Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପ୍ରବାସୀଭାରତୀୟମାନେ ବିକଶିତ ଭାରତ ସଂକଳ୍ପର ଅବିଚ୍ଛେଦ୍ୟ ଅଙ୍ଗ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଜାତୀୟ ଖବର

ପ୍ରବାସୀଭାରତୀୟମାନେ ବିକଶିତ ଭାରତ ସଂକଳ୍ପର ଅବିଚ୍ଛେଦ୍ୟ ଅଙ୍ଗ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

January 10, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (ଜାନୁଆରୀ ୧୦, ୨୦୨୫) ଓଡ଼ିଶାର ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ଉଦଯାପନୀ ଅଧିବେଶନରେ ଯୋଗ ଦେଇ ଏହାକୁ ସମ୍ବୋଧିତ କରିଛନ୍ତି ଏବଂ ପ୍ରବାସୀ ଭାରତୀୟ ସମ୍ମାନ ପୁରସ୍କାର ପ୍ରଦାନ କରିଛନ୍ତି।

ଏହି ଅବସରରେ ଉଦବୋଧନ ଦେଇ ରାଷ୍ଟ୍ରପତି କହିଥିଲେ ଯେ ପ୍ରବାସୀ ଭାରତୀୟମାନେ ଆମ ଦେଶର ସର୍ବୋତ୍ତମ ପ୍ରତିନିଧି। ସେମାନେ କେବଳ ଏହି ପବିତ୍ର ଭୂମିରେ ଅର୍ଜିତ ଜ୍ଞାନ ଏବଂ କୌଶଳକୁ ନିଜ ସହିତ ନେଇ ନାହାଁନ୍ତି, ବରଂ ହଜାର ହଜାର ବର୍ଷ ଧରି ଆମ ସଭ୍ୟତାର ମୂଳଦୁଆ ସାଜିଥିବା ମୂଲ୍ୟବୋଧ ଏବଂ ନୈତିକତାକୁ ମଧ୍ୟ ସାଙ୍ଗରେ ବହନ କରିଛନ୍ତି। ପ୍ରଯୁକ୍ତିବିଦ୍ୟା, ଭେଷଜ, କଳା କିମ୍ବା ଉଦ୍ୟମିତା କ୍ଷେତ୍ରରେ, ପ୍ରବାସୀ ଭାରତୀୟମାନେ ଏପରି ଏକ ପ୍ରଭାବ ସୃଷ୍ଟି କରିଛନ୍ତି ଯାହାକୁ ବିଶ୍ୱ ସ୍ୱୀକାର ଏବଂ ସମ୍ମାନ କରିଥାଏ।

ରାଷ୍ଟ୍ରପତି ସମସ୍ତ ପ୍ରବାସୀ ଭାରତୀୟ ସମ୍ମାନ ବିଜେତାଙ୍କୁ ଅଭିନନ୍ଦନ ଜଣାଇଥିଲେ। ସେ କହିଥିଲେ ଯେ ସେମାନଙ୍କ ସଫଳତାର କାହାଣୀ କେବଳ ଭାରତ ପାଇଁ ଗର୍ବର ବିଷୟ ନୁହେଁ, ବରଂ ଏହା ସମଗ୍ର ବିଶ୍ୱରେ ଲକ୍ଷ ଲକ୍ଷ ଲୋକଙ୍କୁ ଉତ୍କର୍ଷତା ଲାଗି ପ୍ରୟାସ କରିବା ନିମନ୍ତେ ପ୍ରେରଣା ମଧ୍ୟ ଦେଇଥାଏ। ସେ ତ୍ରିନିଦାଦ ଏବଂ ଟୋବାଗୋ ଗଣରାଜ୍ୟର ରାଷ୍ଟ୍ରପତି ମହାମହିମ କ୍ରିଷ୍ଟିନ କାଙ୍ଗାଲୁଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇଥିଲେ ଏବଂ କହିଥିଲେ ଯେ ମହିଳା ଓ ପ୍ରବାସୀ ଭାରତୀୟଙ୍କ ଉପରେ ବିଶେଷ ଧ୍ୟାନ ଦେଇ ତାଙ୍କ ରାଷ୍ଟ୍ରର ନେତୃତ୍ୱ ନେବାରେ ତାଙ୍କର ଉଲ୍ଲେଖନୀୟ ଅବଦାନ ବିଶ୍ୱ ମଞ୍ଚରେ ଏକ ଉଚ୍ଚ ମାନଦଣ୍ଡ ସ୍ଥାପନ କରିଛି।

ରାଷ୍ଟ୍ରପତି ଖୁସିର ସହିତ ଉଲ୍ଲେଖ କରିଥିଲେ ଯେ ପ୍ରବାସୀ ଭାରତୀୟ ଦିବସ କେବଳ ଏକ କାର୍ଯ୍ୟକ୍ରମ ଠାରୁ ଅଧିକ ବ୍ୟାପକ ହୋଇଯାଇଛି। ସେ କହିଥିଲେ ଯେ ଏହା ଏପରି ଏକ ମଞ୍ଚ ଯେଉଁଠାରେ ଭିନ୍ନଭିନ୍ନ ବିଚାର ସମ୍ମିଳିତ ହୋଇଥାଏ, ସହଯୋଗ ସୃଷ୍ଟି ହୋଇଥାଏ ଏବଂ ଭାରତ ଓ ପ୍ରବାସୀ ଭାରତୀୟଙ୍କ ମଧ୍ୟରେ ବନ୍ଧନ ସୁଦୃଢ଼ ହୋଇଥାଏ।

ରାଷ୍ଟ୍ରପତି କହିଲେ ଯେ ୨୦୪୭ ମସିହା ସୁଦ୍ଧା ଆମ ଦେଶ ବିକଶିତ ଭାରତ ଲକ୍ଷ୍ୟ ହାସଲ ଦିଗରେ ଅଗ୍ରସର ହେଉଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହା ଏକ ଜାତୀୟ ଅଭିଯାନ ଯେଉଁଥିରେ ବିଦେଶରେ ରହୁଥିବା ବ୍ୟକ୍ତିଙ୍କ ସମେତ ପ୍ରତ୍ୟେକ ଭାରତୀୟଙ୍କ ସକ୍ରିୟ ଏବଂ ଉତ୍ସାହୀ ଅଂଶଗ୍ରହଣ ଆବଶ୍ୟକ। ସେ କହିଥିଲେ ଯେ ପ୍ରବାସୀ ଭାରତୀୟମାନେ ଏହି ସଂକଳ୍ପର ଏକ ଅବିଚ୍ଛେଦ୍ୟ ଅଙ୍ଗ। ସେମାନଙ୍କର ବିଶ୍ବବ୍ୟାପୀ ଉପସ୍ଥିତି ସେମାନଙ୍କୁ ଏକ ଅନନ୍ୟ ଦୃଷ୍ଟିକୋଣ ପ୍ରଦାନ କରିଥାଏ ଏବଂ ସେମାନଙ୍କର ସଫଳତା ଏକ ବିକଶିତ ଭାରତ ନିର୍ମାଣ ଲକ୍ଷ୍ୟ ସାକାର କରିବାରେ ସହାୟକ ହୋଇଥାଏ।

ଭାରତର କାଳଜୟୀ ଦର୍ଶନ “ବସୁଧୈବ କୁଟୁମ୍ବକମ୍” ବିଷୟରେ ଉଲ୍ଲେଖ କରି ରାଷ୍ଟ୍ରପତି କହିଲେ ଯେ ଏହି ପରିକଳ୍ପନା ଏପରି ଏକ ପରିବେଶ ସୃଷ୍ଟି କରିବା ପାଇଁ ଉଦ୍ଦିଷ୍ଟ, ଯାହା କେବଳ ଆମର ଆବଶ୍ୟକତା ପୂରଣ କରିବ ନାହିଁ, ବରଂ ବିଶ୍ୱର କଲ୍ୟାଣ ଦିଗରେ ମଧ୍ୟ ସହାୟକ ହେବ। ଆମେ ଏପରି ଏକ ରାଷ୍ଟ୍ର ହେବାକୁ ଚାହୁଁଛୁ ଯାହା ସାମାଜିକ ନ୍ୟାୟ ଓ ପରିବେଶ ପରିଚାଳନା ସହିତ ଆର୍ଥିକ ପ୍ରଗତିକୁ ସନ୍ତୁଳିତ କରିବ ତଥା ଆଗାମୀ ପିଢ଼ି ପାଇଁ ଏକ ଉଜ୍ଜ୍ୱଳ ଭବିଷ୍ୟତ ସୁନିଶ୍ଚିତ କରିବ। ସେ କହିଥିଲେ ଯେ ଏହି ଲକ୍ଷ୍ୟ ହାସଲ କରିବାରେ ପ୍ରବାସୀ ଭାରତୀୟମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ।

ରାଷ୍ଟ୍ରପତି କହିଥିଲେ, ଯେତେବେଳେ ଆମେ ଆମ ପ୍ରବାସୀ ଭାରତୀୟ ପରିବାରର ସଫଳତାକୁ ପାଳନ କରୁଛୁ, ସେତେବେଳେ ଆମେ ମଧ୍ୟ ଆଶା ଓ ସଂକଳ୍ପର ସହିତ ଭବିଷ୍ୟତକୁ ଅପେକ୍ଷା କରିବା ଉଚିତ। ମିଳିତ ଭାବେ, ଆମେ ଏକ ବିକଶିତ ଭାରତ ନିର୍ମାଣ କରିପାରିବା, ଏପରି ଏକ ରାଷ୍ଟ୍ର ଯାହା ବିଶ୍ୱ ମଞ୍ଚରେ ଶୀର୍ଷରେ ରହିବ ଏବଂ ବିଶ୍ୱ ପାଇଁ ଅଶାର ଆଲୋକବର୍ତ୍ତିକା ହେବ।

ଉଦଯାପନୀ ଅଧିବେଶନ ପ୍ରବାସୀ ଭାରତୀୟ ଦିବସ ବସୁଧୈବ କୁଟୁମ୍ବକମ୍ ବିକଶିତ ଭାରତ ସଂକଳ୍ପ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱ ସଂକଟର ମୁକାବିଲା ଲାଗି ପ୍ରଧାନମନ୍ତ୍ରୀଙ୍କ ନିବେଦନ ପରେ ୪୦ରୁ ଅଧିକ ଦେଶ ଶକ୍ତି ସଞ୍ଚୟ ପାଇଁ ନେଲେ ପଦକ୍ଷେପ

May 12, 2026

ମାତୃତ୍ଵ ଲାଭ ପରେ ପୁଣି ଥରେ କର୍ମକ୍ଷେତ୍ରକୁ ଫେରିବା ପାଇଁ ମହିଳାଙ୍କୁ ସଶକ୍ତ କରିଛି ଜିଓ

May 12, 2026

ଫ୍ଲୋର ଟେଷ୍ଟ ପୂର୍ବରୁ ଏଆଇଏଡ଼ିଏମକେ ଦୁଇ ଫାଳ

May 12, 2026

ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀ ବିଜୟ-ଷ୍ଟାଲିନ୍ ଙ୍କ ଆଲିଙ୍ଗନ

May 12, 2026
Latest News

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.