Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆସନ୍ତାକାଲି ଭୁବନେଶ୍ବର ଆସିବେ ପ୍ରଧାନମନ୍ତ୍ରୀ, ରାଜଧାନୀର ଟ୍ରାଫିକ ବ୍ୟବସ୍ଥାରେ ହେଲା କଟକଣା
ଜାତୀୟ ଖବର

ଆସନ୍ତାକାଲି ଭୁବନେଶ୍ବର ଆସିବେ ପ୍ରଧାନମନ୍ତ୍ରୀ, ରାଜଧାନୀର ଟ୍ରାଫିକ ବ୍ୟବସ୍ଥାରେ ହେଲା କଟକଣା

September 16, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲି ଭୁବନେଶ୍ବର ଆସିବେ ପ୍ରଧାନମନ୍ତ୍ରୀ, ରାଜଧାନୀର ଟ୍ରାଫିକ ବ୍ୟବସ୍ଥାରେ ହେଲା ପରିବର୍ତ୍ତନ

ଭୁବନେଶ୍ବର: ଆସନ୍ତାକାଲି ଭୁବନେଶ୍ବର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏ ନେଇ ବିଜେପି ସରକାର ବେଶ ଚଳଚଞ୍ଚଳ ହୋଇ ଉଠିଛି। ପ୍ରଧାନମନ୍ତ୍ରୀ ଭୁବନେଶ୍ବରର ଜନତା ମଇଦାନରେ ସଭା କରିବେ। ସେଠାରେ ସେ ଓଡିଶାର ବହୁ ପ୍ରତିକ୍ଷିତ ସୁଭଦ୍ରା ଯୋଜନାର ହିତାଧିକାରୀଙ୍କୁ ଟଙ୍କା ବାଣ୍ଟିବେ।

ତେବେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ବର କମିଶନରେଟ ପୋଲିସ ତରଫରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଆସନ୍ତାକାଲି ପ୍ରଧାନମନ୍ତ୍ରୀ ୧୧ଟା ୩୫ମିନିଟରେ ଭୁବନେଶ୍ବରରେ ପହଞ୍ଚିବେ। ସେ ରାଜଧାନୀରେ ପ୍ରାୟ ୩ଘଣ୍ଟା ପର୍ଯ୍ୟନ୍ତ ରହିବାର କାର୍ଯ୍ୟକ୍ରମ ରହିଛି। ତାଙ୍କ ସୁରକ୍ଷା ଦୃଷ୍ଟିରୁ ମଙ୍ଗଳବାର ଦିନ ଭୁବନେଶ୍ବର ଟ୍ରାଫିକ ବ୍ୟବସ୍ଥାରେ ପରିବର୍ତ୍ତନ କରାଯାଇଛି।

ସେହି ଅନୁସାରେ ଜନତା ମଇଦାନ ସହିତ ଯୋଡି ହେଉଥିବା ରାସ୍ତାରେ ଏହି ଟ୍ରାଫିକ କଟକଣା ଜାରୀ କରାଯିବ। ସେଥିପାଇଁ ରାଜଧାନୀର ବିଭିନ୍ନ ସ୍ଥାନରେ ସକାଳ ୭ଟା ୩୦ ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଟ୍ରାଫିକ କଟକଣା ଲାଗୁ ହେବ। ଜୟଦେବ ବିହାର-ନାଲକୋ ଛକ-ଜୟଦେବ ବିହାର ରାସ୍ତାରେ କଟକଣା ଲାଗୁ ରହିବ। ଜୟଦେବ ବିହାର ଛକଠାରୁ ନାଲକୋ ଛକ ଓ ନାଲକୋ ଛକରୁ ଜୟଦେବ ବିହାର ମଧ୍ୟରେ ଓ ଏହାକୁ ଯୋଗାଯୋଗ କରୁଥିବା ଗଳି ରାସ୍ତାରେ ଯାନବାହନ ଯାତାୟତ କରିପାରିବ ନାହିଁ।

ନନ୍ଦନକାନନ ପଟୁ ଜୟଦେବ ବିହାର ଆଡକୁ ଯିବାକୁ ଚାହୁଁଥିବା ଯାନବାହନଗୁଡିକ ଡମଣା ଛକରୁ ବାମ ମୋଡ ନେଇ ଗୁରୁ କେଳୁଚରଣ ପାର୍କ- ସୈନିକ ସ୍କୁଲ ରାସ୍ତା ଦେଇ ଆଚାର୍ଯ୍ୟ ବିହାର ଯାଇପାରିବେ । ନଚେତ ଶିଖରଚଣ୍ଡୀ – ପଥରଗାଡିଆ – ଡିଏନ ସ୍କୁଲ- କଳିଙ୍ଗ ଷ୍ଟୁଡିଓ ଛକ- ଫାୟାର ଷ୍ଟେସନ ଛକ ଦେଇ ଯାଇପାରିବେ। ଜରୁରୀକାଳୀନ ସେବା ଦମକଳ, ଆମ୍ବୁଲାନ୍ସ ପାଇଁ ଏହି କଟକଣା ଲାଗୁ ହେବନାହିଁ।

ସେହିପରି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ଆସିବାକୁ ଯାଉଥିବା ଲୋକେ ରିଜର୍ଭ ଗ୍ରାଉଣ୍ଡ, ସପ୍ତମ ବାଟାଲିୟନ, କଳିଙ୍ଗ ଷ୍ଟାଡିୟମ ପାଖରେ ଥିବା ନୟାପଲ୍ଲୀ ସ୍କୁଲରେ ଗାଡ଼ି ପାର୍କିଂ କରି ଚାଲିଚାଲି ଜନତା ମଇଦାନକୁ ଆସିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଆଜି ଫୁଲ କାରକେଡ ରିହର୍ସଲ କରାଯିବ। ପ୍ରଧାନମନ୍ତ୍ରୀ ବିମାନବନ୍ଦରରୁ ଓହ୍ଲାଇ ଜନତା ମଇଦାନରେ ପହଞ୍ଚିବାକୁ ଥିବା ରାସ୍ତାରେ ବାରିକେଡ କରାଯାଇଛି। ଏଥିସହ ଉକ୍ତ ରାସ୍ତାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି।

ଓଡିଶାରେ ବିଜେପି ସରକାର କରିବା ପରେ ପ୍ରଧାନମନ୍ତ୍ରୀଙ୍କ ଏହା ହେଉଛି ପ୍ରଥମ ଗସ୍ତ। ସେ ଶେଷଥର ପାଇଁ ମୋହନ ସରକାର ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ନିମନ୍ତେ ଓଡିଶା ଆସିଥିଲେ। ଏହାପରେ ନୂଆ ସରକାର ତିନିମାସ ପୁରଣ କରିବା ପରେ ପ୍ରଧାନମନ୍ତ୍ରୀ ପ୍ରଥମ ଥର ପାଇଁ ଓଡିଶା ଆସୁଛନ୍ତି।

 

PM In Odisha ଜନତା ମଇଦାନ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀଙ୍କ ଓଡିଶା ଗସ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀକୁ ଉଦଘାଟନ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

August 24, 2025

ଆମେ କେବଳ କ୍ରମିକ ପରିବର୍ତ୍ତନ ନୁହେଁ, ଏକ ବିରାଟ ଲମ୍ଫ ଲକ୍ଷ୍ୟ ନେଇ ଆଗକୁ ବଢ଼ୁଛୁ: ପ୍ରଧାନମନ୍ତ୍ରୀ

August 24, 2025

ବିଧାୟକ ପ୍ରକାଶ ସେଠୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାହିଁକି କହିଲେ ‘ଇଙ୍ଗିଲସ ଏମଏଲଏ’

August 24, 2025

ଗୋରୁ ବୋଝେଇ ଗାଡ଼ିକୁ ଧରିଲା ବଜରଙ୍ଗ ଦଳ: ବାଣପୁର ଥାନାରେ ମାମଲା ରୁଜୁ

August 24, 2025
Latest News

ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀକୁ ଉଦଘାଟନ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

August 24, 2025

ଆମେ କେବଳ କ୍ରମିକ ପରିବର୍ତ୍ତନ ନୁହେଁ, ଏକ ବିରାଟ ଲମ୍ଫ ଲକ୍ଷ୍ୟ ନେଇ ଆଗକୁ ବଢ଼ୁଛୁ: ପ୍ରଧାନମନ୍ତ୍ରୀ

August 24, 2025

ଗମ୍ଭାରୀମୁଣ୍ଡାରେ ରୋଟାରୀ କ୍ଲବ୍ ପକ୍ଷରୁ ମାଗଣା ଚକ୍ଷୁ ଓ ସ୍ୱାସ୍ଥ୍ୟ ଶିବିର

August 24, 2025

ରଙ୍କନାଥ ଦେବ ପିଠର ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଆଇନ ମନ୍ତ୍ରୀ

August 24, 2025

ବିଧାୟକ ପ୍ରକାଶ ସେଠୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାହିଁକି କହିଲେ ‘ଇଙ୍ଗିଲସ ଏମଏଲଏ’

August 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.