Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡ଼ିଶାକୁ ଏକ ମେଗା ଆଇଟି ହବ୍ ରେ ପରିଣତ କରାଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କୁ ପ୍ରତିଶ୍ରୁତି ଦେଲେ କେନ୍ଦ୍ରମନ୍ତ୍ରୀ
ଜାତୀୟ ଖବର

ଓଡ଼ିଶାକୁ ଏକ ମେଗା ଆଇଟି ହବ୍ ରେ ପରିଣତ କରାଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କୁ ପ୍ରତିଶ୍ରୁତି ଦେଲେ କେନ୍ଦ୍ରମନ୍ତ୍ରୀ

January 9, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
CMwithRailMini
ଓଡ଼ିଶାକୁ ଏକ ମେଗା ଆଇଟି ହବ୍ ରେ ପରିଣତ କରାଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କୁ ପ୍ରତିଶ୍ରୁତି ଦେଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର: କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ ତଥା ଇଲେକ୍ଟ୍ରୋନିକ୍ସ ଓ ଆଇ.ଟି ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ଉଭୟଙ୍କ ମଧ୍ୟରେ ଓଡିଶାରେ ରେଳ ଯୋଗାଯୋଗ ଓ ଆଇଟି ଶିଳ୍ପ ବିକାଶ ସମ୍ପର୍କରେ ଆଲୋଚନା ହୋଇଛି।

ଆଲୋଚନାରୁ ଜଣା ଯାଇଛି ଯେ, ଓଡିଶାରେ ବର୍ତ୍ତମାନ ୪୮ଟି ନୂଆ ରେଳ ପ୍ରକଳ୍ପ ନିର୍ମାଣ କାମ ଚାଲିଛି। ଏଥିପାଇଁ ୭୩,୭୨୩ କୋଟି ଟଙ୍କା ବିନିଯୋଗ କରାଯାଉଛି।

ଏଥିରେ ନିକଟରେ କେନ୍ଦ୍ର କ୍ୟାବିନେଟ୍ ଦ୍ୱାରା ଅନୁମୋଦିତ ୮ଟି ନୂଆ ପ୍ରକଳ୍ପ ମଧ୍ୟ ରହିଛି ।

ଏହି ୮ଟି ପ୍ରକଳ୍ପ ହେଉଛି — ଗୁଣୁପୁର – ଥେରୁବାଲି ନୂଆ ଲାଇନ, ଜୁନାଗଡ଼ – ନବରଙ୍ଗପୁର ନୂଆ ଲାଇନ, ମାଲକାନଗିରି – ପାଣ୍ଡୁରଙ୍ଗପୁରମ ( ଭାଇଆ ଭଦ୍ରାଚଲମ୍ ) ନୂଆ ଲାଇନ, ବାଦାମ ପାହାଡ଼ – କେନ୍ଦୁଝର ଗଡ ନୂଆ ଲାଇନ, ବାଙ୍ଗିରୀପୋଷୀ – ଗୋରୁମହିଷାଣୀ ନୂଆ ଲାଇନ, ବୁରାମର – ଚକୁଳିଆ ନୂଆ ଲାଇନ, ସରଡେଗା – ଭାଲୁମୁଣ୍ଡା ନୂଆ ଡବଲ ଲାଇନ ଏବଂ ବରଗଡ ରୋଡ – ନୂଆପଡ଼ା ରୋଡ ନୂଆ ଲାଇନ।

ରେଳ ମନ୍ତ୍ରୀ ଶ୍ରୀ ବୈଷ୍ଣବ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ ଯେ, ଆସନ୍ତା ୫ ବର୍ଷ ମଧ୍ୟରେ ଓଡିଶାରେ ଆହୁରି ଅନେକ ନୂଆ ରେଳ ପ୍ରକଳ୍ପ ହାତକୁ ନିଆଯିବ।

ସୂଚନାଯୋଗ୍ୟ ଯେ, ୨୦୧୪ ରୁ ୨୦୨୪ ମଧ୍ୟରେ ଓଡିଶାରେ ୧୮୨୭ କିଲୋମିଟର ଦୀର୍ଘ ରେଳ ଲାଇନ୍ ନିର୍ମାଣ କରାଯାଇଛି, ଯାହା କି ଶ୍ରୀଲଙ୍କାର ରେଳ ନେଟୱାର୍କ ଠାରୁ ଅଧିକ। ଏହି ଅବଧି ମଧ୍ୟରେ ୪୨୭ଟି ରେଳ Under-Bridge ମଧ୍ୟ ନିର୍ମାଣ କରାଯାଇଛି। ଓଡିଶାରେ ୬ଟି ବନ୍ଦେ ଭାରତ ଟ୍ରେନ୍ ଚାଲୁଥିବା ବେଳେ ଅମୃତ ଷ୍ଟେସନ୍ ଯୋଜନାରେ ୫୯ଟି ଷ୍ଟେସନର ଉନ୍ନତି କରାଯିବ ବୋଲି ଆଲୋଚନାରୁ ଜଣାଯାଇଛି।

କେନ୍ଦ୍ର ମନ୍ତ୍ରୀ କହିଥିଲେ ଯେ, ଓଡ଼ିଶାକୁ ଏକ ମେଗା ଆଇ.ଟି ହବ୍ ରେ ପରିଣତ କରାଯିବ। ଏଥିପାଇଁ ସମସ୍ତ ପ୍ରକାରର ପଦକ୍ଷେପ ନିଆଯାଉଛି।

ସେ କହିଥିଲେ ଯେ ଓଡିଶାରେ ଆଇ.ଟି ଷ୍ଟାର୍ଟ ଅପ୍‌ର ବିକାଶ ପାଇଁ ଚାରି ଟି ବୈଷୟିକ ଅନୁଷ୍ଠାନରେ ‘Chip to Startup’ କାର୍ଯ୍ୟକ୍ରମ କରଯାଉଛି । ଏହି ଅନୁଷ୍ଠାନ ଗୁଡିକ ହେଉଛି- IIT Bhubaneswar, NIT Rourkela, IIIT Bhubaneswar ଓ Parala Maharaj Engineering College Berhampur.

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଓଡିଶାରେ ଆଇ.ଟି ଶିଳ୍ପର ବିକାଶ ପାଇଁ କେନ୍ଦ୍ର ମନ୍ତ୍ରୀଙ୍କ ସହଯୋଗ କାମନା କରିଥିଲେ । ଓଡିଶାରେ ଯେପରି ଅଧିକରୁ ଅଧିକ ଆଇ.ଟି କମ୍ପାନୀ ପୁଞ୍ଜି ବିନିଯୋଗ କରିବେ ସେଥିପାଇଁ ମୁଖ୍ୟମନ୍ତ୍ରୀ କେନ୍ଦ୍ରମନ୍ତ୍ରୀଙ୍କ ସହଯୋଗ କାମନା କରିଥିଲେ।

ଏହା ସହିତ ଓଡ଼ିଶାରୁ କିପରି ଅଧିକ ଲୋକ ମହା କୁମ୍ଭ ମେଳା – ୨୦୨୫ ଦେଖିବାକୁ ଯାଇପାରିବେ, ତାହା ସୁନିଶ୍ଚିତ କରିବା ସଂପର୍କରେ ମଧ୍ୟ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା।

ଓଡିଶାରେ ଏକ ବିଶ୍ୱସ୍ତରୀୟ ଆଇ.ଟି ପ୍ରଶିକ୍ଷଣ ପ୍ରତିଷ୍ଠାନ ସ୍ଥାପନ ପ୍ରସ୍ତାବ ବିଚାରାଧିନ ଅଛି ବୋଲି ମଧ୍ୟ କେନ୍ଦ୍ର ମନ୍ତ୍ରୀ ପ୍ରକାଶ କରିଥିଲେ। ଏଥିପାଇଁ ଜମି ସହିତ ଅନ୍ୟାନ୍ୟ ସବୁ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ସହିତ ଓଡିଶାରେ ସେମି କଣ୍ଡକ୍ଟର ଶିଳ୍ପ ପ୍ରତିଷ୍ଠା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀଙ୍କ ସହଯୋଗ ଲୋଡିଥିଲେ ଏବଂ ଏଥିପାଇଁ ସମସ୍ତ ପ୍ରକାର ସହଯୋଗ ଓ ପ୍ରୋତ୍ସାହନ ଯୋଗାଇ ଦିଆଯିବ ବୋଲି କେନ୍ଦ୍ର ମନ୍ତ୍ର୍ରୀ ପ୍ରତିଶ୍ରୁତି ଦେଇଥିଲେ।

ଅଶ୍ୱିନୀ ବୈଷ୍ଣବ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ଦେଶର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡର ଲୋକାର୍ପଣ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.