Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଜୟନ୍ତୀ ଅବସରରେ ଜାତୀୟ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପିଏମ ମୋଦୀ
ଜାତୀୟ ଖବର

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଜୟନ୍ତୀ ଅବସରରେ ଜାତୀୟ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପିଏମ ମୋଦୀ

December 25, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶ ଗସ୍ତ କରିବେ। ମଧ୍ୟାହ୍ନ ପ୍ରାୟ ୧୨:୩୦ ସମୟରେ ସେ ଖଜୁରାହୋରେ ଏକାଧିକ ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ।

ପ୍ରଧାନମନ୍ତ୍ରୀ କେନ୍ – ବେତୱା ନଦୀ ସଂଯୋଗୀକରଣ ଜାତୀୟ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଏହା ଜାତୀୟ ପରିପ୍ରେକ୍ଷିତ ଯୋଜନା ଅଧିନରେ ଦେଶର ପ୍ରଥମ ନଦୀ ସଂଯୋଗୀକରଣ ପ୍ରକଳ୍ପ ଅଟେ। ଏହି ପ୍ରକଳ୍ପ ମଧ୍ୟପ୍ରଦେଶ ଏବଂ ଉତ୍ତର ପ୍ରଦେଶର ବିଭିନ୍ନ ଜିଲ୍ଲାକୁ ଜଳସେଚନ ସୁବିଧା ଯୋଗାଇବ, ଯାହାଦ୍ୱାରା ଲକ୍ଷ ଲକ୍ଷ କୃଷକ ପରିବାର ଉପକୃତ ହେବେ । ଏହି ପ୍ରକଳ୍ପ ଦ୍ୱାରା ଉକ୍ତ ଅଞ୍ଚଳର ଲୋକମାନଙ୍କୁ ପାନୀୟ ଜଳ ସୁବିଧା ମଧ୍ୟ ଯୋଗାଇ ଦିଆଯିବ । ଏଥିସହିତ ଏହା ଜଳବିଦ୍ୟୁତ ପ୍ରକଳ୍ପ ସବୁଜ ଶକ୍ତିରେ ୧୦୦ ମେଗାୱାଟରୁ ଅଧିକ ଯୋଗଦାନ ଦେବ । ଏହି ପ୍ରକଳ୍ପ ଗ୍ରାମୀଣ ଅର୍ଥନୀତିକୁ ମଜବୁତ କରିବା ସହିତ ଅନେକ ନିଯୁକ୍ତ ସୁଯୋଗ ସୃଷ୍ଟି କରିବ ।

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜୟନ୍ତୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଏକ ସ୍ମାରକ ଡାକ ଟିକଟ ଏବଂ ମୁଦ୍ରା ଉନ୍ମୋଚନ କରିବେ । ସେ ୧୧୫୩ ଅଟଳ ଗ୍ରାମ ସୁଶାସନ ଭବନର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିବେ । ଏହି କୋଠାଗୁଡିକ ସ୍ଥାନୀୟ ସ୍ତରରେ ସୁଶାସନ ପାଇଁ ଗ୍ରାମ ପଞ୍ଚାୟତଗୁଡିକର କାର୍ଯ୍ୟ ଓ ବ୍ୟବହାରିକ ପରିଚାଳନାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ।

ଶକ୍ତି ପର୍ଯ୍ୟାପ୍ତତା ଏବଂ ସବୁଜ ଶକ୍ତିକୁ ପ୍ରୋତ୍ସାହିତ କରିବା ଦିଗରେ ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ, ପ୍ରଧାନମନ୍ତ୍ରୀ ମଧ୍ୟପ୍ରଦେଶର ଖଣ୍ଡୱା ଜିଲ୍ଲାର ଓମ୍‌କାରେଶ୍ୱରରେ ସ୍ଥାପିତ ଓମ୍‌କାରେଶ୍ୱର ଭାସମାନ ସୌର ପ୍ରକଳ୍ପର ଉଦ୍‌ଘାଟନ କରିବେ । ଏହି ପ୍ରକଳ୍ପ ଦ୍ୱାରା ଅଙ୍ଗାରକାମ୍ଳ ନିର୍ଗମନ ହ୍ରାସ ପାଇବ ଏବଂ ୨୦୭୦ ସୁଦ୍ଧା ଶୂନ କାର୍ବନ ନିର୍ଗମନର ସରକାରଙ୍କ ମିଶନରେ ଯୋଗଦାନ ଦେବ । ଏହା ଜଳ ବାଷ୍ପୀକରଣ ହ୍ରାସ କରି ଜଳ ସଂରକ୍ଷଣରେ ମଧ୍ୟ ସହାୟକ ହେବ ।

narendramodi ଅଟଳ ବିହାରୀ ବାଜପେୟୀ ନରେନ୍ଦ୍ର ମୋଦୀ ଭିତ୍ତିପ୍ରସ୍ତର ମଧ୍ୟପ୍ରଦେଶ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ଦୂରଦର୍ଶନ କେନ୍ଦ୍ରରେ ନବନିଯୁକ୍ତ କର୍ମଚାରୀଙ୍କ ମାର୍ଗଦର୍ଶନ କଲେ ପିଆଇବି ଏଡିଜି

January 13, 2026

ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ‘ନିଶାମୁକ୍ତ କ୍ୟାମ୍ପସ ଅଭିଯାନ’ର ଶୁଭାରମ୍ଭ

January 13, 2026

ଆସନ୍ତା ୧୯ରୁ ସୋଆରେ ଦୁଇ ଦିନିଆ ପ୍ରଥମ ପୁଷ୍ପ ଉତ୍ସବ

January 13, 2026

ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗ୍ ୨୦୨୬କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

January 13, 2026
Latest News

ଭୁବନେଶ୍ୱର ଦୂରଦର୍ଶନ କେନ୍ଦ୍ରରେ ନବନିଯୁକ୍ତ କର୍ମଚାରୀଙ୍କ ମାର୍ଗଦର୍ଶନ କଲେ ପିଆଇବି ଏଡିଜି

January 13, 2026

ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ‘ନିଶାମୁକ୍ତ କ୍ୟାମ୍ପସ ଅଭିଯାନ’ର ଶୁଭାରମ୍ଭ

January 13, 2026

ଆସନ୍ତା ୧୯ରୁ ସୋଆରେ ଦୁଇ ଦିନିଆ ପ୍ରଥମ ପୁଷ୍ପ ଉତ୍ସବ

January 13, 2026

ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗ୍ ୨୦୨୬କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

January 13, 2026

କେନ୍ଦୁଝରରେ ଖୋଲିବ ‘ନ୍ୟାସନାଲ ସ୍କୁଲ ଅଫ ଡ୍ରାମା’ର ରାଜ୍ୟ ଶାଖା: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

January 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.