Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାଷ୍ଟ୍ରୀୟ ଏକତା ଦିବସରେ, ‘ଏକତା ଦୌଡ’ ର ଫ୍ଲାଗ୍ ଅଫ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଜାତୀୟ ଖବର

ରାଷ୍ଟ୍ରୀୟ ଏକତା ଦିବସରେ, ‘ଏକତା ଦୌଡ’ ର ଫ୍ଲାଗ୍ ଅଫ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

October 29, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରାଷ୍ଟ୍ରୀୟ ଏକତା ଦିବସରେ, ‘ଏକତା ଦୌଡ’ ର ଫ୍ଲାଗ୍ ଅଫ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ କଳିଙ୍ଗ ଷ୍ଟାଡିୟମ ଠାରେ ‘ଏକତା ଦୌଡ’ ବା Run For Unity କୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଛାତ୍ରଛାତ୍ରୀ ଓ ଯୁବକ ଯୁବତୀ ମାନଙ୍କୁ ରାଷ୍ଟ୍ରୀୟ ଏକତା ପାଇଁ ଶପଥ ପାଠ କରାଇଥିଲେ।

ଏହି କାର୍ଯ୍ୟକ୍ରମରେ ପ୍ରାୟ ୩୦୦୦ ପିଲା, କ୍ରୀଡା ହଷ୍ଟଲର ଛାତ୍ରଛାତ୍ରୀ ଓ ବିଭିନ୍ନ କ୍ରୀଡା ସଂଗଠନର ପିଲାମାନେ ଯୋଗଦେଇ ଦୌଡରେ ଭାଗ ନେଇଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କ ନେତୃତ୍ବ ନେଇ ଏହି ଦୌଡରେ ସାମିଲ ହୋଇଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଦେଶର ଏକତା ଓ ଅଖଣ୍ଡତା ପାଇଁ ସର୍ଦ୍ଦାର ପଟେଲଙ୍କ ସଂକଳ୍ପ ଓ ଦୃଢ ପଦକ୍ଷେପର ତୁଳନା ନାହିଁ। ଦେଶର ଏକତା ପାଇଁ ସର୍ଦ୍ଦାର ପଟେଲ ସମର୍ପିତ ହୋଇ ଏକ ଅଖଣ୍ଡ ଭାରତର ମୂଳଦୁଆ ସ୍ଥାପନ କରି ଦେଶୀୟ ରାଜ୍ୟ ମାନଙ୍କର ସମ୍ମିଶ୍ରଣରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ସେଥିପାଇଁ ତାଙ୍କୁ ଲୌହ ମାନବର ଆଖ୍ୟା ଦିଆଯାଏ। ତାଙ୍କ ଆଦର୍ଶରେ ଦେଶର ଏକତା ଓ ଅଖଣ୍ଡତା ପାଇଁ ଦେଶର ପ୍ରତ୍ୟେକ ନାଗରିକ ସଂକଳ୍ପବଦ୍ଧ ହୋଇ କାମ କରିବା ଉଚିତ୍ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ରାଜ୍ୟ ମନ୍ତ୍ରୀ ମଣ୍ଡଳର ଅନ୍ୟ ସଦସ୍ୟ ଗଣ, ବିଧାୟକ, ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, କ୍ରୀଡା ସଚିବ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ସୂଚନା ଯୋଗ୍ୟ ଯେ ଭାରତର ପ୍ରଥମ ଉପ ପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଅକ୍ଟୋବର ୩୧ ତାରିଖକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତ ରବିବାର ଦିନ ‘ମନ୍‌ କି ବାତ୍’ କାର୍ଯ୍ୟକ୍ରମରେ ୨୯ ତାରିଖ ଠାରୁ ରାଷ୍ଟ୍ରୀୟ ଏକତାର ସୂତ୍ରରେ ସମସ୍ତଙ୍କୁ ବାନ୍ଧି ରଖିବା ପାଇଁ Run For Unity କାର୍ଯ୍ୟକ୍ରମ କରିବା ପାଇଁ ଆହ୍ବାନ ଦେଇଥିଲେ। ୨୦୧୪ ମସିହାରୁ ସାରା ଦେଶରେ ଏହି କାର୍ଯ୍ୟକ୍ରମ ପାଳନ କରାଯାଉଛି।

ଏକତା ଦୌଡ
Share. Facebook Twitter LinkedIn Email WhatsApp Copy Link

Related Posts

୨୩ରୁ ୨୪ ଡିସେମ୍ବର ୨୦୨୫ ପର୍ଯ୍ୟନ୍ତ ବିଶାଖାପାଟଣାରେ ପେସା ମହୋତ୍ସବର ଭବ୍ୟ ଆୟୋଜନ

December 22, 2025

ପ୍ରଥମ ଥର ପାଇଁ ଅନନ୍ତନାଗରେ ପହଞ୍ଚିଲା ଏଫସିଆଇର ଖାଦ୍ୟଶସ୍ୟବାହୀ ଟ୍ରେନ

December 22, 2025

ଚାଷୀ ସଚେତନତା ରଥର ଶୁଭାରମ୍ଭ କାଳେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

December 22, 2025

ସରକାରୀ ନିୟମ ନ ମାନିଲେ, ଧାନ ମିଲରଙ୍କ ଉପରେ ହେବ କଡା କାର୍ଯ୍ୟାନୁଷ୍ଠାନ: ଉପମୁଖ୍ୟମନ୍ତ୍ରୀ

December 22, 2025
Latest News

୨୩ରୁ ୨୪ ଡିସେମ୍ବର ୨୦୨୫ ପର୍ଯ୍ୟନ୍ତ ବିଶାଖାପାଟଣାରେ ପେସା ମହୋତ୍ସବର ଭବ୍ୟ ଆୟୋଜନ

December 22, 2025

ପ୍ରଥମ ଥର ପାଇଁ ଅନନ୍ତନାଗରେ ପହଞ୍ଚିଲା ଏଫସିଆଇର ଖାଦ୍ୟଶସ୍ୟବାହୀ ଟ୍ରେନ

December 22, 2025

ଚାଷୀ ସଚେତନତା ରଥର ଶୁଭାରମ୍ଭ କାଳେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

December 22, 2025

ପରବ-2025 ରେ ଯୋଗ ଦେଇ କୋରାପୁଟକୁ ୫୪୫ କୋଟି ଟଙ୍କା ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

December 22, 2025

ସରକାରୀ ନିୟମ ନ ମାନିଲେ, ଧାନ ମିଲରଙ୍କ ଉପରେ ହେବ କଡା କାର୍ଯ୍ୟାନୁଷ୍ଠାନ: ଉପମୁଖ୍ୟମନ୍ତ୍ରୀ

December 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.