Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ସବୁ ସଚିବଙ୍କୁ ନେଇ ଜରୁରୀ ବୈଠକ କଲେ ମୁଖ୍ୟ ଶାସନ ସଚିବ
ଜାତୀୟ ଖବର

ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ସବୁ ସଚିବଙ୍କୁ ନେଇ ଜରୁରୀ ବୈଠକ କଲେ ମୁଖ୍ୟ ଶାସନ ସଚିବ

October 22, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
CycloneMeeting
ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ସବୁ ସଚିବଙ୍କୁ ନେଇ ଜରୁରୀ ବୈଠକ କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର: ଆଜି ସଚିବସ୍ତରୀୟ ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକର ପ୍ରାରମ୍ଭରେ ମୁଖ୍ୟ ଶାସନ ସଚିବ ସମ୍ଭାବ୍ୟ ଲଘୁଚାପ ଜନିତ ବର୍ଷା ଓ ବାତ୍ୟା ପରିପ୍ରେକ୍ଷୀରେ ପ୍ରଶାସନିକ ପ୍ରସ୍ତୁତି ସଂପର୍କରେ ସଚିବମାନଙ୍କ ସହିତ ଆଲୋଚନା କରିଥିଲେ।

ଜନସାଧାରଣଙ୍କୁ ସମ୍ଭାବ୍ୟ ବାତ୍ୟା ଓ ବାତ୍ୟା ପରବର୍ତ୍ତୀ ସମୟରେ ଟେଲିଫୋନ୍ ସେବା, ବିଦ୍ୟୁତ୍ ଶକ୍ତି, ପାନୀୟ ଜଳ ଯୋଗାଣ, ସ୍ୱାସ୍ଥ୍ୟ ସେବା ଯୋଗାଇବା ସହିତ ବାତ୍ୟା ପରେ ପରେ ଶିକ୍ଷାନୁଷ୍ଠାନଗୁଡିକ ଚାଲୁକରିବା ସଂପର୍କରେ ପ୍ରସ୍ତୁତି ନେଇ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା । ବାତ୍ୟା ହେଲେ ବିଦ୍ୟୁତ୍ ସରବରାହ ବିଚ୍ଛିନ୍ନ ଘଟିଲେ ଗ୍ରାମାଂଚଳ ଓ ସହରାଂଚଳରେ ପାନୀୟ ଜଳ ତୁରନ୍ତ ଯୋଗାଇବା ପ୍ରମୁଖ ଆହ୍ୱାନ ହୋଇଥାଏ।

ସେହିଭଳି ବିଭିନ୍ନ ଡାକ୍ତରଖାନା ମାନଙ୍କରେ ଆବଶ୍ୟକ ଡିଜି/ଜେନେରେଟର ସେଟ୍ ସବୁବେଳେ କାର୍ଯ୍ୟକ୍ଷମ ରହିବାର ନିତାନ୍ତ ଆବଶ୍ୟକତା ରହିଛି। ଏହି ଦୃଷ୍ଟିରୁ ସ୍ଥିତି ଉପରେ ନଜର ରଖି ୨୩ ଓ ୨୪ ତାରିଖରେ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅଧିନରେ ଥିବା ଓଭରହେଡ୍ ପାଣି ଟାଙ୍କି ଗୁଡିକ ଶତ ପ୍ରତିଶତ ପୂର୍ଣ୍ଣ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଶକ୍ତି ବିଭାଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ ବିଭାଗ ଏବଂ ଅନ୍ୟ ବିଭିନ୍ନ ସେବା ପାଇଁ ସମନ୍ୱୟ ରଖି ଆବଶ୍ୟକ ଜେନେରେଟର ସେଟ୍ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜେନେରେଟର ସେଟ୍ ଗୁଡିକର ସଚଳ ରହିବା ପାଇଁ ଯାନ୍ତ୍ରିକ ସ୍ଥିତି ତଦାରଖ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ଆବଶ୍ୟକ ସମସ୍ତ କର୍ମଚାରୀଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେବାକୁ ପରାମର୍ଶ ଦିଆଯାଇଛି।

ଜେନେରେଟର ସେଟ୍ ଗୁଡିକ ଡିଜେଲ ସହ ପ୍ରସ୍ତୁତ ରଖିବା ସହିତ ଯଥା ଶୀଘ୍ର ସେଗୁଡିକ ଟ୍ରାଏଲ ରନ ( ପରୀକ୍ଷା କରି ପ୍ରସ୍ତୁତ ରଖିବାକୁ) ନିର୍ଦ୍ଦେଶ ଦିଆଯାଇଛି। ସେହିପରି ବାତ୍ୟା ପରବର୍ତ୍ତୀ ସମୟରେ ଆବଶ୍ୟକ ହେଉଥିବା ସ୍ଥାନ ଓ ଅଂଚଳ ପାଇଁ ଟ୍ୟାଙ୍କର ଯୋଗେ ପାଣି ଯୋଗାଇବା ପାଇଁ ଯଥେଷ୍ଟ ପ୍ରସ୍ତୁତି କରିବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଛି। ଆବଶ୍ୟକ ଜଳ ସଂଚୟ ରଖିବା, ବାତ୍ୟା ସମୟରେ ଓ ବାତ୍ୟା ପରବର୍ତ୍ତୀ ସମୟରେ ସ୍ଥିତି ସ୍ୱାଭାବିକ ନହେବା ପର୍ଯ୍ୟନ୍ତ ଜଳର ଉପଯୁକ୍ତ ବ୍ୟବହାର କରିବାକୁ ଜନସାଧାରଣଙ୍କୁ ନିବେଦନ କରାଯାଇଛି ।

ବୈଠକରେ ଗତ ସେପ୍ଟେମ୍ବର ମାସ ସୁଦ୍ଧା ବିଭିନ୍ନ ବିଭାଗର କାର୍ଯ୍ୟକ୍ରମ ବାବଦରେ କରାଯାଇଥିବା ଖର୍ଚ୍ଚ ସଂପର୍କରେ ଉପସ୍ଥାପନ କରାଯାଇଥିଲା ଏବଂ ବଜେଟ ଅନୁମୋଦନ ମୁତାବକ ଅର୍ଥର ଉପଯୋଗକୁ ତ୍ୱରାନ୍ୱିତ କରିବାକୁ ବୈଠକରେ ପରାମର୍ଶ ଦିଆଯାଇଛି। ଗତ ବର୍ଷ ତୁଳନାରେ ଚଳିତ ସେପ୍ଚେମ୍ବର ୨୦୨୪ ସୁଦ୍ଧା ରାଜ୍ୟର ନିଜସ୍ୱ ରାଜସ୍ୱ ଆଦାୟ ୧୩.୭୩ ପ୍ରତିଶତ ବୃଦ୍ଧି ଘଟିଥିବା ବୈଠକରୁ ଜଣାଯାଇଛି। ଅନ୍ୟ ସରକାରୀ ଯୋଜନାର ସଫଳ ରୂପାୟନ କ୍ଷେତ୍ରରେ ଗୁରୁତ୍ୱ ଦେବା ସହିତ ମୁଖ୍ୟ ଶାସନ ସଚିବ ବିଭିନ୍ନ ପ୍ରସଙ୍ଗରେ ସଚିବମାନଙ୍କ ସହିତ ଆଲୋଚନା କରି ଆବଶ୍ୟକ ପରାମର୍ଶ ଦେଇଥିଲେ।

ବୈଠକରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ , ରାଜସ୍ୱ ବିଭାଗ ତଥା ସ୍ୱତନ୍ତ୍ର ରିଲିଫ କମିଶନର ଶ୍ରୀ ଦେଓ ରଞ୍ଜନ କୁମାର ସିଂ , ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ମହାନିର୍ଦ୍ଦେଶକ ଜି. ମାଥିଭାଥନନ୍ ଙ୍କ ସମେତ ଅନ୍ୟ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବମାନେ ଉପସ୍ଥିତ ଥିଲେ।

Cyclone Dana Cyclone2024 ବାତ୍ୟା ମନୋଜ ଆହୁଜା
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ବନାମ ଇଂଲଣ୍ଡ ପ୍ରଥମ ଦିନିକିଆ: କେତେବେଳେ ଆରମ୍ଭ ହେବ ମ୍ୟାଚ୍?

July 14, 2026

ଇ-୨୦ ଉପରେ କଠୋର ଆଭିମୁଖ୍ୟ: କଡ଼ା ନିର୍ଦ୍ଦେଶ ଦେଲେ ସରକାର

July 14, 2026

ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ସରକାରଙ୍କ କାର୍ଯ୍ୟାନୁଷ୍ଠାନ: ଇରାନୀ ଦୂତାବାସକୁ କଲେ ସମନ

July 14, 2026

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ODI: ଜାଣନ୍ତୁ ପିଚ୍ ରିପୋର୍ଟ

July 14, 2026
Latest News

ଭାରତ ବନାମ ଇଂଲଣ୍ଡ ପ୍ରଥମ ଦିନିକିଆ: କେତେବେଳେ ଆରମ୍ଭ ହେବ ମ୍ୟାଚ୍?

July 14, 2026

ଇ-୨୦ ଉପରେ କଠୋର ଆଭିମୁଖ୍ୟ: କଡ଼ା ନିର୍ଦ୍ଦେଶ ଦେଲେ ସରକାର

July 14, 2026

ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ସରକାରଙ୍କ କାର୍ଯ୍ୟାନୁଷ୍ଠାନ: ଇରାନୀ ଦୂତାବାସକୁ କଲେ ସମନ

July 14, 2026

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ODI: ଜାଣନ୍ତୁ ପିଚ୍ ରିପୋର୍ଟ

July 14, 2026

ସୁନା କିଣିବା ପାଇଁ ଏହା କ’ଣ ଠିକ୍ ସମୟ?: ଜାଣନ୍ତୁ ଆଜିର ମୂଲ୍ୟ

July 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.