Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆସନ୍ତା କାଲିଠାରୁ ଆରମ୍ଭ ହେବ କୃଷି ଓଡ଼ିଶା-୨୦୨୫, ଜାଣନ୍ତୁ ଏଥର କଣ ହେବ
ଜାତୀୟ ଖବର

ଆସନ୍ତା କାଲିଠାରୁ ଆରମ୍ଭ ହେବ କୃଷି ଓଡ଼ିଶା-୨୦୨୫, ଜାଣନ୍ତୁ ଏଥର କଣ ହେବ

January 2, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆସନ୍ତା କାଲିଠାରୁ ଆରମ୍ଭ ହେବ କୃଷି ଓଡ଼ିଶା-୨୦୨୫, ଜାଣନ୍ତୁ ଏଥର କଣ ହେବ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କର କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ଵାରା ଆସନ୍ତା କାଲିଠାରୁ ୩ ଦିନ ପର୍ଯ୍ୟନ୍ତ ଭୁବନେଶ୍ୱର ବରମୁଣ୍ଡା, ବିଜୁପଟ୍ଟନାୟକ ଖେଳ ପଡ଼ିଆରେ “କୃଷି ଓଡ଼ିଶା – ୨୦୨୫” ର ଆୟୋଜନ ହେବାକୁ ଯାଉଛି।

ଏହି ସମାରୋହ ଆସନ୍ତାକାଲି ଦିନ ୧୧ ଘଟିକା ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ଉଦଘାଟନ ହେବ। ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉଦବୋଧନ ଦେବେ।

କୃଷି ଓଡ଼ିଶା-୨୦୨୫ ର ବିଷୟବସ୍ତୁ ରହିଛି “ଚିରନ୍ତନ ଖାଦ୍ୟ ପ୍ରଣାଳୀ ପାଇଁ ଏକ ପ୍ରୟାସ”। ପ୍ରଥମଦିନର ବିଷୟବସ୍ତୁ ରହିବ ଜଳବାୟୁ ଉପଯୋଗୀ ଖାଦ୍ୟ ପଦ୍ଧତି ଓ ଜଳବାୟୁ ତ୍ୱରିତ ଉଦ୍ୟାନକୃଷି । ଦ୍ୱିତୀୟ ଦିବସ ମୃତ୍ତିକା ସ୍ୱାସ୍ଥ୍ୟ, ପ୍ରାକୃତିକ କୃଷି ଓ ଏହାର ମୂଲ୍ୟଶୃଙ୍ଖଳା ଏବଂ ତୃତୀୟ ଦିବସର ବିଷୟ ହେଉଛି ପାଣି ପଞ୍ଚାୟତ ପକ୍ଷ ପାଳନ ସହିତ ଧାରାବାହିକ ଜଳ ଶାସନ ନୀତି।

ଓଡ଼ିଶାରେ ପୋଷଣଯୁକ୍ତ ଖାଦ୍ୟ ପଦ୍ଧତି ସହିତ ସ୍ଥାନୀୟ ଅର୍ଥନୀତିକୁ ସଶକ୍ତ କରିବା ସହିତ ଉଭୟ ପରିବେଶ ଓ ସ୍ୱାସ୍ଥ୍ୟ ମଧ୍ୟରେ ସମନ୍ୱୟ ରକ୍ଷା କରିବା ଏହାର ମୂଳ ଲକ୍ଷ୍ୟ। ପାରସ୍ପରିକ ସଂଯୁକ୍ତ ଲକ୍ଷ୍ୟ ମାଧ୍ୟମରେ ଖାଦ୍ୟ ନିରାପତ୍ତା ବୃଦ୍ଧି କରିବା ପାଇଁ ପ୍ରୟାସ କରାଯାଉଛି। ସରକାରଙ୍କ ଦ୍ୱାରା ଆୟୋଜିତ ଏହି ୩ ଦିନର କାର୍ଯ୍ୟକ୍ରମ ରାଜ୍ୟର ଯୁବବର୍ଗଙ୍କୁ କୃଷି, ଉଦ୍ୟାନକୃଷି, ଖାଦ୍ୟ ପ୍ରକ୍ରିୟାକରଣ, ମତ୍ସ୍ୟ ଓ ପ୍ରାଣୀ ପାଳନ କ୍ଷେତ୍ରରେ ନିଜର କ୍ୟାରିଅର ଗଢ଼ିବାକୁ ପ୍ରୋତ୍ସାହିତ କରିବ।

ଏହି କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ୧୦ ହଜାର କୃଷକ, କୃଷିଜୀବୀ ମହିଳା, ସ୍ୱୟଂ ସହାୟକ ଗୋଷ୍ଠୀ, କୃଷକ ଉତ୍ପାଦକ ଗୋଷ୍ଠୀ, ଅଣସରକାରୀ ଗୋଷ୍ଠୀ, ପାଣି ପଞ୍ଚାୟତ ସଭ୍ୟ, କୃଷି ଉଦ୍ୟୋଗୀ, ରପ୍ତାନୀକାରୀ, ଛାତ୍ରଛାତ୍ରୀ ଓ ଗବେଷକବୃନ୍ଦ ଏଥିରେ ଅଂଶଗ୍ରହଣ କରିବେ। ରାଜ୍ୟର ୪ଟି ବିଭିନ୍ନ ସରକାରୀ ବିଭାଗ, କେନ୍ଦ୍ର ସରକାର, ଭାରତୀୟ କୃଷି ଗବେଷଣା ପରିଷଦ, ସି.ଜି.ଆଇ.ଏ.ଆର. ପ୍ରତିଷ୍ଠାନ, ବେସରକାରୀ ସଂଗଠନ, ସମନ୍ୱୟରେ ୧୩ ଗୋଟି ବୈଷୟିକ ଅଧିବେଶନର ମଧ୍ୟ ଆୟୋଜନ କରାଯାଉଛି । କୃଷକ ବୈଜ୍ଞାନିକ ଆଲୋଚନା ଚକ୍ର, ସେମିନାର କାର୍ଯ୍ୟକ୍ରମ ରହିଛି। କୃଷକ ସମୃଦ୍ଧି କେନ୍ଦ୍ର, ଅନୁଭୂତି ଶିକ୍ଷା କେନ୍ଦ୍ର, କୃଷି ଯନ୍ତ୍ରପାତି ପ୍ରଦର୍ଶନ କରାଯିବ। ୨୦୦ରୁ ଅଧିକ ଷ୍ଟଲରେ ବିଭିନ୍ନ କୃଷିଜାତ ଦ୍ରବ୍ୟ ଓ କୃଷି ଯନ୍ତ୍ରପାତି ପ୍ରଦର୍ଶନ କରାଯିବ।

ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରକାର କୁଇଜ୍, ତର୍କ, ଗଳ୍ପ କଥନ, କବିତା ଆବୃତ୍ତି, ବ୍ୟଙ୍ଗ ଆକୃତି ପ୍ରତିଯୋଗୀତା କରାଯିବା ସହିତ ଆଭାସୀ ଅନୁଭୂତି କେନ୍ଦ୍ର, କୃଷକ ସୁଗମ କେନ୍ଦ୍ର ଓ ପରୀକ୍ଷାମୂଳକ ଶିକ୍ଷା କେନ୍ଦ୍ରର ଆୟୋଜନ କରାଯାଇଛି । ରାଜ୍ୟର ୩୦ ଗୋଟି ଜିଲ୍ଲାର କୃଷି ଓ ଆନୁଷଙ୍ଗୀକ କୃଷି କ୍ଷେତ୍ରରେ ସଫଳ କୃଷି ପ୍ରଦର୍ଶନ କରିଥିବା ଅଗ୍ରଣୀ କୃଷକ, କୃଷି ଉଦ୍ୟୋଗୀ, ସ୍ୱୟଂସହାୟକ ଗୋଷ୍ଠୀ / କୃଷକ ଉତ୍ପାଦକ ସଂଗଠନଙ୍କୁ ସମ୍ବର୍ଦ୍ଧିତ କରାଯିବ ।

କୃଷି ଓ କୃଷକ ସଶକ୍ତିକରଣ କୃଷି ଓଡିଶା କୃଷି ଓଡ଼ିଶା-୨୦୨୫ ବରମୁଣ୍ଡା ବିଜୁପଟ୍ଟନାୟକ ଖେଳ ପଡ଼ିଆ
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକସଭାରେ ହଟ୍ଟଗୋଳ: ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବୀ

August 4, 2025

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ: ୮୧ ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଶ୍ଵାସ

August 4, 2025

BSNL ଉପଭୋକ୍ତାଙ୍କ ପାଇଁ ବଡ଼ ଝଟକା!: ଏହି ପ୍ଲାନର ହ୍ରାସ ପାଇଲା ବୈଧତା, ଜାଣନ୍ତୁ କ’ଣ ହେଲା ପରିବର୍ତ୍ତନ

August 4, 2025

ଆଜି ଶ୍ରାବଣ ଶେଷ ସୋମବାର, ବିଭିନ୍ନ ଶୈବ୍ୟ ପିଠରେ କାଉଡିଆଙ୍କ ପ୍ରବଳ ଭିଡ

August 4, 2025
Latest News

ଲୋକସଭାରେ ହଟ୍ଟଗୋଳ: ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବୀ

August 4, 2025

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ: ୮୧ ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଶ୍ଵାସ

August 4, 2025

BSNL ଉପଭୋକ୍ତାଙ୍କ ପାଇଁ ବଡ଼ ଝଟକା!: ଏହି ପ୍ଲାନର ହ୍ରାସ ପାଇଲା ବୈଧତା, ଜାଣନ୍ତୁ କ’ଣ ହେଲା ପରିବର୍ତ୍ତନ

August 4, 2025

ଆଜି ଶ୍ରାବଣ ଶେଷ ସୋମବାର, ବିଭିନ୍ନ ଶୈବ୍ୟ ପିଠରେ କାଉଡିଆଙ୍କ ପ୍ରବଳ ଭିଡ

August 4, 2025

ଏବେ ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲଗାଇବାକୁ ଧମକ ଦେଲେ ଟ୍ରମ୍ପଙ୍କ ବିଶସ୍ତ!: ଆଣିଲେ ସାଂଘାତିକ ଅଭିଯୋଗ

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.