Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପୂର୍ତ୍ତ ବିଭାଗ ଅଧୀନରେ ଥିବା ବୃହତ ନିର୍ମାଣ ପ୍ରକଳ୍ପର ଅଗ୍ରଗତି ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସମୀକ୍ଷା
ଜାତୀୟ ଖବର

ପୂର୍ତ୍ତ ବିଭାଗ ଅଧୀନରେ ଥିବା ବୃହତ ନିର୍ମାଣ ପ୍ରକଳ୍ପର ଅଗ୍ରଗତି ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସମୀକ୍ଷା

December 17, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପୂର୍ତ୍ତ ବିଭାଗ ଅଧୀନରେ ଥିବା ବୃହତ ନିର୍ମାଣ ପ୍ରକଳ୍ପର ଅଗ୍ରଗତି ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସମୀକ୍ଷା

ଭୁବନେଶ୍ୱର: ପୂର୍ତ୍ତ ବିଭାଗ ଇତିହାସରେ ପ୍ରଥମ ଥର ପାଇଁ ବ୍ୟାପକ ଭାବେ ଆଜି ଏକ ବିସ୍ତୃତ ସମୀକ୍ଷା କରିଛନ୍ତି ବିଭାଗୀୟ ମନ୍ତ୍ରୀ ଓ ପ୍ରମୁଖ ଶାସନ ସଚିବ। ବିଭାଗ ଅଧୀନରେ ଥିବା ବିଭିନ୍ନ ନିର୍ମାଣ ପ୍ରକଳ୍ପର ବର୍ତ୍ତମାନର ସ୍ଥିତି ଓ କାର୍ଯ୍ୟର ଅଗ୍ରଗତି ନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଲୋକସେବା ଭବନସ୍ଥିତ କନ୍‌ଭେନ୍‌ସନ୍‌ ହଲରେ ଅନୁଷ୍ଠିତ ହୋଇଯାଇଛି।

ଏଥିରେ ସୋନପୁର-ବିନିକା-ରାମପୁର-ଡୁଙ୍ଗୁରିପାଲି ରାସ୍ତା, ମାର୍ଶାଘାଇ-ଜମ୍ବୁ ରାସ୍ତା, ବ୍ରହ୍ମପୁର ରିଂ ରୋଡ୍‌, କଟକ ରିଂ ରୋଡ଼୍‌ (ଖାନନଗରଠାରୁ ଲିଙ୍କ୍‌ ରୋଡ୍‌ ପର୍ଯ୍ୟନ୍ତ)ର ଅଗ୍ରଗତି ନେଇ ସମୀକ୍ଷା ହୋଇଥିଲା । ସେହିପରି ଗୋବରଘାଟଠାରେ ଥିବା ସୁବର୍ଣ୍ଣରେଖା ନଦୀ ଉପରେ ହାଇଲେବୁଲ୍‌ ସେତୁ, ବୌଦ୍ଧ ଜିଲ୍ଲା ବାଉଁଶୁଣିଠାରେ ଥିବା ମହାନଦୀ ଉପରେ ଦ୍ୱିତୀୟ ହାଇଲେବୁଲ୍‌ ସେତୁ, ଖରସ୍ରୋତା ନଦୀ ଉପରେ ନୂଆବଜାରଠାରେ ଥିବା ହାଇଲେବୁଲ୍‌ ସେତୁ, ସୁବର୍ଣ୍ଣରେଖା ନଦୀ ଉପରେ ପାନ୍‌ଟେଲ୍‌ଠାରେ ହାଇଲେବୁଲ୍‌ ସେତୁର ପ୍ଲାନ୍‌ ଅନୁମୋଦନ ଓ ନିର୍ମାଣ ଅଗ୍ରଗତି ନେଇ ମନ୍ତ୍ରୀ ବିଭାଗୀୟ ଅଧିକାରୀ ଓ ଠିକା ସଂସ୍ଥାଠାରୁ ପଚାରି ବୁଝିଥିଲେ ।

ରାଜ୍ୟର ସମସ୍ତ ବଡ଼ ପ୍ରକଳ୍ପଗୁଡ଼ିକ ଯଥା-ରାସ୍ତା, ବି୍ରଜ୍‌, ବିଲ୍‌ଡିଂ, ନ୍ୟାସନାଲ ହାଇେୱ ତଥା ଓବିସିସିର ପ୍ରକଳ୍ପଗୁଡ଼ିକର ବିସ୍ତୃତ ସମୀକ୍ଷା ହୋଇଥିଲା। ଏଥିରେ ପ୍ରଥମ ଥର ପାଇଁ ବିଭାଗୀୟ ସମସ୍ତ ଅଧିକାରୀ, କନ୍‌ସଲଟାଣ୍ଟ ଏବଂ କଣ୍ଟ୍ରାକଫରମାନେ ଯୋଗଦେଇଥିଲେ ଓ କାର୍ଯ୍ୟର ଅଗ୍ରଗତି ତଥା ସମସ୍ୟାଗୁଡ଼ିକ ଉପରେ ଆଲୋଚନା କରିଥିଲେ।

ଏଥି ସହିତ ବାଲେଶ୍ୱର, ବାରିପଦା, କୋରାପୁଟ, ଫୁଲବାଣୀ ଏବଂ ପୁରୀସ୍ଥିତ ଟିଚିଙ୍ଗ୍‌ ହସ୍‌ପିଟାଲ, କ୍ୟାପିଟାଲ୍‌ ହସ୍‌ପିଟାଲ୍‌ର ଭିତ୍ତିଭୂମିର ଉନ୍ନତିକରଣ ଏବଂ ନିର୍ମାଣାଧୀନ ଏସ୍‌ସିବି ମେଡିକାଲ କଲେଜର ସ୍ଥିତିର ସମୀକ୍ଷା କରିଥିଲେ। ଏହି ଅବସରରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଧାର୍ଯ୍ୟ ସମୟସୀମା ମଧ୍ୟରେ ସମସ୍ତ ନିର୍ମାଣ କାର୍ଯ୍ୟ ଶେଷ କରିବା ନେଇ ବିଭାଗୀୟ ଅଧିକାରୀ ଓ ଠିକା ସଂସ୍ଥାକୁ ନିର୍ଦ୍ଦେଶ ଦେବା ସହ କାର୍ଯ୍ୟର ଗୁଣବତ୍ତା ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଥିଲେ। ରାଜ୍ୟରେ ନିର୍ମାଣ ଭିତ୍ତିଭୂମିର ସ୍ଥାୟିତ୍ୱ ବୃଦ୍ଧି ସହ ସୁଦୀର୍ଘ ରୋଡ୍‌ ନେଟ୍‌ୱାର୍କକୁ ଅଧିକ ସୁଦୃଢ଼ କରିବା ଦିଗରେ ଗୁରୁତ୍ୱ ଦେବାକୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ବୈଠକରେ ପରାମର୍ଶ ଦେଇଥିଲେ।

ଏହି ବୈଠକରେ ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବୀର ବିକ୍ରମ ଯାଦବ, ଇଆଇସି (ସିଭିଲ୍‌) ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ଓବିସିସିର ପରିଚାଳନା ନିର୍ଦ୍ଦେଶକ ସମୀର ହୋତା, ପୂର୍ତ୍ତ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ଲକ୍ଷ୍ମୀକାନ୍ତ ପାଢ଼ୀଙ୍କ ସମେତ ବିଭିନ୍ନ ଜୋନ୍‌ର ଅଧୀକ୍ଷଣ ଯନ୍ତ୍ରୀ, କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଏବଂ ଠିକା ସଂସ୍ଥାର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଏହି ଅବସରରେ ବିଭିନ୍ନ ନିର୍ମାଣ ପ୍ରକଳ୍ପଗୁଡ଼ିକର ଗୁଣବତ୍ତା ଯାଞ୍ଚ ପାଇଁ ଅତ୍ୟାଧୁନିକ ଜ୍ଞାନକୌଶଳ ଓ ଯନ୍ତ୍ରପାତିରେ ସଜ୍ଜିତ ଏକ ଭ୍ରାମ୍ୟମାଣ ଭ୍ୟାନ୍‌କୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।

ପୂର୍ତ୍ତ ବିଭାଗ ପୃଥ୍ୱୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ଇତିହାସ ରଚିଲା ଭାରତ: ନ୍ୟୁଜିଲ୍ୟାଣ୍ଡକୁ ପରାସ୍ତ କରି ପୁଣିଥରେ ହେଲା ବିଶ୍ଵ ବିଜେତା

March 8, 2026

ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ କର୍ତ୍ତବ୍ୟ ପଥରେ ଶକ୍ତି ଓ୍ବାକ୍ ଶି ଲିଡ୍ସ ଭାରତ ପଦଯାତ୍ରା

March 8, 2026

‘ଭାରତୀ-ନାରୀ ସେ ନାରାୟଣୀ’ ସମ୍ମିଳନୀରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ

March 8, 2026

ମାନେକଶା ସେଣ୍ଟରଠାରେ ଅନ୍ତର୍ଜାତୀୟ ମହିଳା ଦିବସ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

March 8, 2026
Latest News

ଇତିହାସ ରଚିଲା ଭାରତ: ନ୍ୟୁଜିଲ୍ୟାଣ୍ଡକୁ ପରାସ୍ତ କରି ପୁଣିଥରେ ହେଲା ବିଶ୍ଵ ବିଜେତା

March 8, 2026

ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ କର୍ତ୍ତବ୍ୟ ପଥରେ ଶକ୍ତି ଓ୍ବାକ୍ ଶି ଲିଡ୍ସ ଭାରତ ପଦଯାତ୍ରା

March 8, 2026

‘ଭାରତୀ-ନାରୀ ସେ ନାରାୟଣୀ’ ସମ୍ମିଳନୀରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ

March 8, 2026

ମାନେକଶା ସେଣ୍ଟରଠାରେ ଅନ୍ତର୍ଜାତୀୟ ମହିଳା ଦିବସ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

March 8, 2026

ମଧ୍ୟ-ପୂର୍ବରେ ଯୁଦ୍ଧ: ଭାରତର ଭୂମିକା ଓ ଦୃଷ୍ଟିକୋଣ

March 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.