Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»‘‘ଅଗ୍ନିଶମ ସେବାର ବିସ୍ତାର ଓ ଆଧୁନିକୀକରଣ’’ ଯୋଜନା: ଓଡ଼ିଶା ପାଇଁ ୨୦୧.୧୦ କୋଟି
ଜାତୀୟ ଖବର

‘‘ଅଗ୍ନିଶମ ସେବାର ବିସ୍ତାର ଓ ଆଧୁନିକୀକରଣ’’ ଯୋଜନା: ଓଡ଼ିଶା ପାଇଁ ୨୦୧.୧୦ କୋଟି

November 11, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମିତି ‘‘ରାଜ୍ୟଗୁଡ଼ିକରେ ଅଗ୍ନିଶମ ସେବାର ବିସ୍ତାର ଓ ଆଧୁନିକୀକରଣ’’ ଯୋଜନା ଅଧୀନରେ ଛତିଶଗଡ଼, ଓଡ଼ିଶା ଏବଂ ପଶ୍ଚିମବଙ୍ଗ ପାଇଁ ୭୨୫.୬୨ କୋଟି ଟଙ୍କାର ତିନୋଟି ପ୍ରକଳ୍ପକୁ ମଞ୍ଜୁର କରିଛି। ଏହି ସମିତି ଛତିଶଗଡ଼ ପାଇଁ ୧୪୭.୭୬ କୋଟି ଟଙ୍କା, ଓଡ଼ିଶା ପାଇଁ ୨୦୧.୧୦ କୋଟି ଟଙ୍କା ଏବଂ ପଶ୍ଚିମବଙ୍ଗ ପାଇଁ ୩୭୬.୭୬ କୋଟି ଟଙ୍କା ମଞ୍ଜୁର କରିଛି । ଉଚ୍ଚସ୍ତରୀୟ ସମିତିରେ କେନ୍ଦ୍ର ଅର୍ଥ ମନ୍ତ୍ରୀ, କୃଷି ମନ୍ତ୍ରୀ ଏବଂ ନୀତି ଆୟୋଗର ଉପାଧ୍ୟକ୍ଷ ସଦସ୍ୟ ରୂପେ ସାମିଲ ହୋଇଥାନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିପର୍ଯ୍ୟୟ ପ୍ରଶମନକ୍ଷମ ଭାରତ ନିର୍ମାଣ ଲକ୍ଷ୍ୟକୁ ପୂରଣ କରିବା ଲାଗି ଗୃହ ମନ୍ତ୍ରୀ ଅମିତ ଶାହଙ୍କ ମାର୍ଗଦର୍ଶନରେ ଦେଶରେ ବିପର୍ଯ୍ୟୟର ପ୍ରଭାବୀ ପ୍ରଶମନ ସୁନିଶ୍ଚିତ କରିବା ଲାଗି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଅନେକ ପଦକ୍ଷେପ ଗ୍ରହଣ କରିଛି। ଭାରତରେ ବିପର୍ଯ୍ୟୟ ବିପତ୍ତି ହ୍ରାସ ପ୍ରଣାଳୀକୁ ମଜବୁତ କରି ବିପର୍ଯ୍ୟୟ ସମୟରେ ବ୍ୟାପକ ଧନଜୀବନ ହାନିକୁ ରୋକିବା ଲାଗି ଅନେକ ପଦକ୍ଷେପ ଗ୍ରହଣ କରାଯାଇଛି।

କେନ୍ଦ୍ର ସରକାର ‘‘ରାଜ୍ୟଗୁଡ଼ିକରେ ଅଗ୍ନିଶମ ସେବାର ବିସ୍ତାର ଏବଂ ଆଧୁନିକୀକରଣ’’ ଯୋଜନା ଲାଗି ଏନଡିଆରଏଫ ଅଧୀନରେ ୫୦୦୦ କୋଟି ଟଙ୍କା ଆବଣ୍ଟନ କରିଛନ୍ତି। ଏଥିପୂର୍ବରୁ ୧୫ଟି ରାଜ୍ୟ ନିମନ୍ତେ ୨୫୪୨.୧୨ କୋଟି ଟଙ୍କାର ମୋଟ୍ ପରିବ୍ୟୟ ପ୍ରସ୍ତାବକୁ ମଞ୍ଜୁର କରାଯାଇସାରିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱ ଏବଂ କେନ୍ଦ୍ର ଗୃହ ମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କ ମାର୍ଗଦର୍ଶନରେ ଚଳିତ ବର୍ଷ ରାଜ୍ୟଗୁଡ଼ିକୁ ୨୧ ହଜାର ୨୬ କୋଟି ଟଙ୍କାର ଅର୍ଥରାଶି ପୂର୍ବରୁ ଆବଣ୍ଟନ କରାଯାଇ ସାରିଛି। ଏଥିରେ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି (ଏସଡିଆରଏଫ)ରୁ ୨୬ଟି ରାଜ୍ୟକୁ ୧୪ ହଜାର ୮୭୮ କୋଟି ୪୦ ଲକ୍ଷ ଟଙ୍କା, ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି (ଏନଡିଆରଏଫ)ରୁ ୧୫ଟି ରାଜ୍ୟକୁ ୪,୬୩୭ କୋଟି ଟଙ୍କା, ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠି (ଏସଡିଏମଏଫ)ରୁ ୧୧ଟି ରାଜ୍ୟକୁ ୧୩୮୫ କୋଟି ୪୫ ଲକ୍ଷ ଟଙ୍କା ଏବଂ ଜାତୀୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠି (ଏନଡିଏମଏଫ)ରୁ ତିନୋଟି ରାଜ୍ୟକୁ ୧୨୪ କୋଟି ୯୩ ଲକ୍ଷ ଟଙ୍କା ସାମିଲ ରହିଛି।

ଅଗ୍ନିଶମ ସେବା ଅମିତ ଶାହ ଓଡିଶା କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଛତିଶଗଡ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗ ବିପର୍ଯ୍ୟୟ ପ୍ରଶମନ
Share. Facebook Twitter LinkedIn Email WhatsApp Copy Link

Related Posts

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026
Latest News

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.