Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କିଏ ହେବ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ?: ଆଜି ଦୂର ହେବ ଦ୍ଵନ୍ଦ୍ଵ, ଜାଣନ୍ତୁ କ’ଣ କହିଲେ ଏକନାଥ ସିନ୍ଦେ?
ଜାତୀୟ ଖବର

କିଏ ହେବ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ?: ଆଜି ଦୂର ହେବ ଦ୍ଵନ୍ଦ୍ଵ, ଜାଣନ୍ତୁ କ’ଣ କହିଲେ ଏକନାଥ ସିନ୍ଦେ?

December 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ କିଏ ହେବେ? ଆଜି ଏହାର ପରଦା ଉଠିବ। ଶିବସେନା ସଭାପତି ଏକନାଥ ସିନ୍ଦେ କହିଛନ୍ତି ଯେ, ସୋମବାର ଦିନ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନିଆଯିବ ଏବଂ ନିଷ୍ପତ୍ତି ଯାହା ହେଉନା କାହିଁକି ତାଙ୍କ ଦଳ ସର୍ତ୍ତବିହୀନ ସମର୍ଥନ ଦେଇଛନ୍ତି। ଏଥି ସହିତ ଏହା ମଧ୍ୟ ଆଲୋଚନା ହେଉଛି ଯେ, ମୁଖ୍ୟମନ୍ତ୍ରୀ ପଦ ପାଇଁ ଦେବେନ୍ଦ୍ର ଫଡନାଭିସଙ୍କ ନାମ ଚୂଡାନ୍ତ ହୋଇଛି।

ରବିବାର ଦିନ ବିଜେପିର ଜଣେ ବରିଷ୍ଠ ନେତା କହିଛନ୍ତି ଯେ, ମହାରାଷ୍ଟ୍ରର ନୂତନ ମୁଖ୍ୟମନ୍ତ୍ରୀ ଭାବରେ ଦେବେନ୍ଦ୍ର ଫଡନାଭିସଙ୍କ ନାମ ଚୂଡାନ୍ତ ହୋଇଛି। ବିଜେପି ବିଧାୟକ ଦଳର ନୂତନ ନେତା ବାଛିବା ପାଇଁ ବୈଠକ ଡିସେମ୍ବର ୨ କିମ୍ବା ୩ ତାରିଖରେ ଅନୁଷ୍ଠିତ ହେବ।

ଏକନାଥ ସିନ୍ଦେ କ’ଣ କହିଥିଲେ?:

ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ କହିଛନ୍ତି ଯେ, ମହାୟୁତୀ ବୈଠକରେ ଗୃହମନ୍ତ୍ରୀ ପଦ ସମେତ ସମସ୍ତ ପ୍ରସଙ୍ଗ ଉପରେ ଆଲୋଚନା ହେବା ପରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ। ସେ କହିଛନ୍ତି ଯେ, ମହାୟୁତୀକୁ ରାଜ୍ୟବାସୀ ସ୍ପଷ୍ଟ ସଂଖ୍ୟାଗରିଷ୍ଠତା ଦେଇଛନ୍ତି ଏବଂ ସେମାନଙ୍କର ଆଶା ପୂରଣ କରୁଥିବା ଏକ ସ୍ଥିର ସରକାର ଯୋଗାଇବା ଆମର ପ୍ରାଥମିକତା। ସାତାରାର ଦାରେ ଗାଁରୁ ମୁମ୍ବାଇ ଫେରିବା ପୂର୍ବରୁ ସେ ଗଣମାଧ୍ୟମ ସହ କଥା ହୋଇ ନିଜର ମତ ରଖିଥିଲେ।

ajit pawar BJP Devendra Fadanvis eknath shinde maharashtra ncp Shiv sena
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.