Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଜୀବନୀକୁ ନେଇ ଭୁବନେଶ୍ବରରେ ଫଟୋଚିତ୍ର ପ୍ରଦର୍ଶନୀ
ଜାତୀୟ ଖବର

ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଜୀବନୀକୁ ନେଇ ଭୁବନେଶ୍ବରରେ ଫଟୋଚିତ୍ର ପ୍ରଦର୍ଶନୀ

September 18, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଜୀବନୀକୁ ନେଇ ଭୁବନେଶ୍ବରରେ ଫଟୋଚିତ୍ର ପ୍ରଦର୍ଶନୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ୭୪ ତମ ଜନ୍ମଦିନ ଉପଲକ୍ଷେ ବିଜେପି ତରଫରୁ ଦେଶବ୍ୟାପୀ “ସେବା ଦିବସ” ଭାବେ ପାଳନ କରାଯାଉଛି। ସେହିପରି “ସେବା ପକ୍ଷ” ପାଳନ ଅବସରରେ ଆସନ୍ତା ଅକ୍ଟୋବର ୨ ତାରିଖ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପର୍ଯ୍ୟନ୍ତ ଆଗାମୀ ୧୫ ଦିନ ଧରି ପାର୍ଟୀ ତରଫରୁ ବିଭିନ୍ନ ସେବା କାର୍ଯ୍ୟ ଜାରୀ ରହିବ ।

ସେବା ପକ୍ଷ ପାଳନ ଉପଲକ୍ଷେ ଆଜି ପ୍ରଥମ ଦିନରେ “ସେବା ଦିବସ” ଅବସରରେ ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ଜୀବନୀକୁ ନେଇ ଏକ ଫଟୋଚିତ୍ର ପ୍ରଦର୍ଶନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସେହିପରି ଯୁବମୋର୍ଚ୍ଚା ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା ଏବଂ ସ୍ୱେଚ୍ଛାକୃତ ଭାବେ ଅନେକ କାର୍ଯ୍ୟକର୍ତା ରକ୍ତଦାନ କରିଥିଲେ ।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକର୍ତାଙ୍କୁ ଉତ୍ସାହିତ କରିଥିଲେ । ଏହି ଅବସରରେ ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟ ପାଲ ସିଂହ ତୋମାର, ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ଡା.ମୁକେଶ ମହାଲିଙ୍ଗ, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ସେବା ପକ୍ଷ ରାଜ୍ୟ ସଂଯୋଜକ ତଥା ପୂର୍ବତନ ରାଜ୍ୟ ସଭାପତି ବିମ୍ବାଧର କୁଅଁର, ସହ ସଂଯୋଜକ ସ୍ମୃତି ପଟ୍ଟନାୟକ, ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା, ମେଡିକାଲ ସେଲ ରାଜ୍ୟ ସଂଯୋଜକ ଡ.କୈଳାଶ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ ।
ରାଜ୍ୟର କୋଣ ଅନୁକୋଣରେ ବିଜେପି କାର୍ଯ୍ୟକର୍ତାମାନେ ମାନନୀୟ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା, ଅଭିନନ୍ଦନ ଜଣାଇ ବିଭିନ୍ନ ମନ୍ଦିର ଓ ଦେବାଳୟରେ ପ୍ରଦୀପ ପ୍ରଜ୍ୱଳନ କରି ତାଙ୍କର ନିରାମୟ ଓ ଦୀର୍ଘଜୀବନ କାମନା କରିଛନ୍ତି ।

ସେବାପକ୍ଷ ପାଳନ ଅବସରରେ ଆସନ୍ତା କାଲି ୧୮ରୁ ୨୦ ପର୍ଯ୍ୟନ୍ତ ଯୁବମୋର୍ଚ୍ଚା ତରଫରୁ ସମସ୍ତ ବିଧାନସଭା କ୍ଷେତ୍ରରେ ରକ୍ତଦାନ ଶିବିର ଆୟୋଜନ କରାଯିବ । ୧୭ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ କୃଷକ ମୋର୍ଚ୍ଚା ତରଫରୁ ସମସ୍ତ ଶକ୍ତିକେନ୍ଦ୍ର ସ୍ତରରେ ପର୍ଯ୍ୟାବରଣ ଉପରେ ଗୁରୁତ୍ୱ ଦିଆଯାଇ “ମା’ ପାଇଁ ଗଛଟିଏ” କାର୍ଯ୍ୟକ୍ରମକୁ ବ୍ୟାପକ କରାଯିବ । ଏହି ଅବସରରେ ଦଳ ଏବଂ ବିଭିନ୍ନ ମୋର୍ଚ୍ଚା ଓ ପ୍ରକୋଷ୍ଠ ତରଫରୁ ମଣ୍ଡଳସ୍ତରରେ ସମସ୍ତ ମନ୍ଦିର, ଧାର୍ମିକ ସ୍ଥଳ, ଜଳାଶୟ, ପୁଷ୍କରିଣୀ ଏବଂ ପାର୍କ ଆଦି ସ୍ଥାନରେ ସଫେଇ କରାଯିବ ।

ସେପ୍ଟେମ୍ବର ୨୧ରେ ଡ. ଆର୍ ବାଲସୁବ୍ରମଣ୍ୟମଙ୍କ ଦ୍ୱାରା ଲିଖିତ “power within: The Leadership Legacy of Narendra Modi”  ପୁସ୍ତକର ବିଷୟବସ୍ତୁ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହେବ । ସେପ୍ଟେମ୍ବର ୨୩ରେ ବିଧାନସଭା ସ୍ତରରେ ୬୦ବର୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ପାଇଁ ନିଃଶୁଳ୍କ ସ୍ୱାସ୍ଥ୍ୟ ଶିବିର ଆୟୋଜନ କରାଯିବ । ସେପ୍ଟେମ୍ବର ୨୪ରେ ବିଧାନସଭାସ୍ତରରେ କଳା, ଚିତ୍ରାଙ୍କନ, ରଙ୍ଗୋଲି, ପ୍ରବନ୍ଧ, ସାହିତ୍ୟ-କଳା, ଗ୍ରାଫିକ୍ ଡିଜାଇନ୍ ଆଦି ପ୍ରତିଯୋଗିତା ଆୟୋଜନ କରାଯିବ । ସେପ୍ଟେମ୍ବର ୨୫ରେ ବିଜେପିର ବିଚାର ପ୍ରଣେତା ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଜୀଙ୍କ ଜୟନ୍ତୀକୁ ବୁଥ୍‌ସ୍ତରରେ ପାଳନ କରାଯିବ ।

ସାଂଗଠନିକ ମହାପର୍ବ ସଦସ୍ୟତା ଅଭିଯାନ ଅବସରରେ ଦୀନଦୟାଲ ଜୟନ୍ତୀ ଦିବସରେ ଅତିକମ୍‌ରେ ୧୦୦ ସଦସ୍ୟ କରାଯିବା ପାଇଁ ପ୍ରୟାସ କରାଯିବ । ଅକ୍ଟୋବର ୨ରେ ମହାତ୍ମାଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ମଣ୍ଡଳସ୍ତରରେ ମହାତ୍ମାଗାନ୍ଧୀ ଓ ଲାଲ୍‌ବାହାଦୂର ଶାସ୍ତ୍ରୀଙ୍କ ପ୍ରତିମୂର୍ତି ନିକଟରେ ସ୍ୱଚ୍ଛତା ଅଭିଯାନ କରାଯାଇ ପୁଷ୍ପାଞ୍ଜଳି ଅର୍ପଣ କରାଯିବ । ଏହି ଦିନରେ ପ୍ରତ୍ୟେକ ପରିବାରକୁ ଖଦି ତିଆରି ବସ୍ତ୍ର କିଣିବା ପାଇଁ ସଚେତନ ସୃଷ୍ଟି କରାଯିବା ସହ ଗ୍ରାମଦ୍ୟୋଗକୁ ପ୍ରୋତ୍ସାହନ କରାଯିବ ।

Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରୀମଣ୍ଡଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ

August 25, 2025

ଯାତ୍ରୀଙ୍କ ପାଇଁ ଖୁସି ଖବର: ପାଟନା ଏବଂ ପୁରୀକୁ ସଂଯୋଗ କରିବ ସାପ୍ତାହିକ ପୂଜା ସ୍ୱତନ୍ତ୍ର ଟ୍ରେନ୍‌

August 25, 2025

ସ୍ଥିର ହେଲା ମା’ଭଗବତୀଙ୍କ ପୀଠରେ ‘ଷଷ୍ଠି ଓଷା’, ‘ଲଳିତା ସପ୍ତମୀ’ ପାଣି ତୋଳା ଯାତ୍ରାର ଲଗ୍ନ

August 25, 2025

ଭୁଲ ନିର୍ବାଚନ ତଥ୍ୟ ସେୟାର କରିବା ମାମଲା: ସୁପ୍ରିମକୋର୍ଟରୁ ସଞ୍ଜୟ କୁମାରଙ୍କୁ ବଡ଼ ଆଶ୍ୱସ୍ତି

August 25, 2025
Latest News

ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରୀମଣ୍ଡଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ

August 25, 2025

ଯାତ୍ରୀଙ୍କ ପାଇଁ ଖୁସି ଖବର: ପାଟନା ଏବଂ ପୁରୀକୁ ସଂଯୋଗ କରିବ ସାପ୍ତାହିକ ପୂଜା ସ୍ୱତନ୍ତ୍ର ଟ୍ରେନ୍‌

August 25, 2025

ବାଣପୁର: ଔଷଧ ଦୋକାନରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ମୂଲ୍ୟର ସାମଗ୍ରୀ ପାଉଁଶ

August 25, 2025

ସ୍ଥିର ହେଲା ମା’ଭଗବତୀଙ୍କ ପୀଠରେ ‘ଷଷ୍ଠି ଓଷା’, ‘ଲଳିତା ସପ୍ତମୀ’ ପାଣି ତୋଳା ଯାତ୍ରାର ଲଗ୍ନ

August 25, 2025

ଭୁଲ ନିର୍ବାଚନ ତଥ୍ୟ ସେୟାର କରିବା ମାମଲା: ସୁପ୍ରିମକୋର୍ଟରୁ ସଞ୍ଜୟ କୁମାରଙ୍କୁ ବଡ଼ ଆଶ୍ୱସ୍ତି

August 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.