Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କେନ୍ଦ୍ରାପଡା ଓ ଗଜପତି ଜିଲ୍ଲାର ନିର୍ବାଚିତ ପ୍ରତିନିଧି, କର୍ମକର୍ତ୍ତାଙ୍କୁ କଣ ଗୁରୁମନ୍ତ୍ର ଦେଲେ ନବୀନ ପଟ୍ଟନାୟକ
ଜାତୀୟ ଖବର

କେନ୍ଦ୍ରାପଡା ଓ ଗଜପତି ଜିଲ୍ଲାର ନିର୍ବାଚିତ ପ୍ରତିନିଧି, କର୍ମକର୍ତ୍ତାଙ୍କୁ କଣ ଗୁରୁମନ୍ତ୍ର ଦେଲେ ନବୀନ ପଟ୍ଟନାୟକ

September 21, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ରାପଡା ଓ ଗଜପତି ଜିଲ୍ଲାର ନିର୍ବାଚିତ ପ୍ରତିନିଧି, କର୍ମକର୍ତ୍ତାଙ୍କୁ କଣ ଗୁରୁମନ୍ତ୍ର ଦେଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜି ଶଙ୍ଖ ଭବନ ଠାରେ କେନ୍ଦ୍ରାପଡ଼ା ଓ ଗଜପତି ଜିଲ୍ଲା ର ନିର୍ବାଚିତ ପ୍ରତିନିଧି ଓ ପଦାଧିକାରୀ ମାନଙ୍କ ବୈଠକ ଅନୁଷ୍ଠିତ ହୋଇ ସଂଗଠନ କୁ ମଜବୂତ କରିବା ସମ୍ପର୍କ ରେ ବିସ୍ତୃତ ଆଲୋଚନା କରାଯାଇଥିଲା।

ବୈଠକରେ ଉଦବୋଧନ ଦେଇ ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ବିଜେଡି ସରକାର ର ୨୪ବର୍ଷ ଶାସନରେ ରାଜ୍ୟ ରେ ଗରିବୀ ୭୦ ପ୍ରତିଶତ ରୁ ୧୦ ପ୍ରତିଶତ କମିଛି। ଲୋକଙ୍କ ମୁଣ୍ଡ ପିଛା ଆୟ ବଢିଛି। ଏହା ଭାରତ ସରକାର ଙ୍କ ରିପୋର୍ଟ କହୁଛି ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ। ଏଥର ଯଦି ବିଜେଡି କ୍ଷମତାକୁ ଅସିଥାନ୍ତା ତେବେ ଓଡିଶା ରୁ ଗରିବୀ ସମ୍ପୂର୍ଣ ଭାବରେ ଦୂର ହୋଇଥାନ୍ତା ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ।

ସେ କହିଥିଲେ କେନ୍ଦ୍ରାପଡ଼ା ସବୁବେଳେ ତାଙ୍କ ପାଇଁ ଓ ବିଜୁ ବାବୁ ଙ୍କ ପାଇଁ ସ୍ୱତନ୍ତ୍ର ହୋଇ ରହି ଆସିଛି। ଗଜପତି ଜିଲ୍ଲା ସହ ବିଜୁ ବାବୁଙ୍କ ପରିବାର ର ସମ୍ପର୍କ ବହୁତ ପୁରୁଣା।
ଲୋକଙ୍କ ଭଲ ପାଇବା ଏବେବି ବିଜେଡି ପ୍ରତି ଅତୁଟ ରହିଛି ବୋଲି ମତ ଦେଇ ଶ୍ରୀ ପଟନାୟକ ବିଜେପି ସରକାରର ମିଛ ପ୍ରତିଶ୍ରୁତି ସେ ସୁଭଦ୍ରା ଯୋଜନା ରେ ଦୁଇ ବର୍ଷ ରେ ପଚାଶ ହଜାର ଟଙ୍କା ହେଉ ଵା ମାଗଣା ବିଜୁଳି ଓ ଭତ୍ତା ସବୁ ବିଷୟ ରେ ଲୋକଙ୍କୁ ସଚେତନ କରିବା ପାଇଁ କର୍ମୀ ମାନଙ୍କୁ ଆହ୍ୱାନ ଜଣାଇଥିଲେ।

ଶ୍ରୀ ପଟ୍ଟନାୟକ କହିଥିଲେ ଦୁଃଖ ର କଥା ଭୁବନେଶ୍ୱର ପରି ଜାଗା ରେ ଥାନାରେ ମହିଳା ଅସୁରକ୍ଷିତ। ରାଜଭବନ ରେ କର୍ମଚାରୀ ମାଡ ଖାଉଛନ୍ତି। ରାଜ୍ୟ ରେ ଆଇନ ଶୃଙ୍ଖଳା ଥିବା ପରି ଲାଗୁ ନାହିଁ।

ଶ୍ରୀ ପଟ୍ଟନାୟକ କହିଥିଲେ ବିଜେଡି ସରକାର ରେ ଥିବା ବେଳେ ଲୋକଙ୍କ ପାଇଁ ଅନେକ ଭଲ କାମ କରିଥିଲା। ଲୋକଙ୍କ ଭଲ ପାଇବା ଏବେବି ଆମ ସହିତ ରହିଛି। ତେଣୁ ଲୋକଙ୍କ ସେବା ଜାରି ରଖିବାକୁ ସେ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ। କେନ୍ଦ୍ରାପଡା ବୈଠକ ସଂଯୋଜନା କରିଥିଲେ ଆଳି ବିଧାୟକ ପ୍ରତାପ ଦେବ। ଗଜପତି ବୈଠକ ସଂଯୋଜନା କରିଥିଲେ ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର।

ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ଗଣେଶ୍ୱର ବେହେରା,ବିଧାୟକ ଧ୍ରୁବ ସାହୁ ,ବିଧାୟକ ଅରବିନ୍ଦ ମହାପାତ୍ର ପୂବର୍ତନ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ବିଧାୟକ ରୁପେଶ ପାଣିଗ୍ରାହୀ ସାଂସଦ ପ୍ରାର୍ଥୀ ଭୃଗୁ ବକ୍ସି ପାତ୍ର ତଥା ବିଭିନ୍ନ ବ୍ଲକ ର ଅଧ୍ୟକ୍ଷ ଓ କର୍ମକର୍ତ୍ତା ମାନେ ଉଦବୋଧନ ଦେଇ ବିଜେଡି କୁ ଶକ୍ତିଶାଳୀ କରିବା ପାଇଁ ସଂକଳ୍ପ ବଦ୍ଧ ହୋଇ କାମ କରିବେ ବୋଲି ଘୋଷଣା କରଥିଲେ।

କେନ୍ଦ୍ରାପଡା ବିଜେଡି ନବୀନ ପଟ୍ଟନାୟକ ବିଜେଡି
Share. Facebook Twitter LinkedIn Email WhatsApp Copy Link

Related Posts

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026
Latest News

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.