Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାଜ୍ୟର ବିଦ୍ୟୁତ ଉତ୍ପାଦନ ବୃଦ୍ଧି ପାଇଁ ରୋଡ ମ୍ୟାପ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଜାତୀୟ ଖବର

ରାଜ୍ୟର ବିଦ୍ୟୁତ ଉତ୍ପାଦନ ବୃଦ୍ଧି ପାଇଁ ରୋଡ ମ୍ୟାପ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

November 8, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟର ବିଦ୍ୟୁତ ଉତ୍ପାଦନ ବୃଦ୍ଧି ପାଇଁ ରୋଡ ମ୍ୟାପ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ରାଜ୍ୟରେ ବିଦ୍ୟୁତ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ସମୀକ୍ଷାରେ ଶକ୍ତି ବିଭାଗ ଉପରେ ନ୍ୟସ୍ତ ଥିବା ଶକ୍ତି ଉତ୍ପାଦନ, ବିଦ୍ୟୁତ ସରବରାହ ଓ ବଣ୍ଟନ ବ୍ୟବସ୍ଥା ଉପରେ ବିଷଦ ଆଲୋଚନା ହୋଇଥିଲା।

ଆଲୋଚନାରୁ ଜଣାଯାଇଛି ଯେ ରାଜ୍ୟରେ ପ୍ରାୟ ୧ କୋଟି ବିଦ୍ୟୁତ ଉପଭୋକ୍ତା ଅଛନ୍ତି। ସେମାନଙ୍କ ପାଇଁ ନିରବଚ୍ଛିନ୍ନ ଏବଂ ନିର୍ଭରଯୋଗ୍ୟ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା ଅପରିହାର୍ଯ୍ୟ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ।

ଦୃତ ଶିଳ୍ପାୟନ, ଆର୍ଥିକ ଅଭିବୃଦ୍ଧି ଯୋଗୁଁ ରାଜ୍ୟରେ ବିଦ୍ୟୁତ ଚାହିଦା ଦ୍ରୁତ ଗତିରେ ବଢୁଛି। ଆସନ୍ତା ପାଞ୍ଚ ବର୍ଷ ଅର୍ଥାତ ୨୦୨୯-୩୦ ବେଳକୁ ବିଦ୍ୟୁତ ଚାହିଦାକୁ ଆଖି ଆଗରେ ରଖି ବିଦ୍ୟୁତ ଉତ୍ପାଦନ, ସରବରାହ ଏବଂ ବିତରଣ ବ୍ୟବସ୍ଥାର ରୋଡମ୍ୟାପ ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

୨୦୨୯-୩୦ ବେଳକୁ ରାଜ୍ୟରେ ପିକ୍ ଡିମାଣ୍ଡ ପ୍ରାୟ ୧୦ ହଜାର ମେଗା ୱାଟ୍‌ ରହିବ। ଏହି ଚାହିଦା ପୂରଣ କରିବା ପାଇଁ ଏକ ରୋଡ୍ ମ୍ୟାପ ପ୍ରସ୍ତୁତ କରିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏଥିପାଇଁ ନୂଆ ପ୍ରାଇମେରୀ ସବ୍‌ ଷ୍ଟେସନ, ନୂଆ ୩୩ କେଭି ଏବଂ ୧୧ କେଭି ଲାଇନ୍‌ ଆଦି ଭିତ୍ତିଭୂମିର ବିକାଶ ଆବଶ୍ୟକ।

ଏଥି ସହିତ ବର୍ତ୍ତମାନ କାର୍ଯ୍ୟକ୍ଷମ ଥିବା ୩୩/୧୧ କେଭି ଫିଡର ଗୁଡିକୁ ସୁଦୃଢ କରିବା ଏବଂ ଉଚ୍ଚ କ୍ଷମତା ସମ୍ପନ୍ନ ଟ୍ରାନ୍ସଫର୍ମର ବସାଇବା ଉପରେ ବୈଠକରେ ଆଲୋଚନା ହୋଇଥିଲା। ବଜେଟ୍‌ରେ ବିଦ୍ୟୁତ କ୍ଷେତ୍ରପାଇଁ ଆବଶ୍ୟକୀୟ ବ୍ୟୟ ବରାଦ କରି ରାଜ୍ୟକୁ ସଦାସର୍ବଦା ଶକ୍ତି କ୍ଷେତ୍ରରେ ବଳକା ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ବିଦ୍ୟୁତ ବିତରଣ ସମ୍ପର୍କିତ ସମସ୍ତ ଅଭିଯୋଗର ସମୟାନୁଯାୟୀ ସମାଧାନ, ଅକ୍ଷୟ ଶକ୍ତିର ବିକାଶ ଏବଂ ବ୍ୟବହାର ବୃଦ୍ଧି, ପ୍ରାକୃତିକ ବିପର୍ଯ୍ୟୟ ନିରୋଧୀ ବିଦ୍ୟୁତ ଭିତ୍ତିଭୂମି ନିର୍ମାଣ, ବିଦ୍ୟୁତ କ୍ଷେତ୍ର ପାଇଁ ଦକ୍ଷ ଏବଂ ଆବଶ୍ୟକୀୟ ମାନବ ସମ୍ବଳ ନିଯୁକ୍ତ କରିବାକୁ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଧିକାରୀ ମାନଙ୍କୁ ପରାମର୍ଶ ଦେବା ସହିତ ବାତ୍ୟ ‘ଦାନା’ ପରବର୍ତ୍ତୀ ସମୟରେ ତୁରନ୍ତ ବିଦ୍ୟୁତ ଯୋଗାଣ ସ୍ବାଭାବିକ କରିଥିବାରୁ ଶକ୍ତି ବିଭାଗ ତଥା ସମସ୍ତ ବିତରକ କମ୍ପାନୀ ମାନଙ୍କୁ ସାଧୁବାଦ ଜଣାଇଥିଲେ।

ବୈଠକରେ ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ଓପିଟିସିଏଲ ଓ ଓଏଚପିସିର ନିର୍ଦ୍ଦେଶକ ବୃନ୍ଦ, ସମସ୍ତ ବିତରଣ କମ୍ପାନୀର ସିଇଓ ମାନେ ଯୋଗଦେଇ ଥିଲେ।

ଶକ୍ତି ଉତ୍ପାଦନ ଶକ୍ତି ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.