Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ବୟାନର ଏମିତି ଜବାବ ରଖିଲେ ବିଜେପି ନେତା ସମୀର ମହାନ୍ତି
ଜାତୀୟ ଖବର

ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ବୟାନର ଏମିତି ଜବାବ ରଖିଲେ ବିଜେପି ନେତା ସମୀର ମହାନ୍ତି

October 7, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ବୟାନର ଏମିତି ଜବାବ ରଖିଲେ ବିଜେପି ନେତା ସମୀର ମହାନ୍ତି

ଭୁବନେଶ୍ବର: ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଏବଂ ବିଜେଡି ଦଳ ପରାଜୟ ପରେ ହତୋତ୍ସାହିତ ହୋଇପଡିଛନ୍ତି । ଓଡ଼ିଆ ଲୋକଙ୍କ ନିଷ୍ପତିକୁ ନିଜ ଅହଙ୍କାର କାରଣରୁ ସ୍ୱୀକାର କରିପାରୁନାହାନ୍ତି ବୋଲି ରାଜ୍ୟ ବିଜେପିର ପୂର୍ବତନ ସଭାପତି ଶ୍ରୀ ସମୀର ମହାନ୍ତି କହିଛନ୍ତି।

ଶ୍ରୀ ମହାନ୍ତି କହିଛନ୍ତି ଯେ, ବିଜେପିର ଲୋକକଲ୍ୟାଣକାରୀ ଯୋଜନାରେ ଇର୍ଷାନ୍ୱିତ ହୋଇ ବିଜେଡି ନେତା ଏଭଳି ମନ୍ତବ୍ୟ ଦେଉଛନ୍ତି। ଗତ ସାଧାରଣ ନିର୍ବାଚନ ସମୟରେ ବିଜେଡି ଶ୍ରୀଯୁକ୍ତ ଆଚାର୍ଯ୍ୟଙ୍କୁ ଦଳରୁ କୋଣଠେସା କରି ଟିକେଟ୍ ଦେଉନଥିଲା? ଏ କଥାକୁ ବୋଧେ ସେ ଭୁଲି ଯାଉଛନ୍ତି।

ବିଜେଡି ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଉପରେ ଶ୍ରୀଯୁକ୍ତ ଆଚାର୍ଯ୍ୟ ଯେଉଁ ଟିପ୍ପଣୀ ଦେଇଛନ୍ତି, ତାହା ତାଙ୍କର ବ୍ୟକ୍ତିଗତ ନା ପାର୍ଟିରେ ନିଜକୁ ସୁରକ୍ଷିତ ରଖିବା ପାଇଁ ଏପରି ମନ୍ତବ୍ୟ ଦେଉଛନ୍ତି ? ଯଦି ନବୀନ ବାବୁଙ୍କ ପ୍ରତି ଲୋକପ୍ରିୟତା ଥିଲା ବୋଲି ସେ କହୁଛନ୍ତି ତେବେ ନିକଟ ସାଧାରଣ ନିର୍ବାଚନରେ ନବୀନ ବାବୁ ଲଢୁଥିବା କଂଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ୧୬,୩୪୪ଟି ଭୋଟ୍ ବ୍ୟବଧାନରେ ହାରିଲେ କେମିତି?

ଦୀର୍ଘ ୨୪ ବର୍ଷ ଧରି ଲୋକଙ୍କୁ ପ୍ରତାରିତ କରିବା ତଥା ପ୍ରତିଶ୍ରୁତି ପୂରଣ ନ କରିବା ପରାଜୟର କାରଣ ନୁହେଁ କି? ନବୀନ ବାବୁ କ୍ରମାଗତ ଭାବେ ନିଜର ଆସ୍ଥା ଓ ବିଶ୍ୱାସ ଓଡ଼ିଶାବାସୀଙ୍କ ଠାରୁ ହରାଇ ବସିଛନ୍ତି। ଏହି କଥାକୁ ଶ୍ରୀ ଆଚାର୍ଯ୍ୟ ଗ୍ରହଣ କାହିଁକି କରୁନାହାନ୍ତି? ଚଳିତଥର ହିଞ୍ଜିଳି ନିର୍ବାଚନମଣ୍ଡଳୀରୁ ବିଜେଡି ସଭାପତି କେତେ ଭୋଟ ବ୍ୟବଧାନରେ ଜିତିଛନ୍ତି, ତାହା ନବୀନ ବାବୁଙ୍କୁ ପଚାରିଲେ ଭଲ ହୁଅନ୍ତା।

ବିଗତ କିଛି ବର୍ଷ ଧରି ବିଜେଡି ଦଳରେ ମନ୍ତ୍ରୀ ଓ ବିଧାୟକମାନଙ୍କ ସ୍ଥିତି କ’ଣ ଥିଲା, ଏହା ମଧ୍ୟ ଶ୍ରୀ ଆଚାର୍ଯ୍ୟ ଅନୁଭବ କରିଥିବେ । ବର୍ତମାନ ଯେତେବେଳେ ବିଜେପି ରାଜ୍ୟରେ ରାଜନୈତିକ ସଂସ୍କୃତି ଓ ପରମ୍ପରାକୁ ପାଳନ କରିବା ସହ ଗଣତାନ୍ତ୍ରିକ ଶାସନ ପ୍ରତିଷ୍ଠା କରି ଶାସନଭାର ସମ୍ଭାଳିଛି, ତାହା ତାଙ୍କୁ କାହିଁକି କଷ୍ଟ ଦେଉଛି? ଏବେ ବି ବିଜୁ ଜନତା ଦଳ ମଧ୍ୟରେ ଚାଲିଥିବା ଅନ୍ତଃକନ୍ଦଳ ଦିବାଲୋକରେ ସ୍ପଷ୍ଟ।

ବିଜେଡି ନେତା ଏହି ସବୁ ପ୍ରସଙ୍ଗରେ କହିବା ପୂର୍ବରୁ ଥରେ ଚିନ୍ତା କରିବା ଦରକାର। ରାଜ୍ୟରେ ବିଜେପି ସରକାର ଗଠନର ଶହେ ଦିନ ମଧ୍ୟରେ ଦେଇଥିବା ପ୍ରତିଶ୍ରୁତିକୁ ଅବିଳମ୍ବେ ପାଳନ କରୁଛି। ବିଜେପିର ଲୋକପ୍ରିୟତା ନେଇ ବିଜେଡି ନେତାଙ୍କୁ ଚିନ୍ତା ଘାରିବା ସ୍ୱାଭାବିକ ବୋଲି ଶ୍ରୀ ମହାନ୍ତି କହିଛନ୍ତି।

ପ୍ରସନ୍ନ ଆଚାର୍ଯ୍ୟ ବିଜେଡି ବନାମ ବିଜେପି ସମୀର ମହାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ଜାତୀୟ ବିଦ୍ୟାଳୟ ସମୂହ ତୀରନ୍ଦାଜ ପ୍ରତିଯୋଗିତା: ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଉଲ୍ଲେଖନୀୟ ସଫଳତା

January 10, 2026

ନୂଆ ବଜାରରେ ପ୍ରବେଶ କଲେ ଭଦ୍ରକ ଜିଲ୍ଲାର ବରକୋଳି ଚାଷୀ: ଆୟ ୨୫% କୁ ବୃଦ୍ଧି

January 10, 2026

ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ମିଳିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରର ଅନ୍ତରିଣ ରିପୋର୍ଟ

January 10, 2026

ଆଜି ଜାନୁୟାରୀ ୧୦ ତାରିଖ ଶନିବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

January 10, 2026
Latest News

ଜାତୀୟ ବିଦ୍ୟାଳୟ ସମୂହ ତୀରନ୍ଦାଜ ପ୍ରତିଯୋଗିତା: ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଉଲ୍ଲେଖନୀୟ ସଫଳତା

January 10, 2026

ନୂଆ ବଜାରରେ ପ୍ରବେଶ କଲେ ଭଦ୍ରକ ଜିଲ୍ଲାର ବରକୋଳି ଚାଷୀ: ଆୟ ୨୫% କୁ ବୃଦ୍ଧି

January 10, 2026

ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ମିଳିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରର ଅନ୍ତରିଣ ରିପୋର୍ଟ

January 10, 2026

ଆଜି ଜାନୁୟାରୀ ୧୦ ତାରିଖ ଶନିବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

January 10, 2026

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.