Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବିଜେଡି କାହିଁକି ହାରିଲା, ଆଜି ଦଳର ପ୍ରତିଷ୍ଠା ଦିବସରେ ବିସ୍ତୁତ ଭାବେ କହିଲେ ନବୀନ ପଟ୍ଟନାୟକ
ଜାତୀୟ ଖବର

ବିଜେଡି କାହିଁକି ହାରିଲା, ଆଜି ଦଳର ପ୍ରତିଷ୍ଠା ଦିବସରେ ବିସ୍ତୁତ ଭାବେ କହିଲେ ନବୀନ ପଟ୍ଟନାୟକ

December 26, 2024No Comments4 Mins Read
Share Facebook Twitter LinkedIn Email WhatsApp Copy Link
ବିଜେଡି କାହିଁକି ହାରିଲା, ଆଜି ଦଳର ପ୍ରତିଷ୍ଠା ଦିବସରେ ବିସ୍ତୁତ ଭାବେ କହିଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜି ଡ଼ିସେମ୍ବର ୨୬ ତାରିଖ. ବିଜୁ ଜନତା ଦଳ ର ୨୮ ତମ ପ୍ରତିଷ୍ଠା ଦିବସ ଆଜି ଦଳ ର ମୁଖ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନ ସମେତ ରାଜ୍ୟର ବିଭିନ୍ନ ସ୍ଥାନ ରେ ପାଳନ କରାଯାଉଛି।

ଏହି ଅବସରରେ ଶଙ୍ଖ ଭବନ ରେ ଆୟୋଜିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମ ରେ ଯୋଗ ଦେଇ ବିଜୁ ଜନତା ଦଳ ର ସଭାପତି ଶ୍ରୀ ନବୀନ ପଟନାୟକ ଦଳ ପ୍ରତି ଲୋକଙ୍କ ଭଲ ପାଇବା ଓ ବିଜେଡି ସରକାର ସମୟ ର ସଫଳତା ଉପରେ ଆଲୋକପାତ କରି ଆଗାମୀ ଶହେ ବର୍ଷ ପର୍ଯ୍ୟନ୍ତ ବିଜୁ ଜନତା ଦଳ ଓଡିଶା ବାସୀଙ୍କ ସେବା କରିଚାଲିବ ବୋଲି ଦୃଢୋକ୍ତି ପ୍ରକାଶ କରିଥିଲେ। ସେ କହିଥିଲେ ଯେ ଓଡିଶା ର ସ୍ୱାର୍ଥ ସର୍ବାଗ୍ରେ। ଏକ ଦୃଢ଼ ଆଞ୍ଚଳିକ ଦଳ ଭାବରେ ଓଡିଶା ସ୍ୱାର୍ଥ ର ସୁରକ୍ଷା ତଥା କେନ୍ଦ୍ର ଅବିଚାର ବିରୁଦ୍ଧରେ ବିଜେଡି ର ଲଢେଇ ଜାରି ରହିବ ବୋଲି ଶ୍ରୀ ପଟନାୟକ ଘୋଷଣା କରିଥିଲେ।

ଦଳର ପ୍ରତିଷ୍ଠା ର ସୁବର୍ଣ୍ଣ ମୁହୂର୍ତ୍ତ ସମ୍ପର୍କ ରେ ସ୍ମୃତି ଚାରଣ କରି ଶ୍ରୀ ପଟନାୟକ କହିଥିଲେ
” ୧୯୯୭ ଡିସେମ୍ବର ୨୬ ଆଜିର ଦିନରେ ବିଜୁ ଜନତା ଦଳ ଜନ୍ମ ନେଇଥିଲା। ବିଜୁ ବାବୁଙ୍କ ଆଦର୍ଶ ଓ ପ୍ରେରଣାକୁ ସାଥିରେ ଧରି ବିଜୁ ପ୍ରେମୀ ମାନେ ଏକାଠି ହୋଇ ବିଜୁ ଜନତା ଦଳ ଗଠନ କରିଥିଲେ।

ସେତେବେଳେ ବହୁ ଲୋକ କହୁଥିଲେ ଏ ଦଳ ବଞ୍ଚିବ ନାହିଁ । କିଛି ଲୋକ କହୁଥିଲେ ଏ ଦଳ ଆଗକୁ ବଢି ପାରିବ ନାହିଁ। ଏ ଦଳ କେବେ ସଫଳ ହେବ ନାହିଁ । ଆଉ ମତେ ମଧ୍ୟ କହୁ ଥିଲେ ମୁଁ ରାଜନୀତି ଜାଣେ ନାହିଁ। କିନ୍ତୁ ଆପଣମାନଙ୍କ ପରିଶ୍ରମ ଓ ଓଡିଶା ବାସୀଙ୍କ ଆଶିର୍ବାଦ ଯୋଗୁ ବିଜୁ ଜନତା ଦଳ ପାଞ୍ଚ ପାଞ୍ଚ ଥର ନିର୍ବାଚନ ଜିତି ଓଡିଶା ବାସୀଙ୍କୁ ସେବା ଯୋଗାଇବାର ସୁଯୋଗ ପାଇଛି। ମୁଁ ମଧ୍ୟ ବ୍ୟକ୍ତିଗତ ଭାବରେ ଆପଣମାନଙ୍କ ସେବା କରିବାର ସୌଭାଗ୍ୟ ପାଇଛି। ”

ଗତ ୨୪ ବର୍ଷ ଭିତରେ ବିଜୁ ଜନତା ଦଳ ସରକାର ର ସଫଳତା ଉପରେ. ଆଲୋକପାତ କରି ଶ୍ରୀ ପଟନାୟକ କହିଥିଲେ ଯେ ଦୁନିଆରେ ବିଜେଡି ସରକାର ଓଡିଶାକୁ ଏକ ସଶକ୍ତ ଓ ସମୃଦ୍ଧ ରାଜ୍ୟର ପରିଚୟ ଦେଇପାରିଛି।

ଅନ୍ୟ ରାଜ୍ୟର ଖାଦ୍ୟ ଶସ୍ୟ ଉପରେ ନିର୍ଭର କରୁଥିବା ଓଡିଶା ଆଜି ବାହାର ରାଜ୍ୟକୁ ଖାଦ୍ୟ ପଠାଉଛି । ଓଡିଶାରେ ଗରିବୀ କମିଛି। ମୁଣ୍ଡ ପିଛା ଆୟ ବଢିଛି। ବିପର୍ଯୟ ପରିଚାଳନା ରେ ଆଦର୍ଶ ରାଜ୍ୟ ହୋଇ ପାରିଛି। ପୁଞ୍ଜି ବିନିଯୋଗ ବଢିଛି। ୨୦୦୦ ମସିହାରେ Over Draft ରେ ଚଳୁଥିବା ରାଜ୍ୟ ଆଜି Budget Surplus State ହୋଇପାରିଛି। ମହିଳା ସଶକ୍ତିକରଣ ଓ ଆର୍ଥିକ ଶୃଙ୍ଖଳା କ୍ଷେତ୍ରରେ ଓଡିଶା ଏକ ଆଗୁଆ ରାଜ୍ୟ। ସାରା ବିଶ୍ୱରେ ଓଡିଶା Sports Capital ର ପରିଚୟ ପାଇଛି।

ଓଡିଶାବାସୀଙ୍କ ଭଲ ପାଇବା ଓ କର୍ମୀ ଭାଇ ଭଉଣୀ ମାନଙ୍କ ପରିଶ୍ରମ ଯୋଗୁ ବିଜୁ ଜନତା ଦଳ ଆଜି ଏକ ଦୃଢ଼ ଆଞ୍ଚଳିକ ଦଳ ଭାବରେ ପ୍ରତିଷ୍ଠା ପାଇଛି ବୋଲି ପ୍ରକାଶ କରି ଶ୍ରୀ ପଟନାୟକ କର୍ମୀ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ।

ନିର୍ବାଚନ ପରାଜୟ ସମ୍ପର୍କରେ ଶ୍ରୀ ପଟନାୟକ କହିଥିଲେ ଯେ  “ମୁଁ ଜାଣିଛି ବହୁତ ଲୋକଙ୍କର ପ୍ରଶ୍ନ ଅଛି ଯେ ଗତ ନିର୍ବାଚନରେ ଆମେ କେମିତି ହାରିଲୁ। ମୁଁ ଆଜି ତାର ଉତ୍ତର ଦେବି । ମୁଁ କହିବି ଆମେ ହାରି ନାହୁଁ  ଲୋକଙ୍କ ବିଶ୍ୱାସ ମଧ୍ୟ ହରାଇ ନାହୁଁ।  ବିଜେପି ମିଛ କଥା କହି, ମିଛ ପ୍ରତିଶୃତି ଦେଇ, ଲୋକଙ୍କୁ ଭୁଆଁ ବୁଲାଇ ସରକାରକୁ ଆସିଛି। ଏତେ ମିଛ କହି ମଧ୍ୟ୍ୟ ବିଜେପି ଆମ ଠାରୁ କମ୍‌ ଭୋଟ୍‌ ପାଇଛି। ଆମର ଭୁଲ୍‌ ହେଲା ଆମେ ସେମାନଙ୍କ ମିଛର ଠିକ୍‌ ଭାବରେ Counter କରି ପାରିଲୁ ନାହିଁ । ସେମାନଙ୍କ Negative campaign ଓ Social Media ରେ False narratives ର ଠିକ୍‌ ଭାବରେ ଆମେ Counter କରି ପାରିଲୁ ନାହିଁ ”

ଶ୍ରୀ ପଟନାୟକ କହିଥିଲେ ଯେ ଆଜି ଓଡିଶାବାସୀ ଜାଣିଲେଣି ଯେ ବିଜେପି ମିଛ କଥା କହି କ୍ଷମତା ଦଖଲ କରିଛି। ତେଣୁ କର୍ମୀ ଭାଇ ଭଉଣୀ ମାନଙ୍କୁ Social Media ରେ ସକ୍ରିୟ ରହି ବିଜେପିର False narrative ର ଉଚିତ୍‌ ଜବାବ ଦେବା ପାଇଁ ସେ ପରାମର୍ଶ ଦେଇଥିଲେ
ବର୍ତ୍ତମାନ ଓଡିଶାରେ ଚାଲିଥିବା ସରକାର ବିଷୟରେ ଶ୍ରୀ ପଟନାୟକ କହିଥିଲେ ଯେ “ଗତ ଛଅ ମାସ ଭିତରେ ବିଜେପି ସରକାରର ଓଡିଶାବାସୀଙ୍କ ପାଇଁ ସବୁଠାରୁ ବଡ ଉପହାର ହେଉଛି ଦରଦାମ ବୃଦ୍ଧି

ଡାଲି ଚାଉଳ ଠାରୁ ଆରମ୍ଭ କରି ତେଲ, ପନିପରିବା ସବୁ ଦର ଆଜି ଆକାଶ ଛୁଆଁ । ଦରବୃଦ୍ଧି ପାଇଁ ଆଜି ପ୍ରତି ପରିବାର କାନ୍ଦୁଛି  ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀ କାନ୍ଦୁଛି। ମିଶନ ଶକ୍ତି ମା ମାନେ ଦୁଃଖ ରେ ଅଛନ୍ତି  ଲୋକଙ୍କ ଏତେ କଷ୍ଟ ପରେ ଏ ସରକାରର କୁମ୍ଭକର୍ଣ୍ଣ ନିଦ କେବେ ଭାଙ୍ଗିବ ? ବୋଲି ଶ୍ରୀ ପଟନାୟକ ପ୍ରଶ୍ନ କରିଥିଲେ। ନିନ୍ଦୁକ ମାନଙ୍କୁ କଡା ଜବାବ ଦେଇ ଶ୍ରୀ ପଟନାୟକ କହିଥିଲେ

“୧୯୯୭ ରେ ଆମ ଦଳ ଗଠନ ବେଳେ ଯେମିତି କିଛି ଲୋକ କହୁଥିଲେ ଏ ଦଳର ଭବିଷ୍ୟତ ନାହିଁ । ଏବେ ବି କିଛି ନିନ୍ଦୁକ କହୁଛନ୍ତି ଯେ ଏ ଦଳର ଭବିଷ୍ୟତ ନାହିଁ। ମୁଁ ଦୃଢତାର ସହ କହିବାକୁ ଚାହେଁ ଯେ ବିଜୁ ଜନତା ଦଳର ଉଜ୍ଜଳ ଭବିଷ୍ୟତ ରହିଛି। ଓଡିଶାବାସୀଙ୍କ ଭାବାବେଗ ସହ ବିଜୁ ଜନତା ଦଳ ଯୋଡି ହୋଇ ରହିଛି । ଶଙ୍ଖ ଚିହ୍ନ ଯୋଡି ହୋଇ ରହିଛି।

“ଓଡିଶାର ପରିଚୟକୁ ଉଜ୍ଜଳ କରିଛି ବିଜୁ ଜନତା ଦଳ। ଓଡିଶାର ହକ୍‌ ପାଇଁ ଲଢୁଥିବା ଦଳ ହେଉଛି ବିଜୁ ଜନତା ଦଳ।ଏକ ସଶକ୍ତ ଓ ସମୃଦ୍ଧ ଓଡିଶାର ଭିତ୍ତି ପକାଇଛି ବିଜୁ ଜନତା ଦଳ ।
ଲୋକଙ୍କ ହୃଦୟରେ ସବୁଦିନ ପାଇଁ ରହି ଯାଇଛି ବିଜୁ ଜନତା ଦଳ ଓ ଶଙ୍ଖ ଚିହ୍ନ।”
ଏହି କାର୍ଯ୍ୟକ୍ରମ ରେ ଭୁବନେଶ୍ୱର ଜିଲ୍ଲା ବିଜେଡି ସଭାପତି ଶ୍ରୀ ସୁଶାନ୍ତ ରାଉତସ୍ୱାଗତ ଭାଷଣ ଦେଇଥିଲେ.ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ଅନନ୍ତ ଜେନା ପୂର୍ବତନ ମନ୍ତ୍ରୀ ଦେବୀପ୍ରସାଦ ମିଶ୍ର .ଅଶୋକ ପଣ୍ଡା, ମେୟର ସୁଲୋଚନା ଦାସ ମନ୍ମଥ ରାଉତରାୟ ପ୍ରମୁଖ ଭାଷଣ ଦେଇଥିଲେ।

BJD Foundation Day ନବୀନ ପଟ୍ଟନାୟକ ବିଜେଡ଼ି ପ୍ରତିଷ୍ଠା ଦିବସ ବିଜେଡି ହାରିବା କାରଣ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର ନେତୃତ୍ୱରେ ସାର୍କ ଅଞ୍ଚଳରେ ଗୁରୁତ୍ୱପୂର୍ଣ୍ଣ ମତ୍ସ୍ୟଚାଷ ପ୍ରକଳ୍ପ: ଓଡ଼ିଆ ବୈଜ୍ଞାନିକଙ୍କ ଅଗ୍ରଣୀ ଭୂମିକା

August 4, 2025

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025

ଇଂଲଣ୍ଡ ମୁହଁରୁ ବିଜୟ ଛଡାଇ ଆଣିଲା ଭାରତ: ସିରିଜ୍ ୨-୨ ରେ ବରାବର

August 4, 2025

ଆରପାରିରେ ପୂର୍ବତନ ମୁଖ୍ୟ ଶାସନ ସଚିବ, ଜଗନ୍ନାଥ ଗବେଷକ ସୁବାଷ ପାଣି

August 4, 2025
Latest News

ଭାରତର ନେତୃତ୍ୱରେ ସାର୍କ ଅଞ୍ଚଳରେ ଗୁରୁତ୍ୱପୂର୍ଣ୍ଣ ମତ୍ସ୍ୟଚାଷ ପ୍ରକଳ୍ପ: ଓଡ଼ିଆ ବୈଜ୍ଞାନିକଙ୍କ ଅଗ୍ରଣୀ ଭୂମିକା

August 4, 2025

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025

ଇଂଲଣ୍ଡ ମୁହଁରୁ ବିଜୟ ଛଡାଇ ଆଣିଲା ଭାରତ: ସିରିଜ୍ ୨-୨ ରେ ବରାବର

August 4, 2025

ଆରପାରିରେ ପୂର୍ବତନ ମୁଖ୍ୟ ଶାସନ ସଚିବ, ଜଗନ୍ନାଥ ଗବେଷକ ସୁବାଷ ପାଣି

August 4, 2025

NRC ଭୟ!: ବାଂଲାଦେଶ ପଠାଇଦେବା ଚିନ୍ତାରେ ଆତ୍ମହତ୍ୟା କଲେ କୋଲକାତାରେ ରହୁଥିବା ବ୍ୟକ୍ତି

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.