Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମାଓ ଉପଦ୍ରୁତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ଏବଂ ପଞ୍ଚୟତିରାଜ ବିଭାଗ ଦ୍ଵାରା କାର୍ଯ୍ୟକାରୀ ହେବ ବ୍ୟାପକ ଯୋଜନା
ଜାତୀୟ ଖବର

ମାଓ ଉପଦ୍ରୁତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ଏବଂ ପଞ୍ଚୟତିରାଜ ବିଭାଗ ଦ୍ଵାରା କାର୍ଯ୍ୟକାରୀ ହେବ ବ୍ୟାପକ ଯୋଜନା

September 29, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମାଓ ଉପଦ୍ରୁତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ଏବଂ ପଞ୍ଚୟତିରାଜ ବିଭାଗ ଦ୍ଵାରା କାର୍ଯ୍ୟକାରୀ ହେବ ବ୍ୟାପକ ଯୋଜନା

ଭୁବନେଶ୍ୱର: ମାଓବାଦୀ ମୁକାବିଲା କ୍ଷେତ୍ରରେ ଓଡିଶା ପୋଲିସ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ରାଜ୍ୟ ପୋଲିସ ଏବଂ କେନ୍ଦ୍ରୀୟ ସୁରକ୍ଷା ବଳର ମିଳିତ ସହାୟତାରେ ଓଡିଶାକୁ ମାଓ ହିଂସା କବଳରୁ ମୁକ୍ତ କରାଯାଇ ପାରିଛି। ଏବେ ମଧ୍ୟ କିଛି ଜିଲ୍ଲାରେ ମାଓବାଦୀମାନଙ୍କର ଗତିବିଧି ଲକ୍ଷ୍ୟ କରାଯାଉଛି।

ସମ୍ପୃକ୍ତ ଜିଲ୍ଲା ଗୁଡିକରେ ତୃଣମୂଳ ସ୍ତରରେ ଉଭୟ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ମିଳିତ ଭାବେ କାର୍ଯ୍ୟ କଲେ ଏହି ସମସ୍ୟାକୁ ପ୍ରତିହତ କରାଯାଇ ପାରିବ। ଆଗାମୀ ଦିନରେ ରାଜ୍ୟରେ ମାଓବାଦୀ କାର୍ଯ୍ୟକଳାପକୁ ସମ୍ପୂର୍ଣ୍ଣ ମୂଳୋତ୍ପାଟନ କରାଯିବ ବୋଲି ଆଜି ସ୍ଥାନୀୟ କନଭେନସନ ହଲରେ ଆୟୋଜିତ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ସମ୍ମିଳନୀରେ ଡିଜିପି ଶ୍ରୀ ଯୋଗେଶ ବାହାଦୂର ଖୁରାନିଆ ପ୍ରକାଶ କରିଛନ୍ତି। ମାଓ ଉପଦ୍ରୁତ ଅଞ୍ଚଳର ଉନ୍ନତି ପାଇଁ ସ୍ୱତନ୍ତ୍ର ରୋଡ଼ ମ୍ୟାପ ପ୍ରସ୍ତୁତ କରାଯାଇଛି ଏବଂ ମାଓବାଦୀଙ୍କ ପ୍ରତିଟି କାର୍ଯ୍ୟକଳାପ ଉପରେ ସ୍ୱତନ୍ତ୍ର ନଜର ରଖାଯାଇଛି ବୋଲି ଅତିରିକ୍ତ ଆରକ୍ଷୀ ନିର୍ଦ୍ଦେଶକ(ଅପରେସନ) ଶ୍ରୀ ଏସ ଦେବଦତ୍ତ ସିଂ କହିଛନ୍ତି।

ଏହି ସମ୍ମିଳନୀରେ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ବକ୍ତବ୍ୟ ରଖି, ସାଧାରଣତଃ ଯେଉଁଠାରେ ସରକାରୀ ଯୋଜନା ପହଂଚି ପାରି ନଥାଏ, ସେଠାରେ ମାଓ ସମସ୍ୟା ଉପୁଜିବାର ଆଶଙ୍କା ରହିଥାଏ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ମାଓ ଉପଦ୍ରୁତ ଅଞ୍ଚଳରେ ଗମନା ଗମନ ବ୍ୟବସ୍ଥାର ସୁଦୃଢୀକରଣ ପାଇଁ ବ୍ୟାପକ ଯୋଜନା କାର୍ଯ୍ୟକାରୀ କରାଯାଇଛି। ମାଓ ଉପଦ୍ରୁତ ଜିଲ୍ଲା ଏବଂ ସଂଯୋଗବିହୀନ ଅଂଚଳ ନିମନ୍ତେ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ଉଦ୍ଦିଷ୍ଟ ରହିଛି। ଆଗାମୀ ଦିନରେ ରାଜ୍ୟରେ ବାମପନ୍ଥୀ କାର୍ଯ୍ୟକଳାପର ମୂଳୋତ୍ପାଟନ ପାଇଁ ସମସ୍ତ ବିଭାଗ ମଧ୍ୟରେ ସମନ୍ଵୟର ଆବଶ୍ୟକତା ରହିଛି ବୋଲି ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ଗୁରୁତ୍ଵାରୋପ କରିଥିଲେ।

ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁଶୀଲ କୁମାର ଲୋହାନୀ ଏହି ସମ୍ମିଳନୀକୁ ସମ୍ବୋଧିତ କରି ରାଜ୍ୟର ମାଓ ଉପଦ୍ରୁତ ପଞ୍ଚାୟତ ଗୁଡିକ ପାଇଁ ପରିକଳ୍ପିତ ସ୍ଵତନ୍ତ୍ର ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ। ସେହିସବୁ ଅଞ୍ଚଳରେ ବସବାସ କରୁଥିବା ଜନସାଧାରଣଙ୍କ ଜୀବନଜୀବିକା ବିକାଶ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ଵାରା ପ୍ରଣୀତ ବିଭିନ୍ନ ଯୋଜନା ଗୁଡିକର ସଫଳ କାର୍ଯ୍ୟାନ୍ଵୟନ ମାଧ୍ୟମରେ ସେମାନଙ୍କ ଆସ୍ଥାଭାଜନ ହେବାକୁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକମାନଙ୍କୁ ପରାମର୍ଶ ଦେଇଥିଲେ। ଜଳପଥରେ ପଡୋଶୀ ଦେଶଗୁଡିକରୁ ଅନୁପ୍ରବେଶ ପ୍ରତିହତ କରିବା ଦିଗରେ ସାମୁଦ୍ରିକ ପୋଲିସର କାର୍ଯ୍ୟଧାରା ସମ୍ପର୍କରେ ମଧ୍ୟ ତଥ୍ୟ ଉପସ୍ଥାପନ ପୂର୍ବକ ବିସ୍ତ୍ରୁତ ଆଲୋଚନା କରାଯାଇଥିଲା।

ସଫଳ ମାଓ ମୁକାବିଲା ଏବଂ ଜନସାଧାରଣଙ୍କ ଆସ୍ଥାଭାଜନ ହେବାରେ ଯାଜପୁର ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀ ଏବଂ ବଲାଙ୍ଗୀର ଆରକ୍ଷୀ ଅଧିକ୍ଷକ ଶ୍ରୀ ଖିଲାରୀ ଋଷିକେଶ ଡାନନ୍ଦେଓ କିପରି ସଫଳ ହୋଇଥିଲେ ସେ ସମ୍ପର୍କରେ ନିଜ ନିଜର ଅତୀତ ଅଭିଜ୍ଞତା ପ୍ରକାଶ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଜବାହରଲାଲ ନେହେରୁଙ୍କୁ ପଛରେ ପକାଇଲେ ମୋଦୀ: ରେକର୍ଡ ଭାଙ୍ଗିବା ପରେ କ’ଣ କହିଲେ ପ୍ରଧାନମନ୍ତ୍ରୀ?

June 10, 2026

୧୫ ଆଇପିଏସଙ୍କୁ ଜିଲ୍ଲା ନିରୀକ୍ଷଣ ଦାୟିତ୍ଵ

June 10, 2026

୨୩ ବର୍ଷ ପୁରୁଣା ନିୟମ ହଟିଲା: ସରକାରୀ ଚାକିରି ପ୍ରାର୍ଥୀଙ୍କୁ ବଡ଼ ରାହତ ଦେଲେ ମୋହନ ଯାଦବ

June 10, 2026

ମୁଦ୍ରା ଦୁର୍ବଳ, ଅର୍ଥନୀତି ମଜବୁତ: ଜାପାନର ଚମତ୍କାର କାହାଣୀ

June 10, 2026
Latest News

ଜବାହରଲାଲ ନେହେରୁଙ୍କୁ ପଛରେ ପକାଇଲେ ମୋଦୀ: ରେକର୍ଡ ଭାଙ୍ଗିବା ପରେ କ’ଣ କହିଲେ ପ୍ରଧାନମନ୍ତ୍ରୀ?

June 10, 2026

୧୫ ଆଇପିଏସଙ୍କୁ ଜିଲ୍ଲା ନିରୀକ୍ଷଣ ଦାୟିତ୍ଵ

June 10, 2026

୨୩ ବର୍ଷ ପୁରୁଣା ନିୟମ ହଟିଲା: ସରକାରୀ ଚାକିରି ପ୍ରାର୍ଥୀଙ୍କୁ ବଡ଼ ରାହତ ଦେଲେ ମୋହନ ଯାଦବ

June 10, 2026

ମୁଦ୍ରା ଦୁର୍ବଳ, ଅର୍ଥନୀତି ମଜବୁତ: ଜାପାନର ଚମତ୍କାର କାହାଣୀ

June 10, 2026

ସ୍ୱତନ୍ତ୍ର ସଘନ ସଂଶୋଧନର ୧୧ତମ ଦିନ: ଓଡ଼ିଶାରେ ୮୭.୬୬% ଫର୍ମ ବଣ୍ଟନ ଶେଷ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.