Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଜାତୀୟ ସଡ଼କ ସୁରକ୍ଷା ଦିବସ: “Come Home Safe” ର ନାରା ଦେଲେ ମୁଖ୍ୟମନ୍ତ୍ରୀ
ଜାତୀୟ ଖବର

ଜାତୀୟ ସଡ଼କ ସୁରକ୍ଷା ଦିବସ: “Come Home Safe” ର ନାରା ଦେଲେ ମୁଖ୍ୟମନ୍ତ୍ରୀ

January 4, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଜାତୀୟ ସଡ଼କ ସୁରକ୍ଷା ଦିବସ
ଜାତୀୟ ସଡ଼କ ସୁରକ୍ଷା ଦିବସ: “Come Home Safe” ର ନାରା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସୁରକ୍ଷିତ… ଘରକୁ ଫେରନ୍ତୁ। “Come Home Safe”। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉତ୍ସବ ଉଦଘାଟନ କରି ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଏହି ସ୍ଲୋଗାନ ଦେଇଛନ୍ତି।

ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସଡ଼କ ସୁରକ୍ଷାକୁ ଏକ ଜନ ଅଭିଯାନରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି। ଏହି ଅବସରରେ ସଡ଼କ ସୁରକ୍ଷାର ନିୟମ ପାଳନ କରି ସୁରକ୍ଷିତ ଭାବରେ ଘରକୁ ଫେରିବାକୁ ସେ ସମସ୍ତଙ୍କୁ ନିବେଦନ କରିଛନ୍ତି। ସଚେତନତା କାର୍ଯ୍ୟକ୍ରମକୁ ପ୍ରଭାବୀ କରିବାକୁ ମାଷ୍ଟରକ୍ୟାଣ୍ଟିନ ଛକରୁ ଶ୍ରୀରାମ ମନ୍ଦିର ଯାଏଁ ପଦଯାତ୍ରା କରିଛନ୍ତି ମୁଖ୍ୟମନ୍ତ୍ରୀ।

କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରାଳୟ ପକ୍ଷରୁ ଜାନୁଆରୀ ମାସ ବ୍ୟାପୀ ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ମଧ୍ୟ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ରାଜ୍ୟସ୍ତରୀୟ ଉତ୍ସବର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପତାକା ଦେଖାଇ ସଡ଼କ ସୁରକ୍ଷା ରଥର ଶୁଭାରମ୍ଭ କରିଥିଲେ । ପ୍ରତି ଜିଲ୍ଲାରେ ଏଭଳି ସଚେତନତା ରଥ ମାସ ବ୍ୟାପୀ ପରିକ୍ରମା କରିବ। ସଡ଼କ ସୁରକ୍ଷା ସଂପର୍କିତ ବିଭିନ୍ନ ସଚେତନତାଧର୍ମୀ କ୍ଷୁଦ୍ର ଚଳଚ୍ଚିତ୍ର ଏଥିରେ ପ୍ରଦର୍ଶିତ ହେବ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଯାନ ଚାଳକ, ଏନସିସି କ୍ୟାଡେଟ୍ ଓ ଜନସାଧାରଣଙ୍କୁ ସଡ଼କ ସୁରକ୍ଷା ଶପଥ ପାଠ କରାଇଥିଲେ। କିଭଳି ସମସ୍ତ ନିୟମ ମାନି ସୁରକ୍ଷିତ ଯାତ୍ରା କରିବା ଏବଂ ଅନ୍ୟ ସଡ଼କ ବ୍ୟବହାରକାରୀଙ୍କ ସୁରକ୍ଷା ପ୍ରତି ଦାୟିତ୍ୱବାନ ହେବା ସେ ସଂପର୍କରେ ସମସ୍ତେ ପ୍ରତିଜ୍ଞାବଦ୍ଧ ହେବା ପାଇଁ ସେ ପରାମର୍ଶ ଦେଇଥିଲେ। ସଚେତନତା କାର୍ଯ୍ୟକ୍ରମକୁ ଅଧିକ ପ୍ରଭାବୀ କରିବାକୁ ମୁଖ୍ୟମନ୍ତ୍ରୀ ସଭାସ୍ଥଳରୁ ଶ୍ରୀରାମ ମନ୍ଦିର ଯାଏଁ ଅନ୍ୟ ଅତିଥିମାନଙ୍କ ସହ ପଦଯାତ୍ରା କରିଥିଲେ। ଯାହା ଛାତ୍ରଛାତ୍ରୀ, ଯାନ ଚାଳକ ତଥା ସାଧାରଣ ଲୋକଙ୍କ ମଧ୍ୟରେ ବେଶ୍ ଉତ୍ସାହ ଭରି ଦେଇଥିଲା।

ଏହି କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଥିଲେ, ବିଗତ 10 ବର୍ଷରେ ରାଜ୍ୟରେ ସଡ଼କ ଦୁର୍ଘଟଣାରେ 47 ହଜାରରୁ ଅଧିକ ଜୀବନ ଯାଇଛି। ଏହା ଅତ୍ୟନ୍ତ ଚିନ୍ତାଜନକ। ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା କମ୍ କରିବାକୁ ସମସ୍ତଙ୍କୁ ଉଦ୍ୟମ କରିବାକୁ ହେବ। ସମୟ ଆସିଯାଇଛି, ସଡ଼କ ସୁରକ୍ଷାକୁ ଜନ ଅଭିଯାନରେ ପରିଣତ କରିବାକୁ ହେବ।“Come Home Safe” ନାରା ସହ ସମସ୍ତଙ୍କୁ ସଡ଼କ ସୁରକ୍ଷା ନିୟମ ମାନି ସୁରକ୍ଷିତ ଭାବରେ ଘରକୁ ଫେରିବାକୁ ସେ ନିବେଦନ କରିଥିଲେ। ଏହି ସଚେତନତା ବାର୍ତ୍ତାକୁ ପ୍ରତି ସହର, ପ୍ରତି ଗାଁ ଓ ଘରେ ଘରେ ପହଞ୍ଚାଇବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଏହି ଅଭିଯାନରେ ସମାଜର ସବୁ ବର୍ଗର ବ୍ୟକ୍ତି, ଅନୁଷ୍ଠାନ, ସଂଗଠନ ଯୋଡ଼ି ହେବାକୁ ସେ ଆହ୍ୱାନ ଦେଇଛନ୍ତି।

ଏହି ଅବସରରେ ସଡକ ସୁରକ୍ଷା କ୍ଷେତ୍ରକୁ ଅଧିକ ସୁଦୃଢ କରିବା ପାଇଁ 2000 ନୂତନ ଟ୍ରାଫିକ୍ ପୋଲିସ୍ ପଦବୀ ସୃଷ୍ଟି କରାଯିବା ସହିତ ଚଳିତ ବର୍ଷ 500 ଟ୍ରାଫିକ୍ ପୋଲିସ୍ ପଦବୀ ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ଏଥି ସହିତ ଜନସାଧାରଣଙ୍କୁ ସୁଲଭ ଓ ସୁବିଧା ଜନକ ଯାତ୍ରା ପ୍ରଦାନ ଉଦ୍ଦେଶ୍ୟରେ ‘ଓଡିଶା ଯାତ୍ରୀ ଆପ୍’ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ। ଏହି ଆପ୍ ମାଧ୍ୟମରେ ଜନସାଧାରଣ ଗୋଟିଏ କ୍ଲିକରେ ନିଜର ଗନ୍ତବ୍ୟ ସ୍ଥଳ ପାଇଁ ସହଜରେ ଅଟୋ ଓ ଟ୍ୟାକ୍ସି ପାଇପାରିବେ। ଏହି ବ୍ୟବସ୍ଥା ଉଭୟ ଚାଳକ ଓ ଯାତ୍ରୀଙ୍କ ପାଇଁ ଲାଭଦାୟକ।

ପଦଯାତ୍ରା ସମୟରେ ଗୁରୁଦ୍ୱାର ନିକଟରେ ଏକ ନିଃଶୁଳ୍କ ଅସ୍ଥାୟୀ ଚକ୍ଷୁ ପରୀକ୍ଷା କେନ୍ଦ୍ରର ଉଦଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ। ଶ୍ରୀରାମ ମନ୍ଦିର ନିକଟରେ ଆୟୋଜିତ କାର୍ଯ୍ୟକ୍ରମରେ, ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କ ଜୀବନ ରକ୍ଷା କରୁଥିବା ଗୁଡ୍ ସମରିଟାନ୍ ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

ଏହି କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ବିଧାୟକ ସିଦ୍ଧାନ୍ତ ମହାପାତ୍ର, ଆକାଶ ଦାସନାୟକ, ବାବୁ ସିଂ, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ହକି ଇଣ୍ଡିଆ ସଭାପତି ଦିଲ୍ଲୀପ ତିର୍କୀ, ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର୍ ଖୁରାନିଆ, ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ, ପରିବହନ ଆୟୁକ୍ତ ଅମିତାଭ ଠାକୁର, ଓଏସଆରଟିସି ସିଏମଡି ଦୀପ୍ତେଶ ପଟ୍ଟନାୟକ, କ୍ରୁଟ୍ ଏମଡି ଏନ୍. ତିରୁମାଲା ନାଏକ, ସିନେ ତାରକା ସବ୍ୟସାଚୀ ମିଶ୍ରଙ୍କ ସମେତ ଅନେକ ବିଶିଷ୍ଟ ଅତିଥି ଉପସ୍ଥିତ ଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଏଆଇ ଦାୟିତ୍ୱବୋଧ ସଂକଳ୍ପରେ ଭାରତର ବିଶ୍ୱରେକର୍ଡ: ୨୪ ଘଣ୍ଟାରେ ୨.୫ ଲକ୍ଷ ସଂକଳ୍ପ

February 18, 2026

ରାଞ୍ଚି ଦୂରଦର୍ଶନ କେନ୍ଦ୍ରରେ ‘ବିକଶିତ ଭାରତ ୨୦୪୭’ ଉପରେ ଆଲୋଚନା

February 18, 2026

ବାଲୁଗାଁ ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢାଉ: ଦେଶୀମଦ ଜବତ, ୪ ଗିରଫ

February 18, 2026

ପଶ୍ଚିମ ଓଡ଼ିଶା ଯୋଗାଯୋଗକୁ ବୃଦ୍ଧି କରିବ ହାଓଡ଼ା–ଜୁନାଗଡ଼ ରୋଡ୍ ଇସ୍ପାତ ଏକ୍ସପ୍ରେସ୍ ସମ୍ପ୍ରସାରଣ

February 18, 2026
Latest News

ଏଆଇ ଦାୟିତ୍ୱବୋଧ ସଂକଳ୍ପରେ ଭାରତର ବିଶ୍ୱରେକର୍ଡ: ୨୪ ଘଣ୍ଟାରେ ୨.୫ ଲକ୍ଷ ସଂକଳ୍ପ

February 18, 2026

ରାଞ୍ଚି ଦୂରଦର୍ଶନ କେନ୍ଦ୍ରରେ ‘ବିକଶିତ ଭାରତ ୨୦୪୭’ ଉପରେ ଆଲୋଚନା

February 18, 2026

ବାଲୁଗାଁ ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢାଉ: ଦେଶୀମଦ ଜବତ, ୪ ଗିରଫ

February 18, 2026

ପଶ୍ଚିମ ଓଡ଼ିଶା ଯୋଗାଯୋଗକୁ ବୃଦ୍ଧି କରିବ ହାଓଡ଼ା–ଜୁନାଗଡ଼ ରୋଡ୍ ଇସ୍ପାତ ଏକ୍ସପ୍ରେସ୍ ସମ୍ପ୍ରସାରଣ

February 18, 2026

କ୍ରୀଡାର ଉନ୍ନତି ପାଇଁ ଆଦିତ୍ୟ ଆଲୁମିନିୟମର ଉଚ୍ଚକୋଟୀର ପ୍ରୟାସ

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.