Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଖରିଫ ଧାନ ସଂଗ୍ରହରେ ଅନିୟମିତତା ଓ ଦୁର୍ନୀତି ଉପରେ ତିକ୍ଷ୍ମ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ
ଜାତୀୟ ଖବର

ଖରିଫ ଧାନ ସଂଗ୍ରହରେ ଅନିୟମିତତା ଓ ଦୁର୍ନୀତି ଉପରେ ତିକ୍ଷ୍ମ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

October 15, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଖରିଫ ଧାନ ସଂଗ୍ରହରେ ଅନିୟମିତତା ଓ ଦୁର୍ନୀତି ଉପରେ ତିକ୍ଷ୍ମ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଚଳିତ ବର୍ଷ ଖରିଫ ଋତୁ ପାଇଁ ଧାନ ସଂଗ୍ରହ ବ୍ୟବସ୍ଥା ସମୀକ୍ଷା କରି ଅନେକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି।

ବିଶେଷ କରି ଧାନ ସଂଗ୍ରହରେ ହେଉଥିବା ଅନିୟମିତତା, ଦୁର୍ନୀତି ଓ ପ୍ରିୟାପ୍ରୀତିତୋଷଣ ଯେପରି ସମ୍ପୂର୍ଣ୍ଣ ଭାବେ ବନ୍ଦ ହେବ ତାହା ସୁନିଶ୍ଚିତ କରିବାକୁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପ୍ରଥମ ଥର ପାଇଁ ଧାନର ସର୍ବନିମ୍ନ ମୂଲ୍ୟ ଉପରେ ୮୦୦ ଟଙ୍କା ଅଧିକ ଦିଆ ଯାଉଛି।

ସେଥିପାଇଁ ଚାଷୀମାନଙ୍କ ଭିତରେ ବିପୁଳ ଉତ୍ସାହ ରହିଛି। ତେଣୁ ଧାନ ସଂଗ୍ରହ ପ୍ରକ୍ରିୟା ଯେପରି ସମ୍ପୂର୍ଣ୍ଣ ଭାବେ ସ୍ୱଚ୍ଛ ହେବ, ସେଥିପାଇଁ ପ୍ରତ୍ୟେକ ମନ୍ତ୍ରୀ ଗୋଟିଏ ବା ଦୁଇଟି ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଗ୍ରହଣ କରିବେ। ସେମାନେ ସରକାରଙ୍କ ପାଇଁ ୱାନ ପଏଣ୍ଟ କଂଣ୍ଟାକ୍ଟ ଭାବେ କାର୍ଯ୍ୟ କରିବେ। ମନ୍ତ୍ରୀମାନେ ଜିଲ୍ଲା ତଥା ବିଭିନ୍ନ ମଣ୍ଡି ଗସ୍ତ କରି ଚାଷୀମାନଙ୍କ କଥା ଶୁଣି ତା’ର ପ୍ରତିକାର କଲେ, ସାଧାରଣ ଜନତା ସରକାରଙ୍କ ଆନ୍ତରିକତା ଅନୁଭବ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେଥିପାଇଁ ପୁରା ବ୍ୟବସ୍ଥାକୁ ସୁନିୟନ୍ତ୍ରିତ କରିବା ପାଇଁ ସମସ୍ତ ସଂପୃକ୍ତ ବିଭାଗ ଓ ଜିଲ୍ଲାପାଳମାନେ ସମନ୍ୱୟ ରଖି କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସମୁଦାୟ ପଞ୍ଜିକୃତ ଚାଷୀମାନଙ୍କ ମଧ୍ୟରୁ ୮୩.୧୬ ପ୍ରତିଶତ ହେଉଛନ୍ତି କ୍ଷୁଦ୍ର ଚାଷୀ। ସେମାନେ ଯେପରି ବିନା କୌଣସି ଅସୁବିଧାରେ ସେମାନଙ୍କ ଧାନ ବିକ୍ରି କରିପାରିବେ ତାହା ସୁନିଶ୍ଚିତ କରିବା ଦାୟିତ୍ୱ ଜିଲ୍ଲାପାଳମାନଙ୍କର। ଧାନ ସଂଗ୍ରହରେ କ୍ଷୁଦ୍ର ଚାଷୀମାନଙ୍କୁ ପ୍ରାଥମିକତା ଦେବା ପାଇଁ ସେ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଥିଲେ।

ସେହିପରି ଟୋକେନ୍‌ର ଅବଧି ସମ୍ପର୍କରେ କ୍ଷୁଦ୍ର ଚାଷୀମାନେ ବିଶେଷ ସୂଚନା ପାଇ ପାରୁନାହାନ୍ତି। ତେଣୁ ସେମାନଙ୍କୁ ସଚତେନ କରିବା ସହିତ ଆବଶ୍ୟକ ସ୍ଥଳେ ଜିଲ୍ଲାପାଳମାନେ ସେମାନଙ୍କ ଟୋକେନ୍‌ର ଅବଧିକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଧାନର କଟନୀ-ଛଟଣି ବନ୍ଦ କରିବା ପାଇଁ ଚାଷୀମାନେ ଯେପରି କେବଳ FAQ ମାନର ଧାନ ମଣ୍ଡିକୁ ଆଣିବେ, ସେଥିପାଇଁ ବ୍ୟାପକ ସଚେତନତା ଅଭିଯାନ କରିବା ଆବଶ୍ୟକ।

ବିଶେଷକରି ଚାଷୀମାନଙ୍କ ହ୍ବାଟସଆପ ଗ୍ରୁପରେ ସେମାନଙ୍କୁ ବାରମ୍ବାର ଏ ସଂପର୍କରେ ସୂଚନା ଦେବାକୁ ସେ ପରାମର୍ଶ ଦେଇଥିଲେ। FAQ ଧାନ ପରୀକ୍ଷାରେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଧାନର ମାନ ନିର୍ଣ୍ଣୟରେ ମଣ୍ଡି ପରିଚାଳନା ଅଧିକାରୀମାନଙ୍କୁ ଉତ୍ତରଦାୟୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ବୈଠକର ନିଷ୍ପତ୍ତି ଅନୁଯାୟୀ ମଣ୍ଡି ପରିଚାଳନା ପାଇଁ ପ୍ରତ୍ୟେକ ମଣ୍ଡିରେ ଜଣେ ଜଣେ ମଣ୍ଡି ପରିଚାଳନା ଅଧିକାରୀ ରହିବେ ଏବଂ ପ୍ରତ୍ୟେକ ଚାରି, ପାଞ୍ଚଟି ମଣ୍ଡିକୁ ନେଇ ଜଣେ ସୁପରଭାଇଜର ରହିବେ। ଏହା ସହିତ ଗୋଟିଏ କେନ୍ଦ୍ରିୟ ଡ୍ୟାସ ବୋର୍ଡ ଜରିଆରେ ମଣ୍ଡିରେ ହେଉଥିବା ସବୁ କାର୍ଯ୍ୟକ୍ରମର ମନିଟରିଙ୍ଗ କରାଯିବ। ଏହା ସହିତ Quality Coucil Of India ର ସହାୟତାରେ ଧାନ ସଂଗ୍ରହ ବ୍ୟବସ୍ଥାର ତଦାରଖ କରାଯିବ।

ବୈଠକର ଆଲୋଚନାରୁ ଜଣା ଯାଇଥିଲା ଯେ, ଓଡିଶାରେ ଧାନ ମୂଲ୍ୟ ବୃଦ୍ଧି ପାଇଥିବାରୁ ବାହାର ରାଜ୍ୟରୁ ଓଡିଶାକୁ ଧାନ ଆସିବାର ସମ୍ଭାବନା ବୃଦ୍ଧି ପାଇଛି। ତେଣୁ ଜିଲ୍ଲାପାଳମାନେ ସବୁ ସୀମାବର୍ତ୍ତୀ ଅଞ୍ଚଳରେ ଏନଫୋର୍ସମେଣ୍ଟ ଫୋର୍ସ ନିୟୋଜନ ପାଇଁ ବ୍ୟବସ୍ଥା କରିଛନ୍ତି। ସିସିଟିଭ କିମ୍ବା ସ୍ମାର୍ଟ କ୍ୟାମେରା ମାଧ୍ୟମରେ ସୀମାବର୍ତ୍ତୀ ରାଜ୍ୟ ସହ ଯୋଡୁଥିବା ମୁଖ୍ୟରାସ୍ତା ଗୁଡିକର ୨୪ ଘଣ୍ଟିଆ ମନିଟରିଙ୍ଗ କରାଯିବ।

ସେହିପରି ଧାନର ମାନ ନିର୍ଣ୍ଣୟ କରିବା ପାଇଁ ୨୦୦ ଟି ବୃହତ୍ତ ମଣ୍ଡିରେ ଅଟୋମେଟିକ ଗ୍ରେନ ଆନାଲାଇଜରର ବ୍ୟବସ୍ଥା କରାଯାଇଥିବା ବେଳେ ଛୋଟ ମଣ୍ଡିରେ ମାନ୍ୟୁୟାଲ ଗ୍ରେନ ଆନାଲାଇଜର ବ୍ୟବସ୍ଥା ମଧ୍ୟ କରାଯିବ। ଧାନର ପରୀକ୍ଷା ନିରୀକ୍ଷା କରି ପ୍ରମାଣପତ୍ର ଦେବା ପାଇଁ ପ୍ରତ୍ୟେକ ଧାନ ସଂଗ୍ରହ କେନ୍ଦ୍ରରେ କ୍ବାଲଟି ଆନାଲିଷ୍ଟ ଓ କ୍ବାଲଟି ସୁପରଭାଇଜର ନିୟୋଜିତ ହେବେ।

ଏହି ଉଚ୍ଚ ସ୍ତରୀୟ ବୈଠକରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ଆଇନ, ଅବକାରୀ ଏବଂ ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ ପ୍ରମୁଖ ଉପସ୍ଥିତ ଥିଲେ।

ଏହା ସହିତ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ପୋଲିସ୍ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି. ଖୁରାନିଆ ଏବଂ କୃଷି, ସମବାୟ, ଖାଦ୍ୟ ଯୋଗାଣ, ପରିବହନ ଓ ଅନ୍ୟ ସଂପୃକ୍ତ ବିଭାଗର ପ୍ରମୁଖ ସଚିବମାନେ ଉପସ୍ଥିତ ଥିଲେ। ବୈଠକରେ ସବୁ ଜିଲ୍ଲାର ଜିଲ୍ଲାପାଳମାନେ ଆଭାସୀ ମାଧ୍ୟମରେ ଯୋଗ ଦେଇଥିଲେ।

ଖରିଫ ଧାନ ସଂଗ୍ରହ ଧାନ ସଂଗ୍ରହ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026
Latest News

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.