Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସୁଭଦ୍ରା ଟଙ୍କା ଦେବା ପାଇଁ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ ତାଙ୍କର ପୁରା ଗସ୍ତ କାର୍ଯ୍ୟକ୍ରମ
ଜାତୀୟ ଖବର

ସୁଭଦ୍ରା ଟଙ୍କା ଦେବା ପାଇଁ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ ତାଙ୍କର ପୁରା ଗସ୍ତ କାର୍ଯ୍ୟକ୍ରମ

September 14, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଗାମୀ ସେପ୍ଟେମ୍ବର ୧୭ ତାରିଖରେ ଭୁବନେଶ୍ୱର ଆସି ରାଜ୍ୟ ସରକାରଙ୍କର ଜନ କଲ୍ୟାଣକାରୀ “ସୁଭଦ୍ରା” ଯୋଜନାର ଶୁଭାରମ୍ଭ ସହ ଅନ୍ୟ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ସେଦିନ ପୂର୍ବାହ୍ନ ୧୧.୩୫ ମିନିଟ୍ ସମୟରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ପୂର୍ବାହ୍ନ ୧୧ ଟା ୫୫ ମିନଟ୍ ରେ ଜନତା ମଇଦାନ ଠାରେ କାର୍ଯ୍ୟକ୍ରମରେ ଯୋଗଦେବେ ଏବଂ ଅପରାହ୍ନ ୩ ଟା ସମୟରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ।

ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସୁଚାରୁରୂପେ ଅନୁଷ୍ଠିତ କରାଯିବା ନେଇ ପ୍ରଶାସନିକ ସ୍ତରରେ ଆନୁଷଙ୍ଗିକ ପ୍ରସ୍ତୁତି ସମ୍ପର୍କରେ ଆଜି ସକାଳେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ,ଗୃହ ବିଭାଗ ଶ୍ରୀ ସତ୍ୟବ୍ରତ ସାହୁ, ପୁଲିସ୍ ମହା ନିର୍ଦ୍ଦେଶକ ଶ୍ରୀ ଓ୍ୱାଇ. ବି. ଖୁରାନିଆଙ୍କ ସମେତ ସଂପୃକ୍ତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ସଚିବ ଏବଂ ବରିଷ୍ଠ ପଦାଧିକାରୀ, ଭୁବନେଶ୍ୱର ମହାନଗର ନିଗମ କମିଶନର, ଖୋର୍ଦ୍ଧା ଜିଲ୍ଲାପାଳ ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ ପରିପ୍ରେକ୍ଷୀରେ ବିଭାଗ ତରଫରୁ ଆନୁଷଙ୍ଗିକ ପ୍ରସ୍ତୁତି ଜାରି ରହିଥିବା ସଂପର୍କରେ ସୂଚନା ଦେଇଥିଲେ। ରାଜ୍ୟ ଗୃହ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଡଃ. ସନ୍ତୋଷ ବାଲା  ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ସଂପର୍କରେ ବିଶଦ୍ ସୂଚନା ଉପସ୍ଥାପନ କରିଥିଲେ।

ଏହି ଦିନ ଜନତା ମଇଦାନରେ “ସୁଭଦ୍ରା” ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ,  ମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ବିଶିଷ୍ଟ ଅତିଥିମାନେ ଯୋଗ ଦେଉଥିବାରୁ ହିତାଧିକାରୀଙ୍କ ସମେତ ବହୁ ଜନ ସମାଗମକୁ ଦୃଷ୍ଟିରେ ରଖି ରାଜ୍ୟ ପ୍ରଶାସନ ତରଫରୁ ବ୍ୟାପକ ପ୍ରସ୍ତୁତି ଜାରି ରହିଛି। ଏ ସଂପର୍କରେ ମୁଖ୍ୟ ଶାସନ ସଚିବ ପ୍ରସ୍ତୁତି ସମୀକ୍ଷା କରି ବିଭିନ୍ନ ବିଭାଗର ଯେଉଁ ଯେଉଁ କାମ ରହିଛି, ଆନ୍ତଃ ବିଭାଗୀୟ ସମନ୍ୱୟରେ ସେସବୁକୁ ସଠିକ ଭାବେ ନିର୍ବାହ କରିବାକୁ ଗୁରୁତ୍ୱ ଦେଇଛନ୍ତି।

ଡିଜିପି ଏବଂ ଆଇଜିପିଙ୍କୁ ଆଇନ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥା ତଦାରଖ ପାଇଁ ଦାୟିତ୍ୱ ଦିଆଯାଇଥିବା ବେଳେ ଜିଲ୍ଲାପାଳ,ଖୋର୍ଦ୍ଧାଙ୍କୁ ଅନ୍ୟ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବରିଷ୍ଠ ଅଧିକାରୀମାନେ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ସେମାନଙ୍କର ରହିଥିବା ଦାୟିତ୍ୱ ଶତ ପ୍ରତିଶତ ଭଲ ଭାବରେ ତୁଲାଇବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପରିପ୍ରେକ୍ଷୀରେ ଆବଶ୍ୟକସ୍ଥଳେ ତାଙ୍କର ସାମୟିକ ରହଣି, ସୁରକ୍ଷା ବ୍ୟବସ୍ଥା, କାରକେଡ୍ ବ୍ୟବସ୍ଥା ଏବଂ ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥା ସହ ସ୍ୱତନ୍ତ୍ର ସୁବିଧା ଥିବା ଆମ୍ବୁଲାନ୍ସ୍ ବ୍ୟବସ୍ଥା ରହିବ। ସେହିପରି ଶକ୍ତି ବିଭାଗ ଏବଂ ଟିପିସିଓଡିଲକୁ ଉତ୍ସବ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ୍ ସରବରାହ ବ୍ୟବସ୍ଥା ସହ ଅତିରିକ୍ତ ଜେନେରେଟର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଏଥି ସହିତ ରାସ୍ତା ମରାମତି, ପରିମଳ ଓ ପରିସ୍କାର ପରିଚ୍ଛନ୍ନତା, ନିରବଚ୍ଛିନ୍ନ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା, ସଭା ମଞ୍ଚ ପ୍ରସ୍ତୁତି ଏବଂ ବେରିକେଡିଂ ବ୍ୟବସ୍ଥା ସଂପର୍କରେ ଆଲୋଚନା କରାଯାଇଥିଲା । କାର‌୍ୟ୍ୟକ୍ରମର ସିଧା ପ୍ରସାରଣ ସୁବିଧା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ବୈଦ୍ୟୁତିକ ଓ ମୁଦ୍ରଣ ଗଣମାଧ୍ୟମଙ୍କୁ ସିଙ୍ଗିଲ ଫିଡ୍ ବ୍ୟବସ୍ଥା ସହ ପ୍ରେସ୍ କୁ ବିବରଣୀ ପ୍ରଦାନ କରାଯିବ। ଆବଶ୍ୟକ ପାସ ବ୍ୟବସ୍ଥା କରାଯିବା ସହ ଜନଗହଳିକୁ ଦୃଷ୍ଟିରେ ରଖି କାର୍ଯ୍ୟକ୍ରମ ସ୍ଥଳରେ ପୁଲିସ୍ କର୍ମଚାରୀଙ୍କ ସମେତ ଅଧିକ ସେଚ୍ଛାସେବୀ ମୁତୟନ ହେବେ। ଅଗ୍ନିଶମ ସେବା ବିଭାଗ ତରଫରୁ ଅଗ୍ନି ନିର୍ବାପକ ପ୍ରସ୍ତୁତି ବ୍ୟବସ୍ଥା ସହ ବିଜୁଳି ଆଘାତରୁ ପ୍ରତିକାରାତ୍ମକ ପଦକ୍ଷେପ ସ୍ୱରୂପ ବଜ୍ରପାତ ପ୍ରତିରୋଧକାରୀ ଲାଇଟେନିଂ ଆରେଷ୍ଟର ବ୍ୟବସ୍ଥା ରହିବ।

ଜନ ଗହଳିକୁ ଦୃଷ୍ଟିରୁ ରଖି ଜନସାଧାରଣ ଯେପରି କାର‌୍ୟ୍ୟକ୍ରମକୁ ଦେଖିପାରିବେ, ସେଥିପାଇଁ ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଏଲଇଡି ବ୍ୟବସ୍ଥା କରାଯିବାକୁ ପରାମର୍ଶ ଦିଆଯାଇଛି । ବିଭିନ୍ନ ପ୍ରଶାସନିକ ଅଧିକାରୀମାନଙ୍କୁ ଭିନ୍ନ ଭିନ୍ନ କାର‌୍ୟ୍ୟରେ ଦାୟିତ୍ୱରେ ରହି କାର‌୍ୟ୍ୟକ୍ରମକୁ ସୁଚାରୁରୂପେ ପରିଚାଳନା ପାଇଁ ମୁତୟନ କରାଯିବ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସଂପର୍କିତ ଅଧିକ ସୂଚନା ପାଇଁ ରାଜ୍ୟ ଗୃହ ବିଭାଗ ( ପ୍ରୋଟୋକଲ ) ତରଫରୁ ଏକ ନିୟନ୍ତ୍ରଣ କକ୍ଷ କାଯ୍ୟକ୍ଷମ ହେବ।

କାର‌୍ୟ୍ୟକ୍ରମ ପରିପ୍ରେକ୍ଷୀରେ ବିଭିନ୍ନ ସ୍ଥାନରେ ପାର୍କିଂ ବ୍ୟବସ୍ଥା, ହିତାଧିକାରୀ ଏବଂ ଜନସାଧାରଣ ବସିବା ପାଇଁ ଯଥେଷ୍ଟ ସଂଖ୍ୟକ ଚୌକି ବ୍ୟବସ୍ଥା, ମହିଳା ସମାବେଶ ଦୃଷ୍ଟିରୁ କାର‌୍ୟ୍ୟକ୍ରମ ସ୍ଥଳ ଏବଂ ରାସ୍ତାର ବିଭିନ୍ନ ସ୍ଥାନରେ ଅଧିକ ମୋବାଇଲ ଶୌଚାଳୟ ଏବଂ ବାୟୋ ଟଏଲେଟ୍ ବ୍ୟବସ୍ଥା କରାଯିବା ନେଇ ବୈଠକରେ ଆଲୋଚନା ପୂର୍ବକ ନିର୍ଦ୍ଦେଶ ଦିଆଯାଇଛି।

Modi in Odisha subhadra yojana ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀଙ୍କ ଓଡିଶା ଗସ୍ତ ମୋଦିଙ୍କ ଓଡିଶା ଗସ୍ତ ସୁଭଦ୍ରା ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀମନ୍ଦିର ଉପରେ ବାରମ୍ବାର ଡ୍ରୋନ ଉଡିବାକୁ ନେଇ ଉଦବେଗ ପ୍ରକାଶ କଲେ ପ୍ରକାଶ ମିଶ୍ର

September 14, 2025

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖ ରବିବାରରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ, ସାବଧାନ

September 14, 2025

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ହ୍ୟାଣ୍ଡ ବଲଟି ଧରି ପଡିଆ ଉପରକୁ ହଠାତ୍ କାହିଁକି ଆସିଲେ, ସମସ୍ତେ ତାଜୁବ୍…

September 13, 2025

ଭିସୁଟ, ବୁର୍ଲାର ୧୬ତମ ସମାବର୍ତ୍ତନ ସମାରୋହରେ ରାଜ୍ୟପାଳ

September 13, 2025
Latest News

ଶ୍ରୀମନ୍ଦିର ଉପରେ ବାରମ୍ବାର ଡ୍ରୋନ ଉଡିବାକୁ ନେଇ ଉଦବେଗ ପ୍ରକାଶ କଲେ ପ୍ରକାଶ ମିଶ୍ର

September 14, 2025

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖ ରବିବାରରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ, ସାବଧାନ

September 14, 2025

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ହ୍ୟାଣ୍ଡ ବଲଟି ଧରି ପଡିଆ ଉପରକୁ ହଠାତ୍ କାହିଁକି ଆସିଲେ, ସମସ୍ତେ ତାଜୁବ୍…

September 13, 2025

ଭିସୁଟ, ବୁର୍ଲାର ୧୬ତମ ସମାବର୍ତ୍ତନ ସମାରୋହରେ ରାଜ୍ୟପାଳ

September 13, 2025

ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିନରେ ଓଡିଶାରେ ଲାଗିବ ୭୫ ଲକ୍ଷ ଗଛ, ମୁଖ୍ୟମନ୍ତ୍ରୀ ଏକ ବାର୍ତ୍ତାରେ କହିଲେ…

September 13, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.