Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମୋତେ କେହି ହେୟ ଜ୍ଞାନ କରନ୍ତୁ ନାହିଁ, ଏମିତି କାହିଁକି କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଜାତୀୟ ଖବର

ମୋତେ କେହି ହେୟ ଜ୍ଞାନ କରନ୍ତୁ ନାହିଁ, ଏମିତି କାହିଁକି କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

October 28, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
CMMohan
ମୋତେ କେହି ହେୟ ଜ୍ଞାନ କରନ୍ତୁ ନାହିଁ, ଏମିତି କାହିଁକି କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ମୋତେ କେହି ହେୟ ଜ୍ଞାନ କରନ୍ତୁ ନାହିଁ, ଏବେ ଟ୍ରେଲର ଚାଲିଛି.. ଆଗକୁ ପୁରା ସିନେମା ବାକି ଅଛି ବୋଲି ଆଜି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ଦୁର୍ନିତି ନିବାରଣ ସପ୍ତାହ ପାଳନ ଅବସରରେ ବରିଷ୍ଠ ଅଧିକାରୀଙ୍କୁ ଏହା ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ଥିଲା। ଯେଉଁମାନେ ଦୁର୍ନିତି କରୁଛନ୍ତି ସେମାନଙ୍କୁ ଖୁବ ଶିଘ୍ର ବନ୍ଧାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ତେବେ ତାଙ୍କୁ କେହି ହେୟ ଜ୍ଞାନ କରନ୍ତୁ ନାହିଁ ବୋଲି କହିବାକୁ ନେଇ ବିଭିନ୍ନ ମହଲରେ ପ୍ରଶ୍ନ ସୃଷ୍ଟି ହୋଇଛି। ତାହା ହେଲା ଯେ, ପ୍ରକୃତରେ ମୁଖ୍ୟମନ୍ତ୍ରୀଙ୍କୁ କିଏ ହେୟଜ୍ଞାନ କରୁଛି କି ? ତେବେ ସେମାନେ ଅଧିକାରୀ ନା ମନ୍ତ୍ରୀ ନା ବିଜେପି ନେତା। କାରଣ ଓଡିଶା ପରି ରାଜ୍ୟର ଜଣେ ମୁଖ୍ୟମନ୍ତ୍ରୀଙ୍କୁ କାହିଁକି କିଏ ହେୟଜ୍ଞାନ କରିବ ସେ ନେଇ ସନ୍ଦେହ ରହିଛି। ତେବେ କଣ ମୁଖ୍ୟମନ୍ତ୍ରୀଙ୍କ ଏହା ନିଜ ଅନୁଭବ କି ବୋଲି ସାଧାରଣ ଆଲୋଚନା ହେବାରେ ଲାଗିଛି।

ତେବେ ଏହି ସଭାରେ କେଉଁମାନେ ହେୟଜ୍ଞାନ କରୁଛନ୍ତି ସେ ନେଇ ମୁଖ୍ୟମନ୍ତ୍ରୀ କାହା ନାମ ବା କେଉଁ ବର୍ଗ ବୋଲି ତାହା ସ୍ପଷ୍ଟ କରି ନାହାଁନ୍ତି। କେବଳ ଏତିକି କହିଲେ ଯେ, ମୋ କଥାକୁ କେହି ହେୟଜ୍ଞାନ ନ କରି ପୁରା ଫିଲ୍ମକୁ ଅପେକ୍ଷା କରନ୍ତୁ। ପ୍ରକୃତରେ ମୁଖ୍ୟମନ୍ତ୍ରୀଙ୍କ ଏହି ଭାଷଣ ସେଠାରେ ଉପସ୍ଥିତ ଥିବା ସରକାରୀ ଅଧିକାରୀଙ୍କୁ ପରୋକ୍ଷରେ ଦୁର୍ନିତି ନ କରିବା ପାଇଁ ଏକ ଧମକ ସଦୃଶ୍ୟ ଥିଲା। ହେଲେ ରାଜ୍ୟରେ ଜଣେ ମୁଖ୍ୟମନ୍ତ୍ରୀ ଅନ୍ୟମାନେ ତାଙ୍କୁ ହେୟଜ୍ଞାନ କରୁଛନ୍ତି ବୋଲି କହିବା ବିଭିନ୍ନ ମହଲରେ ସମାଲୋଚନା କରାଯାଇଛି।

ମୁଖ୍ୟମନ୍ତ୍ରୀ ଏହି ସଭାରେ କହିଛନ୍ତି ଯେ, ନୂଆ ସରକାର ଆସିବା ପରେ ୬ ମୁଖ୍ୟଯନ୍ତ୍ରୀଙ୍କୁ ଭିଜିଲାନ୍ସ ଗିରଫ କରିଛି। ସେମାନଙ୍କଠାରୁ ୨୩୩ ଟି ପ୍ଲଟ, ୩୨ କୋଠା, ପ୍ରାୟ ୬ କେଜି ସୁନା ଜବତ ହୋଇଛି। ୧୦ କୋଟି ବ୍ୟାଙ୍କ ଡିପୋଜିଟ୍ ଓ ୨୧ ଲକ୍ଷ ନଗଦ ଟଙ୍କା ଜବତ ହୋଇଛି। ଅନେକ ବଡ଼ବଡ଼ ଅଧିକାରୀ ଗିରଫ ହୋଇ ଜେଲ୍‌ରେ ଅଛନ୍ତି। ଏସବୁ ସାଧାରଣ ଲୋକଙ୍କ ଟଙ୍କା, ଯାହା ଏମାନଙ୍କ ପାଖରେ ଥିଲା। ଖାଲି ଏମାନେ ନୁହଁନ୍ତି ଯିଏ ଯିଏ ଦୁର୍ନୀତିରେ ସଂପୃକ୍ତ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ।

ସେ ଆହୁରି କହିଥିଲେ ଯେ, ଅନେକ ଦୁର୍ନୀତିଖୋର ଭିଜିଲାନ୍ସ ଜାଲରେ ପଡ଼ନ୍ତିନି। ତେଣୁ ସେଭଳି ଅଧିକାରୀଙ୍କ ନିଦ ହଜାଇ ଦେବାକୁ ହେବ। ପ୍ରତି ମୁହୂର୍ତ୍ତରେ ସେମାନଙ୍କ ମନରେ ଗିରଫଦାରୀ ଭୟ ବସା ବାନ୍ଧି ରହିବା ଉଚିତ। ଏପରିକି, ସେମାନେ ବାଥରୁମରେ ଥିବା ବେଳେ, ଘରେ ରହୁଥିବା ବେଳେ ଗିରଫଦାରୀର ଭୟ ଯେମିତି ଘାରିବ ସେଭଳି କାର୍ଯ୍ୟ ଭିଜିଲାନ୍ସ କରୁ ବୋଲି ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି।

CMMohan ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୋହନ ମାଝୀ ହେୟଜ୍ଞାନ
Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.