Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କରି କଣ କଥା ହେଲେ ସାଂସଦ ଅପରାଜିତା ଷଡଙ୍ଗୀ
ଜାତୀୟ ଖବର

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କରି କଣ କଥା ହେଲେ ସାଂସଦ ଅପରାଜିତା ଷଡଙ୍ଗୀ

September 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କରି କଣ କଥା ହେଲେ ସାଂସଦ ଅପରାଜିତା ଷଡଙ୍ଗୀ

ଭୁବନେଶ୍ବର: ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ଶନିବାର ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ସେ ଲୋକସେବା ଭବନ ଯାଇ ସେଠାରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି। ତେବେ ତାହା କୌଣସି ରାଜନୈତିକ ସାକ୍ଷାତ ନ ଥିଲା। ବଂର ଅପରାଜିତା ତାଙ୍କ ନିର୍ବାଚନ ମଣ୍ଡଳୀରେ ବିକାଶ ପାଇଁ ଆଲୋଚନା କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପରେ ଅପରାଜିତା ଗଣମାଧ୍ୟମକୁ କହିଛନ୍ତି ସେ ଚାରିଟି ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଥିଲେ। ତାହା ନିଜ ସଂସଦୀୟ କ୍ଷେତ୍ରର ବିକାଶ ପାଇଁ ସେ ଏହି ଦାବୀ କରିଛନ୍ତି। ସେଗୁଡିକ ହେଲା

1- ଭୂଷଣ୍ଡପୁରରେ ଥିବା ମା’ ଉଗ୍ରତାରା ପୀଠର ବିକାଶ

2- ଜଟଣୀ ତହସିଲର ବିଂଝଗିରିଠାରେ ଜାତୀୟ ଯୋଗ ଓ ନେଚରପ୍ୟାଥି ଗବେଷଣା ପ୍ରତିଷ୍ଠାନ ପାଇଁ ଆବଶ୍ୟକ ଜମି ପ୍ରଦାନ

3- ଭୁବନେଶ୍ୱରର ୪ ନମ୍ବର ମାଛ ମାର୍କେଟକୁ ପଳାସୁଣୀକୁ ସ୍ଥାନାନ୍ତର

4- ଭୁବନେଶ୍ୱରରେ ନ୍ୟାସନାଲ ଗ୍ୟାଲେରୀ ଅଫ ମଡ଼ର୍ଣ୍ଣ ଆର୍ଟର ଆଂଚଳିକ ଶାଖା ଖୋଲିବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ

ଏହି ୪ଟି ପ୍ରସଙ୍ଗରେ ସାଂସଦ ଅପରାଜିତା ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ଏ ନେଇ ଖୁବ ଶିଘ୍ର ପଦକ୍ଷେପ ଆରମ୍ଭ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶୃତି ଦେଇଛନ୍ତି ବୋଲି ଅପରାଜିତା କହିଛନ୍ତି। ମୁଖ୍ୟମନ୍ତ୍ରୀ ବିଭାଗୀୟ ଅଧିକାରୀଙ୍କୁ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ବୋଲି ସେ କହିଛନ୍ତି।

ସେହିପରି ଭୁବନେଶ୍ୱର ସହରରେ ଡ୍ରେନେଜ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ସେ ଆଲୋଚନା କରିଛନ୍ତି। ଡ୍ରେନେଜ୍ ସମସ୍ୟାର ସାମାଧାନ ପାଇଁ ଅର୍ଥାଭାବ ଓ ବିଭାଗଗୁଡ଼ିକ ମଧ୍ୟରେ ସାମଞ୍ଜସ୍ୟ ରହୁନ ଥିବାରୁ ତାହା ପଡିରହିଛି।  ମୁଖ୍ୟମନ୍ତ୍ରୀ ମଧ୍ୟ ଏହି ପ୍ରସଙ୍ଗରେ ଅଫିସରମାନଙ୍କ ସହ ବିସ୍ତୃତ ଆଲୋଚନା କରିବେ ବୋଲି ଅପରାଜିତା କହିଛନ୍ତି।

ଏହି ସାକ୍ଷାତ ବେଳେ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ବିଜେପି ନେତା ଜଗନ୍ନାଥ ପ୍ରଧାନ, ପ୍ରିୟଦର୍ଶୀ ମିଶ୍ର, ବିଶ୍ବରଂଜନ ବଡଜେନା ପ୍ରମୁଖ ଉପସ୍ଥିତ ଥିଲେ।

୪ ନମ୍ବର ମାଛ ମାର୍କେଟ ଅପରାଜିତା ଷଡଙ୍ଗୀ ଜାତୀୟ ଯୋଗ ଓ ନେଚରପ୍ୟାଥି ଗବେଷଣା ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ଭୂଷୁଣ୍ଡପୁର ଉଗ୍ରତାରା
Share. Facebook Twitter LinkedIn Email WhatsApp Copy Link

Related Posts

ଭିଜିଲାନ୍ସ ଜାଲରେ ଜୟପୁର ଡେପୁଟି ରେଞ୍ଜର: ୬ ଟି ସ୍ଥାନରେ ଚଢାଉ ବେଳେ ମିଳିଲା ବିଡ଼ା ବିଡ଼ା ଟଙ୍କା

July 25, 2025

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ୩୦ ଦିନର ଅତିରିକ୍ତ ଛୁଟି ଦେବାକୁ ଘୋଷଣା କଲେ କେନ୍ଦ୍ର ସରକାର

July 25, 2025

ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଓଡ଼ିଶା ଟେକ୍ସ -୨୦୨୫ର ପ୍ରସ୍ତୁତି ସମୀକ୍ଷା କଲେ ଶିଳ୍ପମନ୍ତ୍ରୀ

July 25, 2025

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ଅନୁଗୋଳ ଜିଲ୍ଲା ବାଣିଜ୍ୟ ଓ ଶିଳ୍ପ ପ୍ରତିଷ୍ଠାନର ସଦସ୍ୟ

July 25, 2025
Latest News

ଭିଜିଲାନ୍ସ ଜାଲରେ ଜୟପୁର ଡେପୁଟି ରେଞ୍ଜର: ୬ ଟି ସ୍ଥାନରେ ଚଢାଉ ବେଳେ ମିଳିଲା ବିଡ଼ା ବିଡ଼ା ଟଙ୍କା

July 25, 2025

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ୩୦ ଦିନର ଅତିରିକ୍ତ ଛୁଟି ଦେବାକୁ ଘୋଷଣା କଲେ କେନ୍ଦ୍ର ସରକାର

July 25, 2025

ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଓଡ଼ିଶା ଟେକ୍ସ -୨୦୨୫ର ପ୍ରସ୍ତୁତି ସମୀକ୍ଷା କଲେ ଶିଳ୍ପମନ୍ତ୍ରୀ

July 25, 2025

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ଅନୁଗୋଳ ଜିଲ୍ଲା ବାଣିଜ୍ୟ ଓ ଶିଳ୍ପ ପ୍ରତିଷ୍ଠାନର ସଦସ୍ୟ

July 25, 2025

କାଗଜବିହୀନ ଟିକେଟ ପ୍ରଣାଳୀରେ ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳର ନୂଆ ମାଇଲଖୁଣ୍ଟ ହାସଲ

July 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.