ. ଉପରେ ନିର୍ଭରଶୀଳ ନୁହେଁ। ଏକ ଆଦର୍ଶ ଉପରେ ପ୍ରତିଷ୍ଠିତ। କିଛି ବ୍ୟକ୍ତି ଦଳ ଛାଡ଼ିବା ଉପରେ ଟିପଣୀ ଦେଇ ଶ୍ରୀ ପଟନାୟକ କହିଲେ ସୁବିଧାବାଦୀଙ୍କ ଦଳ ତ୍ୟାଗ ଆମ ଆଦର୍ଶ ପାଇଁ ସଂଗ୍ରାମ କୁ ଲହୁ ଲୁହ ଦେଇ ଆହୁରି ଶକ୍ତିଶାଳୀ କରିବ।

ବିଜୁ ବାବୁଙ୍କ ଆଦର୍ଶ ରେ ଅଟଳ ରହି ସମୃଦ୍ଧ ଓଡିଶା ପାଇଁ କାମ କରିବାକୁ ଶ୍ରୀ ପଟ୍ଟନାୟକ ଯୁବସମାଜ କୁ ଆହ୍ୱାନ ଜଣାଇଥିଲେ।ଏହାସହିତ ସାମାଜିକ ଗଣମାଧ୍ୟ୍ୟମ ରେ ସକ୍ରିୟ ରହି ମିଛ ପ୍ରଚାର ବିରୋଧ ରେ ଲଢେଇ ଜାରି ରଖିବାକୁ ସେ ପରାମର୍ଶ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀ ବ୍ୟୋମକେଶ ରାୟ, ବିଧାୟକ ଶ୍ରୀ ଦେବୀରଞ୍ଜନ ତ୍ରିପାଠୀ, ପୂର୍ବତନ ମନ୍ତ୍ରୀ ଶ୍ରୀ ଦେବୀପ୍ରସାଦ ମିଶ୍ର ପ୍ରମୁଖ ଉଦବୋଧନ ଦେଇଥିଲେ।

BJD ନବୀନ ପଟ୍ଟନାୟକ ବିଜୁ ଯୁବ ଜନତା ଦଳ ଶଙ୍ଖ ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Latest News

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.