Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ନୂତନ ଶ୍ରେଣୀଭୁକ୍ତ ଶାସ୍ତ୍ରୀୟ ଭାଷାର ଭାଷାବିତମାନଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଜାତୀୟ ଖବର

ନୂତନ ଶ୍ରେଣୀଭୁକ୍ତ ଶାସ୍ତ୍ରୀୟ ଭାଷାର ଭାଷାବିତମାନଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

October 19, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ନୂତନ ଶ୍ରେଣୀଭୁକ୍ତ ଶାସ୍ତ୍ରୀୟ ଭାଷାର ଭାଷାବିତମାନଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ନିକଟରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ପାଲି, ପ୍ରାକୃତ, ମରାଠୀ, ଆସାମୀ(ଅହମିୟା) ଏବଂ ବଙ୍ଗଳା ଭାଷାରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେବାକୁ ମଞ୍ଜୁର କରିଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଥିବା ଏହି ସବୁ ଭାଷାର ଭାଷାବିତମାନଙ୍କୁ ଭେଟି ସାକ୍ଷାତ୍ ଆଲୋଚନା କରିଛନ୍ତି।

ଏହି ଭାରତୀୟ ଭାଷା ଗୁଡ଼ିକୁ ଶାସ୍ତ୍ରୀୟ ଭାଷା ତାଲିକାରେ ଅନ୍ତର୍ଭୁକ୍ତ କରିଥିବାରୁ ଭାଷାବିତମାନେ ଖୁସି ବ୍ୟକ୍ତ କରିବା ସହ ମାନ୍ୟବର ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହି ସବୁ ଭାଷାକୁ ପ୍ରୋତ୍ସାହିତ ଓ ସୁସମୃଦ୍ଧ କରିବା ଦିଗରେ ସମସ୍ତେ ନିଜର ସମର୍ଥନ ଜଣାଇଛନ୍ତି। ଏ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଆମ ଭାଷା ଗୁଡିକ ହେଉଛି ‘ଭାରତୀୟତା’ର ପ୍ରାଣ।

ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ସରକାର ସବୁ ଭାରତୀୟ ଭାଷା ବା ମାତୃଭାଷାରେ ଶିକ୍ଷାକୁ ପ୍ରୋତ୍ସାହିତ କରୁଛନ୍ତି । ଜାତୀୟ ଶିକ୍ଷା ନୀତିର କଳ୍ପନା ଅନୁସାରେ ଆମର ଭାଷାଗତ ଐତିହ୍ୟକୁ ସମ୍ମାନ ଜଣାଇବା ସହ ସଂରକ୍ଷଣ କରିବା ପାଇଁ ସବୁ ପ୍ରକାର ପ୍ରୟାସ କରୁଛନ୍ତି। ମାତୃଭାଷା ଶିକ୍ଷାକୁ ସୁଗମ କରିବା, ସମସ୍ତ ଭାରତୀୟ ଭାଷା ଉପରେ ସମାନ ଗୁରୁତ୍ୱ ଦେବା ସହିତ ବହୁଭାଷାଭିତ୍ତିକ ଶିକ୍ଷାକୁ ପ୍ରୋତ୍ସାହିତ କରିବା ପାଇଁ ଭାରତ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

ଉଲ୍ଲେଖନୀୟ ଯେ, ଭାରତ ସରକାର ପୂର୍ବରୁ ତାମିଲ, ସଂସ୍କୃତ, ତେଲୁଗୁ, କନ୍ନଡ, ମlଲlୟାଲମ୍‌ ଓ ଓଡ଼ିଆ ଭାଷାଗୁଡିକୁ ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେଇସାରିଛନ୍ତି । ଶାସ୍ତ୍ରୀୟ ଭାଷାକୁ ପ୍ରୋତ୍ସାହିତ କରିବା ପାଇଁ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ସଂସ୍କୃତ ଭାଷାର ପ୍ରଚାର ପାଇଁ ସଂସଦର ଏକ ଅଧିନିୟମ ମାଧ୍ୟମରେ ୨୦୨୦ରେ ତିନୋଟି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି।

ପ୍ରାଚୀନ ତାମିଲ ଗ୍ରନ୍ଥଗୁଡିକର ଅନୁବାଦକୁ ସୁଗମ କରିବା ଅନୁସନ୍ଧାନକୁ ପ୍ରୋତ୍ସାହିତ କରିବା ଏବଂ ତାମିଲର ଭାଷା ଛାତ୍ରମାନଙ୍କ ପାଇଁ ପାଠ୍ୟକ୍ରମ ପ୍ରଦାନ କରିବାକୁ କେନ୍ଦ୍ରୀୟ ଶାସ୍ତ୍ରୀୟ ତାମିଲ ସଂସ୍ଥାନ ପ୍ରତିଷ୍ଠା କରାଯାଇଥିଲା। ଶାସ୍ତ୍ରୀୟ ଭାଷାର ଅଧ୍ୟୟନ ଏବଂ ସଂରକ୍ଷଣକୁ ଆହୁରି ବଢ଼ାଇବା ପାଇଁ ମହୀଶୁରରେ ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆନ୍ ଲାଙ୍ଗୁଏଜ୍ ଅଧିନରେ ଶାସ୍ତ୍ରୀୟ କନ୍ନଡ, ତେଲୁଗୁ, ମାଲାୟାଲମ୍ ଏବଂ ଓଡିଆରେ ଅଧ୍ୟୟନ ପାଇଁ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି।

ଏହି ପଦକ୍ଷେପଗୁଡିକ ସହିତ, ଶାସ୍ତ୍ରୀୟ ଭାଷା କ୍ଷେତ୍ରରେ ଉପଲବ୍ଧତାକୁ ମାନ୍ୟତା ଦେବା ସହ ପ୍ରୋତ୍ସାହିତ କରିବା ପାଇଁ ଅନେକ ଜାତୀୟ ଏବଂ ଅର୍ନ୍ତଜାତୀୟ ପୁରସ୍କାର ମଧ୍ୟ ଆରମ୍ଭ କରାଯାଇଛି।

ଧର୍ମେନ୍ଦ୍ର ପ୍ରଧାନ ଶାସ୍ତ୍ରୀୟ ଭାଷା
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026

ବନ୍ୟା ମୁକାବିଲା ନିମନ୍ତେ କେନ୍ଦ୍ରର ୨,୧୧୭ କୋଟି ଟଙ୍କା ସହାୟତା, ଓଡ଼ିଶା ପାଇଁ ୫୦୦ କୋଟି

August 1, 2026

ମହାନଦୀ ଜଳ ବିବାଦ, ଆସନ୍ତା ଦୀପାବଳୀ ବେଳକୁ ଶୁଭ ଖବର ମିଳିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ

August 1, 2026

ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ, ୫ଟି ଜିଲ୍ଲାର ୧୨ରୁ ଅଧିକ ବ୍ଲକରେ ବନ୍ୟାସ୍ଥିତି ଅନୁଧ୍ୟାନ

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.