Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ପକ୍ଷରୁ ଜାତୀୟ ଦୁଗ୍ଧ ଦିବସ ପାଳିତ
ଜାତୀୟ ଖବର

ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ପକ୍ଷରୁ ଜାତୀୟ ଦୁଗ୍ଧ ଦିବସ ପାଳିତ

November 26, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link
ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ପକ୍ଷରୁ ଜାତୀୟ ଦୁଗ୍ଧ ଦିବସ ପାଳିତ

ଭୁବନେଶ୍ୱର: ଦୁଗ୍ଧ ଉତ୍ପାଦନରେ ରାଜ୍ୟର ଗ୍ରାମୀଣ ବିକାଶ ପାଇଁ ସାମର୍ଥ୍ୟ ରହିଛି। ଦୁଗ୍ଧ ଉତ୍ପାଦନ ସହିତ ଚାଷୀ ଓ ମହିଳାଙ୍କ ବିକାଶ ଜଡ଼ିତ ଥିବାରୁ ରାଜ୍ୟ ସରକାର ଏହା ଉପରେ ଧ୍ୟାନ ଦେଉଛନ୍ତି ବୋଲି ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ, ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ପ୍ରକାଶ କରିଛନ୍ତି।

ଆଜି ପୂର୍ବାହ୍ନରେ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିଭାଗ ଆନୁକୂଲ୍ୟରେ ଜାତୀୟ ଦୁଗ୍ଧ ଦିବସ ପାଳନ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ତ୍ରୀ ଶ୍ରୀ ମଲ୍ଲିକ ଦୁଗ୍ଧ ଉତ୍ପାଦନ କ୍ଷେତ୍ରକୁ ଅଧିକ ସଂଖ୍ୟକ ଲୋକଙ୍କୁ ଆକୃଷ୍ଟ କରିବା ପାଇଁ ସରକାରଙ୍କ ଯୋଜନାଗୁଡ଼ିକ କାର୍ଯ୍ୟକାରୀ ହେଉଛି ।

ଓୟୁଏଟିର ଭେଟେରିନାରୀ କଲେଜ ସଭାଗୃହରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ତ୍ରୀ ଶ୍ରୀ ମଲ୍ଲିକ କହିଲେ ଯେ ରାଜ୍ୟରେ ଏବେ ଦୈନିକ ପ୍ରାୟ ୭୨ ଲକ୍ଷ ଲିଟର ଦୁଗ୍ଧ ଉତ୍ପାଦିତ ହେଉଛି। ମୁଣ୍ଡିପିଛା ଦୈନିକ ୩୦୦ ଗ୍ରାମ ଦୁଗ୍ଧ ଆବଶ୍ୟକ ଥିବା ସ୍ଥଳେ ଆମ ରାଜ୍ୟରେ ପ୍ରାୟ ୧୬୦ ଗ୍ରାମ ଦୁଗ୍ଧ ଉତ୍ପାଦିତ ହେଉଛି।

ସରକାର ଗୋପାଳନକୁ ପ୍ରାଧାନ୍ୟ ଦେଇ ନୂତନ ଭାବେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଆରମ୍ଭ କରିଛନ୍ତି। ଏହା ମାଧ୍ୟମରେ ଆଗାମୀ ପାଞ୍ଚ ବର୍ଷରେ ରାଜ୍ୟରେ ଦୁଗ୍ଘ ଉତ୍ପାଦନକୁ ଦୁଇଗୁଣ କରିବାର ଲକ୍ଷ୍ୟ ରଖାଯାଇଛି। ଗାଈ ଓ ମଇଁଷି ପାଳନ ପାଇଁ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ରିହାତି ଯୋଗାଇ ଦିଆଯାଉଛି।

ରାଜ୍ୟର ଗୋପାଳକ, ମହିଳା, ଉଦ୍ୟୋଗୀ ଓ ଯୁବକଯୁବତୀମାନଙ୍କୁ ଗୋପାଳନ ପ୍ରତି ଆକୃଷ୍ଟ କରିବ ଏବଂ ରାଜ୍ୟରେ ଦୁU ଉତ୍ପାଦନ ବୃଦ୍ଧି ପାଇ ଉଚ୍ଚତମ ସୋପାନରେ ପହଞ୍ଚିବ ବୋଲି ମନ୍ତ୍ରୀ ଶ୍ରୀ ମଲ୍ଲିକ ଆଶାପ୍ରକାଶ କରିଛନ୍ତି।

ମନ୍ତ୍ରୀ ଶ୍ରୀ ମଲ୍ଲିକ ପୁଣି କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଗାଈ ଫାର୍ମ ଓ ଦୁU ପ୍ରକ୍ରିୟାକରଣ ୟୁନିଟ୍‌ ପ୍ରତିଷ୍ଠା କରିବା ପାଇଁ ଏକ କୋଟି ଟଙ୍କା ପର୍ଯ୍ୟନ୍ତ ଆର୍ଥିକ ସହାୟତା ଦିଆଯାଉଛି। ପ୍ରାଣିଚିକିତ୍ସା ସେବା ପହଞ୍ଚାଇଦେବା ପାଇଁ ରାଜ୍ୟରେ ୩୧୪ ଭ୍ରାମ୍ୟମାଣ ପ୍ରାଣୀଚିକିତ୍ସା ୟୁନିଟ୍‌ କାର୍ଯ୍ୟ କରୁଛି।

ରାଜ୍ୟର ଗୋପାଳକଙ୍କୁ ଅଧିକ ଲାଭବାନ କରିବା ପାଇଁ ଲିଙ୍ଗ ନିରୁପିତ ଶୁକ୍ର ମାଧ୍ୟମରେ କୃତି୍ରମ ପ୍ରଜନନ କାର୍ଯ୍ୟକ୍ରମ କରାଯାଉଛି ଓ ଏହା ମାଧ୍ୟମରେ ୯୦ ପ୍ରତିଶତ ପର୍ଯ୍ୟନ୍ତ ମାଈ ବାଛୁରୀ ଜନ୍ମ ହୋଇ ଗୋପାଳକ ଲାଭବାନ ହେଉଛନ୍ତି।

ଏହି ଅବସରରେ ମନ୍ତ୍ରୀ ଶ୍ରୀ ମଲ୍ଲିକ ଭାରତରେ ଶେ୍ୱତ ବିପ୍ଳବର ଜନକ ପଦ୍ମବିଭୂଷଣ ଡ. ଭର୍ଗିଜ୍‌ କୁରିୟେନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାନିବେଦନ କରିବା ସହିତ ଦୁଗ୍ଧ ଉତ୍ପାଦନ ଓ ଅଧିକ ଦୁଗ୍ଧଚାଷୀଙ୍କୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ସଚେତନତା ପ୍ରସାର ପାଇଁ ଜାତୀୟ ଦୁଗ୍ଧ ଦିବସ ପାଳିତ ହେଉଥିବାର ଦର୍ଶାଇଛନ୍ତି।

ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ କହିଥିଲେ ଯେ ଓମ୍‌ଫେଡ୍‌ର ୩୭୦୦ ଦୁଗ୍ଧ ଉତ୍ପାଦକ ସମବାୟ ସମିତି ଜରିଆରେ ପ୍ରାୟ ୩ ଲକ୍ଷ ଗୋପାଳକ ଉପକୃତ ହେଉଛନ୍ତି। ସେମାନଙ୍କୁ ଦାନାରେ ରିହାତି ଯୋଗାଇ ଦିଆଯାଉଛି ଏବଂ ଉନ୍ନତ ଗୋପାଳନ ପାଇଁ ତାଲିମ ଦିଆଯାଉଛି । ଗୋପାଳକମାନଙ୍କୁ ଘାସଚାଷ, ଟିକାକରଣ ଓ କୃମିନାଶନ ଇତ୍ୟାଦି ପାଇଁ ସହାୟତା ଯୋଗାଇ ଦିଆଯାଉଛି।

କାର୍ଯ୍ୟକ୍ରମରେ ଓମ୍‌ଫେଡ୍‌ର ସଭାପତି କିଶୋର ଚନ୍ଦ୍ର ପ୍ରଧାନ, ଓମ୍‌ଫେଡ୍‌ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତ କୁଲାଙ୍ଗେ, ପ୍ରାଣିସମ୍ପଦ ବିଭାଗର ନିର୍ଦ୍ଦେଶକ ରାମାଶିଷ ହାଜରା, ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟିର ଆବାହକ ଗୌତମ ପାତ୍ର, ଭେଟେରିନାରୀ କଲେଜର ଡିନ୍‌ ସୁଶେଣ କୁମାର ପଣ୍ଡା ଓ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଅଶୋକ ତ୍ରିପାଠୀ ପ୍ରମୁଖ ବକ୍ତବ୍ୟ ରଖିଥିଲେ।

ଏହି କାର୍ଯ୍ୟକ୍ରମରେ ୨୫ ଜଣ ସଫଳ ଦୁଗ୍ଧ ଚାଷୀ ଓ ଉଦ୍ୟୋଗୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। କେତେକ ଉଦ୍ୟୋଗୀ ଓ ଚାଷୀ ରାଜ୍ୟ ସରକାରଙ୍କ ଯୋଜନାଗୁଡ଼ିକ ପାଇଁ ସେମାନଙ୍କୁ ସଫଳତା ମିଳିଥିବା କଥା ଉଲ୍ଲେଖ କରିଥିଲେ। ପରେ ଆୟୋଜିତ ଏକ ବୈଷୟିକ ଅଧିବେଶନରେ ରାଜ୍ୟରେ ଦୁଗ୍ଧ ଉତ୍ପାଦନର ସ୍ଥିତି, ଦୁଗ୍ଧ ଉତ୍ପାଦନ ଓ ଦୁଗ୍ଧ ଚାଷୀଙ୍କ ବିକାଶ ନିମନ୍ତେ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ଏବଂ ପ୍ରାଣୀସମ୍ପଦ ସ୍ୱାସ୍ଥ୍ୟସେବା ନେଇ ବକ୍ତାମାନେ ମତ ଉପସ୍ଥାପନ କରିଥିଲେ।

କାମଧେନୁ ଯୋଜନା ଗୋକୁଳାନନ୍ଦ ମଲ୍ଲିକ ଜାତୀୟ ଦୁଗ୍ଧ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026

Bankipur Byepoll Result: ବିଜେପି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କ ଗଡରେ ଜିତିଲେ ପ୍ରଶାନ୍ତ କିଶୋର

August 3, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

August 3, 2026
Latest News

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନଙ୍କ ୯୩ ତମ ଜନ୍ମଦିବସ ପାଳିତ

August 3, 2026

Bankipur Byepoll Result: ବିଜେପି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କ ଗଡରେ ଜିତିଲେ ପ୍ରଶାନ୍ତ କିଶୋର

August 3, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.