Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବ ଲଢେଇ, ଜାଣନ୍ତୁ କେବେ ଏବଂ କିପରି ଦେଖିବେ ମ୍ୟାଚ
ଜାତୀୟ ଖବର

ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବ ଲଢେଇ, ଜାଣନ୍ତୁ କେବେ ଏବଂ କିପରି ଦେଖିବେ ମ୍ୟାଚ

October 6, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ଭାରତ ଏବଂ ପାକିସ୍ତାନର ଦଳ ପଡ଼ିଆରେ ଲଢେଇ କରିବେ। ବିଶ୍ୱକପ୍ ରେ ଦୁଇ ପ୍ରତିଦ୍ୱନ୍ଦ୍ୱୀ ଦଳ ମଧ୍ୟରେ ଏହି ମ୍ୟାଚ୍ ଖେଳାଯିବ। ତେବେ ଆସନ୍ତୁ ଜାଣିବା କେତେବେଳେ, କେଉଁଠାରେ ଏବଂ କିପରି ଆପଣ ଏହି ମ୍ୟାଚ୍ ଲାଇଭ୍ ଦେଖିପାରିବେ।

ବାସ୍ତବରେ ଆଜି ଭାରତ ଏବଂ ପାକିସ୍ତାନର ମହିଳା ଦଳ ୨୦୨୪ ଟି -୨୦ ବିଶ୍ୱକପରେ ମୁହାଁମୁହିଁ ହେବେ। ଦୁହିଁଙ୍କ ମଧ୍ୟରେ ମ୍ୟାଚ୍ ଦୁବାଇର ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯିବ। ଭାରତୀୟ ସମୟ ଅନୁଯାୟୀ, ଭାରତ-ପାକିସ୍ତାନ ମ୍ୟାଚ୍ ଅପରାହ୍ନ ୩:୩୦ ରୁ ଆରମ୍ଭ ହେଉଥିବାବେଳେ ମ୍ୟାଚ୍ ପାଇଁ ଟସ୍ ଅପରାହ୍ନ ୩ ଟାରେ ହେବ।

ମହିଳା ଟି -୨୦ ବିଶ୍ୱକପ୍‌ରେ ମୁହାଁମୁହିଁ ହେବା ପୂର୍ବରୁ ଭାରତ ଏବଂ ପାକିସ୍ତାନର ଦଳ ଟୁର୍ଣ୍ଣାମେଣ୍ଟରେ ପ୍ରତ୍ୟେକ ଗୋଟିଏ ମ୍ୟାଚ୍ ଖେଳିଛନ୍ତି। ଟିମ୍ ଇଣ୍ଡିଆ ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ମ୍ୟାଚ୍ ଖେଳିଥିବାବେଳେ ପାକିସ୍ତାନ ଶ୍ରୀଲଙ୍କା ବିପକ୍ଷରେ ଖେଳିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଦଳକୁ ୫୮ ରନ୍‌ରେ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଥିଲା। ଅନ୍ୟପକ୍ଷରେ ପାକିସ୍ତାନ ଟୁର୍ଣ୍ଣାମେଣ୍ଟରେ ଶ୍ରୀଲଙ୍କାକୁ ୩୧ ରନରେ ପରାସ୍ତ କରି ଅଭିଯାନ ଆରମ୍ଭ କରିଥିଲା। ଏହି ପରିପ୍ରେକ୍ଷୀରେ ହରମାନପ୍ରୀତ କୌରଙ୍କ ଅଧିନାୟକତ୍ୱରେ ଟିମ୍ ଇଣ୍ଡିଆ ପାକିସ୍ତାନକୁ ହାଲୁକା ଭାବେ ଗ୍ରହଣ କରିବା ଉଚିତ୍ ନୁହେଁ।

ଲାଇଭ୍ ଟେଲିକାଷ୍ଟ:

ମହିଳା ୨୦୨୪ ଟି -୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯିବାକୁଥିବା ମ୍ୟାଚଟି ଷ୍ଟାର ସ୍ପୋର୍ଟସ ନେଟୱାର୍କ ମାଧ୍ୟମରେ ଭାରତରେ ଟିଭିରେ ସିଧା ପ୍ରସାରଣ ହେବ।

ଲାଇଭ୍ ଷ୍ଟ୍ରିମିଂ:

ଭାରତ ଏବଂ ପାକିସ୍ଥାନ ମହିଳା ଦଳ ମଧ୍ୟରେ ଲାଇଭ୍ ଷ୍ଟ୍ରିମିଂ ହଟଷ୍ଟାର ମାଧ୍ୟମରେ ହେବ।

ମହିଳା ଟି -୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ:

ହରମାନପ୍ରୀତ କୌର (ଅଧିନାୟକ), ସ୍ମୃତି ମାନ୍ଧନା (ଉପ-ଅଧିନାୟକ), ଶେଫାଲୀ ବର୍ମା, ଦୀପ୍ତି ଶର୍ମା, ଜେମିମା ରୋଡ୍ରିଗୁସ୍, ରିଚା ଘୋଷ (ୱିକେଟ୍ କିପର), ୟସ୍ତିକା ଭାଟିଆ (ୱିକେଟ୍ କିପର), ପୂଜା ବସ୍ତ୍ରାକର, ଅରୁନ୍ଧତୀ ରେଡ୍ଡୀ, ରେଣୁକା ସିଂ ଠାକୁର, ଦୟାଲନ୍ ହେମଲତା, ଆଶା ଶୋଭନା, ରାଧା ଯାଦବ, ଶ୍ରେୟଙ୍କା ପାଟିଲ, ସଜନା ସଜୀବନ।

ମହିଳା ଟି -୨୦ ବିଶ୍ୱକପ ପାଇଁ ପାକିସ୍ତାନ ଦଳ:

ଫାତିମା ସାନା (ଅଧିନାୟକ), ଆଲିଆ ରିଆଜ, ଡାଏନା ବେଗ, ଗୁଲ ଫିରୋଜା, ଇରମ ଜାଭେଦ, ମୁନିବା ଅଲି, ନଶ୍ରା ସୁନ୍ଧୁ, ନିଦା ଡାର, ଓମୈମା ସୋହେଲ, ସଦଫ ଶମାସ, ସାଦିଆ ଇକବାଲ, ସିଦରା ଅମିନ, ସଇଦା ଅରୁବ ଶାହ, ତସମିୟା ରୁବାବ, ତୁବା ହସନ୍।

ICC Womens T20 World Cup 2024 IND VS PAK India Vs Pakistan Womens T20 World Cup 2024
Share. Facebook Twitter LinkedIn Email WhatsApp Copy Link

Related Posts

କାରାକାଟ ଆସନ ପାଇଁ ହେବ କଡା ଲଢେଇ!: ଏବେ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ଜ୍ୟୋତି ସିଂହ

October 20, 2025

ଭାରତ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କଲେ ଟ୍ରମ୍ପ: ପୁଣିଥରେ ଦେଲେ ଧମକ

October 20, 2025

କାର୍ତ୍ତିକରେ ମାନ ସମ୍ମାନ, ଉତ୍ତମ ସ୍ବାସ୍ଥ୍ୟ ଓ ଲାଭ ପାଇଁ ଆପଣାନ୍ତୁ ଏହି ଉପାୟ

October 20, 2025

ବାଣ ଫୁଟାଇବାର ଜୋରଦାର ଶବ୍ଦ ହୃଦଘାତର କାରଣ ହୋଇପାରେ?: ଏଭଳି ନିଅନ୍ତୁ ଯତ୍ନ

October 20, 2025
Latest News

କାରାକାଟ ଆସନ ପାଇଁ ହେବ କଡା ଲଢେଇ!: ଏବେ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ଜ୍ୟୋତି ସିଂହ

October 20, 2025

ଭାରତ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କଲେ ଟ୍ରମ୍ପ: ପୁଣିଥରେ ଦେଲେ ଧମକ

October 20, 2025

କାର୍ତ୍ତିକରେ ମାନ ସମ୍ମାନ, ଉତ୍ତମ ସ୍ବାସ୍ଥ୍ୟ ଓ ଲାଭ ପାଇଁ ଆପଣାନ୍ତୁ ଏହି ଉପାୟ

October 20, 2025

ବାଣ ଫୁଟାଇବାର ଜୋରଦାର ଶବ୍ଦ ହୃଦଘାତର କାରଣ ହୋଇପାରେ?: ଏଭଳି ନିଅନ୍ତୁ ଯତ୍ନ

October 20, 2025

ଦୀପାବଳିରେ ଉପହାର ଦିଅନ୍ତୁ ଫାସ୍‌ଟ୍ୟାଗ ବାର୍ଷିକ ପାସ୍

October 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.