Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଭରତପୁର ଥାନା ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ, ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ହେବ ତଦନ୍ତ
ଜାତୀୟ ଖବର

ଭରତପୁର ଥାନା ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ, ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ହେବ ତଦନ୍ତ

September 23, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭରତପୁର ଥାନା ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ, ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ହେବ ତଦନ୍ତ

ଭୁବନେଶ୍ବର: ଭରତପୁର ଥାନା ଘଟଣା ପରିପ୍ରେକ୍ଷୀରେ ଗତକାଲି କେନ୍ଦୁଝର ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ବିଳମ୍ବିତ ରାତିରେ ଏହି ନିଷ୍ପତି କରାଯାଇଛି।

ଏଥିରେ ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ଉକ୍ତ ତଦନ୍ତ ହେବ। ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ କମିଶନଙ୍କୁ ଅନୁରୋଧ କରାଯାଇଛି। ଏହାସହିତ ମାନ୍ୟବର ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ତଦାରଖରେ (Court Monitored Investigation) କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ବରାନ୍ବିତ କରିବା ପାଇଁ ମଧ୍ୟ ମାନ୍ୟବର ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଛି।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଆଇନର ଶାସନ ଉପରେ ସର୍ବାଧିକ ଗୁରୁତ୍ବାରୋପ କରିଆସିଛନ୍ତି। ଏହାସହିତ ଭାରତୀୟ ସେନା ପ୍ରତି ମଧ୍ୟ ରାଜ୍ୟ ସରକାରଙ୍କ ସମ୍ମାନ ରହିଛି। ମହିଳାଙ୍କ ସମ୍ମାନ, ସୁରକ୍ଷା ଓ ଅଧିକାର ପ୍ରତି ରାଜ୍ୟ ସରକାର ସମ୍ପୂର୍ଣ୍ଣଭାବେ ଯତ୍ନବାନ ଅଛନ୍ତି। ଏହି ଘଟଣାରେ ସଂପୃକ୍ତ ପୋଲିସ ଅଧିକାରୀ ମାନଙ୍କୁ ନିଲମ୍ବିତ କରାଯିବା ସହିତ ସେମାନଙ୍କ ବିରୁଦ୍ଧରେ କେସ୍‌ ମଧ୍ୟ କରାଯାଇଛି।

ଘଟଣାରେ ସଂପୃକ୍ତ ଯୁବକ ମାନଙ୍କ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ କରାଯାଇଛି। ଆଇନ ଅନୁଯାୟୀ ଦେଷୀସାବ୍ୟସ୍ତ ସମସ୍ତ ବ୍ୟକ୍ତି ବା ଅଧିକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ହୋଇ ପଦକ୍ଷେପ ନେଇଛନ୍ତି।

ବୈଠକରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଏବଂ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସହିତ ଆଡଭୋକେଟ ଜେନେରାଲ ଶ୍ରୀ ପିତାମ୍ବର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ଭି ଖୁରାନିଆ ପ୍ରମୁଖ ଉପସ୍ଥିତ ଥିଲେ।

ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ଆଜି ରାଜ୍ୟ ଅତିଥି ଭବନଠାରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଏବଂ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସହିତ ସେନା ଅଧିକାରୀ ଓ ତାଙ୍କର ମହିଳା ବନ୍ଧୁ ଆଲୋଚନା କରିଛନ୍ତି। ମହିଳାଙ୍କ ପିତା ଓ ଅନ୍ୟ ବରିଷ୍ଠ ସେବା ନିବୃତ ସେନା ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ଥିଲେ।

Bharatpur Police Station ବିଚାରବିଭାଗୀୟ ତଦନ୍ତ ଭରତପୁର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଅଗ୍ରଣୀ ସିଇଓମାନଙ୍କ ସହ ସେମିକଣ୍ଡକ୍ଟର ଗୋଲଟେବୁଲ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ

September 17, 2026

ଏନଟିପିସି କୋରବା ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 17, 2026

କେରଳମ୍ ଏବଂ ରାଜସ୍ଥାନର ଗଣମାଧ୍ୟମ ପ୍ରତିନିଧିଙ୍କ ସିଏସଆଇଆର-ଆଇଏମଏମଟି ପରିଦର୍ଶନ

September 17, 2026

ଆଜି ହେଉଛି ସେପ୍ଟେମ୍ବର ୧୭ ତାରିଖ: ଏହି ରାଶିର ବ୍ୟକ୍ତିମାନଙ୍କ ପାଇଁ ରହିଛି ଶୁଭ ଖବର

September 17, 2026
Latest News

ଅଗ୍ରଣୀ ସିଇଓମାନଙ୍କ ସହ ସେମିକଣ୍ଡକ୍ଟର ଗୋଲଟେବୁଲ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ

September 17, 2026

ଏନଟିପିସି କୋରବା ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 17, 2026

କେରଳମ୍ ଏବଂ ରାଜସ୍ଥାନର ଗଣମାଧ୍ୟମ ପ୍ରତିନିଧିଙ୍କ ସିଏସଆଇଆର-ଆଇଏମଏମଟି ପରିଦର୍ଶନ

September 17, 2026

ଆଜି ହେଉଛି ସେପ୍ଟେମ୍ବର ୧୭ ତାରିଖ: ଏହି ରାଶିର ବ୍ୟକ୍ତିମାନଙ୍କ ପାଇଁ ରହିଛି ଶୁଭ ଖବର

September 17, 2026

ୱେଷ୍ଟଇଣ୍ଡିଜ୍ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ: ଆକିବ୍ ଏବଂ ନମନ ଧୀରଙ୍କୁ ସୁଯୋଗ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.