Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ହାଇକୋର୍ଟ ନ୍ୟାୟିକ ଅଭିଲେଖାଗାରକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଜାତୀୟ ଖବର

ହାଇକୋର୍ଟ ନ୍ୟାୟିକ ଅଭିଲେଖାଗାରକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

January 11, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ହାଇକୋର୍ଟ ନ୍ୟାୟିକ ଅଭିଲେଖାଗାରକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କଟକ: ଓଡ଼ିଶା ଉଚ୍ଚ ନ୍ୟାୟାଳୟର ନ୍ୟାୟିକ ଅଭିଲେଖାଗାର ନ୍ୟାୟପାଳିକାର ପ୍ରଗତିଶୀଳ ଦୃଷ୍ଟିକୋଣର ପ୍ରତିଫଳନ। ଏହା ନ୍ୟାୟ ପ୍ରଶାସନଠାରୁ ଆଗକୁ ଯାଇ ଇତିହାସ, ସଂସ୍କୃତି ଓ ଶିକ୍ଷାର ପରିସରକୁ ବ୍ୟାପକ କରିବ। ନ୍ୟାୟିକ ଦସ୍ତାବିଜ, ରେକର୍ଡ ଏବଂ କଳାକୃତିର ସଂରକ୍ଷଣ ଦିଗରେ ଏହା ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ। ଏହା ଯୁଗ ଯୁଗ ଧରି ଆଇନ ଗବେଷକ, ଛାତ୍ର ଏବଂ ଐତିହାସିକମାନଙ୍କ ପାଇଁ ଏକ ଅମୂଲ୍ୟ ସମ୍ପଦ ହୋଇରହିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

ଆଜି କଟକଠାରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ନ୍ୟାୟିକ ଅଭିଲେଖାଗାକୁ ଉଦ୍ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଏହା ଆମ ନ୍ୟାୟପାଳିକାର ସମୃଦ୍ଧ ପରମ୍ପରାକୁ ଆଗାମୀ ପିଢ଼ି ନିମନ୍ତେ ସଂରକ୍ଷିତ ରଖିବାର ସାମୂହିକ ପ୍ରତିବଦ୍ଧତାକୁ ପ୍ରଦର୍ଶିତ କରେ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଆଜି ନ୍ୟାୟ ଦେବୀଙ୍କ ଚକ୍ଷୁରୁ ଅନ୍ଧପୁଟୁଳି ହଟିଯାଇଛି। ଆଜି ନ୍ୟାୟଦେବୀ ଉନ୍ମୁକ୍ତ ନୟନରେ ଗୋଟିଏ ହାତରେ ସମ୍ବିଧାନ ଏବଂ ଅନ୍ୟହାତରେ ନ୍ୟାୟର ତରାଜୁ ଧରି ଉଭୟ ପକ୍ଷଙ୍କୁ ଶୁଣି ସମ୍ବିଧାନର ବିଧି ବ୍ୟବସ୍ଥା ଅନୁଯାୟୀ ନ୍ୟାୟ ପ୍ରଦାନ କରୁଛନ୍ତି। ଭାରତୀୟ ନ୍ୟାୟ ବ୍ୟବସ୍ଥା ସାରା ବିଶ୍ଵରେ ଅନନ୍ୟ। ଏଥିପାଇଁ ସାରା ଦେଶ ଆଜି ଗର୍ବିତ।

ଆଜିର ଏହି ନ୍ୟାୟିକ ଅଭିଲେଖାଗାର ଉଦ୍ଘାଟନୀ ଆମ ଆଇନଗତ ବ୍ୟବସ୍ଥାର ଏକ ସମୃଦ୍ଧ ଐତିହ୍ୟର ଭଣ୍ଡାର ଭାବରେ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଛନ୍ତି। ଏହା ଆଇନଗତ ଇତିହାସ, ଐତିହାସିକ ମାମଲା ଏବଂ ଅମୂଲ୍ୟ ଉଦାହରଣର ଭଣ୍ଡାର ହେବ । ଏହା ଓଡ଼ିଶା ଏବଂ ଆମ ଦେଶର ଆଇନଗତ ଦୃଶ୍ୟପଟ୍ଟକୁ ଚିରସ୍ଥାୟୀ କରିପାରିବ।
ଏହି ପରିକଳ୍ପନାକୁ ବାସ୍ତବ ରୂପ ଦେବାରେ ମୁଖ୍ୟ ବିଚାରପତି ଏବଂ ଓଡ଼ିଶା ହାଇକୋର୍ଟର ବିଚାରପତିମାନେ ଅକ୍ଳାନ୍ତ ପ୍ରୟାସ କରିଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ୍ ଅର୍ପଣ କରିଛନ୍ତି।

ରାଜ୍ୟ ସରକାର ନ୍ୟାୟପାଳିକାର ସଂସ୍କାର ଓ ଉନ୍ନତି ପାଇଁ ପ୍ରତିଶୃତିବଦ୍ଧ । ନ୍ୟାୟିକ ଭିତ୍ତିଭୂମିକୁ ସୁଦୃଢ଼ କରିବା, ଆଇନ ବ୍ୟବସ୍ଥାରେ ବୈଷୟିକ ଜ୍ଞାନକୌଶଳ କାର୍ଯ୍ୟକାରୀ କରିବା ଏବଂ ସମସ୍ତଙ୍କ ନିକଟରେ ନ୍ୟାୟ ପହଞ୍ଚାଇବା ଦିଗରେ ସରକାର କାର୍ଯ୍ୟ ଜାରି ରଖିବେ। ଓଡିଶାରେ ଦଣ୍ଡହାର ବୃଦ୍ଧି କରିବା ପାଇଁ ସରକାର ପଦେକ୍ଷେପ ନେଉଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

ମହିଳା ହିଂସା ବିରୁଦ୍ଧରେ ଦଣ୍ଡ ବିଧାନ କରିବା ପାଇଁ ଚାରିଗୋଟି ଜିଲ୍ଲାରେ ମହିଳା କୋର୍ଟ ପ୍ରତିଷ୍ଠା ପାଇଁ ସରକାର ନୀତିଗତ ନିଷ୍ପତ୍ତି ନେଇଛନ୍ତି। ଆଗାମୀ ଦିନରେ ଏପରି ଅଧିକ ସ୍ଵତନ୍ତ୍ର ବିଚାରଳୟ ମାନ୍ୟବର ଉଚ୍ଚନ୍ୟାୟାଳୟଙ୍କ ଦିଶା ନିର୍ଦ୍ଦେଶରେ ପ୍ରତିଷ୍ଠା କରାଯିବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି ସେଣ୍ଟର ଫର ଜୁଡିସିଆଲ ଆର୍କାଇଭ୍ସ ସମଗ୍ର ଦେଶରେ ଜ୍ଞାନର ଆଲୋକ ଏବଂ ନ୍ୟାୟିକ ଶିକ୍ଷା ପାଇଁ ଏକ ପ୍ରେରଣା ହେବ ।

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଶ୍ରୀ ଚକ୍ରଧାରୀ ଶରଣ ସିଂ ଓଡ଼ିଶାର ବିଭିନ୍ନ କୋର୍ଟରେ ଥିବା ନଥିପତ୍ରଗୁଡିକୁ ସଂରକ୍ଷଣ କରି ରଖିବା ଉପରେ ଗୁରୁତ୍ବ ଦେଇଥିଲେ। ସେ କହିଥିଲେ ନ୍ୟାୟିକ ଅଭିଲେଖାଗାର ଉଦ୍ଘାଟିତ ହେବା ସମଗ୍ର ରାଜ୍ୟ ପାଇଁ ଏକ ଗୌରବର ବିଷୟ ଏବଂ ଏହା ରାଜ୍ୟର ନ୍ୟାୟିକ ରାଜଧାନୀ କଟକ ପାଇଁ ଏକ ଅନନ୍ୟ ଉପହାର। ଏହା ଆଇନଗତ ପ୍ରଶାସନ କ୍ଷେତ୍ରରେ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ।

ରାଜ୍ୟ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏହି ଅବସରରେ ଉଦବୋଧନ ଦେଇ ରାଜ୍ୟ ସରକାର ତ୍ଵରିତ ନ୍ୟାୟ ଓ ସମସ୍ତଙ୍କ ନିକଟରେ ନ୍ୟାୟ ବ୍ୟବସ୍ଥା ପହଞ୍ଚାଇବା ଦିଗରେ କାର୍ଯ୍ୟ କରୁଥିବା କହିଥିଲେ। ନ୍ୟାୟ ବ୍ୟବସ୍ଥାରେ ବୈଷୟିକ ସଂସ୍କାର ଆଣିବା ସହ ଏହାକୁ ଅଧୁନାତନ କରି ସରକାର ନ୍ୟାୟ ବ୍ୟବସ୍ଥାକୁ ଦକ୍ଷ, ସ୍ବଚ୍ଛ ଏବଂ ସମସ୍ତଙ୍କ ନିକଟରେ ଉପଲବ୍ଧ କରାଇବା ଦିଗରେ କାର୍ଯ୍ୟ କରୁଛନ୍ତି। ନ୍ୟାୟିକ ଅଭିଲେଖାଗାର ଏ ଦିଗରେ ଆଉ ଏକ ପଦକ୍ଷେପ।

ଆଜିର ଏହି କାର୍ଯ୍ୟକ୍ରମରେ ହାଇକୋର୍ଟର ବିଚାରପତିଗଣ, ଆଡଭୋକେଟ ଜେନେରାଲ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।

ପୃଥ୍ବୀରାଜ ହରିଚନ୍ଦନ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥର ହିନ୍ଦୀ ପଖୱାଡା 2025 ପାଳନ

September 15, 2025

ଆଲୋଚନା ଟେବୁଲକୁ ଆସୁଛି ‘ଭାରତ’: ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀଙ୍କ ବଡ଼ ବୟାନ

September 15, 2025

୧୬ତମ ମିଳିତ କମାଣ୍ଡର ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

September 15, 2025

ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ଟ୍ରେନ୍ ସେବାରେ ଅସ୍ଥାୟୀ ପରିବର୍ତ୍ତନ

September 15, 2025
Latest News

ପୂର୍ବତଟ ରେଳପଥର ହିନ୍ଦୀ ପଖୱାଡା 2025 ପାଳନ

September 15, 2025

ଆଲୋଚନା ଟେବୁଲକୁ ଆସୁଛି ‘ଭାରତ’: ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀଙ୍କ ବଡ଼ ବୟାନ

September 15, 2025

୧୬ତମ ମିଳିତ କମାଣ୍ଡର ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

September 15, 2025

ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ଟ୍ରେନ୍ ସେବାରେ ଅସ୍ଥାୟୀ ପରିବର୍ତ୍ତନ

September 15, 2025

ସୁପ୍ରିମକୋର୍ଟ ଦ୍ୱାରା ନିଯୁକ୍ତ ଏସଆଇଟି ପକ୍ଷରୁ ବନତାରାକୁ କ୍ଲିନ୍ ଚିଟ୍

September 15, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.